Biblia Todo Logo
Bib sou entènèt

- Piblisite -




ମାର୍କ 12:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତାହାଙ୍କ ନିକଟରେ ଆପଣା ପ୍ରିୟ ପୁତ୍ର ମାତ୍ର ରହିଥିଲେ। ମୋହର ପୁଅକୁ ସେମାନେ ମାନ୍ୟ କରିବେ, ଏହା ଭାବି ସେ ଅବଶେଷରେ ତାହାଙ୍କୁ କୃଷକମାନଙ୍କ ନିକଟକୁ ପଠାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ତାଙ୍କ ନିକଟରେ ଜଣେ ମାତ୍ର ରହିଲେ, ସେ ତାଙ୍କ ପ୍ରିୟ ପୁତ୍ର। ମୋର ପୁଅକୁ ସେମାନେ ମାନ୍ୟ କରିବେ, ଏହା କହି ସେ ଅବଶେଷରେ ତାଙ୍କୁ ସେମାନଙ୍କ ନିକଟକୁ ପଠାଇଲେ।

Gade chapit la Kopi

ଓଡିଆ ବାଇବେଲ

6 ତାଙ୍କ ନିକଟରେ ଜଣେ ମାତ୍ର ରହିଲେ, ସେ ତାଙ୍କ ପ୍ରିୟ ପୁତ୍ର । ମୋର ପୁଅକୁ ସେମାନେ ମାନ୍ୟ କରିବେ, ଏହା କହି ସେ ଅବଶେଷରେ ତାଙ୍କୁ କୃଷକମାନଙ୍କ ନିକଟକୁ ପଠାଇଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ଏବେ ମାଲିକଙ୍କ ପାଖରେ କେବଳ ଜଣେ ମାତ୍ର ବାକୀ ରହିଲେ - ତାଙ୍କର ପ୍ରିୟ ପୁତ୍ର। ମାଲିକ ଭାବିଲେ, “ସେମାନେ ମୋ’ ପୁଅକୁ ନିଶ୍ଚୟ ଖାତିର କରିବେ।” ଏହା ଭାବି ଶେଷରେ ଚାଷୀମାନଙ୍କ ପାଖକୁ ନିଜ ପୁତ୍ରକୁ ପଠାଇଲେ।

Gade chapit la Kopi

ପବିତ୍ର ବାଇବଲ

6 “ଲୋକଟି ପାଖରେ କୃଷକମାନଙ୍କ ପାଖକୁ ପାଠାଇବା ପାଇଁ ଆଉ ଜଣେ ମାତ୍ର ବାକି ଥିଲା। ସେ ଜଣକ ତାହାର ପୁଅ। ସେହି ଲୋକଟି ପୁଅକୁ ଖୁବ୍ ଭଲ ପାଉଥିଲା। କିନ୍ତୁ ସେ କୃଷକମାନଙ୍କ ପାଖକୁ ପୁଅକୁ ପଠାଇବାକୁ ସ୍ଥିର କଲା। କାରଣ କୃଷକମାନଙ୍କ ପାଖକୁ ପଠାଇବା ପାଇଁ ପୁଅ ହିଁ ଶେଷ ବ୍ୟକ୍ତି ଥିଲା। ସେ କହିଲା, ‘କୃଷକମାନେ ମୋର ପୁଅକୁ ନିଶ୍ଚୟ ସମ୍ମାନ ଦେବେ।’

Gade chapit la Kopi




ମାର୍କ 12:6
32 Referans Kwoze  

ଆଉ, ମୁଁ ତାହା ଦେଖିଅଛି ଓ ସେ ଈଶ୍ବରଙ୍କ ପୁତ୍ର ବୋଲି ସାକ୍ଷ୍ୟ ଦେଇଅଛି।


ଆଉ ଦେଖ, ଆକାଶରୁ ଏହି ବାଣୀ ହେଲା, “ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ।”


ଏଥିରେ ହିଁ ଈଶ୍ବରଙ୍କ ପ୍ରେମ ଆମ୍ଭମାନଙ୍କ ପ୍ରତି ପ୍ରକାଶିତ ହୋଇଅଛି ଯେ, ସେ ଆପଣାର ଅଦ୍ୱିତୀୟ ପୁତ୍ରଙ୍କୁ ଜଗତକୁ ପ୍ରେରଣ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଜୀବନ ପ୍ରାପ୍ତ ହେଉ।


ପୁଣି, ଯେଉଁ ସମୟରେ ସେ ପ୍ରଥମଜାତଙ୍କୁ ପୁନର୍ବାର ଜଗତ ମଧ୍ୟରେ ପ୍ରବେଶ କରାଇବେ, ସେହି ସମୟକୁ ଲକ୍ଷ୍ୟ କରି ସେ କହନ୍ତି, “ଈଶ୍ବରଙ୍କର ସମସ୍ତ ଦୂତ ତାହାଙ୍କୁ ପ୍ରଣାମ କରନ୍ତୁ।”


ଯେ ପୁତ୍ରଙ୍କୁ ସମାଦର କରେ ନାହିଁ, ସେ ତାହାଙ୍କର ପ୍ରେରଣକର୍ତ୍ତା ପିତାଙ୍କୁ ମଧ୍ୟ ସମାଦର କରେ ନାହିଁ।


ପିତା ପୁତ୍ରଙ୍କୁ ପ୍ରେମ କରନ୍ତି, ପୁଣି, ସମସ୍ତ ବିଷୟ ତାହାଙ୍କ ହସ୍ତରେ ଅର୍ପଣ କରିଅଛନ୍ତି।


ନିଥନିୟେଲ ତାହାଙ୍କୁ ଉତ୍ତର ଦେଲେ, ହେ ଗୁରୁ ଆପଣ ଈଶ୍ବରଙ୍କ ପୁତ୍ର, ଆପଣ ଇସ୍ରାଏଲର ରାଜା।


କେହି କେବେ ଈଶ୍ବରଙ୍କୁ ଦେଖି ନାହିଁ, ପିତାଙ୍କ କୋଳସ୍ଥିତ ଅଦ୍ୱିତୀୟ ପୁତ୍ର ତାହାଙ୍କୁ ପ୍ରକାଶ କଲେ।


ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ।


ପୁଣି, ସେହି ମେଘରୁ ଏହି ବାଣୀ ହେଲା, ଏ ଆମ୍ଭର ପୁତ୍ର, ଆମ୍ଭର ମନୋନୀତ, ଏହାଙ୍କ ବାକ୍ୟ ଶୁଣ।


ପୁଣି, ପବିତ୍ର ଆତ୍ମା କପୋତର ଦେହ ଧାରଣ କରି ତାହାଙ୍କ ଉପରକୁ ଓହ୍ଲାଇ ଆସିଲେ; ଆଉ ଆକାଶରୁ ଏହି ବାଣୀ ହେଲା, ତୁମ୍ଭେ ଆମ୍ଭର ପ୍ରିୟ ପୁତ୍ର, ତୁମ୍ଭଠାରେ ଆମ୍ଭର ପରମ ସନ୍ତୋଷ।


ପୁଣି, ଖଣ୍ଡେ ମେଘ ଆସି ସେମାନଙ୍କୁ ଆଚ୍ଛାଦନ କଲା, ଆଉ ସେହି ମେଘରୁ ଏହି ବାଣୀ ହେଲା, ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କ ବାକ୍ୟ ଶ୍ରବଣ କର।


ପୁଣି, ଆକାଶରୁ ଏହି ବାଣୀ ହେଲା, “ତୁମ୍ଭେ ଆମ୍ଭର ପ୍ରିୟ ପୁତ୍ର, ତୁମ୍ଭଠାରେ ଆମ୍ଭର ପରମ ସନ୍ତୋଷ।”


କିନ୍ତୁ ଯୀଶୁ ମୌନ ହୋଇ ରହିଲେ। ସେଥିରେ ମହାଯାଜକ ତାହାଙ୍କୁ କହିଲେ, ଆମ୍ଭେ ତୁମ୍ଭକୁ ଜୀବନ୍ତ ଈଶ୍ବରଙ୍କ ନାମରେ ଶପଥ ଦେଉଅଛୁ, ଆମ୍ଭମାନଙ୍କୁ କୁହ, ତୁମ୍ଭେ କି ଈଶ୍ବରଙ୍କ ପୁତ୍ର ଖ୍ରୀଷ୍ଟ?


ସେ ଏହି କଥା କହୁ କହୁ, ଦେଖ, ଖଣ୍ଡେ ମେଘ ସେମାନଙ୍କୁ ଆଚ୍ଛାଦନ କଲା, ଆଉ ଦେଖ, ସେହି ମେଘରୁ ଏହି ବାଣୀ ହେଲା, “ଏ ଆମ୍ଭର ପ୍ରିୟ ପୁତ୍ର ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ ଏହାଙ୍କ ବାକ୍ୟ ଶୁଣ।”


ମୋହର ପିତାଙ୍କ କର୍ତ୍ତୃକ ସମସ୍ତ ବିଷୟ ମୋʼ ଠାରେ ସମର୍ପିତ ହୋଇଅଛି, ଆଉ ପୁତ୍ରଙ୍କୁ କେହି ଜାଣେ ନାହିଁ, କେବଳ ପିତା ଜାଣନ୍ତି, ପୁଣି, ପିତାଙ୍କୁ କେହି ଜାଣେ ନାହିଁ, କେବଳ ପୁତ୍ର ଜାଣନ୍ତି, ଆଉ ପୁତ୍ର ଯାହା ପାଖରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ।


“ଦେଖ, ଜଣେ କନ୍ୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବେ, ଆଉ ଲୋକେ ତାହାଙ୍କ ନାମ ଇମ୍ମାନୁଏଲ ଦେବେ,” ଏହି ନାମର ଅର୍ଥ “ଆମ୍ଭମାନଙ୍କ ସହିତ ଈଶ୍ବର।”


ଯାହାଙ୍କୁ ଆମ୍ଭେ ଧାରଣ କରୁ, ଏପରି ଆମ୍ଭ ଦାସଙ୍କୁ, ଯାହାଙ୍କଠାରେ ଆମ୍ଭ ଚିତ୍ତ ସନ୍ତୁଷ୍ଟ, ଏପରି ଆମ୍ଭର ମନୋନୀତ ଲୋକଙ୍କୁ ଦେଖ; ଆମ୍ଭେ ତାହାଙ୍କ ଉପରେ ଆପଣା ଆତ୍ମା ସ୍ଥାପନ କରିଅଛୁ; ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟକୁ ନ୍ୟାୟବିଚାର ଆଣିବେ।


ପୁତ୍ରଙ୍କୁ ଚୁମ୍ବନ କର, ନୋହିଲେ ସେ କ୍ରୁଦ୍ଧ ହେବେ ଓ ତୁମ୍ଭେମାନେ ପଥରେ ବିନଷ୍ଟ ହେବ, କାରଣ ଶୀଘ୍ର ତାହାଙ୍କର କ୍ରୋଧ ପ୍ରଜ୍ୱଳିତ ହେବ। ଯେଉଁମାନେ ତାହାଙ୍କର ଶରଣ ନିଅନ୍ତି, ସେସମସ୍ତେ ଧନ୍ୟ।


ସେହି ଯୋଷେଫ ଇସ୍ରାଏଲର ବୃଦ୍ଧାବସ୍ଥାର ସନ୍ତାନ ହେବା ସକାଶୁ ଇସ୍ରାଏଲ ସମସ୍ତ ପୁତ୍ରଠାରୁ ତାକୁ ଅଧିକ ସ୍ନେହ କଲେ, ଆଉ ତାକୁ ନାନା ବର୍ଣ୍ଣର ଏକ ଅଙ୍ଗରଖା ପ୍ରସ୍ତୁତ କରି ଦେଇଥିଲେ।


ତହିଁରେ ସେ କହିଲେ, “ତୁମ୍ଭେ ସେହି ବାଳକର ପ୍ରତିକୂଳରେ ହସ୍ତ ବିସ୍ତାର କର ନାହିଁ ଓ ତାହା ପ୍ରତି କିଛି କର ନାହିଁ; କାରଣ ପରମେଶ୍ୱରଙ୍କ ପ୍ରତି ତୁମ୍ଭର ଭୟ ଅଛି, ଏହା ଏବେ ଆମ୍ଭେ ବୁଝିଲୁ; ଯେହେତୁ ତୁମ୍ଭେ ଆମ୍ଭଙ୍କୁ ଆପଣାର ପୁତ୍ର, ଆପଣାର ଏକମାତ୍ର ପୁତ୍ର ଦେବାକୁ ହିଁ ଅସମ୍ମତ ନୋହିଲ।”


ସେତେବେଳେ ସେ କହିଲେ, “ତୁମ୍ଭେ ଏବେ ଆପଣା ପୁତ୍ରକୁ, ତୁମ୍ଭର ଅଦ୍ୱିତୀୟ ପୁତ୍ରକୁ, ଅର୍ଥାତ୍‍, ତୁମ୍ଭେ ଯାହାକୁ ସ୍ନେହ କର, ସେହି ଇସ୍‌ହାକକୁ ଘେନି ମୋରୀୟା ଦେଶକୁ ଯାଅ; ପୁଣି, ଆମ୍ଭେ ସେହି ଦେଶରେ ଯେଉଁ ପର୍ବତ କହିବା, ସେହି ପର୍ବତ ଉପରେ ତାହାକୁ ହୋମାର୍ଥେ ବଳିଦାନ କର।”


ମୁଁ ସେହି ବିଧାନ ପ୍ରଚାର କରିବି; ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଆମ୍ଭର ପୁତ୍ର; ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଲୁ।


ତହିଁରେ ଆମ୍ଭେମାନେ ପ୍ରଭୁଙ୍କୁ ଉତ୍ତର ଦେଇଥିଲୁ, ‘ଆମ୍ଭମାନଙ୍କ ପିତା ଅଛନ୍ତି, ସେ ବୃଦ୍ଧ ଲୋକ; ପୁଣି, ତାଙ୍କ ବୃଦ୍ଧାବସ୍ଥାର ଗୋଟିଏ ପୁତ୍ର ଅଛି, ସେହି ଜଣକ କନିଷ୍ଠ; ମାତ୍ର ତାହାର ସହୋଦର ମରିଅଛି, ସେହି କେବଳ ତାହାର ମାତାର ଅବଶିଷ୍ଟ ପୁତ୍ର; ଏଣୁ ତାହାର ପିତା ତାହାକୁ ସ୍ନେହ କରନ୍ତି।’


ସେ ଆଉ ଜଣକୁ ପଠାଇଲେ; ସେମାନେ ତାହାକୁ ମଧ୍ୟ ବଧ କଲେ। ସେଥିରେ ସେହି ବ୍ୟକ୍ତି ଆହୁରି ଅନେକଙ୍କୁ ପଠାଇଲେ; ସେମାନଙ୍କ ମଧ୍ୟରୁ କେତେକଙ୍କୁ ପ୍ରହାର କଲେ ଓ କେତେକଙ୍କୁ ବଧ କଲେ।


ମାତ୍ର ସେହି କୃଷକମାନେ ପରସ୍ପର କହିଲେ, ଏ ତ ଉତ୍ତରାଧିକାରୀ, ଆସ, ଏହାକୁ ବଧ କରିବା; ତାହାହେଲେ ଅଧିକାର ଆମ୍ଭମାନଙ୍କର ହେବ।


ପ୍ରାଚୀନ ଯେ ମୁଁ, ପ୍ରିୟତମ ଗାୟଙ୍କ ନିକଟକୁ ପତ୍ର ଲେଖୁଅଛି; ତାହାଙ୍କୁ ମୁଁ ସତ୍ୟ ରୂପେ ପ୍ରେମ କରେ।


Swiv nou:

Piblisite


Piblisite