Biblia Todo Logo
Bib sou entènèt

- Piblisite -




ମାର୍କ 3:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏଥିରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଅନ୍ତର ହୋଇ ସମୁଦ୍ରକୂଳକୁ ବାହାରିଗଲେ, ପୁଣି, ଗାଲିଲୀରୁ ମହାଜନତା ତାହାଙ୍କର ପଶ୍ଚାତ୍‌ଗମନ କଲେ; ଆଉ ଯିହୂଦିୟା ପ୍ରଦେଶ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଏଥିରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଅନ୍ତର ହୋଇ ସମୁଦ୍ରକୂଳକୁ ବାହାରିଗଲେ, ପୁଣି ଗାଲିଲୀରୁ ମହାଜନତା ତାହାଙ୍କର ପଶ୍ଚାତ୍ଗମନ କଲେ; ଆଉ ଯିହୁଦା,

Gade chapit la Kopi

ଓଡିଆ ବାଇବେଲ

7 ଏଥିରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଅନ୍ତର ହୋଇ ସମୁଦ୍ରକୂଳକୁ ବାହାରିଗଲେ, ପୁଣି, ଗାଲିଲୀରୁ ମହାଜନତା ତାହାଙ୍କର ପଶ୍ଚାତ୍‌ଗମନ କଲେ; ଆଉ ଯିହୂଦା,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ଯୀଶୁ ଓ ତାଙ୍କ ଶିଷ୍ୟମାନେ ଗାଲିଲୀ ହ୍ରଦ କୂଳକୁ ଗଲେ ଏବଂ ଲୋକମାନେ ବହୁସଂଖ୍ୟାରେ ତାଙ୍କର ଅନୁଗମନ କଲେ।

Gade chapit la Kopi

ପବିତ୍ର ବାଇବଲ

7 ଯୀଶୁ ନିଜ ଶିଷ୍ୟମାନଙ୍କ ସହିତ ଗାଲିଲୀ ହ୍ରଦ କୂଳକୁ ଗ୍ଭଲିଗଲେ। ତାହାଙ୍କ ପଛରେ ଗାଲିଲୀର ଅନେକ ଲୋକ ମଧ୍ୟ ଗଲେ।

Gade chapit la Kopi




ମାର୍କ 3:7
20 Referans Kwoze  

ଆଉ ସେ ସେମାନଙ୍କ ସହିତ ଓହ୍ଲାଇ ଗୋଟିଏ ସମତଳ ଭୂମିରେ ଠିଆ ହେଲେ, ପୁଣି, ତାହାଙ୍କର ଅନେକ ଶିଷ୍ୟ ଏବଂ ସମସ୍ତ ଯିହୂଦିୟା ପ୍ରଦେଶ, ଯିରୂଶାଲମ ଆଉ ସୋର ଓ ସୀଦୋନର ଉପକୂଳରୁ ଅନେକେ ଉପସ୍ଥିତ ହେଲେ;


ପୁଣି, ଗାଲିଲୀ, ଦେକାପଲି, ଯିରୂଶାଲମ, ଯିହୂଦିୟା ପ୍ରଦେଶ ଓ ଯର୍ଦ୍ଦନ ନଦୀର ଅପର ପାରିରୁ ବହୁସଂଖ୍ୟକ ଲୋକ ଆସି ତାହାଙ୍କ ପଶ୍ଚାତ୍‌‌ଗମନ କଲେ।


ଯୀଶୁ ତାହା ଜାଣି ସେଠାରୁ ଅଲଗା ହୋଇ ବାହାରିଗଲେ, ପୁଣି, ଅନେକେ ତାହାଙ୍କ ପଛେ ପଛେ ଗଲେ, ଆଉ ସେ ସମସ୍ତଙ୍କୁ ସୁସ୍ଥ କଲେ


କିନ୍ତୁ ସେମାନେ ଆହୁରି ଦୃଢ଼ରୂପେ କହିବାକୁ ଲାଗିଲେ, ଏ ତ ଗାଲିଲୀ ପ୍ରଦେଶଠାରୁ ଆରମ୍ଭ କରି ସମଗ୍ର ଯିହୂଦିୟା ପ୍ରଦେଶରେ ଶିକ୍ଷା ଦେଇ ଲୋକସାଧାରଣଙ୍କୁ ମତାଉଅଛି।


ସେହି ସମୟରେ ସେ ଦିନେ ପ୍ରାର୍ଥନା କରିବା ନିମନ୍ତେ ପର୍ବତକୁ ବାହାରିଯାଇ ଈଶ୍ବରଙ୍କ ନିକଟରେ ପ୍ରାର୍ଥନା କରୁ କରୁ ସାରା ରାତ୍ରି ବିତାଇଲେ।


ପୁଣି, ସେ ସମୁଦାୟ ଗାଲିଲୀରେ ଭ୍ରମଣ କରୁ କରୁ ସେମାନଙ୍କର ସମସ୍ତ ସମାଜଗୃହରେ ପ୍ରଚାର କଲେ ଓ ଭୂତମାନଙ୍କୁ ବାହାର କଲେ।


କିନ୍ତୁ ସେମାନେ ଯେତେବେଳେ ତୁମ୍ଭମାନଙ୍କୁ ଏକ ନଗରରେ ତାଡ଼ନା କରିବେ, ସେତେବେଳେ ଅନ୍ୟ ନଗରକୁ ପଳାଇଯାଅ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଇସ୍ରାଏଲ ନଗରଗୁଡ଼ିକରେ ତୁମ୍ଭମାନଙ୍କ ଭ୍ରମଣ ଶେଷ ନ ହେବା ପୂର୍ବରୁ ମନୁଷ୍ୟପୁତ୍ର ଆଗମନ କରିବେ।


ନପ୍ତାଲି ବଂଶରୁ ଗାଲିଲୀ ଅନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର କେଦଶ ଓ ତହିଁ ତଳିଭୂମି, ହମୋତ୍‍-ଦୋର ଓ ତହିଁ ତଳିଭୂମି, କର୍ତ୍ତନ ଓ ତହିଁ ତଳିଭୂମି, ଏହି ତିନି ନଗର ଦେଲେ।


ଏଣୁ ସେମାନେ ନପ୍ତାଲିର ପର୍ବତମୟ ଦେଶସ୍ଥ ଗାଲିଲୀରେ କେଦଶ ଓ ଇଫ୍ରୟିମ-ପର୍ବତମୟ ଦେଶରେ ଶିଖିମ ଓ ଯିହୁଦାର ପର୍ବତମୟ ଦେଶରେ କିରୀୟଥ୍‍-ଅର୍ବ (ଏହାକୁ ହିବ୍ରୋଣ କହନ୍ତି) ପ୍ରତିଷ୍ଠା କଲେ।


ସେଥିରେ ଭାଇମାନେ ଅବିଳମ୍ବରେ ପାଉଲଙ୍କୁ ସମୁଦ୍ର ଆଡ଼କୁ ଯିବା ପାଇଁ ପଠାଇଦେଲେ, ଆଉ ଶୀଲା ଓ ତୀମଥି ସେହି ସ୍ଥାନରେ ରହିଲେ।


ପୁଣି, ଭାଇମାନେ ଅବିଳମ୍ବରେ ପାଉଲ ଓ ଶୀଲାଙ୍କୁ ରାତି ସମୟରେ ବେରିୟା ନଗରକୁ ପଠାଇଦେଲେ; ସେମାନେ ସେହି ସ୍ଥାନରେ ପହଞ୍ଚି ଯିହୁଦୀମାନଙ୍କ ସମାଜଗୃହକୁ ଗଲେ।


ସେମାନେ ତାହାଙ୍କୁ ଉତ୍ତର ଦେଲେ, ତୁମ୍ଭେ ମଧ୍ୟ କଅଣ ଜଣେ ଗାଲିଲୀୟ ଲୋକ? ଗାଲିଲୀରୁ କୌଣସି ଭାବବାଦୀ ଉତ୍ପନ୍ନ ହୁଅନ୍ତି ନାହିଁ, ଏହା ଅନୁସନ୍ଧାନ କରି ଦେଖ।


ଅନ୍ୟମାନେ କହିବାକୁ ଲାଗିଲେ, ଏ ଖ୍ରୀଷ୍ଟ; କିନ୍ତୁ କେହି କେହି କହିବାକୁ ଲାଗିଲେ, କଅଣ! ଖ୍ରୀଷ୍ଟ ଗାଲିଲୀରୁ ଆସିବେ?


ଏବଂ ତାହାଙ୍କୁ ପ୍ରକାଶ ନ କରିବା ପାଇଁ ସେ ସେମାନଙ୍କୁ ଦୃଢ଼ରୂପେ ଆଜ୍ଞା ଦେଲେ,


କିନ୍ତୁ ସେ ବାହାରିଯାଇ ସେହି ବିଷୟ ଅଧିକ ଘୋଷଣା କରି ଚାରିଅାଡ଼େ ଏତେ କହିବାକୁ ଲାଗିଲା ଯେ, ଯୀଶୁ ଆଉ ପ୍ରକାଶରେ କୌଣସି ନଗରରେ ପ୍ରବେଶ କରିପାରିଲେ ନାହିଁ, ମାତ୍ର ବାହାରେ ନିର୍ଜନ ସ୍ଥାନମାନଙ୍କରେ ରହିଲେ; ଆଉ, ଲୋକମାନେ ଚତୁର୍ଦ୍ଦିଗରୁ ତାହାଙ୍କ ନିକଟକୁ ଆସିବାକୁ ଲାଗିଲେ।


ପରେ ସେ ଘରକୁ ଆସିଲେ; ପୁନର୍ବାର ଲୋକସମୂହର ଏତେ ସମାଗମ ହେଲା ଯେ, ସେମାନେ ଭୋଜନ ସୁଦ୍ଧା କରିପାରିଲେ ନାହିଁ।


ଯୀଶୁ ସମୁଦ୍ରକୂଳରେ ପୁନର୍ବାର ଶିକ୍ଷା ଦେବାକୁ ଲାଗିଲେ, ଆଉ ଏତେ ଅଧିକ ସଂଖ୍ୟକ ଲୋକ ତାହାଙ୍କ ନିକଟରେ ଏକତ୍ର ହେଲେ ଯେ, ସେ ସମୁଦ୍ରରେ ଥିବା ଗୋଟିଏ ନୌକାରେ ଯାଇ ବସିଲେ ଓ ଲୋକସମୂହ ସମୁଦ୍ର ନିକଟବର୍ତ୍ତୀ ସ୍ଥଳରେ ରହିଲେ।


Swiv nou:

Piblisite


Piblisite