Biblia Todo Logo
Bib sou entènèt

- Piblisite -




ମାର୍କ 10:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ତାହାଙ୍କ କଥା ଶୁଣି ଶିଷ୍ୟମାନେ ବିସ୍ମୟାନ୍ୱିତ ହେଲେ। କିନ୍ତୁ ଯୀଶୁ ପୁନର୍ବାର ସେମାନଙ୍କୁ ଉତ୍ତର ଦେଲେ, “ବତ୍ସଗଣ, ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିବା କେଡ଼େ କଷ୍ଟକର!

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ତାହାଙ୍କ କଥା ଶୁଣି ଶିଷ୍ୟମାନେ ବିସ୍ମୟାନ୍ଵିତ ହେଲେ। କିନ୍ତୁ ଯୀଶୁ ପୁନର୍ବାର ସେମାନଙ୍କୁ ଉତ୍ତର ଦେଲେ, ବତ୍ସଗଣ, ଈଶ୍ଵରଙ୍କ ରାଜ୍ୟରେ ପ୍ରବେଶ କରିବା କେଡ଼େ କଷ୍ଟକର !

Gade chapit la Kopi

ଓଡିଆ ବାଇବେଲ

24 ତାହାଙ୍କ କଥା ଶୁଣି ଶିଷ୍ୟମାନେ ବିସ୍ମୟାନ୍ୱିତ ହେଲେ । କିନ୍ତୁ ଯୀଶୁ ପୁନର୍ବାର ସେମାନଙ୍କୁ ଉତ୍ତର ଦେଲେ, ବତ୍ସଗଣ, ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବା କେଡ଼େ କଷ୍ଟକର !

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

24 ଏହା ଶୁଣି ଶିଷ୍ୟମାନେ ବିସ୍ମିତ ହେଲେ। କିନ୍ତୁ ଯୀଶୁ ପୁଣି କହିଲେ, “ବତ୍ସଗଣ, ବାସ୍ତବିକ୍ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବା କେଡ଼େ କଷ୍ଟସାଧ୍ୟ।

Gade chapit la Kopi

ପବିତ୍ର ବାଇବଲ

24 ଯୀଶୁଙ୍କ କଥା ଶୁଣି ଶିଷ୍ୟମାନେ ଆଶ୍ଚର୍ଯ୍ୟ ହୋଇଗଲେ, କିନ୍ତୁ ଯୀଶୁ ସେମାନଙ୍କୁ ପୁଣି କହିଲେ, “ହେ ମୋର ପିଲାମାନେ, ପରମେଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବା ପ୍ରକୃତରେ କେଡ଼େ କଠିନ।

Gade chapit la Kopi




ମାର୍କ 10:24
28 Referans Kwoze  

ଆପଣା ଧନରେ ଯେ ନିର୍ଭର ରଖେ, ସେ ପତିତ ହେବ; ମାତ୍ର ଧାର୍ମିକ ଲୋକ ସତେଜ ପତ୍ର ପରି ପ୍ରଫୁଲ୍ଲ ହେବ।


ତୁମ୍ଭେ କହୁଅଛ, ମୁଁ ଧନୀ, ମୋହର ବହୁତ ସମ୍ପତ୍ତି ଅଛି, ମୋହର କୌଣସି ଅଭାବ ନାହିଁ; ମାତ୍ର ତୁମ୍ଭେ ଯେ ଦୁର୍ଭାଗା, ଦୀନହୀନ, ଦରିଦ୍ର, ଅନ୍ଧ ଓ ଉଲଗ୍ନ, ଏହା ଜାଣ ନାହିଁ;


ଯେଉଁମାନେ ଏହିକାଳରେ ଧନୀ, ସେମାନେ ଯେପରି ଅହଙ୍କାରୀ ନ ହୋଇ ଏବଂ ଅସ୍ଥାୟୀ ଧନ ଉପରେ ନିର୍ଭର ନ କରି, ବରଂ ଉପଭୋଗ କରିବା ନିମନ୍ତେ ସମସ୍ତ ବିଷୟ ପ୍ରଚୁର ଭାବେ ଆମ୍ଭମାନଙ୍କୁ ଦାନ କରନ୍ତି ଯେଉଁ ଈଶ୍ବର, ସେହି ଈଶ୍ବର ଉପରେ ନିର୍ଭର କରନ୍ତି,


“ଦେଖ, ଏହି ଲୋକ ପରମେଶ୍ୱରଙ୍କୁ ଆପଣାର ବଳ ସ୍ୱରୂପ କଲା ନାହିଁ; ମାତ୍ର ଆପଣା ଧନର ବାହୁଲ୍ୟରେ ନିର୍ଭର କଲା। ପୁଣି, ଆପଣା ଦୁଷ୍ଟତାରେ ଆପଣାକୁ ବଳବାନ କଲା।”


ଏହିସବୁ କଥା ଶୁଣି ଧନଲୋଭୀ ଫାରୂଶୀମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ।


ଧନବାନର ଧନ ତାହାର ଦୃଢ଼ ନଗର, ପୁଣି, ତାହାର ବୋଧରେ ଉଚ୍ଚ ପ୍ରାଚୀର ସ୍ୱରୂପ।


ଦୌରାତ୍ମ୍ୟରେ ନିର୍ଭର ରଖ ନାହିଁ ଓ ଅପହରଣରେ ଦର୍ପୀ ହୁଅ ନାହିଁ; ଧନ ବଢ଼ିଲେ ତହିଁରେ ମନ ଦିଅ ନାହିଁ।


ହେ ମୋହର ବତ୍ସଗଣ, ତୁମ୍ଭେମାନେ ଯେପରି ପାପ ନ କର, ଏଥିନିମନ୍ତେ ମୁଁ ଏହିସବୁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି। କିନ୍ତୁ କେହି ଯଦି ପାପ କରେ, ତାହାହେଲେ ପିତାଙ୍କ ଛାମୁରେ ଆମ୍ଭମାନଙ୍କର ଜଣେ ସପକ୍ଷବାଦୀ ଅଛନ୍ତି, ସେ ଧାର୍ମିକ ଯୀଶୁ ଖ୍ରୀଷ୍ଟ।


ବତ୍ସଗଣ, ମୁଁ ଆଉ ଅଳ୍ପ ସମୟ ତୁମ୍ଭମାନଙ୍କ ସାଙ୍ଗରେ ଅଛି। ତୁମ୍ଭେମାନେ ମୋହର ଅନ୍ୱେଷଣ କରିବ; ଆଉ ମୁଁ ଯେଉଁ ସ୍ଥାନକୁ ଯାଉଅଛି, ତୁମ୍ଭେମାନେ ସେ ସ୍ଥାନକୁ ଯାଇ ପାର ନାହିଁ, ଏହା ମୁଁ ଯେପରି ଯିହୁଦୀମାନଙ୍କୁ କହିଲି, ସେହିପରି ଏବେ ତୁମ୍ଭମାନଙ୍କୁ ମଧ୍ୟ କହୁଅଛି।


ପୁଣି, ସଦାପ୍ରଭୁଙ୍କ କ୍ରୋଧର ଦିନରେ ସେମାନଙ୍କର ରୂପା କିଅବା ସେମାନଙ୍କର ସୁନା ସେମାନଙ୍କୁ ଉଦ୍ଧାର କରି ପାରିବ ନାହିଁ; ମାତ୍ର ତାହାଙ୍କର ଅନ୍ତର୍ଜ୍ୱାଳାରୂପ ଅଗ୍ନିରେ ସମୁଦାୟ ଦେଶ ଗ୍ରାସିତ ହେବ; କାରଣ ସେ ଦେଶ ନିବାସୀ ସମସ୍ତଙ୍କୁ ନିଃଶେଷ କରିବେ, ହଁ, ଭୟାନକ ରୂପେ ନିଃଶେଷ କରିବେ।


ଯେଉଁ ଜନ ଉଚ୍ଚରେ ଆପଣା ବସା କରିବା ପାଇଁ, ବିପଦର ହସ୍ତରୁ ଉଦ୍ଧାର କରିବା ପାଇଁ ଆପଣା ବଂଶ ନିମନ୍ତେ କୁଲାଭ ଉପାର୍ଜ୍ଜନ କରେ, ସେ ସନ୍ତାପର ପାତ୍ର!


ସଦାପ୍ରଭୁ ଏହି କଥା କହନ୍ତି, “ଜ୍ଞାନବାନ ଆପଣା ଜ୍ଞାନରେ ଦର୍ପ ନ କରୁ, କିଅବା ବଳବାନ ଆପଣା ବଳରେ ଦର୍ପ ନ କରୁ, ଧନବାନ ଆପଣା ଧନରେ ଦର୍ପ ନ କରୁ;


ଯାହା ନାହିଁ, ତୁମ୍ଭେ କି ତହିଁ ପ୍ରତି ଆପଣା ଚକ୍ଷୁ ନିର୍ଦ୍ଦେଶ କରିବ? କାରଣ ଆକାଶରେ ଉଡ଼ନ୍ତା ଉତ୍କ୍ରୋଶ ପକ୍ଷୀ ପରି ନିଶ୍ଚୟ ଧନ ଆପଣା ପାଇଁ ପକ୍ଷ କରେ।


ହେ ସଦାପ୍ରଭୋ, ଆପଣା ହସ୍ତ ଦ୍ୱାରା ଲୋକମାନଙ୍କଠାରୁ, ଯେଉଁମାନଙ୍କର ଅଂଶ ଇହ-ଜୀବନରେ ଅଛି ଓ ଯେଉଁମାନଙ୍କ ଉଦର ତୁମ୍ଭେ ନିଜ ଧନରେ ପୂର୍ଣ୍ଣ କରୁଅଛ, ଏପରି ସାଂସାରିକ ଲୋକମାନଙ୍କଠାରୁ ମୋତେ ଉଦ୍ଧାର କର; ସେମାନେ ସନ୍ତାନସନ୍ତତିରେ ପରିତୃପ୍ତ ଓ ଆପଣା ଆପଣା ଶିଶୁଗଣ ନିମନ୍ତେ ଆପଣାମାନଙ୍କ ଅବଶିଷ୍ଟ ସମ୍ପତ୍ତି ଛାଡ଼ିଯାʼନ୍ତି।


ହେ ବତ୍ସଗଣ, ପ୍ରତିମାମାନଙ୍କଠାରୁ ଆପଣା ଆପଣାକୁ ରକ୍ଷା କର। ଆମେନ୍।


ହେ ବତ୍ସଗଣ, ତୁମ୍ଭେମାନେ ଈଶ୍ବରଙ୍କଠାରୁ ଜାତ, ଆଉ ତୁମ୍ଭେମାନେ ସେମାନଙ୍କୁ ଜୟ କରିଅଛ, କାରଣ ତୁମ୍ଭମାନଙ୍କଠାରେ ଯେ ଅଛନ୍ତି, ସେ, ଜଗତରେ ଯେ ଅଛି, ତାହାଠାରୁ ମହାନ।


ହେ ମୋହର ପିଲାମାନେ, ଯେପର୍ଯ୍ୟନ୍ତ ତୁମ୍ଭମାନଙ୍କଠାରେ ଖ୍ରୀଷ୍ଟ ମୂର୍ତ୍ତିମାନ ହୋଇ ନାହାନ୍ତି, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କ ସକାଶେ ମୁଁ ପୁନର୍ବାର ପ୍ରସବ ବେଦନାରେ ବ୍ୟଥିତ ହେଉଅଛି।


ଯୀଶୁ ସେମାନଙ୍କୁ କହିଲେ, “ପିଲାମାନେ ତୁମ୍ଭମାନଙ୍କ ପାଖରେ କଅଣ କିଛି ଖାଇବାର ଅଛି?” ସେମାନେ ତାହାଙ୍କୁ ଉତ୍ତର ଦେଲେ, ନାହିଁ।


ଅତଏବ, ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଅନେକେ ଏହା ଶୁଣି କହିଲେ, ଏ ଘୃଣାଜନକ କଥା, କିଏ ଏହା ଶୁଣି ପାରେ?


ଶିଷ୍ୟମାନେ ଏହା ଶୁଣି ଆଶ୍ଚର୍ଯ୍ୟାନ୍ୱିତ ହୋଇ କହିଲେ, ତେବେ କିଏ ପରିତ୍ରାଣ ପାଇ ପାରେ?


ଏଥିରେ ସମସ୍ତେ ଏତେ ବିସ୍ମୟାନ୍ୱିତ ହେଲେ ଯେ, ସେମାନେ ବାଦାନୁବାଦ କରି କହିବାକୁ ଲାଗିଲେ, ଏ କଅଣ? ଏ ତ ଅଧିକାରଯୁକ୍ତ ନୂତନ ଶିକ୍ଷା! ସେ ଅଶୁଚି ଆତ୍ମାମାନଙ୍କୁ ସୁଦ୍ଧା ଆଦେଶ ଦିଅନ୍ତି, ଆଉ ସେମାନେ ତାହାଙ୍କ ଆଜ୍ଞା ମାନନ୍ତି।


ସେଥିରେ ଯୀଶୁ ଚତୁର୍ଦ୍ଦିଗକୁ ଦୃଷ୍ଟିପାତ କରି ଆପଣା ଶିଷ୍ୟମାନଙ୍କୁ କହିଲେ, “ଯେଉଁମାନଙ୍କର ଧନ ଅଛି, ସେମାନେ କେଡ଼େ କଷ୍ଟରେ ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିବେ!”


Swiv nou:

Piblisite


Piblisite