Biblia Todo Logo
Bib sou entènèt

- Piblisite -




ମାର୍କ 16:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ପୁଣି, ପ୍ରାଣନାଶକ କୌଣସି ପଦାର୍ଥ ପାନ କଲେ ସେମାନଙ୍କର କିଛି କ୍ଷତି ହେବ ନାହିଁ; ସେମାନେ ପୀଡ଼ିତମାନଙ୍କ ଉପରେ ହସ୍ତ ଥୋଇଲେ ସେମାନେ ସୁସ୍ଥ ହେବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ହସ୍ତରେ ସର୍ପ ଧରିବେ, ପୁଣି ପ୍ରାଣନାଶକ କୌଣସି ପଦାର୍ଥ ପାନ କଲେ ସେମାନଙ୍କର କିଛି କ୍ଷତି ହେବ ନାହିଁ; ସେମାନେ ପୀଡ଼ିତମାନଙ୍କ ଉପରେ ହସ୍ତ ଥୋଇଲେ ସେମାନେ ସୁସ୍ଥ ହେବେ।

Gade chapit la Kopi

ଓଡିଆ ବାଇବେଲ

18 ପୁଣି, ପ୍ରାଣନାଶକ କୌଣସି ପଦାର୍ଥ ପାନ କଲେ ସେମାନଙ୍କର କିଛି କ୍ଷତି ହେବ ନାହିଁ; ସେମାନେ ପୀଡ଼ିତମାନଙ୍କ ଉପରେ ହସ୍ତ ଥୋଇଲେ ସେମାନେ ସୁସ୍ଥ ହେବେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ସାପକୁ ଧରିଲେ କିମ୍ବା ବିଷପାନ କଲେ, ସେମାନଙ୍କର କିଛି କ୍ଷତି ହେବ ନାହିଁ। ସେମାନେ ପୀଡ଼ିତ ଲୋକମାନଙ୍କ ଉପରେ ହସ୍ତାର୍ପଣ କଲେ, ସେମାନେ ସୁସ୍ଥ ହେବେ।”

Gade chapit la Kopi

ପବିତ୍ର ବାଇବଲ

18 ସେମାନେ ନିଜ ହାତରେ ସାପକୁ ଧରିବେ କିନ୍ତୁ ସେମାନଙ୍କର କିଛି ହେଲେ କ୍ଷତି ହେବ ନାହିଁ। ସେମାନେ ବିଷ ମଧ୍ୟ ପିଇ ଦେବେ, କିନ୍ତୁ ସେମାନଙ୍କର କିଛି ହେଲେ କ୍ଷତି ହେବ ନାହିଁ। ଏ ଲୋକମାନେ ରୋଗୀମାନଙ୍କ ଉପରେ ହାତ ରଖିବେ ଏବଂ ରୋଗୀମାନେ ଭଲ ହୋଇଯିବେ।”

Gade chapit la Kopi




ମାର୍କ 16:18
21 Referans Kwoze  

ଦେଖ, ମୁଁ ତୁମ୍ଭମାନଙ୍କୁ ସାପ ଓ ବିଛା ଉପରେ ଚାଲିବାକୁ କ୍ଷମତା ଦେଇଅଛି, ପୁଣି, ଶତ୍ରୁର ସମସ୍ତ ଶକ୍ତି ଉପରେ ମଧ୍ୟ କ୍ଷମତା ଦେଇଅଛି, ଆଉ କିଛି ହେଲେ କୌଣସି ପ୍ରକାରେ ତୁମ୍ଭମାନଙ୍କର କ୍ଷତି କରିବ ନାହିଁ।


ଏପରିକି ତାହାଙ୍କ ଦେହରୁ ରୁମାଲ କିମ୍ବା ଗାମୁଛା ରୋଗୀମାନଙ୍କ ନିକଟକୁ ଅଣା ଯାଆନ୍ତେ ସେମାନଙ୍କଠାରୁ ରୋଗ ଛାଡ଼ିଯାଉଥିଲା ଓ ମନ୍ଦ-ଆତ୍ମାଗୁଡ଼ାକ ବାହାରିଯାଉଥିଲେ।


ଆଉ ସେଥି ସଙ୍ଗେ ସଙ୍ଗେ ତୁମ୍ଭର ପବିତ୍ର ଦାସ ଯୀଶୁଙ୍କ ନାମରେ ସୁସ୍ଥ କରିବା ନିମନ୍ତେ ଏବଂ ଲକ୍ଷଣ ଓ ଅଦ୍ଭୁତ କର୍ମମାନ ସାଧନ କରିବା ପାଇଁ ତୁମ୍ଭର ହସ୍ତ ବିସ୍ତାର କର।”


ପୁଣି, ତାହାଙ୍କ ନାମରେ ବିଶ୍ୱାସ କରିବାରୁ ଏହି ଯେଉଁ ଲୋକକୁ ଆପଣମାନେ ଦେଖୁଅଛନ୍ତି ଓ ଜାଣିଅଛନ୍ତି, ଏହାକୁ ତାହାଙ୍କ ନାମ ବଳବାନ କରିଅଛି; ହଁ, ତାହାଙ୍କ ଦ୍ୱାରା ଦିଆଯାଇଥିବା ବିଶ୍ୱାସ ଆପଣ ସମସ୍ତଙ୍କ ସାକ୍ଷାତରେ ଏହାକୁ ସମ୍ପୂର୍ଣ୍ଣ ସ୍ୱାସ୍ଥ୍ୟ ଦାନ କରିଅଛି।


ପିତର ତାହାଙ୍କୁ କହିଲେ, ଏନୀୟ, ଯୀଶୁ ଖ୍ରୀଷ୍ଟ ତୁମ୍ଭକୁ ସୁସ୍ଥ କରୁଅଛନ୍ତି; ଉଠ, ତୁମ୍ଭର ଶେଯ ସଜାଡ଼। ସେଥିରେ ସେ ସେହିକ୍ଷଣି ଉଠିଲେ।


ପିତର ତାହା ଦେଖି ଲୋକମାନଙ୍କୁ ଉତ୍ତର ଦେଲେ, ହେ ଇସ୍ରାଏଲୀୟ ଲୋକମାନେ, ଆପଣମାନେ କାହିଁକି ଏହି ଲୋକ ବିଷୟରେ ଚମତ୍କୃତ ହେଉଅଛନ୍ତି? କିମ୍ବା ଆମ୍ଭେମାନେ ଯେପରି ନିଜ ଶକ୍ତି ଅବା ଭକ୍ତି ବଳରେ ଏହାକୁ ଚାଲିବା ଶକ୍ତି ଦେଇଅଛୁ, ତାହା ଭାବି ଆମ୍ଭମାନଙ୍କ ପ୍ରତି କାହିଁକି ଏକଦୃଷ୍ଟିରେ ଚାହୁଁଅଛନ୍ତି?


ପୁଣି, ବହୁତ ବିନତି କରି କହିଲେ, ମୋହର କନ୍ୟାଟି ମୃତପ୍ରାୟ; ସେ ଯେପରି ରକ୍ଷା ପାଇ ବଞ୍ଚିବ, ଏଥିପାଇଁ ଆପଣ ଆସି ତାହା ଉପରେ ହସ୍ତ ଥୋଇବା ହେଉନ୍ତୁ।


ତୁମ୍ଭେ ସିଂହ ଓ କାଳସର୍ପ ଉପରେ ଚାଲିବ; ତୁମ୍ଭେ ଯୁବା ସିଂହ ଓ ସର୍ପକୁ ପାଦ ତଳେ ଦଳିବ।


ଆଉ ଶାନ୍ତିଦାତା ଈଶ୍ବର ଶୟତାନକୁ ଶୀଘ୍ର ତୁମ୍ଭମାନଙ୍କ ପଦ ତଳେ ଦଳିପକାଇବେ। ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ।


ଅପର ଜଣକୁ ସେହି ଆତ୍ମାଙ୍କ ଦ୍ୱାରା ବିଶ୍ୱାସ, ଆଉ ଜଣକୁ ସେହି ଏକ ଆତ୍ମାଙ୍କ ଦ୍ୱାରା ଆରୋଗ୍ୟ କରିବାର ଶକ୍ତି,


ତାହାହେଲେ ଆପଣମାନେ ସମସ୍ତେ ଓ ସମସ୍ତ ଇସ୍ରାଏଲ ଲୋକ ଜ୍ଞାତ ହେଉନ୍ତୁ ଯେ, ଯେଉଁ ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କୁ ଆପଣମାନେ କ୍ରୁଶରେ ବଧ କରିଅଛନ୍ତି, ଯାହାଙ୍କୁ ଈଶ୍ବର ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି, ତାହାଙ୍କ ନାମରେ, ହଁ, ତାହାଙ୍କ ଦ୍ୱାରା ଏହି ଲୋକଟି ସୁସ୍ଥ ହୋଇ ଆପଣମାନଙ୍କ ସାକ୍ଷାତରେ ଠିଆ ହୋଇଅଛି।


କାରଣ ଯେଉଁ ଲୋକଠାରେ ସେହି ସୁସ୍ଥତାର ଆଶ୍ଚର୍ଯ୍ୟକର୍ମ କରାଯାଇଥିଲା, ତାହାର ବୟସ ଚାଳିଶ ବର୍ଷରୁ ଊର୍ଦ୍ଧ୍ୱ ଥିଲା।


ଆଉ ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି, ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ଶତ୍ରୁତା ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକୁ ଆଘାତ କରିବ।”


Swiv nou:

Piblisite


Piblisite