Biblia Todo Logo
Bib sou entènèt

- Piblisite -




ମାର୍କ 14:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ସେଥିରେ ସେ ତୁମ୍ଭମାନଙ୍କୁ ସୁସଜ୍ଜିତ ଓ ପ୍ରସ୍ତୁତ ଗୋଟିଏ ଉପରିସ୍ଥ ବୃହତ କୋଠରୀ ଦେଖାଇଦେବେ; ସେ ସ୍ଥାନରେ ଆମ୍ଭମାନଙ୍କ ପାଇଁ ପ୍ରସ୍ତୁତ କର।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ସେଥିରେ ସେ ତୁମ୍ଭମାନଙ୍କୁ ସୁସଜ୍ଜିତ ଓ ପ୍ରସ୍ତୁତ ଗୋଟିଏ ଉପରିସ୍ଥ ବୃହତ୍ କୋଠରି ଦେଖାଇଦେବେ; ସେସ୍ଥାନରେ ଆମ୍ଭମାନଙ୍କ ପାଇଁ ପ୍ରସ୍ତୁତ କର।

Gade chapit la Kopi

ଓଡିଆ ବାଇବେଲ

15 ସେଥିରେ ସେ ତୁମ୍ଭମାନଙ୍କୁ ସୁସଜ୍ଜିତ ଓ ପ୍ରସ୍ତୁତ ଗୋଟିଏ ଉପରିସ୍ଥ ବୃହତ କୋଠରୀ ଦେଖାଇଦେବେ; ସେ ସ୍ଥାନରେ ଆମ୍ଭମାନଙ୍କ ପାଇଁ ପ୍ରସ୍ତୁତ କର ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ସେ ତୁମକୁ ଉପର ମହଲାରେ ଗୋଟଏ ସୁସଜ୍ଜିତ ପ୍ରଶସ୍ତ କୋଠରୀ ଦେଖାଇବେ। ସେଠାରେ ତୁମେ ଆମ ପାଇଁ ସମସ୍ତ ବିଷୟ ପ୍ରସ୍ତୁତ କରବ।”

Gade chapit la Kopi

ପବିତ୍ର ବାଇବଲ

15 ଘର ମାଲିକ ତୁମ୍ଭମାନଙ୍କୁ ଉପର ମହଲାରେ ସମସ୍ତ ବ୍ୟବସ୍ଥା ଥିବା ଗୋଟିଏ ବଡ଼ କୋଠରୀ ଦେଖାଇବେ। ତୁମ୍ଭେ ସେହିଠାରେ ଆମ୍ଭମାନଙ୍କ ପାଇଁ ଖାଦ୍ୟ ପ୍ରସ୍ତୁତ କର।”

Gade chapit la Kopi




ମାର୍କ 14:15
12 Referans Kwoze  

ସେମାନେ, ଅର୍ଥାତ୍‍ ପିତର, ଯୋହନ, ଯାକୁବ, ଆନ୍ଦ୍ରିୟ, ଫିଲିପ୍ପ, ଥୋମା, ବାର୍ଥଲମୀ, ମାଥିଉ, ଆଲଫିଙ୍କ ପୁତ୍ର ଯାକୁବ, ଉଦ୍‌ଯୋଗୀ ଶିମୋନ ଓ ଯାକୁବଙ୍କ ପୁତ୍ର ଯିହୂଦା, ନଗରରେ ପ୍ରବେଶ କରି, ଯେଉଁ ଉପର କୋଠରୀରେ ସେମାନେ ବାସ କରୁଥିଲେ, ସେଠାକୁ ଗଲେ।


ଯେଉଁ ଉପର କୋଠରୀରେ ଆମ୍ଭେମାନେ ଏକତ୍ର ହୋଇଥିଲୁ, ସେ ସ୍ଥାନରେ ଅନେକ ଦୀପ ଥିଲା।


ସେ ତୃତୀୟ ଥର ତାହାଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ? ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ,” ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ଯୀଶୁ ତାହାଙ୍କୁ କହିଲେ, “ମୋହର ମେଷମାନଙ୍କୁ ଚରାଅ।


ଅନ୍ତଃକରଣର କଳ୍ପନା ମନୁଷ୍ୟର ଅଟେ; ମାତ୍ର ଜିହ୍ୱାର ଉତ୍ତର ସଦାପ୍ରଭୁଙ୍କଠାରୁ ହୁଏ।


ତୁମ୍ଭ ପରାକ୍ରମର ଦିନରେ ତୁମ୍ଭ ଲୋକମାନେ ସ୍ୱେଚ୍ଛାରେ ଆପଣାମାନଙ୍କୁ ଉତ୍ସର୍ଗ କରନ୍ତି; ପବିତ୍ରତାର ସୌନ୍ଦର୍ଯ୍ୟରେ ଅରୁଣର ଗର୍ଭରୁ ତୁମ୍ଭର ଯୁବକଗଣ ଶିଶିର ତୁଲ୍ୟ ଉତ୍ପନ୍ନ।


ତୁମ୍ଭେ ଆପଣା ନିବାସ ସ୍ଥାନ ସ୍ୱର୍ଗରୁ ତାହା ଶ୍ରବଣ କରି କ୍ଷମା କର, ଆଉ ପ୍ରତ୍ୟେକ ମନୁଷ୍ୟର ଅନ୍ତଃକରଣ ଜାଣି ତାହାର ସକଳ ଗତି ଅନୁସାରେ ପ୍ରତିଫଳ ଦିଅ, କାରଣ ତୁମ୍ଭେ, କେବଳ ତୁମ୍ଭେ ହିଁ ମନୁଷ୍ୟ-ସନ୍ତାନଗଣର ଅନ୍ତଃକରଣ ଜାଣୁଅଛ।


ଈଶ୍ବରଙ୍କ ଦୃଷ୍ଟିରେ କୌଣସି ପ୍ରାଣୀ ଅପ୍ରକାଶିତ ନୁହେଁ, ମାତ୍ର ଯାହାଙ୍କ ଛାମୁରେ ଆମ୍ଭମାନଙ୍କୁ ନିକାଶ ଦେବାକୁ ହେବ, ତାହାଙ୍କ ଦୃଷ୍ଟିରେ ସମସ୍ତ ବିଷୟ ଉଲଗ୍ନ ଓ ଅନାବୃତ ଅଟେ।


ତଥାପି ଈଶ୍ବରଙ୍କ ସ୍ଥାପିତ ସୁଦୃଢ଼ ଭିତ୍ତିମୂଳ ଅଟଳ ରହିଅଛି, ଆଉ ତହିଁ ଉପରେ ଏହା ମୁଦ୍ରାଙ୍କିତ ହୋଇଅଛି, ପ୍ରଭୁ ଆପଣା ଲୋକମାନଙ୍କୁ ଜାଣନ୍ତି, ଆଉ, ଯେ କେହି ପ୍ରଭୁଙ୍କର ନାମ ଧରେ, ସେ ଅଧର୍ମରୁ ଦୂରରେ ରହୁ।


ସେ ଯେଉଁ ଗୃହରେ ପ୍ରବେଶ କରିବ, ସେହି ଗୃହର କର୍ତ୍ତାଙ୍କୁ କୁହ, ଗୁରୁ ପଚାରୁଅଛନ୍ତି, ମୁଁ ମୋହର ଶିଷ୍ୟମାନଙ୍କ ସହିତ ଯେଉଁଠାରେ ନିସ୍ତାର ପର୍ବର ଭୋଜ ପାଳନ କରିବି, ମୋହର ସେହି ଅତିଥିଶାଳା କାହିଁ?


ତହିଁରେ ଶିଷ୍ୟମାନେ ପ୍ରସ୍ଥାନ କରି ନଗରରେ ପ୍ରବେଶ କଲେ, ପୁଣି, ଯୀଶୁ ସେମାନଙ୍କୁ ଯେପରି କହିଥିଲେ, ସେହିପରି ଦେଖି ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କଲେ।


Swiv nou:

Piblisite


Piblisite