Biblia Todo Logo
Bib sou entènèt

- Piblisite -




ମାର୍କ 15:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ସେଥିରେ ପୀଲାତ ସେମାନଙ୍କୁ ପଚାରିଲେ, କାହିଁକି, ସେ କି ଦୋଷ କରିଅଛି? କିନ୍ତୁ ସେମାନେ ଅତ୍ୟନ୍ତ ଚିତ୍କାର କଲେ, ତାହାକୁ କ୍ରୁଶରେ ଚଢ଼ାଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ସେଥିରେ ପୀଲାତ ସେମାନଙ୍କୁ ପଚାରିଲେ, କାହିଁକି, ସେ କି ଦୋଷ କରିଅଛି? କିନ୍ତୁ ସେମାନେ ଅତ୍ୟ; ଚିତ୍କାର କଲେ, ତାହାକୁ କ୍ରୁଶରେ ଚଢ଼ାଅ।

Gade chapit la Kopi

ଓଡିଆ ବାଇବେଲ

14 ସେଥିରେ ପୀଲାତ ସେମାନଙ୍କୁ ପଚାରିଲେ, କାହିଁକି, ସେ କି ଦୋଷ କରିଅଛି ? କିନ୍ତୁ ସେମାନେ ଅତ୍ୟନ୍ତ ଚିତ୍କାର କଲେ, ତାହାକୁ କ୍ରୁଶରେ ଚଢ଼ାଅ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ପିଲାତ ପଚାରିଲେ, “କିନ୍ତୁ ସେ କି ଦୋଷ କରିଛି?” ସେମାନେ ଆହୁରି ଜୋର୍ରେ ପାଟି କରି କହିଲେ, “ତାକୁ କ୍ରୁଶରେ ଚଢ଼ାନ୍ତୁ।”

Gade chapit la Kopi

ପବିତ୍ର ବାଇବଲ

14 ପୀଲାତ ପଗ୍ଭରିଲେ, “କାହିଁକି? ସେ ଏଭଳି କ’ଣ ଅପରାଧ କରିଛନ୍ତି?” କିନ୍ତୁ ଲୋକମାନେ ଅଧିକ ଜୋ‌ର୍‌ରେ ଚିତ୍କାର କରି କହିଲେ, “ତାହାଙ୍କୁ କ୍ରୁଶରେ ଚଢ଼ାଅ।”

Gade chapit la Kopi




ମାର୍କ 15:14
24 Referans Kwoze  

ଆଉ ଆମ୍ଭେମାନେ ସିନା ନ୍ୟାୟଭାବରେ ଦଣ୍ଡ ଭୋଗୁଅଛୁ, କାରଣ ଆମ୍ଭେମାନେ ନିଜ ନିଜ କର୍ମର ସମୁଚିତ ଫଳ ପାଉଅଛୁ, କିନ୍ତୁ ଏହି ବ୍ୟକ୍ତି କୌଣସି ଦୋଷ କରି ନାହାନ୍ତି।


ବରଂ ନିଖୁନ୍ତ ଓ ନିଷ୍କଳଙ୍କ ମେଷଶାବକ ସଦୃଶ ଖ୍ରୀଷ୍ଟଙ୍କ ବହୁମୂଲ୍ୟ ରକ୍ତରେ ମୁକ୍ତ ହୋଇଅଛ।


କାରଣ ଏହି ପ୍ରକାର ମହାଯାଜକ ଆମ୍ଭମାନଙ୍କ ପକ୍ଷରେ ଉପଯୁକ୍ତ, ଯେ କି ପବିତ୍ର, ନିର୍ଦ୍ଦୋଷ, ନିଷ୍କଳଙ୍କ, ପାପୀମାନଙ୍କଠାରୁ ପୃଥକୀକୃତ, ପୁଣି, ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ।


କିନ୍ତୁ ସେ ଜଣେ ଯିହୁଦୀ ବୋଲି ଯେତେବେଳେ ସେମାନେ ଜାଣିଲେ, ସେତେବେଳେ ସମସ୍ତେ ଏକସ୍ୱରରେ ପ୍ରାୟ ଦୁଇ ଘଣ୍ଟା ପର୍ଯ୍ୟନ୍ତ ଚିତ୍କାର କରି କହିବାକୁ ଲାଗିଲେ, ଏଫିସୀୟମାନଙ୍କର ଆର୍ତ୍ତେମୀ ମହାଦେବୀ ଅଟନ୍ତି।


ସେଥିରେ ପ୍ରଧାନ ଯାଜକ ଓ ପଦାତିକମାନେ ତାହାଙ୍କୁ ଦେଖି ଚିତ୍କାର କରି କହିଲେ, କ୍ରୁଶରେ ଚଢ଼ାଅ, କ୍ରୁଶରେ ଚଢ଼ାଅ। ପୀଲାତ ସେମାନଙ୍କୁ କହିଲେ, ତୁମ୍ଭେମାନେ ତାହାକୁ ଘେନିଯାଇ କ୍ରୁଶରେ ଚଢ଼ାଅ, କାରଣ ଆମ୍ଭେ ତାହାଠାରେ କୌଣସି ଦୋଷ ପାଉ ନାହୁଁ।


ପୀଲାତ ତାହାଙ୍କୁ କହିଲେ, ସତ୍ୟ କଅଣ? ଏହା କହି ସେ ପୁଣି, ଯିହୁଦୀମାନଙ୍କ ନିକଟକୁ ବାହାରକୁ ଯାଇ ସେମାନଙ୍କୁ କହିଲେ, ଆମ୍ଭେ ଏହାଠାରେ କୌଣସି ଦୋଷ ପାଉ ନାହୁଁ।


ଶତ-ସେନାପତି ଏହି ଘଟଣା ଦେଖି ଈଶ୍ବରଙ୍କ ଗୌରବ କରି କହିଲେ, ନିଶ୍ଚୟ ଏ ବ୍ୟକ୍ତି ଧାର୍ମିକ ଥିଲେ।


କିନ୍ତୁ ସେମାନେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ତାହାକୁ କ୍ରୁଶରେ ଚଢ଼ାଅ, କ୍ରୁଶରେ ଚଢ଼ାଅ।


ଏଥିରେ ପୀଲାତ ପ୍ରଧାନ ଯାଜକ ଓ ଲୋକସମୂହକୁ କହିଲେ, ଆମ୍ଭେ ଏହି ଲୋକଠାରେ କୌଣସି ଦୋଷ ପାଉ ନାହୁଁ।


ଶତ-ସେନାପତି ଓ ତାହାଙ୍କ ସାଙ୍ଗରେ ଯେଉଁମାନେ ଯୀଶୁଙ୍କୁ ଜଗିଥିଲେ, ସେମାନେ ଭୂମିକମ୍ପାଦି ଘଟଣା ଦେଖି ଅତ୍ୟନ୍ତ ଭୀତ ହୋଇ ରହିଲେ ଏବଂ କହିଲେ, ସତ୍ୟ, ଏ ଈଶ୍ବରଙ୍କ ପୁତ୍ର ଥିଲେ।


ଆଉ, ସେ ବିଚାରାସନରେ ବସିଥିବା ସମୟରେ ତାହାଙ୍କ ସ୍ତ୍ରୀ ତାହାଙ୍କ ପାଖକୁ କହି ପଠାଇଲେ, ସେହି ଧାର୍ମିକ ଲୋକଙ୍କ କଥାରେ ତୁମ୍ଭେ ଆଦୌ ହାତ ଦିଅ ନାହିଁ, କାରଣ ତାହାଙ୍କ ଯୋଗୁଁ ମୁଁ ଆଜି ସ୍ୱପ୍ନରେ ବହୁତ କଷ୍ଟ ଭୋଗିଅଛି।


ମୁଁ ନିର୍ଦ୍ଦୋଷକୁ ମୃତ୍ୟୁ ହସ୍ତରେ ସମର୍ପଣ କରି ପାପ କରିଅଛି। କିନ୍ତୁ ସେମାନେ କହିଲେ, ସେଥିରେ ଆମ୍ଭମାନଙ୍କର କଅଣ ଅଛି?


ପୁଣି, ସେ କୌଣସି ଦୌରାତ୍ମ୍ୟ ନ କଲେ ହେଁ ଓ ତାହାଙ୍କ ମୁଖରେ କୌଣସି ଛଳ ନ ଥିଲେ ହେଁ ଲୋକମାନେ ଦୁଷ୍ଟଗଣର ସହିତ ତାହାଙ୍କର କବର ନିରୂପଣ କଲେ ଓ ମୃତ୍ୟୁୁରେ ସେ ଧନବାନର ସଙ୍ଗୀ ହେଲେ।


ସେ ଅବଜ୍ଞାତ ଓ ମନୁଷ୍ୟର ତ୍ୟକ୍ତ; ଦୁଃଖୀଲୋକ ଓ ଶୋକପରିଚିତ, ପୁଣି ମନୁଷ୍ୟମାନେ ଯାହାଠାରୁ ମୁଖ ଆଚ୍ଛାଦନ କରନ୍ତି, ଏପରି ଲୋକ ତୁଲ୍ୟ ସେ ଅବଜ୍ଞାତ ହେଲେ, ଆଉ ଆମ୍ଭେମାନେ ତାହାଙ୍କୁ ମାନ୍ୟ କଲୁ ନାହିଁ।


ଅକାରଣରେ ମୋତେ ଘୃଣା କରିବା ଲୋକେ ମୋʼ ମସ୍ତକର କେଶଠାରୁ ଅନେକ; ଯେଉଁମାନେ ଅନ୍ୟାୟରେ ମୋହର ଶତ୍ରୁ ହୋଇ ମୋତେ ଉଚ୍ଛିନ୍ନ କରିବାକୁ ଇଚ୍ଛା କରନ୍ତି, ସେମାନେ ବଳବାନ; ତେଣୁ ମୁଁ ଯାହା ଅପହରଣ କଲି ନାହିଁ, ତାହା ଫେରାଇ ଦେଲି।


ଲୋକସମୂହ ପୁଣି, ଚିତ୍କାର କଲେ, ତାହାକୁ କ୍ରୁଶରେ ଚଢ଼ାଅ।


ଏଣୁ ପୀଲାତ ଲୋକସମୂହକୁ ସନ୍ତୁଷ୍ଟ କରିବାକୁ ଇଚ୍ଛା କରି ସେମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କଲେ, ପୁଣି, ଯୀଶୁଙ୍କୁ କୋରଡ଼ା ପ୍ରହାର କରାଇ କ୍ରୁଶରେ ଚଢ଼ାଇବା ନିମନ୍ତେ ସମର୍ପଣ କଲେ।


ଆଉ ପ୍ରାଣଦଣ୍ଡର କୌଣସି କାରଣ ନ ପାଇଲେ ସୁଦ୍ଧା ତାହାଙ୍କୁ ବଧ କରିବା ନିମନ୍ତେ ପୀଲାତଙ୍କୁ ନିବେଦନ କଲେ।


Swiv nou:

Piblisite


Piblisite