Biblia Todo Logo
Bib sou entènèt

- Piblisite -




ମାର୍କ 14:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସେ ବେଥନୀୟାରେ କୁଷ୍ଠରୋଗରୁ ସୁସ୍ଥ ପାଇଥିବା ଶିମୋନଙ୍କ ଗୃହରେ ଭୋଜନରେ ବସିଥିବା ସମୟରେ ଜଣେ ସ୍ତ୍ରୀଲୋକ ଗୋଟିଏ ପାତ୍ରରେ ବହୁମୂଲ୍ୟ ବିଶୁଦ୍ଧ ଜଟାମାଂସୀ ସୁଗନ୍ଧି ତୈଳ ଆଣି ସେହି ପାତ୍ର ଭାଙ୍ଗି ତାହାଙ୍କ ମସ୍ତକରେ ଢାଳିବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଯୀଶୁ ବେଥନୀୟାରେ କୁଷ୍ଠୀ ଶିମୋନଙ୍କ ଗୃହରେ ଭୋଜନରେ ବସିବା ସମୟରେ ଜଣେ ସ୍ତ୍ରୀଲୋକ ଗୋଟିଏ ପାତ୍ରରେ ବହୁମୂଲ୍ୟ ବିଶୁଦ୍ଧ ଜଟାମାଂସୀ ତୈଳ ଆଣି ସେହି ପାତ୍ର ଭାଙ୍ଗି ତାହାଙ୍କ ମସ୍ତକରେ ଢାଳିବାକୁ ଲାଗିଲେ।

Gade chapit la Kopi

ଓଡିଆ ବାଇବେଲ

3 ସେ ବେଥନିଆରେ କୁଷ୍ଠୀ ଶିମୋନଙ୍କ ଗୃହରେ ଭୋଜନରେ ବସିଥିବା ସମୟରେ ଜଣେ ସ୍ତ୍ରୀଲୋକ ଗୋଟିଏ ପାତ୍ରରେ ବହୁମୂଲ୍ୟ ବିଶୁଦ୍ଧ ଜଟାମାଂସୀ ତୈଳ ଆଣି ସେହି ପାତ୍ର ଭାଙ୍ଗି ତାହାଙ୍କ ମସ୍ତକରେ ଢାଳିବାକୁ ଲାଗିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ଯୀଶୁ ବେଥାନୀରେ କୁଷ୍ଠୀ ଶିମୋନ ନାମକ ଜଣେ ଲୋକର ଘରେ ଅତିଥି ହୋଇଥିଲେ। ଯୀଶୁ ସେଠାରେ ଭୋଜନରେ ବସିଥିବା ବେଳେ ଜଣେ ସ୍ତ୍ରୀ ଲୋକ ବହୁମୂଲ୍ୟ ଜଟାମାଂସୀ ସୁଗନ୍ଧି ତୈଳପୂର୍ଣ୍ଣ ଗୋଟିଏ ଧଳା ପଥର ପାତ୍ର ନେଇ ଆସିଲା। ସେ ପାତ୍ରଟିକୁ ଭାଙ୍ଗି ଯୀଶୁଙ୍କ ମସ୍ତକ ଉପରେ ସବୁ ତୈଳ ଢ଼ାଳି ଦେଲା।

Gade chapit la Kopi

ପବିତ୍ର ବାଇବଲ

3 ଯୀଶୁ ବେଥନୀୟାରେ କୁଷ୍ଠରୋଗୀ ଶିମୋନଙ୍କ ଘରେ ଖାଇବାକୁ ବସିଥିବା ସମୟରେ ଜଣେ ସ୍ତ୍ରୀଲୋକ ତାହାଙ୍କ ପାଖକୁ ଆସିଲା। ସେ ଗୋଟିଏ ଧଳା, ଚି‌‌କ୍‌‌କଣ ସ୍ଫଟିକ ସିଲଖଡ଼ି ପାତ୍ରରେ ବହୁମୂଲ୍ୟ ଅତର ଭର୍ତ୍ତି କରି ଆଣିଥିଲା। ସେ ଅତର ଖାଣ୍ଟି ଜଟାମାଂସରୁ ତିଆରି ହୋଇଥିଲା। ସ୍ତ୍ରୀ ଲୋକଟି ପାତ୍ରଟି ଖୋଲିଦେଇ ସବୁତକ ଅତର ଯୀଶୁଙ୍କ ମୁଣ୍ଡରେ ଢାଳି ଦେଲା।

Gade chapit la Kopi




ମାର୍କ 14:3
11 Referans Kwoze  

ଯେଉଁ ସ୍ତ୍ରୀଲୋକ ପ୍ରଭୁଙ୍କୁ ତୈଳରେ ଅଭିଷେକ କରି ଆପଣା କେଶରେ ତାହାଙ୍କ ପାଦ ପୋଛିଦେଲେ, ଏ ସେହି ମରୀୟମ; ତାଙ୍କର ଭାଇ ଲାଜାର ପୀଡ଼ିତ ଥିଲେ।


ମୁଁ ଆପଣା ପ୍ରିୟତମଙ୍କ ପାଇଁ ଦ୍ୱାର ଫିଟାଇବାକୁ ଉଠିଲି; କିଳିଣୀର ବେଣ୍ଟ ଉପରେ ମୋʼ ହସ୍ତରୁ ଗନ୍ଧରସ, ମୋʼ ଅଙ୍ଗୁଳିରୁ ଦ୍ରବ ଗନ୍ଧରସ କ୍ଷରିଲା।


ଆଉ, ସେ ସେମାନଙ୍କୁ ଛାଡ଼ିଦେଇ ଯିରୂଶାଲମ ସହରରୁ ବାହାରି ବେଥନୀୟାକୁ ଯାଇ ସେଠାରେ ରାତି କଟାଇଲେ।


ରାଜା ଭୋଜନାସନରେ ଉପବିଷ୍ଟ ଥିବା ବେଳେ ମୋʼ ସୁଗନ୍ଧିର ସୁବାସ ବ୍ୟାପ୍ତ ହେଲା।


କାରଣ ସେମାନେ କହିଲେ, ପର୍ବ ସମୟରେ ନୁହେଁ, କାଳେ ଲୋକଙ୍କ ମଧ୍ୟରେ ଗଣ୍ଡଗୋଳ ହେବ।


କିନ୍ତୁ କେତେକ ଲୋକ ବିରକ୍ତ ହୋଇ ପରସ୍ପରକୁ କହିଲେ, ତୈଳ କାହିଁକି ଏପରି ନଷ୍ଟ ହେଲା?


ସେହି ପ୍ରକାରେ ଯେ ଦୁଇଟି ପାଇଥିଲା, ସେ ଆଉ ଦୁଇଟି ଲାଭ କଲା।


Swiv nou:

Piblisite


Piblisite