Biblia Todo Logo
Bib sou entènèt

- Piblisite -




ମାର୍କ 11:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଆଉ, ଯେବେ କେହି ‘ତୁମ୍ଭମାନଙ୍କୁ କାହିଁକି ଏହା କରୁଅଛ ବୋଲି କହେ,’ ତେବେ କହିବ, ଏହାଠାରେ ପ୍ରଭୁଙ୍କର ପ୍ରୟୋଜନ ଅଛି, ଆଉ ସେ ପୁନର୍ବାର ତାହାକୁ ଅବିଳମ୍ବେ ଏଠାକୁ ପଠାଇଦେବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଆଉ, ଯେବେ କେହି ତୁମ୍ଭମାନଙ୍କୁ କାହିଁକି ଏହା କରୁଅଛ ବୋଲି କହେ, ତେବେ କହିବ, ଏହାଠାରେ ପ୍ରଭୁଙ୍କର ପ୍ରୟୋଜନ ଅଛି, ଆଉ ସେ ପୁନର୍ବାର ତାହାକୁ ଅବିଳମ୍ଵେ ଏଠାକୁ ପଠାଇଦେବେ।

Gade chapit la Kopi

ଓଡିଆ ବାଇବେଲ

3 ଆଉ, ଯେବେ କେହି ତୁମ୍ଭମାନଙ୍କୁ କାହିଁକି ଏହା କରୁଅଛ ବୋଲି କହେ, ତେବେ କହିବ, ଏହାଠାରେ ପ୍ରଭୁଙ୍କର ପ୍ରୟୋଜନ ଅଛି, ଆଉ ସେ ପୁନର୍ବାର ତାହାକୁ ଅବିଳମ୍ବେ ଏଠାକୁ ପଠାଇଦେବେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ‘କାହିଁକି ଏହା କରୁଛ’ ବୋଲି ଯଦି କିଏ ପଚାରେ; ତାକୁ କହିବ, ‘ଗୁରୁଙ୍କର ଦରକାର ଅଛି ଏବଂ ଶୀଘ୍ର ତାକୁ ଫେରାଇ ଦେବେ’।”

Gade chapit la Kopi

ପବିତ୍ର ବାଇବଲ

3 ଯଦି କୌଣସି ଲୋକ ତୁମ୍ଭମାନଙ୍କୁ ଗଧଛୁଆକୁ କାହିଁକି ନେଇ ଯାଉଛ ବୋଲି ପଗ୍ଭରେ, ତେବେ ତୁମ୍ଭେମାନେ ତାହାକୁ କହିବ, ‘ପ୍ରଭୁଙ୍କର ଏହା ଦରକାର ଅଛି। ତା'ପରେ ତାହାକୁ ଶୀଘ୍ର ଫେରାଇ ଦେବେ।’”

Gade chapit la Kopi




ମାର୍କ 11:3
11 Referans Kwoze  

କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭେମାନେ ଜାଣ, ତୁମ୍ଭେମାନେ ଯେପରି ତାହାଙ୍କ ଦରିଦ୍ରତା ଦ୍ୱାରା ଧନବାନ ହୁଅ, ଏଥିପାଇଁ ସେ ଧନୀ ହେଲେ ହେଁ କିପରି ତୁମ୍ଭମାନଙ୍କ ନିମନ୍ତେ ଦରିଦ୍ର ହେଲେ।


କିଅବା ତାହାଙ୍କର କୌଣସି ଅଭାବ ଥିବାରୁ ମନୁଷ୍ୟହସ୍ତ ଦ୍ୱାରା ସେବିତ ହୁଅନ୍ତି ନାହିଁ, ଯେଣୁ ସେ ସ୍ୱୟଂ ସମସ୍ତଙ୍କୁ ଜୀବନ, ନିଶ୍ୱାସ, ଓ ସମସ୍ତ ପଦାର୍ଥ ଦାନ କରନ୍ତି।


ସେ ତ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଶାନ୍ତିର ସୁସମାଚାର ପ୍ରଚାର କରାଇ ଇସ୍ରାଏଲ ସନ୍ତାନମାନଙ୍କ ନିକଟକୁ ଏହି ବାକ୍ୟ ପ୍ରେରଣ କଲେ; ସେହି ଯୀଶୁ ଖ୍ରୀଷ୍ଟ ସମସ୍ତଙ୍କର ପ୍ରଭୁ।


“ହେ ସର୍ବାନ୍ତର୍ଯ୍ୟାମୀ ପ୍ରଭୁ, ଯିହୂଦା ନିଜ ଉପଯୁକ୍ତ ସ୍ଥାନକୁ ଯିବା ନିମନ୍ତେ ଏହି ଯେଉଁ ସେବା ଓ ପ୍ରେରିତ ପଦରୁ ପତିତ ହୋଇଅଛି,


ସେଥିରେ ସେ ତୁମ୍ଭମାନଙ୍କୁ ସୁସଜ୍ଜିତ ଓ ପ୍ରସ୍ତୁତ ଗୋଟିଏ ଉପରିସ୍ଥ ବୃହତ କୋଠରୀ ଦେଖାଇଦେବେ; ସେ ସ୍ଥାନରେ ଆମ୍ଭମାନଙ୍କ ପାଇଁ ପ୍ରସ୍ତୁତ କର।”


ତୁମ୍ଭ ପରାକ୍ରମର ଦିନରେ ତୁମ୍ଭ ଲୋକମାନେ ସ୍ୱେଚ୍ଛାରେ ଆପଣାମାନଙ୍କୁ ଉତ୍ସର୍ଗ କରନ୍ତି; ପବିତ୍ରତାର ସୌନ୍ଦର୍ଯ୍ୟରେ ଅରୁଣର ଗର୍ଭରୁ ତୁମ୍ଭର ଯୁବକଗଣ ଶିଶିର ତୁଲ୍ୟ ଉତ୍ପନ୍ନ।


ପୃଥିବୀ ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ସଦାପ୍ରଭୁଙ୍କର।


“ତୁମ୍ଭମାନଙ୍କ ସମ୍ମୁଖସ୍ଥ ସେହି ଗ୍ରାମକୁ ଯାଅ; ସେଥିରେ ପ୍ରବେଶ କରିବା କ୍ଷଣି, ଯାହା ଉପରେ କେହି କେବେ ଚଢ଼ି ନାହିଁ, ଏପରି ଗୋଟିଏ ଗଧଛୁଆ ବନ୍ଧା ହୋଇଥିବା ଦେଖିବ; ତାହାକୁ ଫିଟାଇ ଘେନିଆସ।


ସେମାନେ ଯାଇ ଦ୍ୱାର ନିକଟରେ ବାହାର ଦାଣ୍ଡରେ ଗୋଟିଏ ଗଧଛୁଆକୁ ବନ୍ଧା ହୋଇଥିବା ଦେଖି ତାହାକୁ ଫିଟାଇଲେ।


Swiv nou:

Piblisite


Piblisite