Biblia Todo Logo
Bib sou entènèt

- Piblisite -




ମାର୍କ 16:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଆଉ ଏହିସବୁ ଚିହ୍ନ ସେମାନଙ୍କର ଅନୁବର୍ତ୍ତୀ ହେବ ଯେଉଁମାନେ ତାହାଙ୍କଠାରେ ବିଶ୍ୱାସ କରନ୍ତି, ସେମାନେ ମୋ ନାମରେ ଭୂତ ଛଡ଼ାଇବେ, ନୂତନ ନୂତନ ଭାଷାରେ କଥା କହିବେ, ହସ୍ତରେ ସର୍ପ ଧରିବେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଆଉ, ବିଶ୍ଵାସୀମାନଙ୍କର ଏହିସବୁ ଚିହ୍ନ ଅନୁବର୍ତ୍ତୀ ହେବ, ସେମାନେ ମୋʼ ନାମରେ ଭୂତ ଛଡ଼ାଇବେ, ନୂତନ ନୂତନ ଭାଷାରେ କଥା କହିବେ,

Gade chapit la Kopi

ଓଡିଆ ବାଇବେଲ

17 ଆଉ ଏହି ସବୁ ଚିହ୍ନ ସେମାନଙ୍କର ଅନୁବର୍ତ୍ତୀ ହେବ ଯେଉଁମାନେ ତାହାଙ୍କଠାରେ ବିଶ୍ୱାସ କରନ୍ତି, ସେମାନେ ମୋ ନାମରେ ଭୂତ ଛଡ଼ାଇବେ, ନୂତନ ନୂତନ ଭାଷାରେ କଥା କହିବେ, ହସ୍ତରେ ସର୍ପ ଧରିବେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

17 ବିଶ୍ୱାସୀମାନେ ଅଲୌକିକ କାର୍ଯ୍ୟ କରିବାକୁ ଶକ୍ତି ପାଇବେ। ମୋ’ ନାମରେ ସେମାନେ ଭୂତ ଛଡ଼ାଇବେ, ଅଜଣା ଭାଷାରେ କଥା କହିବେ,

Gade chapit la Kopi

ପବିତ୍ର ବାଇବଲ

17 ଯେଉଁମାନେ ମୋତେ ବିଶ୍ୱାସ କରିବେ, ସେମାନେ ତା'ର ପ୍ରମାଣ ସ୍ୱରୂପ ଏହିସବୁ କାମ କରିବାକୁ ସକ୍ଷମ ହେବେ: ସେମାନେ ଲୋକମାନଙ୍କଠାରୁ ମୋ’ ନାମରେ ଭୂତମାନଙ୍କୁ ବାହାର କରି ଦେଇ ପାରିବେ। କେବେ ହେଲେ ଶିଖି ନ ଥିବା ନୂଆ ନୂଆ ଅନେକ ଭଷାରେ କଥାବାର୍ତ୍ତା କରିବେ।

Gade chapit la Kopi




ମାର୍କ 16:17
17 Referans Kwoze  

ଯିରୂଶାଲମ ସହରର ଚତୁର୍ଦ୍ଦିଗସ୍ଥ ନଗରସମୂହରୁ ଲୋକସମୂହ ମଧ୍ୟ ରୋଗୀମାନଙ୍କୁ ଓ ଅଶୁଚି ଆତ୍ମା ଦ୍ୱାରା ଆକ୍ରାନ୍ତ ଲୋକମାନଙ୍କୁ ଆଣି ଏକତ୍ର ହେଉଥିଲେ, ଆଉ ସେମାନେ ସମସ୍ତେ ସୁସ୍ଥ ହେଲେ।


ପୁଣି, ଈଶ୍ବର ମଣ୍ଡଳୀରେ ପ୍ରଥମରେ ପ୍ରେରିତ, ଦ୍ୱିତୀୟରେ ଭାବବାଦୀ, ତୃତୀୟରେ ଶିକ୍ଷକ, ଏହିପରି ବିଭିନ୍ନ ବ୍ୟକ୍ତିଙ୍କୁ ନିଯୁକ୍ତ କରିଅଛନ୍ତି; ପରେ ଆଶ୍ଚର୍ଯ୍ୟର କାର୍ଯ୍ୟ, ତତ୍ପରେ ଆରୋଗ୍ୟ କରିବାର ଶକ୍ତି, ପରୋପକାରିତା, ପରିଚାଳନାର କ୍ଷମତା ଓ ବିଭିନ୍ନ ପରଭାଷା ଦାନ କରିଅଛନ୍ତି।


ଅନ୍ୟ ଜଣକୁ ନାନା ଶକ୍ତିର କାର୍ଯ୍ୟ ସାଧନ କରିବାର, ଆଉ ଜଣକୁ ଭାବବାଣୀ କହିବାର, ଅନ୍ୟ ଜଣକୁ ଭିନ୍ନ ଭିନ୍ନ ଆତ୍ମା ଚିହ୍ନିବାର, ଆଉ ଜଣକୁ ବିଭିନ୍ନ ପରଭାଷା କହିବାର, ଅନ୍ୟ ଜଣକୁ ଭାଷାର ଅର୍ଥ କରିବାର ଶକ୍ତି ଦାନ କରାଯାଏ।


କାରଣ ଅଶୁଚି ଆତ୍ମାବିଷ୍ଟ ଅନେକ ଲୋକଙ୍କଠାରୁ ସେହି ଆତ୍ମାଗୁଡ଼ାକ ଉଚ୍ଚସ୍ୱରରେ ଚିତ୍କାର କରି ବାହାରିଆସିବାକୁ ଲାଗିଲେ, ପୁଣି, ଅନେକ ପକ୍ଷାଘାତରୋଗୀ ଓ ଖଞ୍ଜ ସୁସ୍ଥ ହେଲେ।


ଏଥିଉତ୍ତାରେ ସେହି ସତୁରି ଜଣ ଫେରିଆସି ଆନନ୍ଦରେ କହିଲେ, ପ୍ରଭୁ, ଭୂତମାନେ ସୁଦ୍ଧା ଆପଣଙ୍କ ନାମରେ ଆମ୍ଭମାନଙ୍କ ବଶୀଭୂତ ଅଟନ୍ତି।


କାରଣ ସେମାନେ ସେମାନଙ୍କୁ ବିଭିନ୍ନ ଭାଷାରେ କଥା କହୁଥିବା ଓ ଈଶ୍ବରଙ୍କ ପ୍ରଶଂସା କରୁଥିବା ଶୁଣୁଥିଲେ।


ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୋʼ ଠାରେ ଯେ ବିଶ୍ୱାସ କରେ, ମୁଁ ଯେଉଁ ଯେଉଁ କର୍ମ କରୁଅଛି, ସେ ମଧ୍ୟ ସେହିସବୁ କରିବ, ଆଉ ସେ ସବୁ ଅପେକ୍ଷା ଅଧିକ ମହତ‍ କର୍ମ କରିବ, କାରଣ ମୁଁ ପିତାଙ୍କ ନିକଟକୁ ଯାଉଅଛି।


ଆଉ ପାଉଲ ସେମାନଙ୍କ ଉପରେ ହସ୍ତାର୍ପଣ କରନ୍ତେ ପବିତ୍ର ଆତ୍ମା ସେମାନଙ୍କ ଉପରେ ଅବତରଣ କଲେ, ପୁଣି, ସେମାନେ ନାନା ଭାଷାରେ କଥା କହିବାକୁ ଓ ଭାବବାଣୀ ମଧ୍ୟ କହିବାକୁ ଲାଗିଲେ।


କାରଣ ଯେ ପରଭାଷାରେ କଥା କହେ, ସେ ମନୁଷ୍ୟକୁ କଥା କହେ ନାହିଁ, କିନ୍ତୁ ଈଶ୍ବରଙ୍କୁ କହେ, ଯେଣୁ କେହି ତାହା ବୁଝେ ନାହିଁ, ମାତ୍ର ସେ ପବିତ୍ର ଆତ୍ମା ଦ୍ୱାରା ନିଗୂଢ଼ ବିଷୟ କହେ।


ସମସ୍ତେ କି ଆରୋଗ୍ୟ କରିବାର ଶକ୍ତି ପାଇଅଛନ୍ତି? ସମସ୍ତେ କି ପରଭାଷାରେ କଥା କହନ୍ତି? ସମସ୍ତେ କି ଭାଷାର ଅର୍ଥ କରନ୍ତି?


ଯଦି ମୁଁ ମନୁଷ୍ୟମାନଙ୍କ ଓ ଦୂତମାନଙ୍କ ଭାଷାରେ କଥା କହେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ ଠଣ୍ ଠଣ୍ ଶବ୍ଦକାରକ ପିତଳ ଘଣ୍ଟା କିମ୍ବା ଝମ୍‍ ଝମ୍‍ ଶବ୍ଦକାରୀ ଝାଞ୍ଜ ସ୍ୱରୂପ ହୋଇଅଛି।


ସେ ଅନେକ ଦିନ ପର୍ଯ୍ୟନ୍ତ ଏହା କଲା। କିନ୍ତୁ ପାଉଲ ବିରକ୍ତ ହୋଇ ବୁଲିପଡ଼ି ସେହି ଆତ୍ମାକୁ କହିଲେ, ତାହାଠାରୁ ବାହାରିଯିବାକୁ ମୁଁ ତୋତେ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଆଜ୍ଞା ଦେଉଅଛି। ଏଥିରେ ସେ ସେହି ମୁହୂର୍ତ୍ତରେ ବାହାରିଗଲା।


ଯୋହନ ତାହାଙ୍କୁ କହିଲେ, ହେ ଗୁରୁ, ଆମ୍ଭମାନଙ୍କ ଦଳରେ ନ ଥିବା ଜଣକୁ ଆପଣଙ୍କ ନାମରେ ଭୂତ ଛଡ଼ାଇବାର ଦେଖିଲୁ, ଆଉ ସେ ଆମ୍ଭମାନଙ୍କ ଦଳରେ ନ ଥିବାରୁ ତାହାକୁ ମନା କଲୁ।


ଅତଏବ, ଈଶ୍ବର ଯୀଶୁଙ୍କୁ ଉନ୍ନତ କରି ତାହାଙ୍କ ଦକ୍ଷିଣ ପାର୍ଶ୍ୱରେ ବସାଇ ତାହାଙ୍କ ସହିତ ରାଜତ୍ୱ କରିବାକୁ ଅଧିକାର ଦେଲେ, ଏବଂ ସେ ଆମ୍ଭମାନଙ୍କୁ ପିତାଙ୍କ ଦ୍ୱାରା ପ୍ରତିଜ୍ଞାତ ପବିତ୍ର ଆତ୍ମାଙ୍କୁ ଦେଲେ ଯାହାଙ୍କୁ ଆପଣମାନେ ଦେଖୁଅଛନ୍ତି ଓ ଶୁଣୁଅଛନ୍ତି।


Swiv nou:

Piblisite


Piblisite