Biblia Todo Logo
Bib sou entènèt

- Piblisite -




ମାର୍କ 10:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ପୁଣି, ଶାସ୍ତ୍ରୀମାନେ ତାହାଙ୍କୁ ପରିହାସ କରିବେ, ତାହାଙ୍କ ଉପରେ ଛେପ ପକାଇବେ, ତାହାଙ୍କୁ କୋରଡ଼ା ମାରିବେ ଓ ବଧ କରିବେ, ଆଉ ତିନି ଦିନ ପରେ ସେ ପୁନରୁତ୍ଥିତ ହେବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 ପୁଣି ସେମାନେ ତାହାଙ୍କୁ ପରିହାସ କରିବେ, ତାହାଙ୍କ ଉପରେ ଛେପ ପକାଇବେ, ତାହାଙ୍କୁ କୋରଡ଼ା ମାରିବେ ଓ ବଧ କରିବେ, ଆଉ ତିନି ଦିନ ଉତ୍ତାରେ ସେ ପୁନରୁତ୍ଥାନ କରିବେ।

Gade chapit la Kopi

ଓଡିଆ ବାଇବେଲ

34 ପୁଣି, ଶାସ୍ତ୍ରୀମାନେ ତାହାଙ୍କୁ ପରିହାସ କରିବେ, ତାହାଙ୍କ ଉପରେ ଛେପ ପକାଇବେ, ତାହାଙ୍କୁ କୋରଡ଼ା ମାରିବେ ଓ ବଧ କରିବେ, ଆଉ ତିନି ଦିନ ପରେ ସେ ପୁନରୁତ୍ଥିତ ହେବେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

34 ସେମାନେ ତାଙ୍କୁ ପରିହାସ କରିବେ। ତାଙ୍କ ଉପରେ ଛେପ ପକାଇବେ। ତାଙ୍କୁ କୋରଡ଼ାରେ ପ୍ରହାର କରିବେ ଏବଂ ହତ୍ୟା କରିବେ, କିନ୍ତୁ ତିନିଦିନ ପେ ରେ ମୃତ୍ୟୁଞ୍ଜୟୀ ହୋଇ ଉଠିବେ।”

Gade chapit la Kopi

ପବିତ୍ର ବାଇବଲ

34 ସେମାନେ ତାହାଙ୍କୁ ଉପହାସ କରିବେ ଓ ତାହାଙ୍କ ଉପରେ ଛେପ ପକାଇବେ। ତାହାଙ୍କୁ କୋରଡ଼ାରେ ପିଟିବେ ଓ ଶେଷରେ ମାରି ପକାଇବେ। କିନ୍ତୁ ମୃତ୍ୟୁଠାରୁ ତୃତୀୟ ଦିନରେ ସେ ପୁନରୁ‌ତ୍‌ଥାନ ହେବେ।”

Gade chapit la Kopi




ମାର୍କ 10:34
24 Referans Kwoze  

ପୁଣି, କେହି କେହି ତାହାଙ୍କ ଉପରେ ଛେପ ପକାଇବାକୁ ଲାଗିଲେ ଓ ତାହାଙ୍କ ମୁହଁ ଘୋଡ଼ାଇ ତାହାଙ୍କୁ ବିଧା ମାରି କହିବାକୁ ଲାଗିଲେ, ତୁ ପରା ଭାବବାଦୀ! ପ୍ରମାଣ ଦେ। ଆଉ ପଦାତିକମାନେ ଚାପୁଡ଼ା ମାରୁ ମାରୁ ତାହାଙ୍କୁ ଧରି ଘେନିଗଲେ।


ସେତେବେଳେ ସେମାନେ ତାହାଙ୍କ ମୁହଁରେ ଛେପ ପକାଇ ତାହାଙ୍କୁ ବିଧା ମାରିଲେ; ଆଉ କେହି କେହି ତାହାଙ୍କୁ ଚାପୁଡ଼ା ମାରି କହିଲେ,


ସେହି ସମୟଠାରୁ ଯୀଶୁ ଖ୍ରୀଷ୍ଟ ଆପଣା ଶିଷ୍ୟମାନଙ୍କୁ ବୁଝାଇବାକୁ ଲାଗିଲେ ଯେ, ତାହାଙ୍କୁ ଅବଶ୍ୟ ଯିରୂଶାଲମ ସହରକୁ ଯିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ହସ୍ତରୁ ଅନେକ ଦୁଃଖଭୋଗ କରି ହତ ହେବାକୁ ହେବ, ପୁଣି, ତୃତୀୟ ଦିବସରେ ପୁନରୁତ୍ଥାନ ହେବାକୁ ହେବ।


ସମାଧିପ୍ରାପ୍ତ ହେଲେ, ଶାସ୍ତ୍ର ଅନୁସାରେ ତୃତୀୟ ଦିବସରେ ଉତ୍ଥିତ ହେଲେ;


ସମସ୍ତେ ପ୍ରଥମରେ ଭଲ ଦ୍ରାକ୍ଷାରସ ଦେଇଥାଆନ୍ତି, ଆଉ ଲୋକେ ମାତାଲ ହେଲା ଉତ୍ତାରେ ମନ୍ଦ ଦିଅନ୍ତି; ତୁମ୍ଭେ ଏପର୍ଯ୍ୟନ୍ତ ଭଲ ଦ୍ରାକ୍ଷାରସ ରଖିଅଛ।


କାରଣ ବ୍ୟବସ୍ଥା ମୋଶାଙ୍କ ଦ୍ୱାରା ପ୍ରଦତ୍ତ ହେଲା, କିନ୍ତୁ ଅନୁଗ୍ରହ ଓ ସତ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଉପସ୍ଥିତ ହେଲା।


ପୁଣି, ହେରୋଦ ଆପଣା ସୈନ୍ୟମାନଙ୍କ ସହିତ ତାହାଙ୍କୁ ତୁଚ୍ଛ କରି ପରିହାସପୂର୍ବକ ଚାକଚକ୍ୟ ବସ୍ତ୍ର ପିନ୍ଧାଇ ପୀଲାତଙ୍କ ନିକଟକୁ ପୁନର୍ବାର ପଠାଇଦେଲେ।


ସେଥିରେ ମହାଯାଜକ ଆପଣା ଅଙ୍ଗରଖା ଚିରି କହିଲେ, ସାକ୍ଷୀରେ ଆମ୍ଭମାନଙ୍କର ଆଉ କଅଣ ପ୍ରୟୋଜନ?


ସେ ଅବଜ୍ଞାତ ଓ ମନୁଷ୍ୟର ତ୍ୟକ୍ତ; ଦୁଃଖୀଲୋକ ଓ ଶୋକପରିଚିତ, ପୁଣି ମନୁଷ୍ୟମାନେ ଯାହାଠାରୁ ମୁଖ ଆଚ୍ଛାଦନ କରନ୍ତି, ଏପରି ଲୋକ ତୁଲ୍ୟ ସେ ଅବଜ୍ଞାତ ହେଲେ, ଆଉ ଆମ୍ଭେମାନେ ତାହାଙ୍କୁ ମାନ୍ୟ କଲୁ ନାହିଁ।


ମୁଁ ପ୍ରହାରକ ପ୍ରତି ଆପଣା ପିଠି, ଦାଢ଼ି ଉପାଡ଼ିବା ଲୋକମାନଙ୍କ ପ୍ରତି ଆପଣା ଗାଲ ପାତି ଦେଲି; ମୁଁ ଅପମାନ ଓ ଛେପ ପକାଇବାରୁ ମୋହର ମୁଖ ଲୁଚାଇ ନାହିଁ।


କାରଣ ତୁମ୍ଭେ ମୋʼ ପ୍ରାଣକୁ ପାତାଳରେ ପରିତ୍ୟାଗ କରିବ ନାହିଁ; କିଅବା ତୁମ୍ଭେ ଆପଣା ପବିତ୍ର ଜନକୁ କ୍ଷୟ ପାଇବାକୁ ଦେବ ନାହିଁ।


ଦୁଇ ଦିନ ଉତ୍ତାରେ ସେ ଆମ୍ଭମାନଙ୍କୁ ସଂଜୀବିତ କରିବେ; ତୃତୀୟ ଦିନରେ ଆମ୍ଭମାନଙ୍କୁ ଉଠାଇବେ ଓ ଆମ୍ଭେମାନେ ତାହାଙ୍କ ଛାମୁରେ ବଞ୍ଚିବୁ।


ସେମାନେ ଗ୍ରାସ କରିବାକୁ ଇଚ୍ଛା ଓ ଗର୍ଜ୍ଜନକାରୀ ସିଂହ ତୁଲ୍ୟ ମୋʼ ପ୍ରତି ମୁଖ ମେଲାଇ ଅଛନ୍ତି।


ସେମାନେ ମୋତେ ଘୃଣା କରନ୍ତି, ସେମାନେ ମୋʼ ଠାରୁ ଦୂରରେ ଠିଆ ହୁଅନ୍ତି ଓ ମୋʼ ମୁଖରେ ଛେପ ପକାଇବାକୁ ଡରନ୍ତି ନାହିଁ।


ମହାଶୟ, ଆମ୍ଭମାନଙ୍କର ମନେ ପଡ଼ୁଅଛି, ସେହି ପ୍ରବଞ୍ଚକ ଜୀବିତ ଥିବା ସମୟରେ କହିଥିଲା, ତିନି ଦିନ ପରେ ମୁଁ ଉଠିବି।


କାରଣ ଯୀଶୁ ଆପଣା ଶିଷ୍ୟମାନଙ୍କୁ ଏହି କଥା କହି ଶିକ୍ଷା ଦେଉଥିଲେ, ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେଉଅଛନ୍ତି, ପୁଣି, ସେମାନେ ତାହାଙ୍କୁ ବଧ କରିବେ, ଆଉ ସେ ହତ ହେଲା ଉତ୍ତାରେ ତିନି ଦିନ ପରେ ପୁନରୁତ୍ଥାନ କରିବେ।


Swiv nou:

Piblisite


Piblisite