Biblia Todo Logo
Bib sou entènèt

- Piblisite -




ମାର୍କ 11:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଏହା ଶୁଣି ତାହାଙ୍କୁ କିପ୍ରକାରେ ବିନାଶ କରିପାରନ୍ତି, ତାହା ଚେଷ୍ଟା କରିବାକୁ ଲାଗିଲେ; କାରଣ ଲୋକସମୂହ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେବାରୁ ସେମାନେ ତାହାଙ୍କୁ ଭୟ କରୁଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଏହା ଶୁଣି ତାହାଙ୍କୁ କିପ୍ରକାରେ ବିନାଶ କରି ପାରନ୍ତି, ତାହା ଚେଷ୍ଟା କରିବାକୁ ଲାଗିଲେ; କାରଣ ଲୋକସମୂହ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ଵିତ ହେବାରୁ ସେମାନେ ତାହାଙ୍କୁ ଭୟ କରୁଥିଲେ।

Gade chapit la Kopi

ଓଡିଆ ବାଇବେଲ

18 ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଏହା ଶୁଣି ତାହାଙ୍କୁ କିପ୍ରକାରେ ବିନାଶ କରି ପାରନ୍ତି, ତାହା ଚେଷ୍ଟା କରିବାକୁ ଲାଗିଲେ; କାରଣ ଲୋକସମୂହ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେବାରୁ ସେମାନେ ତାହାଙ୍କୁ ଭୟ କରୁଥିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ମୁଖ୍ୟ ପୁରୋହିତ ଓ ଧର୍ମଗୁରୁମାନେ ଏ ଘଟଣା ବିଷୟରେ ଶୁଣି ଯୀଶୁଙ୍କୁ ହତ୍ୟା କରିବା ପାଇଁ ଉପାୟ ଖୋଜିବାକୁ ଲାଗିଲେ। ସେମାନେ ଯୀଶୁଙ୍କୁ ଭୟ କରୁଥିଲେ। କାରଣ ଲୋକମାନେ ତାଙ୍କ ଶିକ୍ଷାରେ ମୁଗ୍ଧ ହୋଇଯାଇଥିଲେ।

Gade chapit la Kopi

ପବିତ୍ର ବାଇବଲ

18 ପ୍ରଧାନଯାଜକ ଓ ଧର୍ମଯାଜକମାନେ ଏ କଥା ଶୁଣିଲେ। ସେମାନେ ଯୀଶୁଙ୍କୁ ମାରିବା ପାଇଁ ବାଟ ଖୋଜିଲେ। କିନ୍ତୁ ସେଠାରେ ଜମା ହୋଇଥିବା ସବୁ ଲୋକେ ଯୀଶୁଙ୍କ ଉପଦେଶ ଶୁଣି ବିସ୍ମିତ ହୋଇଯାଇଥିବାରୁ ଧର୍ମଯାଜକମାନେ ଯୀଶୁଙ୍କୁ ଡରିଗଲେ।

Gade chapit la Kopi




ମାର୍କ 11:18
26 Referans Kwoze  

ଯୀଶୁ ଏହିସବୁ କଥା ଶେଷ କରନ୍ତେ ଲୋକମାନେ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେଲେ,


ଏଥିରେ ପ୍ରଧାନ ଯାଜକ, ଶାସ୍ତ୍ରୀ ଓ ପ୍ରାଚୀନବର୍ଗ ଯୀଶୁଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ସେମାନେ ଲୋକସମୂହକୁ ଭୟ କଲେ; କାରଣ ସେ ସେହି ଦୃଷ୍ଟାନ୍ତ ସେମାନଙ୍କୁ ଲକ୍ଷ୍ୟ କରି କହିଥିଲେ ବୋଲି ସେମାନେ ବୁଝିଲେ, ଆଉ ସେମାନେ ତାହାଙ୍କୁ ପରିତ୍ୟାଗ କରି ଚାଲିଗଲେ।


କିନ୍ତୁ ସେ ଧାର୍ମିକତା, ଆତ୍ମସଂଯମ ଓ ଆଗାମୀ ବିଚାର ବିଷୟରେ କଥା କହିବା ସମୟରେ ଫେଲୀକ୍ସ୍‌ ଭୟର ସହିତ ଉତ୍ତର ଦେଲେ, ବର୍ତ୍ତମାନ ତୁମ୍ଭେ ଯାଅ, ସୁବିଧା ସମୟ ପାଇଲେ ଆମ୍ଭେ ତୁମ୍ଭକୁ ଡକାଇବା।


ପଦାତିକମାନେ ଉତ୍ତର ଦେଲେ, ଏହି ବ୍ୟକ୍ତି ଯେପ୍ରକାରେ କଥା କହନ୍ତି, କୌଣସି ମନୁଷ୍ୟ କେବେ ସେପ୍ରକାରେ କହି ନାହିଁ।


ଏଥିରେ ଶାସ୍ତ୍ରୀ ଓ ପ୍ରଧାନ ଯାଜକମାନେ ସେହି ମୁହୂର୍ତ୍ତରେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ସେମାନେ ଲୋକମାନଙ୍କୁ ଭୟ କଲେ, କାରଣ ସେ ସେହି ଦୃଷ୍ଟାନ୍ତ ସେମାନଙ୍କୁ ଲକ୍ଷ୍ୟ କରି କହିଥିଲେ ବୋଲି ସେମାନେ ବୁଝିଲେ।


ଆଉ ସେ ପ୍ରତିଦିନ ମନ୍ଦିରରେ ଶିକ୍ଷା ଦେଉଥିଲେ, ମାତ୍ର ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଲୋକଙ୍କର ନେତାମାନଙ୍କ ସହିତ ତାହାଙ୍କୁ ବିନାଶ କରିବାକୁ ଚେଷ୍ଟା କରୁଥିଲେ,


ଆଉ, ସମସ୍ତେ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେବାକୁ ଲାଗିଲେ ଓ ତାହାଙ୍କ ମୁଖ ନିର୍ଗତ ଅନୁଗ୍ରହର ବାକ୍ୟରେ ଚମତ୍କୃତ ହେଲେ; ପୁଣି, ସେମାନେ କହିବାକୁ ଲାଗିଲେ, ଏ କଅଣ ଯୋଷେଫର ପୁତ୍ର ନୁହେଁ?


ଅବା ମନୁଷ୍ୟଠାରୁ ବୋଲି କଅଣ କହିବା? ସେମାନେ ଲୋକସମୂହକୁ ଭୟ କରୁଥିଲେ; କାରଣ ସମସ୍ତେ ଯୋହନଙ୍କୁ ପ୍ରକୃତରେ ଜଣେ ଭାବବାଦୀ ବୋଲି ମାନୁଥିଲେ।


କାରଣ ହେରୋଦ ଯୋହନଙ୍କୁ ଜଣେ ଧାର୍ମିକ ଓ ପବିତ୍ର ବ୍ୟକ୍ତି ଜାଣି ଭୟ କରୁଥିଲେ ଆଉ ତାହାଙ୍କୁ ରକ୍ଷା କରିବାକୁ ଚେଷ୍ଟା କରୁଥିଲେ, ପୁଣି, ତାହାଙ୍କ କଥା ଶୁଣି ଅତିଶୟ ଉଦ୍‌ବିଗ୍ନ ହେଲେ ସୁଦ୍ଧା ଆନନ୍ଦରେ ତାହା ଶୁଣୁଥିଲେ।


ତହିଁରେ ଫାରୂଶୀମାନେ ବାହାରିଯାଇ ତାହାଙ୍କୁ ବିନାଶ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ସେହିକ୍ଷଣି ହେରୋଦୀୟମାନଙ୍କ ସହିତ ମନ୍ତ୍ରଣା କରିବାକୁ ଲାଗିଲେ।


ଲୋକମାନେ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେଲେ, କାରଣ ସେ ଶାସ୍ତ୍ରୀମାନଙ୍କ ପରି ଶିକ୍ଷା ନ ଦେଇ ଅଧିକାରପ୍ରାପ୍ତ ବ୍ୟକ୍ତିଙ୍କ ପରି ସେମାନଙ୍କୁ ଶିକ୍ଷା ଦେଉଥିଲେ।


କିନ୍ତୁ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ତାହାଙ୍କ କରିଥିବା ଆଶ୍ଚର୍ଯ୍ୟକର୍ମଗୁଡ଼ିକୁ ଓ ମନ୍ଦିର ମଧ୍ୟରେ ହୋଶାନ୍ନା ଦାଉଦଙ୍କ ସନ୍ତାନ ବୋଲି ଉଚ୍ଚସ୍ୱର କରୁଥିବା ପିଲାମାନଙ୍କୁ ଦେଖି ବିରକ୍ତ ହେଲେ,


ଯାହାକୁ ମନୁଷ୍ୟ ଅବଜ୍ଞା କରେ, ଯାହାକୁ ଦେଶୀୟ ଲୋକମାନେ ଘୃଣା କରନ୍ତି, ଯେ ଶାସନକର୍ତ୍ତାମାନଙ୍କର ଦାସ, ତାହାକୁ ଇସ୍ରାଏଲର ମୁକ୍ତିଦାତା ଓ ତାହାର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କହନ୍ତି, “ବିଶ୍ୱାସନୀୟ ଓ ଇସ୍ରାଏଲର ଧର୍ମସ୍ୱରୂପ ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି, ତାହାଙ୍କ ସକାଶୁ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ; ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ।”


ତହୁଁ ଇସ୍ରାଏଲର ରାଜା ଯିହୋଶାଫଟ୍‍ଙ୍କୁ କହିଲେ, “ଏ ଆମ୍ଭ ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବ ନାହିଁ ବୋଲି କି ମୁଁ ତୁମ୍ଭକୁ କହିଲି ନାହିଁ?”


ତହିଁରେ ଇସ୍ରାଏଲର ରାଜା ଯିହୋଶାଫଟ୍‍ଙ୍କୁ କହିଲେ, “ଆଉ ଜଣେ ଅଛନ୍ତି, ଯାହା ଦ୍ୱାରା ଆମ୍ଭେମାନେ ସଦାପ୍ରଭୁଙ୍କୁ ପଚାରି ପାରୁ, ସେ ଇମ୍ଲର ପୁତ୍ର ମୀଖାୟ; ମାତ୍ର ମୁଁ ତାହାକୁ ଘୃଣା କରେ; କାରଣ ସେ ମୋʼ ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରେ ନାହିଁ।” ତହୁଁ ଯିହୋଶାଫଟ୍‍ କହିଲେ, “ରାଜା ଏପରି ନ କହନ୍ତୁ।”


ତହିଁରେ ଆହାବ ଏଲୀୟଙ୍କୁ କହିଲେ, “ହେ ମୋହର ଶତ୍ରୁ, ତୁମ୍ଭେ କʼଣ ମୋତେ ପାଇଲ?” ତହୁଁ ସେ ଉତ୍ତର କଲେ, “ମୁଁ ତୁମ୍ଭକୁ ପାଇଲି; ଯେହେତୁ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ କର୍ମ କରିବା ପାଇଁ ତୁମ୍ଭେ ଆପଣାକୁ ବିକ୍ରି କରିଅଛ।


ଆଉ ଯେତେ ଲୋକ ତାହାଙ୍କ କଥା ଶୁଣୁଥିଲେ, ସମସ୍ତେ ତାହାଙ୍କ ବୁଦ୍ଧି ଓ ଉତ୍ତରରେ ଆଚମ୍ଭିତ ହେଉଥିଲେ।


ଏଥିଉତ୍ତାରେ ଯୀଶୁ ଗାଲିଲୀରେ ଭ୍ରମଣ କରିବାକୁ ଲାଗିଲେ, କାରଣ କେତେକ ଯିହୁଦୀ ନେତାମାନେ ତାହାଙ୍କୁ ବଧ କରିବା ନିମନ୍ତେ ଚେଷ୍ଟା କରୁଥିବାରୁ ସେ ଯିହୂଦିୟା ପ୍ରଦେଶରେ ଭ୍ରମଣ କରିବାକୁ ଇଚ୍ଛା କରୁ ନ ଥିଲେ।


ମୋଶା କଅଣ ତୁମ୍ଭମାନଙ୍କୁ ବ୍ୟବସ୍ଥା ଦେଇ ନାହାନ୍ତି? ତଥାପି ତୁମ୍ଭମାନଙ୍କ ମଧ୍ୟରୁ କେହି ମୋଶାଙ୍କ ବ୍ୟବସ୍ଥା ପାଳନ କରୁ ନାହଁ। ତୁମ୍ଭେମାନେ କାହିଁକି ମୋତେ ବଧ କରିବାକୁ ଚେଷ୍ଟା କରୁଅଛ?”


Swiv nou:

Piblisite


Piblisite