Biblia Todo Logo
Bib sou entènèt

- Piblisite -




ମାର୍କ 10:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ଯୀଶୁ କହିଲେ, “ଦେଖ, ଆମ୍ଭେମାନେ ଯିରୂଶାଲମ ସହରକୁ ଯାତ୍ରା କରୁଅଛୁ; ମନୁଷ୍ୟପୁତ୍ର ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ହସ୍ତରେ ସମର୍ପିତ ହେବେ, ଆଉ ସେମାନେ ତାହାଙ୍କୁ ପ୍ରାଣ ଦଣ୍ଡାଦେଶ ଦେଇ ଅଣଯିହୁଦୀମାନଙ୍କ ହସ୍ତରେ ସମର୍ପଣ କରିବେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

33 ଯୀଶୁ କହିଲେ, ଦେଖ, ଆମ୍ଭେମାନେ ଯିରୂଶାଲମକୁ ଯାତ୍ରା କରୁଅଛୁ; ମନୁଷ୍ୟପୁତ୍ର ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ହସ୍ତରେ ସମର୍ପିତ ହେବେ, ଆଉ ସେମାନେ ତାହାଙ୍କୁ ପ୍ରାଣଦଣ୍ତାଜ୍ଞା ଦେଇ ବିଜାତିମାନଙ୍କ ହସ୍ତରେ ସମର୍ପଣ କରିବେ,

Gade chapit la Kopi

ଓଡିଆ ବାଇବେଲ

33 ଯୀଶୁ କହିଲେ, ଦେଖ, ଆମ୍ଭେମାନେ ଯିରୂଶାଲମକୁ ଯାତ୍ରା କରୁଅଛୁ; ମନୁଷ୍ୟପୁତ୍ର ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ହସ୍ତରେ ସମର୍ପିତ ହେବେ, ଆଉ ସେମାନେ ତାହାଙ୍କୁ ପ୍ରାଣ ଦଣ୍ଡାଦେଶ ଦେଇ ଅଣଯିହୂଦୀମାନଙ୍କ ହସ୍ତରେ ସମର୍ପଣ କରିବେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

33 “ଶୁଣ, ଆମେ ଯିରୂଶାଲମକୁ ଯାଉଛୁ। ସେଠାରେ ମନୁଷ୍ୟପୁତ୍ର ମୁଖ୍ୟ ଧର୍ମପୁରୋହିତ ଓ ଧର୍ମଗୁରୁମାନଙ୍କ ହାତରେ ସମର୍ପିତ ହେବେ। ସେମାନେ ତାଙ୍କୁ ମୃତ୍ୟୁ ଦଣ୍ଡାଦେଶ ଦେଇ ଅଣଇହୁଦୀମାନଙ୍କ ହାତରେ ଛାଡ଼ି ଦେବେ।

Gade chapit la Kopi

ପବିତ୍ର ବାଇବଲ

33 ଯୀଶୁ କହିଲେ, “ଶୁଣ, ଆମ୍ଭେମାନେ ଯିରୁଶାଲମକୁ ଯାଉଛୁ। ମନୁଷ୍ୟପୁତ୍ରଙ୍କୁ ପ୍ରଧାନଯାଜକ ଓ ଧର୍ମଶାସ୍ତ୍ରୀମାନଙ୍କ ହାତରେ ଦେଇ ଦିଆଯିବ ଏବଂ ସେମାନେ ତାହାଙ୍କୁ ମୃତ୍ୟୁ ଦଣ୍ଡ ଦେବା ପାଇଁ ଅଣଯିହୂଦୀମାନଙ୍କୁ ସମର୍ପି ଦେବେ।

Gade chapit la Kopi




ମାର୍କ 10:33
23 Referans Kwoze  

ଆଉ ସେମାନେ ତାହାଙ୍କୁ ବାନ୍ଧି ନେଇଯାଇ ପୀଲାତ ନାମକ ଶାସନକର୍ତ୍ତାଙ୍କ ହସ୍ତରେ ସମର୍ପଣ କଲେ।


ଆଉ, ଯୀଶୁ ସେମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ ଯେ, ମନୁଷ୍ୟପୁତ୍ରଙ୍କୁ ଅବଶ୍ୟ ବହୁତ ଦୁଃଖଭୋଗ କରିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ଦ୍ୱାରା ଅଗ୍ରାହ୍ୟ ହୋଇ ହତ ହେବାକୁ ହେବ, ପୁଣି, ତିନି ଦିନ ପରେ ପୁନରୁତ୍ଥାନ ହେବାକୁ ହେବ।


ଆପଣମାନଙ୍କର ମତ କଅଣ? ଏଥିରେ ସେମାନେ ଉତ୍ତର ଦେଲେ, ସେ ପ୍ରାଣଦଣ୍ଡର ଯୋଗ୍ୟ।


ସେହି ସମୟଠାରୁ ଯୀଶୁ ଖ୍ରୀଷ୍ଟ ଆପଣା ଶିଷ୍ୟମାନଙ୍କୁ ବୁଝାଇବାକୁ ଲାଗିଲେ ଯେ, ତାହାଙ୍କୁ ଅବଶ୍ୟ ଯିରୂଶାଲମ ସହରକୁ ଯିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ହସ୍ତରୁ ଅନେକ ଦୁଃଖଭୋଗ କରି ହତ ହେବାକୁ ହେବ, ପୁଣି, ତୃତୀୟ ଦିବସରେ ପୁନରୁତ୍ଥାନ ହେବାକୁ ହେବ।


ତୁମ୍ଭେମାନେ ଧାର୍ମିକକୁ ଦୋଷୀ କରି ବଧ କରିଅଛ; ସେ ତୁମ୍ଭମାନଙ୍କର ପ୍ରତିରୋଧ କରେ ନାହିଁ।


ଏବେ ଦେଖ, ମୁଁ ଆତ୍ମାରେ ପ୍ରେରଣା ପାଇ ଯିରୂଶାଲମ ସହରକୁ ଯାଉଅଛି, ସେ ସ୍ଥାନରେ ମୋ ପ୍ରତି କଅଣ ସବୁ ଘଟିବ, ତାହା ମୁଁ ଜାଣେ ନାହିଁ;


କାରଣ ଯିରୂଶାଲମ ନିବାସୀମାନେ ଆଉ ସେମାନଙ୍କର ଅଧ୍ୟକ୍ଷଗଣ ତାହାଙ୍କୁ ପୁଣି, ପ୍ରତି ବିଶ୍ରାମବାର ଦିନରେ ପାଠ କରାଯାଉଥିବା ଭାବବାଦୀମାନଙ୍କର ବାକ୍ୟସବୁକୁ ନ ଜାଣିବାରୁ ତାହାଙ୍କୁ ଦୋଷୀ କରି ସେ ସମସ୍ତ ସଫଳ କଲେ,


ଯୀଶୁ ଉତ୍ତର ଦେଲେ, “ଯଦି ଊର୍ଦ୍ଧ୍ୱରୁ ଆପଣଙ୍କୁ ଦିଆଯାଇ ନ ଥାଆନ୍ତା, ତାହାହେଲେ ମୋʼ ବିରୁଦ୍ଧରେ ଆପଣଙ୍କର କୌଣସି ଅଧିକାର ନ ଥାଆନ୍ତା; ଏଣୁ ଯେ ମୋତେ ଆପଣଙ୍କ ହସ୍ତରେ ସମର୍ପଣ କରିଅଛି, ତାହାର ପାପ ଗୁରୁତର।”


ପରେ ସେମାନେ ଯୀଶୁଙ୍କୁ କୟାଫାଙ୍କ ନିକଟରୁ ପ୍ରାସାଦକୁ ଘେନିଗଲେ; ସେତେବେଳେ ପ୍ରାତଃକାଳ ହୋଇଥିଲା; ଆଉ, ସେମାନେ ଯେପରି ଅଶୁଚି ନ ହୋଇ ନିସ୍ତାର ପର୍ବର ଭୋଜ ପ୍ରତିପାଳନ କରିପାରନ୍ତି, ଏଥିନିମନ୍ତେ ନିଜେ ପ୍ରାସାଦ ମଧ୍ୟରେ ପ୍ରବେଶ କଲେ ନାହିଁ।


କିନ୍ତୁ ସେମାନେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ତାହାକୁ କ୍ରୁଶରେ ଚଢ଼ାଅ, କ୍ରୁଶରେ ଚଢ଼ାଅ।


“ମନୁଷ୍ୟପୁତ୍ରଙ୍କୁ ଅବଶ୍ୟ ବହୁତ ଦୁଃଖଭୋଗ କରିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ଦ୍ୱାରା ଅଗ୍ରାହ୍ୟ ହୋଇ ହତ ହେବାକୁ ହେବ, ପୁଣି, ତୃତୀୟ ଦିନରେ ପୁନରୁତ୍ଥାନ ନିଶ୍ଚୟ ହେବ।”


ପ୍ରଭାତ ହେବାମାତ୍ରେ ସମସ୍ତେ ମହାସଭା, ଅର୍ଥାତ୍‍ ପ୍ରାଚୀନ ଓ ଶାସ୍ତ୍ରୀମାନଙ୍କ ସହିତ ପ୍ରଧାନ ଯାଜକମାନେ ସଭା କରି ଯୀଶୁଙ୍କୁ ବାନ୍ଧି ଘେନିଯାଇ ପୀଲାତଙ୍କ ହସ୍ତରେ ସମର୍ପଣ କଲେ।


ଆପଣମାନେ ତ ଈଶ୍ବର ନିନ୍ଦା ଶୁଣିଲେ; ଆପଣମାନଙ୍କର ବିଚାର କଅଣ? ଏଥିରେ ସେମାନେ ସମସ୍ତେ ସେ ପ୍ରାଣଦଣ୍ଡ ଯୋଗ୍ୟ ବୋଲି ମତ ଦେଲେ।


କାରଣ ଯୀଶୁ ଆପଣା ଶିଷ୍ୟମାନଙ୍କୁ ଏହି କଥା କହି ଶିକ୍ଷା ଦେଉଥିଲେ, ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେଉଅଛନ୍ତି, ପୁଣି, ସେମାନେ ତାହାଙ୍କୁ ବଧ କରିବେ, ଆଉ ସେ ହତ ହେଲା ଉତ୍ତାରେ ତିନି ଦିନ ପରେ ପୁନରୁତ୍ଥାନ କରିବେ।


ସେ ଅବଜ୍ଞାତ ଓ ମନୁଷ୍ୟର ତ୍ୟକ୍ତ; ଦୁଃଖୀଲୋକ ଓ ଶୋକପରିଚିତ, ପୁଣି ମନୁଷ୍ୟମାନେ ଯାହାଠାରୁ ମୁଖ ଆଚ୍ଛାଦନ କରନ୍ତି, ଏପରି ଲୋକ ତୁଲ୍ୟ ସେ ଅବଜ୍ଞାତ ହେଲେ, ଆଉ ଆମ୍ଭେମାନେ ତାହାଙ୍କୁ ମାନ୍ୟ କଲୁ ନାହିଁ।


ସେଥିରେ ସେ ସେମାନଙ୍କୁ କହିଲେ, ଏଲୀୟ ପ୍ରଥମେ ଆସି ସମସ୍ତ ବିଷୟ ପୁନଃସ୍ଥାପନ କରିବା କଥା ସତ, ମାତ୍ର ମନୁଷ୍ୟପୁତ୍ର ବହୁ ଦୁଃଖଭୋଗ କରି ତୁଚ୍ଛୀକୃତ ହେବେ, ଏହା କିପରି ତାହାଙ୍କ ବିଷୟରେ ଲେଖାଅଛି?


ଯୀଶୁ କେଉଁ ପ୍ରକାର ମୃତ୍ୟୁଭୋଗ କରିବାକୁ ଯାଉଅଛନ୍ତି, ସେଥିର ସୂଚନା ଦେଇ ସେ ଯେଉଁ ବାକ୍ୟ କହିଥିଲେ, ତାହା ଯେପରି ସଫଳ ହୁଏ, ଏଥିନିମନ୍ତେ ସେମାନେ ଏହା କହିଲେ।


Swiv nou:

Piblisite


Piblisite