Biblia Todo Logo
Bib sou entènèt

- Piblisite -




ମାର୍କ 4:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସେ ଏକାକୀ ଥିବା ସମୟରେ ତାହାଙ୍କ ସଙ୍ଗୀମାନେ ଦ୍ୱାଦଶଙ୍କ ସହିତ ତାହାଙ୍କୁ ସେହି ଦୃଷ୍ଟାନ୍ତଗୁଡ଼ିକ ବିଷୟରେ ପଚାରିବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ସେ ଏକାକୀ ଥିବା ସମୟରେ ତାହାଙ୍କ ସଙ୍ଗୀମାନେ ଦ୍ଵାଦଶଙ୍କ ସହିତ ତାହାଙ୍କୁ ସେହି ଦୃଷ୍ଟାନ୍ତଗୁଡ଼ିକ ବିଷୟରେ ପଚାରିବାକୁ ଲାଗିଲେ।

Gade chapit la Kopi

ଓଡିଆ ବାଇବେଲ

10 ସେ ଏକାକୀ ଥିବା ସମୟରେ ତାହାଙ୍କ ସଙ୍ଗୀମାନେ ଦ୍ୱାଦଶଙ୍କ ସହିତ ତାହାଙ୍କୁ ସେହି ଦୃଷ୍ଟାନ୍ତଗୁଡ଼ିକ ବିଷୟରେ ପଚାରିବାକୁ ଲାଗିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ଯୀଶୁ ଏକାକୀ ଥିଲାବେଳେ ଶ୍ରୋତାମାନଙ୍କ ମଧ୍ୟରୁ କେତେ ଜଣ ବାରଶିଷ୍ୟଙ୍କ ସହିତ ତାଙ୍କ ନିକଟକୁ ଆସିଲେ ଏବଂ ସେ କହିଥିବା ଦୃଷ୍ଟାନ୍ତର ତାତ୍ପର୍ଯ୍ୟ ବୁଝାଇବାକୁ ଅନୁରୋଧ କଲେ।

Gade chapit la Kopi

ପବିତ୍ର ବାଇବଲ

10 ପରେ ଯେତେବେଳେ ଯୀଶୁ ଏକୁଟିଆ ଥିଲେ, ସେତେବେଳେ ତାହାଙ୍କର ବାରଜଣ ଯାକ ପ୍ରେରିତ ଓ ଅନ୍ୟ ଶିଷ୍ୟମାନେ ତାହାଙ୍କୁ ଦୃଷ୍ଟାନ୍ତ ସମ୍ବନ୍ଧରେ ପଗ୍ଭରିଲେ।

Gade chapit la Kopi




ମାର୍କ 4:10
9 Referans Kwoze  

ଆଉ ଦୃଷ୍ଟାନ୍ତ ବିନା ସେ ସେମାନଙ୍କ ନିକଟରେ କୌଣସି କଥା କହୁ ନ ଥିଲେ। କିନ୍ତୁ ସେ ଗୋପନରେ ଆପଣା ଶିଷ୍ୟମାନଙ୍କୁ ସମସ୍ତ ବିଷୟ ବୁଝାଇ ଦେଉଥିଲେ।


ଆଉ ସେ ଲୋକସମୂହଠାରୁ ଗୃହ ମଧ୍ୟକୁ ଆସିଲା ଉତ୍ତାରେ ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ଦୃଷ୍ଟାନ୍ତଟିର ଭାବ ପଚାରିବାକୁ ଲାଗିଲେ।


ପରେ ସେ ଲୋକମାନଙ୍କୁ ପରିତ୍ୟାଗ କରି ଗୃହରେ ପ୍ରବେଶ କଲେ, ଆଉ ତାହାଙ୍କ ଶିଷ୍ୟମାନେ ତାହାଙ୍କ ପାଖକୁ ଆସି କହିଲେ, କ୍ଷେତର ବାଳୁଙ୍ଗାର ଦୃଷ୍ଟାନ୍ତ ଆମ୍ଭମାନଙ୍କୁ ସ୍ପଷ୍ଟ ରୂପେ ବୁଝାଇ ଦିଅନ୍ତୁ।


ଜ୍ଞାନୀ ସଙ୍ଗରେ ଗମନାଗମନ କର, ତହିଁରେ ତୁମ୍ଭେ ଜ୍ଞାନୀ ହେବ; ମାତ୍ର ମୂର୍ଖମାନଙ୍କର ସଙ୍ଗୀ କ୍ଳେଶ ପାଇବ।


ଆଉ, ସେ ଦୃଷ୍ଟାନ୍ତ ଦ୍ୱାରା ସେମାନଙ୍କୁ ଅନେକ କଥା କହିଲେ ଦେଖ “ଜଣେ ବୁଣାଳୀ ବୁଣିବାକୁ ବାହାରିଗଲା।


ପୁଣି, ସେ କହିଲେ, “ଯାହାର ଶୁଣିବାକୁ କାନ ଅଛି, ସେ ଶୁଣୁ।”


ସେଥିରେ ସେ ସେମାନଙ୍କୁ କହିଲେ, “ଈଶ୍ବରଙ୍କ ରାଜ୍ୟର ନିଗୂଢ଼ ତତ୍ତ୍ୱ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ସେହି ବାହାର ଲୋକମାନଙ୍କୁ ସମସ୍ତ ବିଷୟ ଦୃଷ୍ଟାନ୍ତରେ କୁହାଯାଉଅଛି,


Swiv nou:

Piblisite


Piblisite