Biblia Todo Logo
Bib sou entènèt

- Piblisite -




ମାର୍କ 2:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସେମାନେ ଯେ ମନେ ମନେ ଏପରି ତର୍କବିତର୍କ କରୁଅଛନ୍ତି, ତାହା ଯୀଶୁ ନିଜ ଆତ୍ମାରେ ସେହିକ୍ଷଣି ଜ୍ଞାତ ହୋଇ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ଆପଣା ମନରେ କାହିଁକି ଏହି ସମସ୍ତ ତର୍କବିତର୍କ କରୁଅଛ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ସେମାନେ ଯେ ମନେ ମନେ ଏପରି ତର୍କବିତର୍କ କରୁଅଛନ୍ତି, ତାହା ଯୀଶୁ ନିଜ ଆତ୍ମାରେ ସେହିକ୍ଷଣି ଜ୍ଞାତ ହୋଇ ସେମାନଙ୍କୁ କହିଲେ, ତୁମ୍ଭେମାନେ ଆପଣା ଆପଣା ମନରେ କାହିଁକି ଏହିସମସ୍ତ ତର୍କବିତର୍କ କରୁଅଛ?

Gade chapit la Kopi

ଓଡିଆ ବାଇବେଲ

8 ସେମାନେ ଯେ ମନେ ମନେ ଏପରି ତର୍କବିତର୍କ କରୁଅଛନ୍ତି, ତାହା ଯୀଶୁ ନିଜ ଆତ୍ମାରେ ସେହିକ୍ଷଣି ଜ୍ଞାତ ହୋଇ ସେମାନଙ୍କୁ କହିଲେ, ତୁମ୍ଭେମାନେ ଆପଣା ଆପଣା ମନରେ କାହିଁକି ଏହି ସମସ୍ତ ତର୍କବିତର୍କ କରୁଅଛ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ସେମାନଙ୍କ ମନର ଭାବନା ଜାଣିପାରି ଯୀଶୁ ପଚାରିଲେ, “କାହିଁକି ଏପରି କଥା ସବୁ ଭାବୁଛ?

Gade chapit la Kopi

ପବିତ୍ର ବାଇବଲ

8 ଧର୍ମଶାସ୍ତ୍ରୀମାନେ ତାହାଙ୍କ ବିଷୟରେ ସେସବୁ ଭାବୁଛନ୍ତି ବୋଲି ଯୀଶୁ ସଙ୍ଗେ ସଙ୍ଗେ ଜାଣି ପାରିଲେ। ତେଣୁ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ମନରେ ଏସବୁ କଥା କାହିଁକି ଭାବୁଛ?

Gade chapit la Kopi




ମାର୍କ 2:8
23 Referans Kwoze  

ଅତଏବ, ତୁମ୍ଭର ଏହି ଦୁଷ୍ଟ ପଣରୁ ମନ-ପରିବର୍ତ୍ତନ କରି ପ୍ରଭୁଙ୍କଠାରେ ପ୍ରାର୍ଥନା କର, କେଜାଣି ଅବା ତୁମ୍ଭ ହୃଦୟର କଳ୍ପନା କ୍ଷମା ହୋଇପାରେ;


ସେଥିରେ ପିତର କହିଲେ, ହେ ହନନୀୟ, ପବିତ୍ର ଆତ୍ମାଙ୍କ ନିକଟରେ ମିଥ୍ୟା କହିବାକୁ ଓ ଭୂମିର ମୂଲ୍ୟରୁ କିଛି ଲୁଚାଇ ରଖିବାକୁ କାହିଁକି ଶୟତାନ ତୁମ୍ଭ ହୃଦୟ ସମ୍ପୂର୍ଣ୍ଣ ଅଧିକାର କରିଅଛି?


କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ବିଶ୍ୱାସ କରୁ ନାହାନ୍ତି।” କାରଣ ଯେଉଁମାନେ ବିଶ୍ୱାସ କରୁ ନ ଥିଲେ ଏବଂ କିଏ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବ, ତାହା ଯୀଶୁ ଆଦ୍ୟରୁ ଜାଣିଥିଲେ।


ସେଥିରେ ସେ ସେମାନଙ୍କୁ କହିଲେ, “କାହିଁକି ଉଦ୍‌ବିଗ୍ନ ହେଉଅଛ, ପୁଣି, ତୁମ୍ଭମାନଙ୍କ ମନରେ କାହିଁକି ତର୍କବିତର୍କ ଉଠୁଅଛି?


କିନ୍ତୁ ସେ ସେମାନଙ୍କର ମନୋଭାବ ଜାଣି ପାରି, ଯେଉଁ ଲୋକର ହାତ ଶୁଖିଯାଇଥିଲା, ତାହାକୁ କହିଲେ, “ଉଠ, ମଝିରେ ଠିଆ ହୁଅ।” ପୁଣି, ସେ ଉଠି ଠିଆ ହେଲା।


କିନ୍ତୁ ଯୀଶୁ ତାହାଙ୍କ ତର୍କବିତର୍କ ଜ୍ଞାତ ହୋଇ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ଆପଣା ଆପଣା ମନରେ କଅଣ ତର୍କବିତର୍କ କରୁଅଛ?


ଯୀଶୁ ସେମାନଙ୍କ ମନର ଚିନ୍ତା ଜାଣି କହିଲେ, “ତୁମ୍ଭେମାନେ ଆପଣା ଆପଣା ମନରେ କାହିଁକି କୁଚିନ୍ତା କରୁଅଛ?


ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ସେହି ସମୟରେ ନାନା ବିଷୟ ତୁମ୍ଭ ମନରେ ପଡ଼ିବ ଓ ତୁମ୍ଭେ ଗୋଟିଏ ଅନିଷ୍ଟ ସଂକଳ୍ପ କରିବ;


ତୁମ୍ଭେ ମୋହର ବସିବାର ଓ ଉଠିବାର ଜାଣୁଅଛ, ତୁମ୍ଭେ ଦୂରରୁ ମୋହର ସଂକଳ୍ପ ବୁଝୁଅଛ।


ଈଶ୍ବରଙ୍କ ଦୃଷ୍ଟିରେ କୌଣସି ପ୍ରାଣୀ ଅପ୍ରକାଶିତ ନୁହେଁ, ମାତ୍ର ଯାହାଙ୍କ ଛାମୁରେ ଆମ୍ଭମାନଙ୍କୁ ନିକାଶ ଦେବାକୁ ହେବ, ତାହାଙ୍କ ଦୃଷ୍ଟିରେ ସମସ୍ତ ବିଷୟ ଉଲଗ୍ନ ଓ ଅନାବୃତ ଅଟେ।


ସେ ତୃତୀୟ ଥର ତାହାଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ? ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ,” ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ଯୀଶୁ ତାହାଙ୍କୁ କହିଲେ, “ମୋହର ମେଷମାନଙ୍କୁ ଚରାଅ।


କାରଣ ଭିତରୁ, ମନୁଷ୍ୟର ହୃଦୟରୁ, କୁଚିନ୍ତା ବାହାରେ,


ଦୁଷ୍ଟ ଆପଣାର ପଥ ଓ ଅଧାର୍ମିକ ଆପଣା ସଂକଳ୍ପ ପରିତ୍ୟାଗ କରୁ; ପୁଣି, ସେ ସଦାପ୍ରଭୁଙ୍କ ପ୍ରତି ଫେରୁ, ତହିଁରେ ସେ ତାହାକୁ ଦୟା କରିବେ; ଆଉ, ସେ ଆମ୍ଭମାନଙ୍କର ପରମେଶ୍ୱରଙ୍କ ପ୍ରତି ଫେରୁ, କାରଣ ସେ ବହୁଳ ରୂପରେ କ୍ଷମା କରିବେ।


ଅଜ୍ଞାନର ସଂକଳ୍ପ ପାପଯୁକ୍ତ; ପୁଣି, ନିନ୍ଦକ ମନୁଷ୍ୟମାନଙ୍କ ନିକଟରେ ଘୃଣିତ।


କୁସଂକଳ୍ପ ସଦାପ୍ରଭୁଙ୍କ ନିକଟରେ ଘୃଣାର ବିଷୟ; ମାତ୍ର ମନୋହର କଥା ଶୁଚି।


ଆହୁରି ହେ ମୋହର ପରମେଶ୍ୱର, ମୁଁ ଜାଣେ ଯେ, ତୁମ୍ଭେ ଅନ୍ତଃକରଣ ପରୀକ୍ଷା କରିଥାଅ ଓ ସରଳତାରେ ତୁମ୍ଭର ସନ୍ତୋଷ ଥାଏ। ମୁଁ ଆପଣା ଅନ୍ତଃକରଣର ସରଳତାରେ ସ୍ୱେଚ୍ଛାପୂର୍ବକ ଏହିସବୁ ପଦାର୍ଥ ଦାନ କରିଅଛି; ଆଉ ଏଠାରେ ଉପସ୍ଥିତ ତୁମ୍ଭ ଲୋକମାନଙ୍କୁ ସ୍ୱେଚ୍ଛାପୂର୍ବକ ତୁମ୍ଭ ଉଦ୍ଦେଶ୍ୟରେ ଦାନ କରିବାର ଦେଖି ମୁଁ ଆନନ୍ଦିତ ହେଲି।


ପୁଣି, ଆମ୍ଭେ ତାହାର ଅନୁଗମନକାରୀମାନଙ୍କୁ ମୃତ୍ୟୁ ଦ୍ୱାରା ବିନାଶ କରିବୁ। ସେଥିରେ ଆମ୍ଭେ ଯେ ମର୍ମ ଓ ହୃଦୟର ପରୀକ୍ଷକ, ପୁଣି, ତୁମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା କର୍ମାନୁସାରେ ଫଳଦାତା, ଏହା ମଣ୍ଡଳୀଗଣ ଜାଣିବେ।


ଯୀଶୁ ତାହା ଜାଣି ସେଠାରୁ ଅଲଗା ହୋଇ ବାହାରିଗଲେ, ପୁଣି, ଅନେକେ ତାହାଙ୍କ ପଛେ ପଛେ ଗଲେ, ଆଉ ସେ ସମସ୍ତଙ୍କୁ ସୁସ୍ଥ କଲେ


ସେଥିରେ ସେମାନେ ପରସ୍ପର ମଧ୍ୟରେ ତର୍କବିତର୍କ କରି କହିବାକୁ ଲାଗିଲେ, ଆମ୍ଭେମାନେ ରୁଟି ଆଣି ନାହୁଁ ବୋଲି ସେ ଏହା କହୁଅଛନ୍ତି।


ଏ ଲୋକ କାହିଁକି ଏପରି କହୁଅଛି? ସେ ଈଶ୍ବର ନିନ୍ଦା କରୁଅଛି; କେବଳ ଜଣଙ୍କ ବିନା, ଅର୍ଥାତ୍‍ ଈଶ୍ବରଙ୍କ ବିନା ଆଉ କିଏ ପାପ କ୍ଷମା କରିପାରେ?


କଅଣ ସହଜ? ପକ୍ଷାଘାତ ରୋଗୀକୁ ତୁମ୍ଭର ପାପସବୁ କ୍ଷମା କରାଗଲା ବୋଲି କହିବା, କିଅବା, ଉଠ, ତୁମ୍ଭର ଖଟିଆ ଘେନି ଚାଲ ବୋଲି କହିବା?


Swiv nou:

Piblisite


Piblisite