Biblia Todo Logo
Bib sou entènèt

- Piblisite -




ମାର୍କ 4:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଯୀଶୁ ପୁଣି, ସେମାନଙ୍କୁ କହିଲେ, “କଅଣ ଶୁଣୁଅଛ, ସେ ବିଷୟରେ ସାବଧାନ। ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଯିବ ଏବଂ ତୁମ୍ଭମାନଙ୍କୁ ଅଧିକ ଦିଆଯିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ଯୀଶୁ ପୁଣି ସେମାନଙ୍କୁ କହିଲେ, କଅଣ ଶୁଣୁଅଛ, ସେ ବିଷୟରେ ସାବଧାନ। ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଇଦିଆଯିବ ଏବଂ ତୁମ୍ଭମାନଙ୍କୁ ଅଧିକ ଦିଆଯିବ।

Gade chapit la Kopi

ଓଡିଆ ବାଇବେଲ

24 ଯୀଶୁ ପୁଣି, ସେମାନଙ୍କୁ କହିଲେ, କଅଣ ଶୁଣୁଅଛ, ସେ ବିଷୟରେ ସାବଧାନ । ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଇଦିଆଯିବ ଏବଂ ତୁମ୍ଭମାନଙ୍କୁ ଅଧିକ ଦିଆଯିବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

24 ଯୀଶୁ ସେମାନଙ୍କୁ କହିଲେ, “ଯାହା ଶୁଣୁଛ, ସେଥିପ୍ରତି ମନୋଯୋଗୀ ହୁଅ। ଯେଉଁ ମାନଦଣ୍ଡରେ ତୁମେ ଅନ୍ୟର ବିଚାର କର, ସେହି ମାନଦଣ୍ଡରେ, କିନ୍ତୁ ଅଧିକ କଠୋର ଭାବରେ ଈଶ୍ୱର ତୁମର ବିଚାର କରିବେ।

Gade chapit la Kopi

ପବିତ୍ର ବାଇବଲ

24 “ତୁମ୍ଭେ ଯାହା ଶୁଣୁଛ, ତାହା ଉପରେ ସାବଧାନ ହୋଇ ବିଗ୍ଭର କର ତୁମ୍ଭେ ଯେଉଁଭଳି ଭାବରେ ଅନ୍ୟକୁ ଦେଉଛ, ପରମେଶ୍ୱର ତୁମ୍ଭକୁ ଠିକ୍ ସେହିଭଳି ଭାବରେ ଦେବେ। ବରଂ ପରମେଶ୍ୱର ତୁମ୍ଭକୁ ଆହୁରି ଅଧିକ ଦେବେ।

Gade chapit la Kopi




ମାର୍କ 4:24
16 Referans Kwoze  

ଅତଏବ, ଶୁଣାଯାଇଥିବା ସତ୍ୟ ବାକ୍ୟ ପ୍ରତି ଅଧିକ ମନୋଯୋଗୀ ହେବା ଆମ୍ଭମାନଙ୍କର ଉଚିତ, ନୋହିଲେ କାଳେ ଆମ୍ଭେମାନେ ଲକ୍ଷ୍ୟଭ୍ରଷ୍ଟ ହେବୁ।


ଅତଏବ, କିପରି ଶୁଣୁଅଛ, ସେ ବିଷୟରେ ସାବଧାନ; କାରଣ ଯାହାର ଅଛି, ତାହାକୁ ଦିଆଯିବ, ଆଉ ଯାହାର ନାହିଁ, ସେ ଯାହା ନିଜର ଅଛି ବୋଲି ମନେ କରେ, ତାହା ସୁଦ୍ଧା ତାହାଠାରୁ ନିଆଯିବ।”


କାରଣ ଯେଉଁ ବିଚାରରେ ବିଚାର କର, ସେହି ବିଚାରରେ ତୁମ୍ଭେମାନେ ବିଚାରିତ ହେବ; ପୁଣି, ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଯିବ।


ଥେସଲନୀକୀ ସହରରେ ଥିବା ଯିହୁଦୀମାନଙ୍କଠାରୁ ଏମାନେ ସୁଶୀଳ ଥିଲେ। ଏମାନେ ପୂର୍ଣ୍ଣ ଆଗ୍ରହରେ ବାକ୍ୟ ଗ୍ରହଣ କଲେ, ପୁଣି, ଏହି ସମସ୍ତ ସତ୍ୟ କି ନା, ତାହା ଜାଣିବା ନିମନ୍ତେ ପ୍ରତିଦିନ ଶାସ୍ତ୍ର ଅନୁସନ୍ଧାନ କରୁଥିଲେ।


କିନ୍ତୁ ଏହା ସତ୍ୟ, ଯେ ଅଳ୍ପ ବୁଣେ, ସେ ମଧ୍ୟ ଅଳ୍ପ କାଟିବ; ଆଉ ଯେ ପ୍ରଚୁର ବୁଣେ, ସେ ମଧ୍ୟ ପ୍ରଚୁର କାଟିବ।


ମୋʼ ମେଷସବୁ ମୋହର ସ୍ୱର ଶୁଣନ୍ତି ଓ ମୁଁ ସେମାନଙ୍କୁ ଜାଣେ, ଆଉ ସେମାନେ ମୋହର ପଛେ ପଛେ ଚାଲନ୍ତି,


ହେ ଆମ୍ଭର ପୁତ୍ର, ଯେଉଁ ଉପଦେଶ ଜ୍ଞାନର କଥାରୁ ତୁମ୍ଭକୁ ଭୁଲାଏ, ତାହା ଶୁଣିବାରୁ ନିବୃତ୍ତ ହୁଅ।


କର୍ଣ୍ଣ ଡେର ଓ ଆମ୍ଭ ନିକଟକୁ ଆସ; ଶୁଣ, ତହିଁରେ ତୁମ୍ଭମାନଙ୍କର ପ୍ରାଣ ବଞ୍ଚିବ; ପୁଣି, ଆମ୍ଭେ ତୁମ୍ଭମାନଙ୍କ ସହିତ ଏକ ନିତ୍ୟସ୍ଥାୟୀ ନିୟମ, ଅର୍ଥାତ୍‍, ଦାଉଦଙ୍କ ପ୍ରତି ନିଶ୍ଚିତ ଦୟା ସ୍ଥିର କରିବା।


ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେଉଁ ସମୟରେ ମୃତମାନେ ଈଶ୍ବରଙ୍କ ପୁତ୍ରଙ୍କ ସ୍ୱର ଶୁଣିବେ ଓ ଯେଉଁମାନେ ଶୁଣିବେ, ସେମାନେ ଜୀବିତ ହେବେ ଏପରି ସମୟ ଆସୁଅଛି, ପୁଣି, ବର୍ତ୍ତମାନ ସୁଦ୍ଧା ଉପସ୍ଥିତ।


ପୁଣି, ଖଣ୍ଡେ ମେଘ ଆସି ସେମାନଙ୍କୁ ଆଚ୍ଛାଦନ କଲା, ଆଉ ସେହି ମେଘରୁ ଏହି ବାଣୀ ହେଲା, ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କ ବାକ୍ୟ ଶ୍ରବଣ କର।


ଯେଉଁ ମେଷଗୁଡ଼ିକ ଏହି ମେଷଶାଳାର ନୁହଁନ୍ତି, ମୋହର ଏପରି ଅନ୍ୟ ମେଷଗୁଡ଼ିକ ଅଛନ୍ତି, ସେମାନଙ୍କୁ ମଧ୍ୟ ମୋତେ ଆଣିବାକୁ ହେବ, ପୁଣି, ସେମାନେ ମୋହର ସ୍ୱର ଶୁଣିବେ; ସେଥିରେ ଗୋଟିଏ ପଲ ଓ ଗୋଟିଏ ପାଳକ ହେବେ।


ହେ ପ୍ରିୟମାନେ, ପ୍ରତ୍ୟେକ ଆତ୍ମାଙ୍କୁ ବିଶ୍ୱାସ କର ନାହିଁ, ବରଂ ଆତ୍ମାମାନେ ଈଶ୍ବରଙ୍କଠାରୁ ଆଗତ କି ନାହିଁ, ଏହା ସେମାନଙ୍କୁ ପରୀକ୍ଷା କରି ଦେଖ, କାରଣ ଜଗତରେ ଅନେକ ଭଣ୍ଡ ଭାବବାଦୀ ବାହାରି ଅଛନ୍ତି।


ତାହାହେଲେ ସମସ୍ତ ପ୍ରକାର ଦୁଷ୍ଟତା, ଛଳ, କପଟ, ଈର୍ଷା ଓ ପରନିନ୍ଦା ପରିତ୍ୟାଗ କରି


ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା ବିଷୟରେ ସାବଧାନ ହୁଅ ଓ ବିଶ୍ରାମ ଦିନରେ କୌଣସି ଭାର ବହ ନାହିଁ, କିଅବା ଯିରୂଶାଲମର ଦ୍ୱାର ଦେଇ ତାହା ଭିତରକୁ ଆଣ ନାହିଁ;


Swiv nou:

Piblisite


Piblisite