Biblia Todo Logo
Bib sou entènèt

- Piblisite -




ମାର୍କ 4:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଯେଉଁମାନେ ଶୁଣନ୍ତି, ପୁଣି, ଶୁଣିବାକ୍ଷଣି ଶୟତାନ ଆସି ସେମାନଙ୍କଠାରେ ବୁଣାଯାଇଥିବା ବାକ୍ୟ ହରଣ କରିନିଏ, ସେମାନେ ବାକ୍ୟ ବୁଣାଯାଇଥିବା ବାଟ ପାଖ ଭୂମି ସଦୃଶ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଯେଉଁମାନେ ଶୁଣନ୍ତି, ପୁଣି ଶୁଣିବାକ୍ଷଣି ଶୟତାନ ଆସି ସେମାନଙ୍କଠାରେ ବୁଣାଯାଇଥିବା ବାକ୍ୟ ହରଣ କରିନିଏ, ସେମାନେ ବାକ୍ୟ ବୁଣାଯାଇଥିବା ବାଟପାଖ ଭୂମି ସଦୃଶ।

Gade chapit la Kopi

ଓଡିଆ ବାଇବେଲ

15 ଯେଉଁମାନେ ଶୁଣନ୍ତି, ପୁଣି, ଶୁଣିବାକ୍ଷଣି ଶୟତାନ ଆସି ସେମାନଙ୍କଠାରେ ବୁଣାଯାଇଥିବା ବାକ୍ୟ ହରଣ କରିନିଏ, ସେମାନେ ବାକ୍ୟ ବୁଣାଯାଇଥିବା ବାଟ ପାଖ ଭୂମି ସଦୃଶ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ବାଟରେ ପଡ଼ିଥିବା ବୀଜ ପରି ସେହି ବାର୍ତ୍ତାକୁ କେତେ ଲୋକ ଗ୍ରହଣ କରନ୍ତି। କିନ୍ତୁ ସେମାନେ ଶୁଣିବା ମାତ୍ରେ ଶୟତାନ ତାହା ହରଣ କରିନିଏ।

Gade chapit la Kopi

ପବିତ୍ର ବାଇବଲ

15 ବେଳେବେଳେ ବାକ୍ୟ ରାସ୍ତାରେ ପଡ଼ିଯାଏ। କେତେକ ଲୋକ ଏହି ରାସ୍ତା ଭଳି, ସେହି ଲୋକମାନେ ପରମେଶ୍ୱରଙ୍କ ବାକ୍ୟ ଶୁଣନ୍ତି କିନ୍ତୁ ଶୟତାନ ତ‌ତ୍‌କ୍ଷଣାତ୍ ଆସି ସେମାନଙ୍କ ମଧ୍ୟରେ ବୁଣା ଯାଇଥିବା ବାକ୍ୟକୁ ନେଇ ଯାଏ।

Gade chapit la Kopi




ମାର୍କ 4:15
28 Referans Kwoze  

ସଚେତନ ହୋଇ ଜାଗ୍ରତ ରୁହ। ତୁମ୍ଭମାନଙ୍କ ବିପକ୍ଷ ଶୟତାନ ସିଂହପ୍ରାୟ ଗର୍ଜ୍ଜନ କରି କାହାକୁ ଗ୍ରାସିବ, ଏହା ଖୋଜି ବୁଲୁଅଛି;


ଯେ କେହି ରାଜ୍ୟର ବାକ୍ୟ ଶୁଣି ନ ବୁଝେ, ପାପାତ୍ମା ଆସି ତାହାର ହୃଦୟରେ ଯାହା ବୁଣାଯାଇଥିଲା, ତାହା ହରଣ କରିନିଏ, ସେ ଜଣକ ବୁଣାଯାଇଥିବା ବାଟ ପାଖ ଭୂମି ସଦୃଶ।


ଯେପରି ଶୟତାନ ଆମ୍ଭମାନଙ୍କର ଅପକାର କରିବାକୁ ସୁଯୋଗପ୍ରାପ୍ତ ନ ହୁଏ। କାରଣ ଆମ୍ଭେମାନେ ତାହାର ସମସ୍ତ ଦୁଷ୍ଟ କଳ୍ପନା ସମ୍ବନ୍ଧରେ ଅଜ୍ଞ ନୋହୁଁ।


ଆଉ ଯେଉଁମାନେ ବାଟ ପାଖରେ ଅଛନ୍ତି, ସେମାନେ ବାକ୍ୟ ଶୁଣନ୍ତି; ତାହା ପରେ ଶୟତାନ ଆସି, ଯେପରି ସେମାନେ ବିଶ୍ୱାସ କରି ପରିତ୍ରାଣ ନ ପାଆନ୍ତି, ଏଥିନିମନ୍ତେ ସେମାନଙ୍କ ହୃଦୟରୁ ବାକ୍ୟ ନେଇଯାଏ।


ସେ ବୁଣୁ ବୁଣୁ କେତେକ ବିହନ ବାଟ ପାଖରେ ପଡ଼ିଲା, ପୁଣି, ଚଢ଼େଇମାନେ ଆସି ସେଗୁଡ଼ିକ ଖାଇଗଲେ।


ସେଥିରେ ପିତର କହିଲେ, ହେ ହନନୀୟ, ପବିତ୍ର ଆତ୍ମାଙ୍କ ନିକଟରେ ମିଥ୍ୟା କହିବାକୁ ଓ ଭୂମିର ମୂଲ୍ୟରୁ କିଛି ଲୁଚାଇ ରଖିବାକୁ କାହିଁକି ଶୟତାନ ତୁମ୍ଭ ହୃଦୟ ସମ୍ପୂର୍ଣ୍ଣ ଅଧିକାର କରିଅଛି?


ଆମ୍ଭମାନଙ୍କ ସମ୍ବାଦ କିଏ ବିଶ୍ୱାସ କରିଅଛି? ଓ ସଦାପ୍ରଭୁଙ୍କର ବାହୁ କାହା ନିକଟରେ ପ୍ରକାଶିତ ହୋଇଅଛି?


ଯେଉଁ ଶୟତାନ ସେମାନଙ୍କୁ ଭ୍ରାନ୍ତ କରିଥିଲା, ତାହାକୁ ଅଗ୍ନି ଓ ଗନ୍ଧକମୟ ହ୍ରଦରେ ନିକ୍ଷେପ କରାଗଲା, ସେଠାରେ ସେହି ପଶୁ ଓ ଭଣ୍ଡ ଭାବବାଦୀ ମଧ୍ୟ ଅଛନ୍ତି; ପୁଣି, ସେମାନେ ଦିବାରାତ୍ର ଯୁଗେ ଯୁଗେ ଯନ୍ତ୍ରଣା ଭୋଗ କରିବେ।


ସେହି ଏକ ହଜାର ବର୍ଷ ଶେଷ ହୁଅନ୍ତେ ଶୟତାନ କାରାଗାରରୁ ମୁକ୍ତ ହେବ;


ଅତଏବ, ଶୁଣାଯାଇଥିବା ସତ୍ୟ ବାକ୍ୟ ପ୍ରତି ଅଧିକ ମନୋଯୋଗୀ ହେବା ଆମ୍ଭମାନଙ୍କର ଉଚିତ, ନୋହିଲେ କାଳେ ଆମ୍ଭେମାନେ ଲକ୍ଷ୍ୟଭ୍ରଷ୍ଟ ହେବୁ।


ଶୟତାନର ଶକ୍ତି ଅନୁସାରେ ସମସ୍ତ ପ୍ରକାର ମିଥ୍ୟାଶକ୍ତି, ଚିହ୍ନ ଓ ଅଦ୍ଭୁତ କର୍ମ, ପୁଣି ବିନାଶ-ପାତ୍ରମାନଙ୍କ ନିକଟରେ ସମସ୍ତ ପ୍ରକାର ଅଧର୍ମ ଛଳନା ସହକାରେ ସେହି ଅଧର୍ମ ପୁରୁଷର ଆଗମନ ହେବ,


କିନ୍ତୁ ସେମାନେ ତାହା ଲଘୁ ଜ୍ଞାନ କରି କେହି ଆପଣା କ୍ଷେତକୁ, ଆଉ କେହି ଆପଣା ବାଣିଜ୍ୟ ବ୍ୟବସାୟକୁ ଚାଲିଗଲେ,


ସେଥିରେ ସର୍ବ ଜଗତର ପ୍ରବଞ୍ଚକ ଦିଆବଳ ଓ ଶୟତାନ ନାମରେ ଖ୍ୟାତ ଯେ ପ୍ରକାଣ୍ଡ ସର୍ପ, ସେହି ପୁରାତନ ନାଗ, ସେ ଆପଣା ଦୂତମାନଙ୍କ ସହିତ ପୃଥିବୀରେ ନିକ୍ଷିପ୍ତ ହେଲା।


ତହିଁରେ ଯୀଶୁ ତାହାକୁ କହିଲେ, “ଦୂର ହ, ଶୟତାନ, କାରଣ ଲେଖାଅଛି, ‘ତୁମ୍ଭେ ପ୍ରଭୁ ଆପଣା ଈଶ୍ବରଙ୍କୁ ପ୍ରଣାମ କରିବ, ପୁଣି, କେବଳ ତାହାଙ୍କର ଉପାସନା କରିବ।’”


ଏଉତ୍ତାରେ ସଦାପ୍ରଭୁ ଯିହୋଶୂୟ ମହାଯାଜକ ଦୂତ ସମ୍ମୁଖରେ ଠିଆ ହୋଇଥିବା, ଓ ତାଙ୍କୁ ନିନ୍ଦା କରିବା ପାଇଁ ତାଙ୍କ ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିବାର ଶୟତାନକୁ ସେ ମୋତେ ଦେଖାଇଲେ।


ତହୁଁ ଲୋଟ ବାହାରକୁ ଯାଇ ଆପଣା କନ୍ୟାମାନଙ୍କ ସହିତ ବିବାହ କରିବାକୁ ଉଦ୍ୟତ ଜୁଆଁଇମାନଙ୍କୁ କହିଲା, “ଉଠ, ଏଠାରୁ ବାହାର ହୁଅ, ସଦାପ୍ରଭୁ ଏହି ନଗର ଉଚ୍ଛିନ୍ନ କରିବେ,” ମାତ୍ର ଜୁଆଁଇମାନେ ତାହାକୁ ପରିହାସକ ପରି ମଣିଲେ।


କିଅବା କେହି ପାରଦାରିକ, ବା ଥରକର ଖାଦ୍ୟ ନିମନ୍ତେ ଆପଣା ଜ୍ୟେଷ୍ଠାଧିକାର ବିକ୍ରୟକାରୀ ଯେ ଏଷୌ, ତାହା ପରି ବିଧର୍ମାଚାରୀ ହୁଏ, ଏହି ବିଷୟରେ ସାବଧାନ ହୁଅ।


ମୃତମାନଙ୍କର ପୁନରୁତ୍ଥାନ କଥା ଶୁଣି କେହି କେହି ପରିହାସ କରିବାକୁ ଲାଗିଲେ; ଆଉ କେହି କେହି କହିଲେ, ଆମ୍ଭେମାନେ ଆଉ ଥରେ ଆପଣଙ୍କଠାରୁ ଏହି ବିଷୟ ଶୁଣିବା।


ବୁଣାଳୀ ବାକ୍ୟ ବୁଣେ।


ସେହିପରି ଯେଉଁମାନେ ବାକ୍ୟ ଶୁଣିବାକ୍ଷଣି ଆନନ୍ଦରେ ତାହା ଗ୍ରହଣ କରନ୍ତି,


Swiv nou:

Piblisite


Piblisite