Biblia Todo Logo
Bib sou entènèt

- Piblisite -




ମାର୍କ 13:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଆଉ ପ୍ରଭୁ ସେହି ସମୟ ଯେବେ ଉଣା କରି ନ ଥାଆନ୍ତେ, ତେବେ କୌଣସି ମନୁଷ୍ୟ ପରିତ୍ରାଣ ପାଆନ୍ତା ନାହିଁ; ମାତ୍ର ସେ ଯେଉଁମାନଙ୍କୁ ମନୋନୀତ କରିଅଛନ୍ତି, ସେହି ମନୋନୀତ ଲୋକଙ୍କ ନିମନ୍ତେ ସେହି ସମୟ ଊଣା କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଆଉ, ପ୍ରଭୁ ସେହି ସମୟ ଯେବେ ଊଣା କରି ନ ଥାଆନ୍ତେ, ତେବେ କୌଣସି ମର୍ତ୍ତ୍ୟ ପରିତ୍ରାଣ ପାଆନ୍ତା ନାହିଁ; ମାତ୍ର ସେ ଯେଉଁମାନଙ୍କୁ ମନୋନୀତ କରିଅଛନ୍ତି, ସେହି ମନୋନୀତ ଲୋକଙ୍କ ନିମନ୍ତେ ଉକ୍ତ ସମୟ ଊଣା କରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

20 ଆଉ ପ୍ରଭୁ ସେହି ସମୟ ଯେବେ ଉଣା କରି ନ ଥାଆନ୍ତେ, ତେବେ କୌଣସି ମର୍ତ୍ତ୍ୟ ପରିତ୍ରାଣ ପାଆନ୍ତା ନାହିଁ; ମାତ୍ର ସେ ଯେଉଁମାନଙ୍କୁ ମନୋନୀତ କରିଅଛନ୍ତି, ସେହି ମନୋନୀତ ଲୋକଙ୍କ ନିମନ୍ତେ ସେହି ସମୟ ଊଣା କରିଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

20 କିନ୍ତୁ ପ୍ରଭୁ ସେହି ଦୁର୍ଦ୍ଦିନର ସମୟକୁ ହ୍ରାସ କରି ଦେଇଛନ୍ତି। ତା’ ନ ହୋଇଥିଲେ, ସେଥିରୁ କେହି ରକ୍ଷା ପାଇ ପାରିବେ ନାହିଁ। ତାଙ୍କର ମନୋନୀତ ଲୋକମାନଙ୍କ ଲାଗି ସେହି ସମୟକୁ ସୀମିତ କରିଛନ୍ତି।

Gade chapit la Kopi

ପବିତ୍ର ବାଇବଲ

20 ସେହି ଭୟଙ୍କର ସମୟକୁ କମେଇ ଦେବା ପାଇଁ ପରମେଶ୍ୱର ସ୍ଥିର କରିଛନ୍ତି। ଯଦି ସେହି ସମୟ କମେଇ ଦିଆ ନ ଯିବ, ତେବେ କେହି ବଞ୍ଚି ରହି ପାରିବେ ନାହିଁ। କିନ୍ତୁ ପରମେଶ୍ୱର ଯେଉଁମାନଙ୍କୁ ବାଛିଛନ୍ତି, କେବଳ ସେହିମାନଙ୍କ ପାଇଁ ସେହି ସମୟ କମେଇ ଦେବେ।

Gade chapit la Kopi




ମାର୍କ 13:20
10 Referans Kwoze  

ଆଉ, ସେହି ସମୟ ଯେବେ ଊଣା କରାଯାଇ ନ ଥାଆନ୍ତା, ତେବେ କୌଣସି ମନୁଷ୍ୟ ପରିତ୍ରାଣ ପାଆନ୍ତା ନାହିଁ, ମାତ୍ର ମନୋନୀତ ଲୋକଙ୍କ ସକାଶେ ସେହି ସମୟ ଊଣା କରାଯିବ।


ଆଉ, ଯଦିବା ତହିଁରେ ଦଶମାଂଶ ରହେ, ତଥାପି ତାହା ପୁନର୍ବାର ବିନଷ୍ଟ ହେବ; ଏଲା ଓ ଅଲୋନ ବୃକ୍ଷ ହଣା ଗଲେ ହେଁ ଯେପରି ତାହାର ଗଣ୍ଡି ରହେ; ସେହିପରି ସେହି ପବିତ୍ର ବଂଶ ଏହି ଗୋଷ୍ଠୀର ଗଣ୍ଡିସ୍ୱରୂପ ଅଟେ।”


ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ଅତି ଅଳ୍ପ ଲୋକ ଅବଶିଷ୍ଟ ରଖି ନ ଥିଲେ, ଆମ୍ଭେମାନେ ସଦୋମର ତୁଲ୍ୟ ହୋଇଥାʼନ୍ତୁ, ଆମ୍ଭେମାନେ ହମୋରାର ତୁଲ୍ୟ ହୋଇଥାʼନ୍ତୁ।


କାରଣ ସେହି କାଳରେ ଏପରି କ୍ଲେଶ ଘଟିବ ଯେ, ଈଶ୍ବରଙ୍କ କୃତ ସୃଷ୍ଟି ଆରମ୍ଭରୁ ଆଜି ପର୍ଯ୍ୟନ୍ତ ସେହିପରି ଘଟି ନାହିଁ, ପୁଣି, କେବେ ହେଁ ଘଟିବ ନାହିଁ।


ସେତେବେଳେ ‘ଦେଖ, ଖ୍ରୀଷ୍ଟ ଏଠାରେ’ କିମ୍ଵା ‘ଦେଖ, ସେଠାରେ,’ କେହି ଯେବେ ତୁମ୍ଭମାନଙ୍କୁ ଏପରି କହିବ, ତେବେ ତାହା ବିଶ୍ୱାସ କର ନାହିଁ।


Swiv nou:

Piblisite


Piblisite