Biblia Todo Logo
Bib sou entènèt

- Piblisite -




ମାର୍କ 14:54 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

54 ପିତର ଦୂରରେ ରହି ତାହାଙ୍କ ପଛେ ପଛେ ମହାଯାଜକଙ୍କ ପ୍ରାଙ୍ଗଣ ଭିତରକୁ ଗଲେ ଓ ପଦାତିକମାନଙ୍କ ସହିତ ବସି ନିଆଁ ସେକି ହେଉଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

54 ପିତର ଦୂରରେ ରହି ତାହାଙ୍କ ପଛେ ପଛେ ମହାଯାଜକଙ୍କ ପ୍ରାଙ୍ଗଣ ଭିତରକୁ ଗଲେ ଓ ପଦାତିକମାନଙ୍କ ସହିତ ବସି ନିଆଁ ପୁଆଁଉଥିଲେ।

Gade chapit la Kopi

ଓଡିଆ ବାଇବେଲ

54 ପିତର ଦୂରରେ ରହି ତାହାଙ୍କ ପଛେ ପଛେ ମହାଯାଜକଙ୍କ ପ୍ରାଙ୍ଗଣ ଭିତରକୁ ଗଲେ ଓ ପଦାତିକମାନଙ୍କ ସହିତ ବସି ନିଆଁ ସେକି ହେଉଥିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

54 ପିତର କିଛି ଦୂରରେ ଥାଇ ସେମାନଙ୍କ ପଛେ ପଛେ ଗଲେ ଓ ପ୍ରଧାନ ପୁରୋହିତଙ୍କ ଗୃହର ପ୍ରାଙ୍ଗଣରେ ପ୍ରବେଶ କଲେ। ସେଠାରେ ପ୍ରହରୀମାନଙ୍କ ସହିତ ନିଜକୁ ଉଷୁମ୍ କରିବା ପାଇଁ ନିଆଁ ପାଖରେ ବସିଲେ।

Gade chapit la Kopi

ପବିତ୍ର ବାଇବଲ

54 ପିତର ଯୀଶୁଙ୍କଠାରୁ ଦୂରରେ ରହି ତାହାଙ୍କ ପଛେ ପଛେ ଆସି ମହାଯାଜକଙ୍କ ଅଗଣା ଭିତରେ ପହଞ୍ଚିଗଲେ। ସେ ସେଠାରେ ପ୍ରହରୀମାନଙ୍କ ସହିତ ବସି ଯାଇ ନିଆଁରେ ସେକି ହେଲେ।

Gade chapit la Kopi




ମାର୍କ 14:54
15 Referans Kwoze  

ଶୀତ ହେତୁ ଦାସ ଓ ପଦାତିକମାନେ ଅଙ୍ଗାର ଜାଳି ସେଠାରେ ଠିଆ ହୋଇ ନିଆଁ ପୋଉଁଥିଲେ; ପିତର ମଧ୍ୟ ସେମାନଙ୍କ ସାଙ୍ଗରେ ଠିଆ ହୋଇ ନିଆଁ ପୋଉଁଥିଲେ।


ସେହି ସମୟରେ ପ୍ରଧାନ ଯାଜକ ଓ ଲୋକଙ୍କର ପ୍ରାଚୀନବର୍ଗ କୟାଫା ନାମକ ମହାଯାଜକଙ୍କ ପ୍ରାଙ୍ଗଣରେ ଏକତ୍ର ହେଲେ,


ଇତିମଧ୍ୟରେ ଶିମୋନ ପିତର ଠିଆ ହୋଇ ନିଆଁ ପୋଉଁଥିଲେ। ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତୁମ୍ଭେ ମଧ୍ୟ କଅଣ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ନୁହଁ? ସେ ଅସ୍ୱୀକାର କରି କହିଲେ, ମୁଁ ନୁହେଁ।


ପୁଣି, ସେ ମର୍ମାନ୍ତିକ ଦୁଃଖରେ ମଗ୍ନ ହୋଇ ଆହୁରି ଏକାଗ୍ରଭାବେ ପ୍ରାର୍ଥନା କରିବାକୁ ଲାଗିଲେ ଓ ତାହାଙ୍କ ଝାଳ ଘନ ରକ୍ତଟୋପା ପରି ଭୂମିରେ ପଡ଼ିଲା।


ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଜାଗି ରହି ପ୍ରାର୍ଥନା କର; ଆତ୍ମା ଇଚ୍ଛୁକ ସତ୍ୟ, ମାତ୍ର ଶରୀର ଦୁର୍ବଳ।”


କିନ୍ତୁ ପିତର ଦୂରରେ ରହି ମହାଯାଜକଙ୍କ ପ୍ରାଙ୍ଗଣ ପର୍ଯ୍ୟନ୍ତ ତାହାଙ୍କ ପଛେ ପଛେ ଗଲେ, ଆଉ ଶେଷରେ କଅଣ ଘଟିବ, ତାହା ଦେଖିବା ନିମନ୍ତେ ସେ ଭିତରକୁ ଯାଇ ପଦାତିକମାନଙ୍କ ସହିତ ବସି ରହିଲେ।


ତହୁଁ ଏଲୀୟ ତାହା ଶୁଣନ୍ତେ, ଆପଣା ବସ୍ତ୍ରରେ ମୁଖ ଆଚ୍ଛାଦନ କରି ବାହାରେ ଯାଇ ଗହ୍ୱର-ମୁଖ ନିକଟରେ ଠିଆ ହେଲେ। ତହିଁରେ ଦେଖ, ଏକ ରବ ତାଙ୍କ ନିକଟରେ ଉପସ୍ଥିତ ହୋଇ କହିଲା, “ଏଲୀୟ, ତୁମ୍ଭେ ଏଠାରେ କଅଣ କରୁଅଛ?”


ଆଉ ସେ ସେଠାସ୍ଥିତ ଏକ ଗହ୍ୱରରେ ଉପସ୍ଥିତ ହୋଇ ରାତ୍ରି କ୍ଷେପଣ କଲେ; ସେତେବେଳେ ଦେଖ, ସଦାପ୍ରଭୁଙ୍କ ବାକ୍ୟ ତାଙ୍କ ନିକଟରେ ଉପସ୍ଥିତ ହେଲା ଓ ସେ ତାଙ୍କୁ କହିଲେ, “ଏଲୀୟ, ତୁମ୍ଭେ ଏଠାରେ କʼଣ କରୁଅଛ?”


ଏହି ସମୟରେ ଏବ୍ରୀୟମାନଙ୍କର କେତେକ ଲୋକ ଯର୍ଦ୍ଦନ ପାର ହୋଇ ଗାଦ୍‍ ଓ ଗିଲୀୟଦ ଦେଶକୁ ଯାଇଥିଲେ; ମାତ୍ର ଶାଉଲ ଏଯାଏ ଗିଲ୍‍ଗଲ୍‍ରେ ଥିଲେ, ଆଉ ସମସ୍ତ ଲୋକ ଥରଥର ହୋଇ ତାଙ୍କର ପଶ୍ଚାଦ୍‍ଗାମୀ ହେଲେ।


ଇତିମଧ୍ୟରେ ପିତର ତଳେ ପ୍ରାଙ୍ଗଣରେ ଥିବା ସମୟରେ ମହାଯାଜକଙ୍କର ଦାସୀ ଆସି ପିତରଙ୍କୁ ନିଆଁ ସେକି ହେଉଥିବାର ଦେଖିଲା,


ପରେ ସେମାନେ ତାହାଙ୍କୁ ଘେନିଯାଇ ମହାଯାଜକଙ୍କ ଗୃହକୁ ଆଣିଲେ; କିନ୍ତୁ ପିତର ଦୂରରେ ରହି ପଛେ ପଛେ ଗଲେ।


Swiv nou:

Piblisite


Piblisite