Biblia Todo Logo
Bib sou entènèt

- Piblisite -




ମାର୍କ 15:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଆଉ ତାହାଙ୍କ ଅଭିଯୋଗ ଲିପିରେ ଏହା ଲେଖା ଥିଲା, ଯିହୁଦୀମାନଙ୍କର ରାଜା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ଆଉ, ତାହାଙ୍କ ଅଭିଯୋଗଲିପିରେ ଏହା ଲେଖା ଥିଲା, ଯିହୁଦୀମାନଙ୍କର ରାଜା।

Gade chapit la Kopi

ଓଡିଆ ବାଇବେଲ

26 ଆଉ ତାହାଙ୍କ ଅଭିଯୋଗ ଲିପିରେ ଏହା ଲେଖା ଥିଲା, ଯିହୂଦୀମାନଙ୍କର ରାଜା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

26 ତାଙ୍କ ସମ୍ପର୍କରେ ଅଭିଯୋଗ ବିଜ୍ଞପ୍ତି-ପତ୍ରରେ ଏହିପରି ଲେଖା ହୋଇଥିଲା: “ଇହୁଦୀମାନଙ୍କର ରାଜା”।

Gade chapit la Kopi

ପବିତ୍ର ବାଇବଲ

26 ଯୀଶୁଙ୍କ ବିରୁଦ୍ଧରେ ଗୋଟିଏ ଅଭିଯୋଗପତ୍ର ଫଳକ ଉପରେ ଲେଖା ଯାଇଥିଲା ଏ “ଯିହୂଦୀମାନଙ୍କର ରାଜା।”

Gade chapit la Kopi




ମାର୍କ 15:26
14 Referans Kwoze  

ଆଉ, ସେମାନେ ତାହାଙ୍କ ମସ୍ତକର ଊର୍ଦ୍ଧ୍ୱରେ ଏହି ଅଭିଯୋଗପତ୍ର ଲେଖି ଲଗାଇଦେଲେ, ଏ ଯିହୁଦୀମାନଙ୍କର ରାଜା ଯୀଶୁ।


“ଯିହୁଦୀମାନଙ୍କର ଯେଉଁ ରାଜା ଜନ୍ମଗ୍ରହଣ କରିଅଛନ୍ତି, ସେ କେଉଁଠାରେ? କାରଣ ଆମ୍ଭେମାନେ ପୂର୍ବ ଦିଗରେ ତାହାଙ୍କ ତାରା ଦେଖି ତାହାଙ୍କୁ ଆରାଧନା କରିବାକୁ ଆସିଅଛୁ।”


ଗୋ ସିୟୋନ କନ୍ୟେ, ଅତିଶୟ ଉଲ୍ଲାସ କର! ଗୋ ଯିରୂଶାଲମ କନ୍ୟେ, ଜୟଧ୍ୱନି କର! ଦେଖ, ତୁମ୍ଭର ରାଜା ତୁମ୍ଭ ନିକଟକୁ ଆସୁଅଛନ୍ତି; ସେ ଧର୍ମମୟ ଓ ପରିତ୍ରାଣବିଶିଷ୍ଟ; ସେ ନମ୍ରଶୀଳ ଓ ଗର୍ଦ୍ଦଭ ଉପରେ, ଅର୍ଥାତ୍‍, ଗର୍ଦ୍ଦଭୀର ଶାବକ ଉପରେ ଆରୋହଣ କରି ଆସୁଅଛନ୍ତି।


ପୀଲାତ ତାହାଙ୍କୁ ପଚାରିଲେ, ତୁମ୍ଭେ କି ଯିହୁଦୀମାନଙ୍କର ରାଜା? ସେ ତାହାଙ୍କୁ ଉତ୍ତର ଦେଲେ, “ଆପଣ କହୁଅଛନ୍ତି।”


ତଥାପି ତାହାର ଅଭିପ୍ରାୟ ସେହିପରି ନୁହେଁ, କିଅବା ତାହାର ହୃଦୟ ସେହିପରି ଭାବେ ନାହିଁ; ମାତ୍ର ବିନାଶ କରିବାକୁ ଓ ଅନେକ ଗୋଷ୍ଠୀଙ୍କୁ ଉଚ୍ଛିନ୍ନ କରିବାକୁ ତାହାର ହୃଦୟରେ ଅଛି।


ରାଜାର ଅନ୍ତଃକରଣ ସଦାପ୍ରଭୁଙ୍କ ହସ୍ତରେ ଜଳପ୍ରଣାଳୀ ତୁଲ୍ୟ ଥାଏ; ସେ ଯେଉଁଆଡ଼େ ଇଚ୍ଛା, ସେଆଡ଼େ ତାହା ଫେରାନ୍ତି।


“ମାତ୍ର ମୁଁ ଆପଣା ରାଜାଙ୍କୁ ଆପଣା ପବିତ୍ର ପର୍ବତ ସିୟୋନରେ ସ୍ଥାପନ କରିଅଛି।”


ଆମ୍ଭେ ଶେଷ ବିଷୟ ଆଦିଠାରୁ ପ୍ରକାଶ କରୁ, ପୁଣି ଯାହା ସାଧିତ ହୋଇ ନାହିଁ, ତାହା ପ୍ରାଚୀନ କାଳରୁ ଜଣାଉ, ଆଉ କହୁ, ‘ଆମ୍ଭର ମନ୍ତ୍ରଣା ସ୍ଥିର ହେବ ଓ ଆମ୍ଭେ ଆପଣାର ସକଳ ମନସ୍କାମନା ସିଦ୍ଧ କରିବା,’


ତଥାପି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ବିଲୀୟମ୍‍ର କଥା ଶୁଣିବାକୁ ସମ୍ମତ ହେଲେ ନାହିଁ। ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ପ୍ରେମ କରିବାରୁ ସେହି ଅଭିଶାପକୁ ଆଶୀର୍ବାଦରେ ପରିଣତ କଲେ।


ମନୁଷ୍ୟର କ୍ରୋଧ ନିତାନ୍ତ ତୁମ୍ଭର ପ୍ରଶଂସା କରିବ; ତୁମ୍ଭେ କ୍ରୋଧର ଅବଶେଷ ଦ୍ୱାରା ଆପଣା କଟିବନ୍ଧନ କରିବ।


ପୁଣି, ତାହାଙ୍କ ଦକ୍ଷିଣ ପାର୍ଶ୍ୱରେ ଜଣେ ଓ ବାମ ପାର୍ଶ୍ୱରେ ଜଣେ, ଏହିପରି ଦୁଇ ଜଣ ଡକାଇତମାନଙ୍କୁ ସେମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଇଦେଲେ।


ଇସ୍ରାଏଲର ରାଜା ଖ୍ରୀଷ୍ଟ ଏହିକ୍ଷଣି କ୍ରୁଶରୁ ଓହ୍ଲାଇ ଆସନ୍ତୁ, ଯେପରି ଆମ୍ଭେମାନେ ତାହା ଦେଖି ବିଶ୍ୱାସ କରିବା। ପୁଣି, ଯେଉଁମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଯାଇଥିଲେ, ସେମାନେ ସୁଦ୍ଧା ତାହାଙ୍କୁ ନିନ୍ଦା କରିବାକୁ ଲାଗିଲେ।


Swiv nou:

Piblisite


Piblisite