Biblia Todo Logo
Bib sou entènèt

- Piblisite -




ମାର୍କ 10:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ହୃଦୟର କଠିନତା ଦେଖି ସେ ତୁମ୍ଭମାନଙ୍କ ନିମନ୍ତେ ଏହି ଆଜ୍ଞା ଲେଖିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ହୃଦୟର କଠିନତା ଦେଖି ସେ ତୁମ୍ଭମାନଙ୍କ ନିମନ୍ତେ ଏହି ଆଜ୍ଞା ଲିପିବଦ୍ଧ କରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

5 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ହୃଦୟର କଠିନତା ଦେଖି ସେ ତୁମ୍ଭମାନଙ୍କ ନିମନ୍ତେ ଏହି ଆଜ୍ଞା ଲେଖିଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ଯୀଶୁ କହିଲେ, “ତୁମ୍ଭମାନଙ୍କ ହୃଦୟର କଠିନତା ଲାଗି ମୋଶା ଏପରି ବ୍ୟବସ୍ଥା କରିଥିଲେ।

Gade chapit la Kopi

ପବିତ୍ର ବାଇବଲ

5 ଯୀଶୁ ସେମାନଙ୍କୁ କହିଲେ, “ମୋଶା ତୁମ୍ଭମାନଙ୍କ ପାଇଁ ଏହି ଆଜ୍ଞା ଲେଖିଥିଲେ, କାରଣ ତୁମ୍ଭେମାନେ ପରମେଶ୍ୱରଙ୍କ ଉପଦେଶ ମାନିବାକୁ ମନାକଲ।

Gade chapit la Kopi




ମାର୍କ 10:5
8 Referans Kwoze  

ଯୀଶୁ ସେମାନଙ୍କୁ କହିଲେ, “କାରଣ ତୁମ୍ଭମାନଙ୍କ ହୃଦୟର କଠିନତା ଦେଖି ମୋଶା ତୁମ୍ଭମାନଙ୍କୁ ଆପଣା ଆପଣା ସ୍ତ୍ରୀ କି ପରିତ୍ୟାଗ କରିବାକୁ ଅନୁମତି ଦେଲେ, କିନ୍ତୁ ଆଦ୍ୟରୁ ସେପରି ନ ଥିଲା।”


ହେ ଦାମ୍ଭିକମାନେ ପୁଣି, ଅସୁନ୍ନତି ହୃଦୟ ଓ କର୍ଣ୍ଣ ବିଶିଷ୍ଟ ଲୋକେ, ଆପଣମାନେ ସର୍ବଦା ପବିତ୍ର ଆତ୍ମାଙ୍କର ପ୍ରତିରୋଧ କରୁଅଛନ୍ତି; ଆପଣମାନଙ୍କର ପିତୃ-ପୁରୁଷମାନେ ଯେପରି ଆପଣମାନେ ମଧ୍ୟ ସେହିପରି।


ତଥାପି ସେମାନେ ଅନାଜ୍ଞାବହ ହେଲେ ଓ ତୁମ୍ଭ ବିରୁଦ୍ଧରେ ବିଦ୍ରୋହାଚରଣ କଲେ ଓ ତୁମ୍ଭ ବ୍ୟବସ୍ଥା ଆପଣା ପଛକୁ ପକାଇଲେ, ଆଉ ତୁମ୍ଭର ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ସେମାନଙ୍କୁ ତୁମ୍ଭ ପ୍ରତି ପୁନର୍ବାର ଫେରାଇବା ପାଇଁ ସେମାନଙ୍କୁ ଚେତାବନୀ ଦେଲେ, ତେଣୁ ସେମାନଙ୍କୁ ବଧ କଲେ ଓ ଅପମାନଜନକ କାର୍ଯ୍ୟ କଲେ।


ଯେହେତୁ ମୁଁ ତୁମ୍ଭର ବିଦ୍ରୋହିତା ଓ ଶକ୍ତଗ୍ରୀବତା ଜାଣେ; ଦେଖ, ଆଜି ମୁଁ ତୁମ୍ଭମାନଙ୍କ ମଧ୍ୟରେ ବଞ୍ଚି ଥାଉ ଥାଉ ତ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହୀ ହେଉଅଛ, ପୁଣି ମୋʼ ମରଣ ଉତ୍ତାରେ ଆଉ କେତେ ଅଧିକ ନ ହେବ?


ଏନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ଧାର୍ମିକତା ସକାଶୁ ତୁମ୍ଭକୁ ଏହି ଉତ୍ତମ ଦେଶ ଅଧିକାର କରିବାକୁ ଦେଉ ନାହାନ୍ତି, ଏହା ଜ୍ଞାତ ହୁଅ ଯେହେତୁ ତୁମ୍ଭେ ଶକ୍ତଗ୍ରୀବ ଲୋକ।


କୌଣସି ପୁରୁଷ କୌଣସି ସ୍ତ୍ରୀକୁ ବିବାହ କରି ଗ୍ରହଣ କଲା ଉତ୍ତାରେ ଯେବେ ସେ ତାହାଠାରେ କୌଣସି ଅବିଶ୍ୱସ୍ତ ବିଷୟ ପାଇବାରୁ ସେହି ସ୍ତ୍ରୀ ତାହା ଦୃଷ୍ଟିରେ ଅନୁଗ୍ରହ ନ ପାଏ, ତେବେ ସେ ପୁରୁଷ ତାହା ନିମନ୍ତେ ଏକ ଛାଡ଼ପତ୍ର ଲେଖି ତାହା ହସ୍ତରେ ଦେଇ ଆପଣା ଗୃହରୁ ତାହାକୁ ବିଦାୟ କରିବ।


Swiv nou:

Piblisite


Piblisite