Biblia Todo Logo
Bib sou entènèt

- Piblisite -




ମାର୍କ 3:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ମାତ୍ର କେହି ପ୍ରଥମେ ବଳବାନ ଲୋକକୁ ନ ବାନ୍ଧିଲେ ତାହାର ଗୃହରେ ପ୍ରବେଶ କରି ତାହାର ଅସ୍ତ୍ରଶସ୍ତ୍ର ସବୁ ଲୁଣ୍ଠନ କରିପାରେ ନାହିଁ; ତାହାକୁ ଆଗେ ବାନ୍ଧିଲେ ସିନା ସେ ତାହାର ଗୃହ ଲୁଣ୍ଠନ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ମାତ୍ର କେହି ପ୍ରଥମେ ବଳବାନ ଲୋକକୁ ନ ବାନ୍ଧିଲେ ତାହାର ଗୃହରେ ପ୍ରବେଶ କରି ତାହାର ଅସ୍ତ୍ରଶସ୍ତ୍ରସବୁ ଲୁଣ୍ଠନ କରି ପାରେ ନାହିଁ; ତାହାକୁ ଆଗେ ବାନ୍ଧିଲେ ସିନା ସେ ତାହାର ଗୃହ ଲୁଣ୍ଠନ କରିବ।

Gade chapit la Kopi

ଓଡିଆ ବାଇବେଲ

27 ମାତ୍ର କେହି ପ୍ରଥମେ ବଳବାନ ଲୋକକୁ ନ ବାନ୍ଧିଲେ ତାହାର ଗୃହରେ ପ୍ରବେଶ କରି ତାହାର ଅସ୍ତ୍ରଶସ୍ତ୍ର ସବୁ ଲୁଣ୍ଠନ କରି ପାରେ ନାହିଁ; ତାହାକୁ ଆଗେ ବାନ୍ଧିଲେ ସିନା ସେ ତାହାର ଗୃହ ଲୁଣ୍ଠନ କରିବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

27 “ବଳବାନ୍ ଲୋକର ଘରେ କେହି ପ୍ରବେଶ କରି ପ୍ରଥମେ ତାକୁ ନ ବାନ୍ଧିଲେ, ତା’ର ଜିନିଷପତ୍ର ଲୁଟି ନେଇ ପାରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

27 “ଯଦି ଜଣେ ଲୋକ ଗୋଟିଏ ଶକ୍ତିଶାଳୀ ଲୋକର ଘରେ ପଶି ତା'ର ସମ୍ପତ୍ତି ଲୁଟି ନେବାକୁ ଗ୍ଭହିଁବ, ତେବେ ପ୍ରଥମେ ସେ ଶକ୍ତିଶାଳୀ ଲୋକଟିକୁ ବାନ୍ଧିବା ଦରକାର। ତା'ପରେ ସେ ଶକ୍ତିଶାଳୀ ଲୋକଟିର ଘର ଲୁଟି କରି ସବୁ ଜିନିଷ ନେଇ ଯାଇପାରିବ।

Gade chapit la Kopi




ମାର୍କ 3:27
17 Referans Kwoze  

ଅବା କେହି ପ୍ରଥମେ ବଳବାନ ଲୋକଙ୍କୁ ନ ବାନ୍ଧିଲେ କିପ୍ରକାରେ ତାହା ଘରେ ପ୍ରବେଶ କରି ତାହାର ଅସ୍ତ୍ରଶସ୍ତ୍ର ସବୁ ଚୋରି କରିପାରେ? ତାହାକୁ ଆଗେ ବାନ୍ଧିଲେ ସିନା ତାହାର ଗୃହ ଲୁଣ୍ଠନ କରିବ।


ହେ ବତ୍ସଗଣ, ତୁମ୍ଭେମାନେ ଈଶ୍ବରଙ୍କଠାରୁ ଜାତ, ଆଉ ତୁମ୍ଭେମାନେ ସେମାନଙ୍କୁ ଜୟ କରିଅଛ, କାରଣ ତୁମ୍ଭମାନଙ୍କଠାରେ ଯେ ଅଛନ୍ତି, ସେ, ଜଗତରେ ଯେ ଅଛି, ତାହାଠାରୁ ମହାନ।


ଏହେତୁ ଆମ୍ଭେ ମହତମାନଙ୍କ ମଧ୍ୟରେ ତାହାଙ୍କୁ ଅଂଶ ଦେବା ଓ ସେ ପରାକ୍ରମୀମାନଙ୍କ ସଙ୍ଗେ ଲୁଟିତ ବିଭାଗ କରି ନେବେ; କାରଣ ସେ ମୃତ୍ୟୁୁମୁଖରେ ଆପଣା ପ୍ରାଣ ଢାଳିଦେଲେ; ଓ ଅଧାର୍ମିକମାନଙ୍କ ସହିତ ଗଣିତ ହେଲେ; ତଥାପି ସେ ଅନେକଙ୍କର ପାପଭାର ବହନ କଲେ ଓ ଅଧାର୍ମିକମାନଙ୍କ ନିମନ୍ତେ ପ୍ରାର୍ଥନା କଲେ।


ସେହି ଦିନ ସଦାପ୍ରଭୁ ଆପଣାର ନିର୍ଦ୍ଦୟ, ବୃହତ ଓ ଶକ୍ତିଶାଳୀ ଖଡ୍ଗ ଦ୍ୱାରା ଦ୍ରୁତଗାମୀ ସର୍ପ ଲିବିୟାଥନକୁ ଓ ବକ୍ରଗାମୀ ସର୍ପ ଲିବୀୟାଥନକୁ ପ୍ରତିଫଳ ଦେବେ; ଆଉ, ସେ ସମୁଦ୍ରସ୍ଥ ଦୀର୍ଘକାୟ ଜନ୍ତୁକୁ ନଷ୍ଟ କରିବେ।


ଯେ ପାପ କରେ, ସେ ଶୟତାନରୁ ଜାତ, କାରଣ ଶୟତାନ ଆରମ୍ଭରୁ ପାପ କରିଆସୁଅଛି। ଶୟତାନର କାର୍ଯ୍ୟ ବିନାଶ କରିବା ଉଦ୍ଦେଶ୍ୟରେ ହିଁ ଈଶ୍ବରଙ୍କ ପୁତ୍ର ପ୍ରକାଶିତ ହେଲେ।


ସମସ୍ତ ଆଧିପତ୍ୟ ଓ କର୍ତ୍ତାପଣର ଅସ୍ତ୍ରଶସ୍ତ୍ର ଛଡ଼ାଇ ପ୍ରକାଶରେ ସେମାନଙ୍କ ପ୍ରଦର୍ଶନପୂର୍ବକ କ୍ରୁଶରେ ବିଜୟ ଯାତ୍ରା କରିଅଛନ୍ତି।


ଏବେ ଏହି ଜଗତର ବିଚାର ଉପସ୍ଥିତ; ଏବେ ଏହି ଜଗତର ଅଧିପତିକୁ ବାହାରେ ପକାଯିବ।


ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋʼ ଠାରେ ଅଧିଷ୍ଠାନ କରନ୍ତି; କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି; ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ, ବନ୍ଦୀ ଲୋକମାନଙ୍କ ପ୍ରତି ମୁକ୍ତି ଓ କାରାବଦ୍ଧ ଲୋକମାନଙ୍କ ପ୍ରତି କାରାଗାର ମୁକ୍ତ ହେବାର କଥା ପ୍ରଚାର କରିବାକୁ;


ଅତଏବ, ସନ୍ତାନମାନେ ରକ୍ତ-ମାଂସର ସହଭାଗୀ ହୋଇଥିବାରୁ ଯୀଶୁ ମଧ୍ୟ ନିଜେ ସେହିପରି ସେଥିର ସହଭାଗୀ ହେଲେ, ଯେପରି ମୃତ୍ୟୁ ଦ୍ୱାରା ମୃତ୍ୟୁର ଅଧିକାରୀକୁ, ଅର୍ଥାତ୍‍, ଶୟତାନକୁ ବିନାଶ କରିପାରନ୍ତି;


ଆଉ ଶାନ୍ତିଦାତା ଈଶ୍ବର ଶୟତାନକୁ ଶୀଘ୍ର ତୁମ୍ଭମାନଙ୍କ ପଦ ତଳେ ଦଳିପକାଇବେ। ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ।


ଆଉ ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି, ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ଶତ୍ରୁତା ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକୁ ଆଘାତ କରିବ।”


Swiv nou:

Piblisite


Piblisite