Biblia Todo Logo
Bib sou entènèt

- Piblisite -




ମାର୍କ 12:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ମାତ୍ର ମୃତମାନେ ଯେ ଉତ୍ଥିତ ହୁଅନ୍ତି, ସେ ସମ୍ବନ୍ଧରେ ତୁମ୍ଭେମାନେ କି ମୋଶାଙ୍କ ଶାସ୍ତ୍ରରେ ବୁଦାର ବୃତ୍ତାନ୍ତରେ ପାଠ କରି ନାହଁ ଯେ ଈଶ୍ବର କିପରି ତାହାଙ୍କୁ କହିଲେ, ଆମ୍ଭେ ଅବ୍ରହାମଙ୍କ ଈଶ୍ବର, ଇସ୍‌ହାକଙ୍କ ଈଶ୍ବର ଓ ଯାକୁବଙ୍କ ଈଶ୍ବର?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ମାତ୍ର ମୃତମାନେ ଯେ ଉତ୍ଥିତ ହୁଅନ୍ତି, ସେସମ୍ଵନ୍ଧରେ ତୁମ୍ଭେମାନେ କି ମୋଶାଙ୍କ ଶାସ୍ତ୍ରରେ ବୁଦାର ବୃତ୍ତାନ୍ତରେ ପାଠ କରି ନାହଁ ଯେ, ଈଶ୍ଵର କିପରି ତାହାଙ୍କୁ କହିଲେ, ଆମ୍ଭେ ଅବ୍ରହାମଙ୍କ ଈଶ୍ଵର, ଇସ୍‍ହାକଙ୍କ ଈଶ୍ଵର ଓ ଯାକୁବଙ୍କ ଈଶ୍ଵର?

Gade chapit la Kopi

ଓଡିଆ ବାଇବେଲ

26 ମାତ୍ର ମୃତମାନେ ଯେ ଉତ୍ଥିତ ହୁଅନ୍ତି, ସେ ସମ୍ବନ୍ଧରେ ତୁମ୍ଭେମାନେ କି ମୋଶାଙ୍କ ଶାସ୍ତ୍ରରେ ବୁଦାର ବୃତ୍ତାନ୍ତରେ ପାଠ କରି ନାହଁ ଯେ ଈଶ୍ୱର କିପରି ତାହାଙ୍କୁ କହିଲେ, ଆମ୍ଭେ ଅବ୍ରାହାମଙ୍କ ଈଶ୍ୱର, ଇସ୍‌ହାକଙ୍କ ଈଶ୍ୱର ଓ ଯାକୁବଙ୍କ ଈଶ୍ୱର ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

26 ମୃତବ୍ୟକ୍ତିମାନଙ୍କର ପୁନରୁତ୍ଥାନ କଥା ପଚାରୁଛ? ମୋଶାଙ୍କ ପୁସ୍ତକରେ ଜ୍ୱଳନ୍ତ ବୁଦା ବିଷୟରେ ପଢ଼ି ନାହଁ କି? ସେଥିରେ ଲେଖା ଅଛି, ଈଶ୍ୱର ମୋଶାଙ୍କୁ କହିଲେ, ‘ଆମେ ଅବ୍ରାହାମଙ୍କ ଈଶ୍ୱର, ଯିସାହକଙ୍କ ଈଶ୍ୱର ଓ ଯାକୁବଙ୍କ ଈଶ୍ୱର!’

Gade chapit la Kopi

ପବିତ୍ର ବାଇବଲ

26 ପୁନରୁ‌ତ୍‌ଥିତ ଲୋକଙ୍କ ବିଷୟରେ ତୁମ୍ଭେମାନେ କ’ଣ ମୋଶାଙ୍କ ପୁସ୍ତକରେ ଲିଖିତ ବୁଦାବୃତ୍ତାନ୍ତଟି ପଢ଼ି ନାହଁ? ସେଥିରେ ପରମେଶ୍ୱର ମୋଶାଙ୍କୁ କହିଛନ୍ତି, ‘ମୁଁ ଅବ୍ରହାମଙ୍କ ପରମେଶ୍ୱର, ଇ‌‌ସ୍‌‌ହାକର ପରମେଶ୍ୱର, ଯାକୁବର ପରମେଶ୍ୱର’।

Gade chapit la Kopi




ମାର୍କ 12:26
16 Referans Kwoze  

ମାତ୍ର ମୃତମାନେ ଯେ ଉଠିବେ, ଏହା ମୋଶା ମଧ୍ୟ ବୁଦାର ଘଟଣାରେ ପ୍ରଭୁଙ୍କୁ ‘ଅବ୍ରହାମଙ୍କ ଈଶ୍ବର, ଇସ୍‌ହାକଙ୍କ ଈଶ୍ବର ଓ ଯାକୁବଙ୍କ ଈଶ୍ବର’ ବୋଲି କହି ସୂଚନା ଦେଇଅଛନ୍ତି।


ପୁଣି, ସେଠାରେ ଏକ ବେଦି ନିର୍ମାଣ କରି ତାହାର ନାମ ଏଲ-ଇଲୋହେ-ଇସ୍ରାଏଲ ରଖିଲା।


ତୁମ୍ଭେ ଯାଇ ଇସ୍ରାଏଲ ବଂଶର ପ୍ରାଚୀନଗଣକୁ ଏକତ୍ର କରି ଏହି କଥା କୁହ, ‘ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍‍, ଅବ୍ରହାମ, ଇସ୍‌ହାକ ଓ ଯାକୁବର ପରମେଶ୍ୱର ସଦାପ୍ରଭୁ ମୋତେ ଦର୍ଶନ ଦେଇ କହିଅଛନ୍ତି, ଆମ୍ଭେ ତୁମ୍ଭମାନଙ୍କର ଓ ମିସରରେ ତୁମ୍ଭମାନଙ୍କ ପ୍ରତି ଯାହା ଯାହା କରାଯାଉଅଛି, ସେସମସ୍ତ ବିଷୟର ଧ୍ୟାନ ଦେଇଅଛୁ।


ସେତେବେଳେ ଯାକୁବ କହିଲା, “ହେ ମୋହର ପିତା ଅବ୍ରହାମଙ୍କର ପରମେଶ୍ୱର, ହେ ମୋହର ପିତା ଇସ୍‌ହାକଙ୍କର ପରମେଶ୍ୱର, ହେ ସଦାପ୍ରଭୋ, ତୁମ୍ଭେ ମୋତେ କହିଥିଲ, ‘ତୁମ୍ଭେ ଆପଣା ଦେଶ ଓ ଜ୍ଞାତିମାନଙ୍କ ନିକଟକୁ ଫେରିଯାଅ, ତହିଁରେ ଆମ୍ଭେ ତୁମ୍ଭର ମଙ୍ଗଳ କରିବା।’


ମୋର ପୈତୃକ ପରମେଶ୍ୱର, ଅବ୍ରହାମର ପରମେଶ୍ୱର ଓ ଇସ୍‌ହାକର ଭୟସ୍ଥାନ ଯଦି ମୋହର ସହାୟ ହୋଇ ନ ଥାʼନ୍ତେ, ତେବେ ଅବଶ୍ୟ ଏବେ ତୁମ୍ଭେ ମୋତେ ଖାଲି ହାତରେ ବିଦାୟ କରିଥାʼନ୍ତ। ପରମେଶ୍ୱର ମୋହର ଦୁଃଖ ଓ ହସ୍ତର ପରିଶ୍ରମ ଦେଖିଅଛନ୍ତି; ଏଣୁ ଗତ ରାତ୍ରିରେ ତୁମ୍ଭକୁ ଧମକାଇଲେ।”


ସେହି ରାତ୍ରରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ତୁମ୍ଭ ପିତା ଅବ୍ରହାମର ପରମେଶ୍ୱର ଅଟୁ; ଭୟ କର ନାହିଁ, କାରଣ ଆମ୍ଭେ ଆପଣା ଦାସ ଅବ୍ରହାମ ସକାଶୁ ତୁମ୍ଭର ସହାୟ ଅଟୁ ଓ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ବଂଶ ବୃଦ୍ଧି କରିବା।”


ତୁମ୍ଭେମାନେ କି ଧର୍ମଶାସ୍ତ୍ରର ଏହି ବାକ୍ୟ ମଧ୍ୟ ପାଠ କରି ନାହଁ, ‘ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପ୍ରସ୍ତର ହେଲା;


ଆଉ ଦେଖ, ସଦାପ୍ରଭୁ ତହିଁ ଉପରେ ଠିଆ ହୋଇ କହିଲେ, “ଆମ୍ଭେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମର ପରମେଶ୍ୱର ଓ ଇସ୍‌ହାକର ପରମେଶ୍ୱର ଅଟୁ; ତୁମ୍ଭେ ଏହି ଯେଉଁ ଦେଶରେ ଶୟନ କରୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ତୁମ୍ଭ ବଂଶକୁ ଦେବା।


ଯେଣୁ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ହେଲା ଉତ୍ତାରେ ଲୋକେ ବିବାହ କରନ୍ତି ନାହିଁ କିମ୍ବା ବିବାହିତା ହୁଅନ୍ତି ନାହିଁ, କିନ୍ତୁ ସ୍ୱର୍ଗସ୍ଥ ଦୂତମାନଙ୍କ ପରି ରୁହନ୍ତି।


ଯୀଶୁ ତାହାଙ୍କୁ କହିଲେ, “ମୋତେ ଧରି ରଖ ନାହିଁ, କାରଣ ମୁଁ ଏପର୍ଯ୍ୟନ୍ତ ପିତାଙ୍କ ନିକଟକୁ ଆରୋହଣ କରି ନାହିଁ; କିନ୍ତୁ ମୋହର ଭାଇମାନଙ୍କ ନିକଟକୁ ଯାଇ ସେମାନଙ୍କୁ କୁହ, ‘ମୁଁ ମୋହର ପିତା ଓ ତୁମ୍ଭମାନଙ୍କର ପିତା, ମୋହର ଈଶ୍ବର ଓ ତୁମ୍ଭମାନଙ୍କର ଈଶ୍ବରଙ୍କ ନିକଟକୁ ଆରୋହଣ କରୁଅଛି।’”


ଈଶ୍ବର ଆପଣାର ଯେଉଁ ଲୋକମାନଙ୍କୁ ପୂର୍ବରୁ ଜାଣିଥିଲେ, ସେମାନଙ୍କୁ ପରିତ୍ୟାଗ କରି ନାହାନ୍ତି; ଏଲୀୟଙ୍କ ବିବରଣରେ ଶାସ୍ତ୍ର କଅଣ କହେ, ତାହା କି ତୁମ୍ଭେମାନେ ଜାଣ ନାହିଁ? ସେ କିପରି ଇସ୍ରାଏଲ ବିରୁଦ୍ଧରେ ଈଶ୍ବରଙ୍କଠାରେ ନିବେଦନ କରନ୍ତି,


Swiv nou:

Piblisite


Piblisite