Biblia Todo Logo
Bib sou entènèt

- Piblisite -




ମାର୍କ 12:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ସେଥିରେ ଯୀଶୁ ସେମାନଙ୍କୁ କହିଲେ, “କାଇସରଙ୍କର ଯାହା, ତାହା କାଇସରଙ୍କୁ ଦିଅ; ପୁଣି, ଈଶ୍ବରଙ୍କର ଯାହା, ତାହା ଈଶ୍ବରଙ୍କୁ ଦିଅ।” ତହିଁରେ ସେମାନେ ଯୀଶୁଙ୍କ କଥାରେ ଅତ୍ୟନ୍ତ ଚମତ୍କୃତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ସେଥିରେ ଯୀଶୁ ସେମାନଙ୍କୁ କହିଲେ, କାଇସରଙ୍କର ଯାହା, ତାହା କାଇସରଙ୍କୁ ଦିଅ; ପୁଣି, ଈଶ୍ଵରଙ୍କର ଯାହା, ତାହା ଈଶ୍ଵରଙ୍କୁ ଦିଅ। ତହିଁରେ ସେମାନେ ତାହାଙ୍କ କଥାରେ ଅତ୍ୟ; ଚମତ୍କୃତ ହେଲେ।

Gade chapit la Kopi

ଓଡିଆ ବାଇବେଲ

17 ସେଥିରେ ଯୀଶୁ ସେମାନଙ୍କୁ କହିଲେ, କାଇସରଙ୍କର ଯାହା, ତାହା କାଇସରଙ୍କୁ ଦିଅ; ପୁଣି, ଈଶ୍ୱରଙ୍କର ଯାହା, ତାହା ଈଶ୍ୱରଙ୍କୁ ଦିଅ । ତହିଁରେ ସେମାନେ ଯୀଶୁଙ୍କ କଥାରେ ଅତ୍ୟନ୍ତ ଚମତ୍କୃତ ହେଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

17 ଯୀଶୁ କହିଲେ, “ତା’ହେଲେ, ଯାହା ସମ୍ରାଟଙ୍କର, ତାହା ସମ୍ରାଟଙ୍କୁ ଦିଅ; ଯାହା ଈଶ୍ୱରଙ୍କର, ତାହା ଈଶ୍ୱରଙ୍କୁ ଦିଅ।” ଯୀଶୁଙ୍କର ଏ କଥାରେ ସେମାନେ ହତବାକ୍ ହେଲେ।

Gade chapit la Kopi

ପବିତ୍ର ବାଇବଲ

17 ତା'ପରେ ଯୀଶୁ ସେମାନଙ୍କୁ କହିଲେ, “ଯାହା କାଇସରଙ୍କର, ତାହା କାଇସରଙ୍କୁ ଦିଅ ଓ ଯାହା ପରମେଶ୍ୱରଙ୍କର, ତାହା ପରମେଶ୍ୱରଙ୍କୁ ଦିଅ।” ଏହା ଶୁଣି ସମସ୍ତେ ଆଶ୍ଚର୍ଯ୍ୟ ହୋଇଗଲେ।

Gade chapit la Kopi




ମାର୍କ 12:17
22 Referans Kwoze  

ଯାହାଙ୍କର ଯାହା ପ୍ରାପ୍ୟ, ତାହାଙ୍କୁ ତାହା ଦିଅ; ଯାହାଙ୍କୁ ରାଜସ୍ୱ ଦେବାକୁ ହୁଏ, ତାହାଙ୍କୁ ରାଜସ୍ୱ ଦିଅ; ଯାହାଙ୍କୁ ଶୁଳ୍କ ଦେବାକୁ ହୁଏ, ତାହାଙ୍କୁ ଶୁଳ୍କ ଦିଅ; ଯାହାଙ୍କୁ ଭୟ କରିବାକୁ ହୁଏ, ତାହାଙ୍କୁ ଭୟ କର; ଯାହାଙ୍କୁ ସମାଦର କରିବାକୁ ହୁଏ, ତାହାଙ୍କୁ ସମାଦର କର।


ସମସ୍ତଙ୍କୁ ସମାଦର କର, ଭାଇମାନଙ୍କୁ ପ୍ରେମ କର, ଈଶ୍ବରଙ୍କୁ ଭୟ କର, ରାଜାଙ୍କୁ ସମାଦର କର।


କିମ୍ବା ଆପଣା ଆପଣାର ଅଙ୍ଗପ୍ରତ୍ୟଙ୍ଗକୁ ଅଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ପାପ ନିକଟରେ ସମର୍ପଣ କର ନାହିଁ, କିନ୍ତୁ ମୃତମାନଙ୍କ ମଧ୍ୟରୁ ଜୀବିତ ହେଲା ପରି ଆପଣା ଆପଣାକୁ ଈଶ୍ବରଙ୍କ ନିକଟରେ ସମର୍ପଣ କର, ପୁଣି, ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ଈଶ୍ବରଙ୍କ ନିକଟରେ ସମର୍ପଣ କର।


ହେ ମୋହର ପୁତ୍ର, ସଦାପ୍ରଭୁଙ୍କୁ ଓ ରାଜାଙ୍କୁ ଭୟ କର, ପୁଣି, ଚଞ୍ଚଳମତିମାନଙ୍କ ସଙ୍ଗରେ ଲିପ୍ତ ହୁଅ ନାହିଁ।


ଅତଏବ, ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ଈଶ୍ବରଙ୍କ ଦୟା ହେତୁ ବିନତି କରୁଅଛି, ତୁମ୍ଭେମାନେ ଆପଣା ଆପଣା ଶରୀରକୁ ସଜୀବ, ପବିତ୍ର ଓ ଈଶ୍ବରଙ୍କ ସୁଗ୍ରାହ୍ୟ ବଳି ରୂପେ ଉତ୍ସର୍ଗ କର, ଏହା ତ ତୁମ୍ଭମାନଙ୍କର ଯୁକ୍ତିଯୁକ୍ତ ଉପାସନା।


ସେଥିରେ କେହି ତାହାଙ୍କୁ ପଦେ ହେଲେ ଉତ୍ତର ଦେଇ ପାରିଲେ ନାହିଁ, ପୁଣି, ସେହି ଦିନଠାରୁ କେହି ତାହାଙ୍କୁ ପ୍ରଶ୍ନ ପଚାରିବାକୁ ସାହସ କଲେ ନାହିଁ।


ସେମାନେ ଏହା ଶୁଣି ଚମତ୍କୃତ ହୋଇ ତାହାଙ୍କୁ ଛାଡ଼ି ଚାଲିଗଲେ।


“ପୁତ୍ର ଆପଣା ପିତାକୁ ଓ ଦାସ ଆପଣା ମୁନିବକୁ ସମାଦର କରେ; ମାତ୍ର ଆମ୍ଭେ ଯଦି ପିତା ଅଟୁ, ତେବେ ଆମ୍ଭର ସମାଦର କାହିଁ? ଓ ଆମ୍ଭେ ଯଦି ମୁନିବ ଅଟୁ, ତେବେ ଆମ୍ଭ ପ୍ରତି ଭୟ କାହିଁ? ହେ ଆମ୍ଭ ନାମର ଅବଜ୍ଞାକାରୀ ଯାଜକଗଣ, ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭମାନଙ୍କୁ ଏହା କହନ୍ତି। ପୁଣି, ତୁମ୍ଭେମାନେ କହୁଅଛ, ‘ଆମ୍ଭେମାନେ କାହିଁରେ ତୁମ୍ଭ ନାମ ଅବଜ୍ଞା କରିଅଛୁ।’


‘ଆଉ ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ସମସ୍ତ ମନ ଓ ସମସ୍ତ ଶକ୍ତି ଦେଇ ପ୍ରଭୁ ଆପଣା ଈଶ୍ବରଙ୍କୁ ପ୍ରେମ କର।’


ଲୋକମାନେ ଏହା ଶୁଣି ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେଲେ।


ହେ ମୋହର ପୁତ୍ର, ତୁମ୍ଭ ହୃଦୟ ମୋତେ ଦିଅ, ପୁଣି, ତୁମ୍ଭ ଚକ୍ଷୁ ମୋʼ ପଥରେ ତୁଷ୍ଟ ହେଉ।


ଯୀଶୁ ଏହା ଶୁଣି ଚମତ୍କୃତ ହୋଇ ପଛରେ ଆସୁଥିବା ଲୋକଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଇସ୍ରାଏଲ ମଧ୍ୟରେ କାହାରିଠାରେ ଏଡ଼େ ବଡ଼ ବିଶ୍ୱାସ ପାଇ ନାହିଁ।


ସେମାନେ କହିଲେ, କାଇସରଙ୍କର। ସେଥିରେ ସେ ସେମାନଙ୍କୁ କହିଲେ, “ତେବେ କାଇସର ସମ୍ରାଟଙ୍କର ଯାହା, ତାହା କାଇସରଙ୍କୁ ଦିଅ; ପୁଣି, ଈଶ୍ବରଙ୍କର ଯାହା, ତାହା ଈଶ୍ବରଙ୍କୁ ଦିଅ।”


ତହିଁରେ ସେମାନେ ତାହା ଆଣିଲେ। ଯୀଶୁ ସେମାନଙ୍କୁ ପଚାରିଲେ, “ଏହି ମୂର୍ତ୍ତି ଓ ନାମ କାହାର?” ସେମାନେ ତାହାଙ୍କୁ କହିଲେ, କାଇସରଙ୍କର।


ସେଥିରେ ସେ ସେମାନଙ୍କୁ କହିଲେ, ତେବେ ଯାହା କାଇସରଙ୍କର, ତାହା କାଇସରଙ୍କୁ ଦିଅ; ପୁଣି, ଯାହା ଈଶ୍ବରଙ୍କର, ତାହା ଈଶ୍ବରଙ୍କୁ ଦିଅ।


Swiv nou:

Piblisite


Piblisite