Biblia Todo Logo
Bib sou entènèt

- Piblisite -




ମାର୍କ 14:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ନିସ୍ତାର ପର୍ବ ଓ ଖମୀରଶୂନ୍ୟ ରୁଟିର ପର୍ବ ପଡ଼ିବାକୁ ଦୁଇ ଦିନ ଥିଲା। ସେହି ସମୟରେ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ କିପରି ଯୀଶୁଙ୍କୁ ଛଳରେ ଧରି ବଧ କରିପାରନ୍ତି, ସେଥିର ଉପାୟ ଖୋଜୁଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ନିସ୍ତାର ପର୍ବ ଓ ଖମୀରଶୂନ୍ୟ ରୋଟୀର ପର୍ବ ପଡ଼ିବାକୁ ଦୁଇ ଦିନ ଥିଲା। ସେହି ସମୟରେ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ କିପରି ତାହାଙ୍କୁ ଛଳରେ ଧରି ବଧ କରି ପାରନ୍ତି, ସେଥିର ଉପାୟ ଖୋଜୁଥିଲେ।

Gade chapit la Kopi

ଓଡିଆ ବାଇବେଲ

1 ନିସ୍ତାର ପର୍ବ ଓ ଖମୀରଶୂନ୍ୟ ରୁଟିର ପର୍ବ ପଡ଼ିବାକୁ ଦୁଇ ଦିନ ଥିଲା । ସେହି ସମୟରେ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ କିପରି ଯୀଶୁଙ୍କୁ ଛଳରେ ଧରି ବଧ କରି ପାରନ୍ତି, ସେଥିର ଉପାୟ ଖୋଜୁଥିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ନିସ୍ତାରପର୍ବ ଓ ଖମୀରଶୂନ୍ୟ ରୋଟୀ ପର୍ବର ଦୁଇଦିନ ଆଗରୁ ଯୀଶୁଙ୍କୁ ଗୋପନରେ ନେଇ ହତ୍ୟା କରିବା ପାଇଁ ମୁଖ୍ୟ ପୁରୋହିତ ଓ ଧର୍ମଗୁରୁମାନେ ଉପାୟ ଖୋଜିଲେ।

Gade chapit la Kopi

ପବିତ୍ର ବାଇବଲ

1 ନିସ୍ତାରପର୍ବ ଓ ଖମୀରଶୂନ୍ୟ ରୋଟୀପର୍ବ ଆଉ ଦୁଇ ଦିନ ବାକି ଥିଲା। ପ୍ରଧାନଯାଜକ ଓ ଯିହୂଦୀ ଧର୍ମଶାସ୍ତ୍ରୀମାନେ ଯୀଶୁଙ୍କୁ କୌଶଳରେ ବନ୍ଦୀ କରି ତା'ପରେ ମାରି ଦେବା ପାଇଁ ଉପାୟ ଖୋଜୁ ଥିଲେ।

Gade chapit la Kopi




ମାର୍କ 14:1
23 Referans Kwoze  

ନିସ୍ତାର ପର୍ବ ହେବା ପୂର୍ବରୁ ଯୀଶୁ ଏହି ଜଗତରୁ ପିତାଙ୍କ ନିକଟକୁ ଆପଣାର ପ୍ରୟାଣ କରିବାର ସମୟ ଉପସ୍ଥିତ ଜାଣି, ଜଗତରେ ଥିବା ନିଜର ଯେଉଁ ଲୋକମାନଙ୍କୁ ସେ ପ୍ରେମ କରି ଆସୁଥିଲେ, ସେମାନଙ୍କ ପ୍ରତି ଚୂଡ଼ାନ୍ତ ପ୍ରେମ ପ୍ରକାଶ କଲେ।


ସେଥିରେ ପ୍ରଧାନ ଯାଜକ ଓ ଫାରୂଶୀମାନେ ମହାସଭା ଆହ୍ୱାନ କରି କହିଲେ, ଆମ୍ଭେମାନେ କଅଣ କରୁଅଛୁ? ଏ ଲୋକ ତ ଅନେକ ଆଶ୍ଚର୍ଯ୍ୟକର୍ମ କରୁଅଛି।


କିନ୍ତୁ ଫାରୂଶୀମାନେ ବାହାରିଯାଇ ତାହାଙ୍କୁ ବିନାଶ କରିବା ପାଇଁ ତାହାଙ୍କ ବିରୁଦ୍ଧରେ ମନ୍ତ୍ରଣା କଲେ।


ଏଣୁ ଦାନ କରିବା ସମୟରେ କପଟୀମାନଙ୍କ ପରି ନିଜ ସମ୍ମୁଖରେ ତୂରୀ ବଜାଅ ନାହିଁ; ସେମାନେ ଲୋକମାନଙ୍କଠାରୁ ଗୌରବ ପାଇବା ପାଇଁ ସମାଜଗୃହରେ ଓ ଦାଣ୍ଡରେ ସେପ୍ରକାର କରନ୍ତି। ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି।


ନିଶ୍ଚୟ ସାମାନ୍ୟ ଲୋକେ ଅସାର ଓ ମାନ୍ୟ ଲୋକେ ମିଥ୍ୟା; ତୌଲରେ ସେମାନେ ଉପରକୁ ଉଠିବେ; ସେମାନେ ସମସ୍ତେ ଅସାରରୁ ଲଘୁ।


ସେମାନେ କେବଳ ତାହାର ଉଚ୍ଚ ପଦରୁ ତାହାକୁ ନିପାତ କରିବାକୁ ମନ୍ତ୍ରଣା କରନ୍ତି; ସେମାନେ ମିଥ୍ୟା କଥାରେ ସନ୍ତୁଷ୍ଟ; ସେମାନେ ମୁଖରେ ଆଶୀର୍ବାଦ କରନ୍ତି, ମାତ୍ର ଅନ୍ତରରେ ଅଭିଶାପ ଦିଅନ୍ତି। [ସେଲା]


ତୁମ୍ଭେ ସୁକର୍ମ ଅପେକ୍ଷା କୁକର୍ମକୁ ଓ ଧର୍ମ କଥା ଅପେକ୍ଷା ମିଥ୍ୟା କଥାକୁ ଅଧିକ ଭଲ ପାଉଅଛ। [ସେଲା]


ସେମାନେ ତାହାକୁ ଦୂରରୁ ଦେଖିଲେ, ପୁଣି, ସେ ସେମାନଙ୍କ ନିକଟରେ ପହଞ୍ଚିବା ପୂର୍ବେ ସେମାନେ ତାକୁ ବଧ କରିବା ପାଇଁ ମନ୍ତ୍ରଣା କଲେ।


ଏଥିଉତ୍ତାରେ ମିସର ଦେଶରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,


କାରଣ ସେମାନେ କହିଲେ, ପର୍ବ ସମୟରେ ନୁହେଁ, କାଳେ ଲୋକଙ୍କ ମଧ୍ୟରେ ଗଣ୍ଡଗୋଳ ହେବ।


ପରେ ଖମୀରଶୂନ୍ୟ ରୁଟି ପର୍ବର ପ୍ରଥମ ଦିନରେ, ଯେଉଁ ଦିନ ନିସ୍ତାର ପର୍ବର ମେଷଶାବକ ବଳିଦାନ କରାଯାଏ, ସେହି ଦିନ ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ପଚାରିଲେ, ଆମ୍ଭେମାନେ ଯାଇ କେଉଁ ସ୍ଥାନରେ ଆପଣଙ୍କ ନିମନ୍ତେ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କରିବୁ ବୋଲି ଆପଣ ଇଚ୍ଛା କରନ୍ତି?


ପରେ ସେ ତାହାଙ୍କୁ ଧରି କାରାଗାରରେ ନିକ୍ଷେପ କଲେ, ପୁଣି, ନିସ୍ତାର ପର୍ବ ଉତ୍ତାରେ ସେ ତାହାଙ୍କୁ ଲୋକମାନଙ୍କ ନିକଟକୁ ବାହାର କରି ଆଣିବା ନିମନ୍ତେ ମନସ୍ଥ କରି ପ୍ରତ୍ୟେକ ଦଳରେ ଚାରି ଜଣ ଲେଖାଏଁ ଥିବା ଚାରୋଟି ସେନାଦଳ ନିକଟରେ ତାହାଙ୍କୁ ଜଗିବା ପାଇଁ ସମର୍ପଣ କଲେ।


ତୁମ୍ଭେ ତାହା ଖଣ୍ଡ ଖଣ୍ଡ କରି ତହିଁ ଉପରେ ତୈଳ ଢାଳିବ; ତାହା ଭକ୍ଷ୍ୟ ନୈବେଦ୍ୟ।


Swiv nou:

Piblisite


Piblisite