Biblia Todo Logo
Bib sou entènèt

- Piblisite -




ମାର୍କ 13:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 “ମାତ୍ର ସେହି ସମୟରେ ସେହି କ୍ଲେଶ ଉତ୍ତାରେ ‘ସୂର୍ଯ୍ୟ ଅନ୍ଧକାରମୟ ହେବ ଓ ଚନ୍ଦ୍ର ଆଲୋକ ଦେବ ନାହିଁ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ମାତ୍ର ସେହି ସମୟରେ ସେହି କ୍ଳେଶ ଉତ୍ତାରେ ସୂର୍ଯ୍ୟ ଅନ୍ଧକାରମୟ ହେବ ଓ ଚନ୍ଦ୍ର ଆଲୋକ ଦେବ ନାହିଁ,

Gade chapit la Kopi

ଓଡିଆ ବାଇବେଲ

24 ମାତ୍ର ସେହି ସମୟରେ ସେହି କ୍ଲେଶ ଉତ୍ତାରେ ସୂର୍ଯ୍ୟ ଅନ୍ଧକାରମୟ ହେବ ଓ ଚନ୍ଦ୍ର ଆଲୋକ ଦେବ ନାହିଁ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

24 “ସେହି ଦୁର୍ଦ୍ଦିଗ ଆସିବା ପରେ ସୂର୍ଯ୍ୟ ଅନ୍ଧକାରମୟ ହେବ, ଚନ୍ଦ୍ର ଆଲୋକଶୂନ୍ୟ ହୋଇଯିବ,

Gade chapit la Kopi

ପବିତ୍ର ବାଇବଲ

24 “ସେହି ଦିନମାନଙ୍କରେ ଏହି ବଡ଼ ବିପଦର ସମୟ ଗ୍ଭଲି ଗଲାପରେ ‘ସୂର୍ଯ୍ୟ ସମ୍ପୂର୍ଣ୍ଣ ଅନ୍ଧକାରମୟ ହୋଇଯିବ, ଚନ୍ଦ୍ର ତା'ର ଆଲୋକ ଦେବ ନାହିଁ।

Gade chapit la Kopi




ମାର୍କ 13:24
20 Referans Kwoze  

କାରଣ ଆକାଶମଣ୍ଡଳର ତାରାଗଣ ଓ ତହିଁର ନକ୍ଷତ୍ରଗଣ ଦୀପ୍ତି ଦେବେ ନାହିଁ; ସୂର୍ଯ୍ୟ ଆପଣା ଉଦୟ ସମୟରେ ଅନ୍ଧାରଗ୍ରସ୍ତ ହେବ ଓ ଚନ୍ଦ୍ର ଆପଣା ଜ୍ୟୋତ୍ସ୍ନା ପ୍ରକାଶ କରିବ ନାହିଁ।


ପ୍ରଭୁଙ୍କ ଦିନ ଚୋରର ପରି ଉପସ୍ଥିତ ହେବ। ସେହି ଦିନ ଆକାଶମଣ୍ଡଳ ମହାଶବ୍ଦ ସହ ଲୋପ ପାଇବ, ପୁଣି, ମୌଳିକ ବସ୍ତୁସବୁ ପ୍ରଚଣ୍ଡ ଉତ୍ତାପରେ ତରଳିଯିବ ଏବଂ ପୃଥିବୀ ଓ ତନ୍ମଧ୍ୟସ୍ଥ ମନୁଷ୍ୟକୃତ ବସ୍ତୁସବୁ ଦଗ୍ଧ ହେବ।


ସଦାପ୍ରଭୁଙ୍କର ଦିନ ଦୀପ୍ତିମୟ ନ ହୋଇ କି ଅନ୍ଧକାରମୟ ହେବ ନାହିଁ? ତହିଁରେ କିଛି ଆଲୁଅ ନ ଥାଇ କି ଘୋର ଅନ୍ଧକାରମୟ ହେବ ନାହିଁ?


ସୂର୍ଯ୍ୟ ଓ ଚନ୍ଦ୍ର ଅନ୍ଧକାରମୟ ହୋଇଅଛନ୍ତି ଓ ନକ୍ଷତ୍ରଗଣ ଆପଣା ଆପଣା ତେଜ ରହିତ କରୁଅଛନ୍ତି।


ତତ୍ପରେ ମୁଁ ଗୋଟିଏ ବୃହତ୍ ଶୁଭ୍ରବର୍ଣ୍ଣ ସିଂହାସନ ଓ ସେଠାରେ ବସିଥିବା ଜଣେ ବ୍ୟକ୍ତିଙ୍କୁ ଦର୍ଶନ କଲି; ତାହାଙ୍କ ସମ୍ମୁଖରୁ ପୃଥିବୀ ଓ ଆକାଶମଣ୍ଡଳ ପଳାୟନ କଲା, ସେମାନଙ୍କ ନିମନ୍ତେ ଆଉ ସ୍ଥାନ ମିଳିଲା ନାହିଁ।


ସେହି ଈଶ୍ବରଙ୍କ ନ୍ୟାୟବିଚାର ଦିନର ଅପେକ୍ଷା କରି, ତାହା ଯେପରି ଶୀଘ୍ର ଆସିବ, ଏଥିପାଇଁ ତୁମ୍ଭେମାନେ ସଦାଚାରୀ ଓ ଧର୍ମପରାୟଣ ହେବା ଉଚିତ।


ସେମାନଙ୍କ ସମ୍ମୁଖରେ ପୃଥିବୀ କମ୍ପିତ ହୁଏ; ଆକାଶମଣ୍ଡଳ ଥରଥର ହୁଏ; ସୂର୍ଯ୍ୟ ଓ ଚନ୍ଦ୍ର ଅନ୍ଧକାରମୟ ହୁଏ ଓ ନକ୍ଷତ୍ରଗଣ ଆପଣା ଆପଣା ତେଜ ରହିତ କରନ୍ତି।


ସେହି ସମୟରେ ତୁମ୍ଭ ଲୋକଙ୍କ ସନ୍ତାନଗଣର ସାହାଯ୍ୟକାରୀ ମୀଖାୟେଲ ମହାନ ଅଧିପତି ଠିଆ ହେବେ ଓ ମନୁଷ୍ୟ ଗୋଷ୍ଠୀର ସ୍ଥିତିକାଳଠାରୁ ସେହି ସମୟ ପର୍ଯ୍ୟନ୍ତ ଯେଉଁ ପ୍ରକାର ସଙ୍କଟର ସମୟ କେବେ ହୋଇ ନାହିଁ, ଏପରି ସଙ୍କଟର କାଳ ଉପସ୍ଥିତ ହେବ, ଆଉ, ତୁମ୍ଭ ଗୋଷ୍ଠୀୟ ଯେଉଁ ପ୍ରତ୍ୟେକର ନାମ ପୁସ୍ତକରେ ଲିଖିତ ହୋଇଅଛି, ସେମାନେ ପ୍ରତ୍ୟେକେ ସେହି ସମୟରେ ଉଦ୍ଧାର ପାଇବେ।


ତାହାଙ୍କ ସମ୍ମୁଖରୁ ଅଗ୍ନିସ୍ରୋତ ନିର୍ଗତ ହୋଇ ବହିଲା; ସହସ୍ର ସହସ୍ର ତାହାଙ୍କର ପରିଚର୍ଯ୍ୟା କଲେ ଓ ଅୟୁତ ଅୟୁତ ତାହାଙ୍କ ସମ୍ମୁଖରେ ଉଭା ହେଲେ। ବିଚାର-ସଭା ବସିଲା ଓ ପୁସ୍ତକମାନ ଫିଟାଗଲା।


ପୁଣି, ଆମ୍ଭେ ତୁମ୍ଭକୁ ନିର୍ବାଣ କରିବା ସମୟରେ ଆକାଶକୁ ଆଚ୍ଛନ୍ନ କରିବା ଓ ତହିଁର ନକ୍ଷତ୍ରଗଣକୁ ଅନ୍ଧକାରମୟ କରିବା; ଆମ୍ଭେ ସୂର୍ଯ୍ୟକୁ ମେଘାଚ୍ଛନ୍ନ କରିବା ଓ ଚନ୍ଦ୍ର ଆପଣାର ଜ୍ୟୋତ୍ସ୍ନା ଦେବ ନାହିଁ।


ଏଥିସକାଶୁ ପୃଥିବୀ ଶୋକ କରିବ ଓ ଉପରିସ୍ଥ ଆକାଶମଣ୍ଡଳ ଅନ୍ଧକାର ହେବ; କାରଣ ଆମ୍ଭେ ଏହା କହିଅଛୁ, ଆମ୍ଭେ ଏହା ମନରେ ସ୍ଥିର କରିଅଛୁ ଓ ଆମ୍ଭେ ଦୁଃଖିତ ହୋଇ ନାହୁଁ, କିଅବା ଆମ୍ଭେ ଏଥିରୁ ଫେରିବୁ ନାହିଁ।”


କିନ୍ତୁ ତୁମ୍ଭେମାନେ ସାବଧାନ ହୋଇଥାଅ; ମୁଁ ପୂର୍ବରୁ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଜଣାଇଲି।”


Swiv nou:

Piblisite


Piblisite