Biblia Todo Logo
Bib sou entènèt

- Piblisite -




ମାର୍କ 13:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ମାତ୍ର ତୁମ୍ଭେମାନେ ଯେତେବେଳେ ଯୁଦ୍ଧର ବିଷୟ ଓ ସଂଗ୍ରାମର ଜନରବ ଶୁଣିବ, ସେତେବେଳେ ବ୍ୟାକୁଳ ହୁଅ ନାହିଁ; ଏହି ସମସ୍ତ ଅବଶ୍ୟ ଘଟିବ, କିନ୍ତୁ ସେହି କାଳ ସୁଦ୍ଧା ଯୁଗାନ୍ତ ନୁହେଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ମାତ୍ର ତୁମ୍ଭେମାନେ ଯେତେବେଳେ ଯୁଦ୍ଧର ବିଷୟ ଓ ସଂଗ୍ରାମର ଜନରବ ଶୁଣିବ, ସେତେବେଳେ ବ୍ୟାକୁଳ ହୁଅ ନାହିଁ; ଏହିସମସ୍ତ ଅବଶ୍ୟ ଘଟିବ, କିନ୍ତୁ ସେହି କାଳ ସୁଦ୍ଧା ଯୁଗା; ନୁହେଁ।

Gade chapit la Kopi

ଓଡିଆ ବାଇବେଲ

7 ମାତ୍ର ତୁମ୍ଭେମାନେ ଯେତେବେଳେ ଯୁଦ୍ଧର ବିଷୟ ଓ ସଂଗ୍ରାମର ଜନରବ ଶୁଣିବ, ସେତେବେଳେ ବ୍ୟାକୁଳ ହୁଅ ନାହିଁ; ଏହି ସମସ୍ତ ଅବଶ୍ୟ ଘଟିବ, କିନ୍ତୁ ସେହି କାଳ ସୁଦ୍ଧା ଯୁଗାନ୍ତ ନୁହେଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ନିକଟବର୍ତ୍ତୀ ଯୁଦ୍ଧର ଶବ୍ଦ ବା ଦୂରବର୍ତ୍ତୀ ଯୁଦ୍ଧର ସମ୍ବାଦ ଶୁଣି ତୁମ୍ଭେମାନେ ଆତଙ୍କିତ ହୁଅ ନାହିଁ। ଏଭଳି ଅନେକ ଘଟଣା ନିଶ୍ଚୟ ଘଟିଯିବ। କିନ୍ତୁ ଏହାର ଅର୍ଥ ନୁହେଁ ଯେ ଅନ୍ତିମକାଳ ଉପସ୍ଥିତ।

Gade chapit la Kopi

ପବିତ୍ର ବାଇବଲ

7 ତୁମ୍ଭେ ଯୁଦ୍ଧ ବିଷୟରେ କିମ୍ବା ଯୁଦ୍ଧ ଗ୍ଭଲିଥିବା ବିଷୟରେ ଉଡ଼ା ଖବର ଶୁଣି ଭୟଭୀତ ହୋଇ ଯିବ ନାହିଁ। ଅନ୍ତିମକାଳ ଆସିବା ପୂର୍ବରୁ ଏସବୁ ଘଟଣା ନିଶ୍ଚୟ ଘଟିବ।

Gade chapit la Kopi




ମାର୍କ 13:7
17 Referans Kwoze  

ମୁଁ ତୁମ୍ଭମାନଙ୍କୁ ଶାନ୍ତି ଦାନ କରି ଯାଉଅଛି, ମୋହର ନିଜର ଶାନ୍ତି ତୁମ୍ଭମାନଙ୍କୁ ଦାନ କରୁଅଛି; ଜଗତ ଯେପରି ଦାନ କରେ, ମୁଁ ତୁମ୍ଭମାନଙ୍କୁ ସେପରି ଦାନ କରୁ ନାହିଁ। ତୁମ୍ଭମାନଙ୍କ ହୃଦୟ ଉଦ୍‌ବିଗ୍ନ କି ଭୟଗ୍ରସ୍ତ ନ ହେଉ।


ପୁଣି, ଖ୍ରୀଷ୍ଟଙ୍କର ଯେ ଦୁଃଖଭୋଗ ଓ ମୃତମାନଙ୍କ ମଧ୍ୟରୁ ଉତ୍ଥାନ କରିବା ଆବଶ୍ୟକ ଥିଲା, ଆଉ ସେ ଯେଉଁ ଯୀଶୁଙ୍କୁ ସେମାନଙ୍କ ନିକଟରେ ଘୋଷଣା କରୁଅଛନ୍ତି, ସେ ଯେ ଖ୍ରୀଷ୍ଟ, ଏହାର ସ୍ପଷ୍ଟ ପ୍ରମାଣ ଦେଲେ।


ହାୟ, ସଂସାର ବିଘ୍ନ ସକାଶେ ସନ୍ତାପର ପାତ୍ର; ବିଘ୍ନ ତ ନିଶ୍ଚୟ ଘଟିବ, କିନ୍ତୁ ହାୟ, ଯେଉଁ ଲୋକ ଦ୍ୱାରା ବିଘ୍ନ ଘଟେ, ସେ ସନ୍ତାପର ପାତ୍ର।


ପୁଣି, ତୁମ୍ଭେମାନେ ଆପଣା ହୃଦୟକୁ କ୍ଷୀଣ ହେବାକୁ ଦିଅ ନାହିଁ, କିଅବା ଦେଶ ମଧ୍ୟରେ ଯେଉଁ ଜନରବ ଶୁଣାଯିବ, ତହିଁ ସକାଶୁ ଭୀତ ହୁଅ ନାହିଁ; କାରଣ ଏକ ବର୍ଷ ଏକ ଜନରବ ଉଠିବ, ଅନ୍ୟ ବର୍ଷ ଅନ୍ୟ ଏକ ଜନରବ ଉଠିବ, ପୁଣି ଦେଶରେ ଦୌରାତ୍ମ୍ୟ ଓ ଶାସନକର୍ତ୍ତା ଶାସନକର୍ତ୍ତାର ବିପକ୍ଷ ହେବ।


ଏହି ଲୋକମାନେ ଯେଉଁସବୁ ବିଷୟକୁ ଚକ୍ରାନ୍ତ ବୋଲି କହିବେ; “ତୁମ୍ଭେମାନେ ସେହି ସବୁକୁ ଚକ୍ରାନ୍ତ ବୋଲି କୁହ ନାହିଁ; କିଅବା ସେମାନଙ୍କର ଭୟ ବିଷୟକୁ ତୁମ୍ଭେମାନେ ଭୟ କର ନାହିଁ, ଅବା ତହିଁ ବିଷୟରେ ତ୍ରାସଯୁକ୍ତ ହୁଅ ନାହିଁ।


ହଠାତ୍‍ ଉତ୍ପନ୍ନ ଆଶଙ୍କାକୁ କିଅବା ଦୁଷ୍ଟମାନଙ୍କ ଉପସ୍ଥିତ ବିନାଶକୁ ଭୟ କର ନାହିଁ।


ସେ କୁସମ୍ବାଦ ଶୁଣି ଭୀତ ହେବ ନାହିଁ। ତାହାର ଚିତ୍ତ ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସ୍ଥିର ଥାଏ।


ସୈନ୍ୟଦଳ ମୋʼ ବିରୁଦ୍ଧରେ ଛାଉଣି କଲେ ହେଁ ମୋହର ଅନ୍ତଃକରଣ ଭୟ କରିବ ନାହିଁ; ଯଦି ଯୁଦ୍ଧ ମୋʼ ବିରୁଦ୍ଧରେ ଉଠେ, ତେବେ ମଧ୍ୟ ମୁଁ ସାହସିକ ହେବି।


ଆମ୍ଭେମାନେ ତ ନିତାନ୍ତ ମରିବା, ପୁଣି ଭୂମିରେ ଢଳାଗଲା ଉତ୍ତାରେ ଯାହା ପୁନର୍ବାର ସଂଗୃହୀତ ହୋଇ ନ ପାରେ, ଏପରି ଜଳ ତୁଲ୍ୟ ହେବା; କିନ୍ତୁ ପରମେଶ୍ୱର ଜୀବନ ହରଣ କରନ୍ତି ନାହିଁ; ମାତ୍ର ନିର୍ବାସିତ ଲୋକ ଯେପରି ତାହାଙ୍କଠାରୁ ନିର୍ବାସିତ ନ ହୁଏ, ଏପରି ଉପାୟର ସଂକଳ୍ପ କରନ୍ତି।


“ତୁମ୍ଭମାନଙ୍କ ହୃଦୟ ଉଦ୍‌ବିଗ୍ନ ନ ହେଉ; ତୁମ୍ଭେମାନେ ଈଶ୍ବରଙ୍କଠାରେ ବିଶ୍ୱାସ କର, ମୋʼ ଠାରେ ମଧ୍ୟ ବିଶ୍ୱାସ କର।


ଏହା ଶୁଣି ହେରୋଦ ରାଜା ଓ ତାହାଙ୍କ ସହିତ ସମସ୍ତ ଯିରୂଶାଲମ ନିବାସୀ ଉଦ୍‌ବିଗ୍ନ ହେଲେ;


ଅନେକେ ମୋ ନାମରେ ଆସି, ମୁଁ ଖ୍ରୀଷ୍ଟ ବୋଲି କହି ଅନେକଙ୍କୁ ଭ୍ରାନ୍ତ କରିବେ।


କାରଣ ଜାତି ବିପକ୍ଷରେ ଜାତି ଓ ରାଜ୍ୟ ବିପକ୍ଷରେ ରାଜ୍ୟ ଉଠିବ, ପୁଣି, ସ୍ଥାନେ ସ୍ଥାନେ ଭୂମିକମ୍ପ ହେବ ଓ ଦୁର୍ଭିକ୍ଷ ପଡ଼ିବ; ଏହି ସମସ୍ତ ପ୍ରସବବେଦନାର ଆରମ୍ଭମାତ୍ର।


Swiv nou:

Piblisite


Piblisite