Biblia Todo Logo
Bib sou entènèt

- Piblisite -




ମାର୍କ 10:43 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

43 କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ସେପ୍ରକାର ନୁହେଁ; ମାତ୍ର ତୁମ୍ଭମାନଙ୍କ ମଧ୍ୟରେ ଯେ କେହି ମହାନ ହେବାକୁ ଇଚ୍ଛା କରେ, ସେ ତୁମ୍ଭମାନଙ୍କର ସେବକ ହେଉ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

43 କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ସେପ୍ରକାର ନୁହେଁ; ମାତ୍ର ତୁମ୍ଭମାନଙ୍କ ମଧ୍ୟରେ ଯେକେହି ମହାନ ହେବାକୁ ଇଚ୍ଛା କରେ, ସେ ତୁମ୍ଭମାନଙ୍କର ସେବକ ହେଉ,

Gade chapit la Kopi

ଓଡିଆ ବାଇବେଲ

43 କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ସେପ୍ରକାର ନୁହେଁ; ମାତ୍ର ତୁମ୍ଭମାନଙ୍କ ମଧ୍ୟରେ ଯେ କେହି ମହାନ ହେବାକୁ ଇଚ୍ଛା କରେ, ସେ ତୁମ୍ଭମାନଙ୍କର ସେବକ ହେଉ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

43 କିନ୍ତୁ ତୁମେ ଏହି ନୀତିରେ ଚଳିବ ନାହିଁ। ତୁମ ଭିତରୁ ଜଣେ ଯଦି ବଡ଼ ହେବାକୁ ଚାହେଁ, ସେ ଅନ୍ୟମାନଙ୍କର ସେବକ ହେଉ

Gade chapit la Kopi

ପବିତ୍ର ବାଇବଲ

43 କିନ୍ତୁ ତୁମ୍ଭ ମଧ୍ୟରେ ଏଭଳି କିଛି ହେବା ଅନୁଚିତ୍। ଯଦି ତୁମ୍ଭ ଭିତରୁ କେହି ବଡ଼ ହେବାକୁ ଗ୍ଭହୁଁଥାଏ, ତେବେ ସେ ଜଣେ ସେବକ ଭଳି ତୁମ୍ଭ ସମସ୍ତଙ୍କର ସେବା କରୁ।

Gade chapit la Kopi




ମାର୍କ 10:43
15 Referans Kwoze  

କାରଣ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, ପୁଣି, ଯେ ଆପଣାକୁ ନତ କରେ, ତାହାକୁ ଉନ୍ନତ କରାଯିବ।”


ସେଥିରେ ଯୀଶୁ ଉପବେଶନ କରି ଦ୍ୱାଦଶ ଶିଷ୍ୟମାନଙ୍କୁ ଆହ୍ୱାନ କଲେ ଓ ସେମାନଙ୍କୁ କହିଲେ, ଯଦି କେହି ପ୍ରଧାନ ହେବାକୁ ଇଚ୍ଛା କରେ, ତାହାହେଲେ ସେ ସମସ୍ତଙ୍କଠାରୁ ସାନ ଓ ସମସ୍ତଙ୍କର ସେବକ ହେଉ।


“ଯେ କେହି ମୋ ନାମରେ ଏହି ସାନ ପିଲାକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ, ଆଉ ଯେ କେହି ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ; କାରଣ ତୁମ୍ଭ ସମସ୍ତଙ୍କ ମଧ୍ୟରେ ଯେ କ୍ଷୁଦ୍ର, ସେ ଶ୍ରେଷ୍ଠ।”


ତୁମ୍ଭେମାନେ ଏହି ବର୍ତ୍ତମାନ ଯୁଗର ଅନୁରୂପୀ ହୁଅ ନାହିଁ, କିନ୍ତୁ ଯେପରି ତୁମ୍ଭେମାନେ ଈଶ୍ବରଙ୍କ ଇଚ୍ଛା କଅଣ, ଅର୍ଥାତ୍‍ ଉତ୍ତମ, ସୁଗ୍ରାହ୍ୟ ଓ ସିଦ୍ଧ ବିଷୟ କଅଣ, ଏହା ପରୀକ୍ଷା କରି ଜାଣି ପାର, ଏଥିନିମନ୍ତେ ଆପଣା ଆପଣା ମନର ନୂତନୀକରଣ ଦ୍ୱାରା ପରିବର୍ତ୍ତିତ ହୁଅ।


କାରଣ, ହେ ଭାଇମାନେ, ତୁମ୍ଭେମାନେ ସ୍ୱାଧୀନତା ନିମନ୍ତେ ଆହୂତ ହୋଇଅଛ; କେବଳ ତୁମ୍ଭର ସ୍ୱାଧୀନତାକୁ ଶାରୀରିକ ଅଭିଳାଷ ପୂରଣ ନିମନ୍ତେ ସୁଯୋଗ ସ୍ୱରୂପେ ବ୍ୟବହାର ନ କର, ବରଂ ପ୍ରେମରେ ପରସ୍ପରର ସେବା କର।


ଯୀଶୁ ଉତ୍ତର ଦେଲେ, “ମୋହର ରାଜ୍ୟ ଏହି ଜଗତ ସମ୍ବନ୍ଧୀୟ ନୁହେଁ; ଯଦି ମୋହର ରାଜ୍ୟ ଏହି ଜଗତ ସମ୍ବନ୍ଧୀୟ ହୋଇଥାଆନ୍ତା, ତାହାହେଲେ ମୁଁ ଯେପରି ଯିହୁଦୀମାନଙ୍କ ହସ୍ତରେ ସମର୍ପିତ ନ ହୁଅନ୍ତି, ସେଥିପାଇଁ ମୋହର ପରିଚାରକମାନେ ଯୁଦ୍ଧ କରନ୍ତେ; କିନ୍ତୁ ମୋହର ରାଜ୍ୟ ପ୍ରକୃତରେ ତତ୍‍ସମ୍ବନ୍ଧୀୟ ନୁହେଁ।”


ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଲୋକ ନୁହେଁ, ବରଂ କର ଆଦାୟକାରୀ ଧାର୍ମିକ ଗଣିତ ହୋଇ ନିଜ ଘରକୁ ଚାଲିଗଲା; କାରଣ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, କିନ୍ତୁ ଯେ ଆପଣାକୁ ନତ କରେ, ତାହାକୁ ଉନ୍ନତ କରାଯିବ।”


ସେଥିରେ ଯୀଶୁ ସେମାନଙ୍କୁ ପାଖକୁ ଡାକି କହିଲେ, “ଯେଉଁମାନେ ଅଣଯିହୁଦୀମାନଙ୍କର ଶାସନକର୍ତ୍ତା ରୂପେ ଗଣିତ, ସେମାନେ ସେମାନଙ୍କ ଉପରେ ପ୍ରଭୁତ୍ୱ କରନ୍ତି ଓ ଅଣଯିହୁଦୀମାନଙ୍କର ମହାନ ବ୍ୟକ୍ତିମାନେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରନ୍ତି, ଏହା ତୁମ୍ଭେମାନେ ଜାଣ।


ପୁଣି, ତୁମ୍ଭମାନଙ୍କ ମଧ୍ୟରେ ଯେ କେହି ପ୍ରଧାନ ହେବାକୁ ଇଚ୍ଛା କରେ, ସେ ସମସ୍ତଙ୍କର ଦାସ ହେଉ।


କିନ୍ତୁ ତୁମ୍ଭେମାନେ ସେପ୍ରକାର ହୁଅ ନାହିଁ, ମାତ୍ର ତୁମ୍ଭମାନଙ୍କ ମଧ୍ୟରେ ଯେ ଜ୍ୟେଷ୍ଠ, ସେ କନିଷ୍ଠ ପରି ହେଉ, ପୁଣି, ଯେ ନେତା, ସେ ସେବକ ପରି ହେଉ।


Swiv nou:

Piblisite


Piblisite