Biblia Todo Logo
Bib sou entènèt

- Piblisite -




ମାର୍କ 4:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ଭୂମି ଆପେ ଫଳ ଉତ୍ପନ୍ନ କରେ, ପ୍ରଥମରେ ପତ୍ର, ପରେ ଶସ୍ୟର ଶିଁଷା, ତାହା ପରେ ଶିଁଷାରେ ପୂର୍ଣ୍ଣ ଶସ୍ୟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ଭୂମି ଆପେ ଫଳ ଉତ୍ପନ୍ନ କରେ, ପ୍ରଥମରେ ପତ୍ର, ପରେ ଶିଁଷା, ତାହା ପରେ ଶିଁଷାରେ ପୂର୍ଣ୍ଣ ଶସ୍ୟ।

Gade chapit la Kopi

ଓଡିଆ ବାଇବେଲ

28 ଭୂମି ଆପେ ଫଳ ଉତ୍ପନ୍ନ କରେ, ପ୍ରଥମରେ ପତ୍ର, ପରେ ଶିଁଷା, ତାହା ପରେ ଶିଁଷାରେ ପୂର୍ଣ୍ଣ ଶସ୍ୟ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

28 ଗଛ ବଢ଼ି ଫଳ ଧରିବା ପାଇଁ ମାଟି ହିଁ ସବୁ କିଛି କରେ - ପ୍ରଥମେ ଗଛର ବୀଜପତ୍ର, ତା’ପରେ ଶିଷା ଏବଂ ଶେଷରେ କେଣ୍ଡାରେ ଶସ୍ୟ ଭରିଯାଏ।

Gade chapit la Kopi

ପବିତ୍ର ବାଇବଲ

28 କାହାରି ସାହାଯ୍ୟ ବିନା ଭୂମି ଆପେ ଆପେ ଶସ୍ୟ ଉତ୍ପନ୍ନ କରେ। ପ୍ରଥମେ ଅଙ୍କୁର, ତା'ପରେ କେଣ୍ଡା ହୁଏ। ତା'ପରେ କେଣ୍ଡାରୁ ପରିପୂର୍ଣ୍ଣ ଶସ୍ୟ ହୁଏ,

Gade chapit la Kopi




ମାର୍କ 4:28
19 Referans Kwoze  

ପୁଣି, ଆମ୍ଭେମାନେ ଜ୍ଞାତ ହେଉ, ସଦାପ୍ରଭୁଙ୍କୁ ଜାଣିବା ନିମନ୍ତେ ତାହାଙ୍କ ପଶ୍ଚାତ୍‍ଗମନ କରୁ; ତାହାଙ୍କର ଉଦୟ ପ୍ରତ୍ୟୁଷ ତୁଲ୍ୟ ନିଶ୍ଚିତ; ଆଉ ସେ ଆମ୍ଭମାନଙ୍କ ନିକଟକୁ ବୃଷ୍ଟି ତୁଲ୍ୟ, ଭୂମି-ସେଚନକାରୀ ଶେଷ ବୃଷ୍ଟି ତୁଲ୍ୟ ଆସିବେ।”


ସମସ୍ତ ଆତ୍ମିକ ଜ୍ଞାନ ଓ ବୁଦ୍ଧିରେ ପ୍ରଭୁଙ୍କୁ ସର୍ବପ୍ରକାରେ ସନ୍ତୁଷ୍ଟ କରିବା ନିମନ୍ତେ ତାହାଙ୍କ ଯୋଗ୍ୟ ଆଚରଣ କର, ଅର୍ଥାତ୍‍, ଈଶ୍ବରଙ୍କ ତତ୍ତ୍ୱଜ୍ଞାନରେ ବଢ଼ି ସମସ୍ତ ଉତ୍ତମକର୍ମର ଫଳରେ ଫଳବାନ ହୁଅ


କାରଣ ଯେ ତୁମ୍ଭମାନଙ୍କ ଅନ୍ତରରେ ଉତ୍ତମ କାର୍ଯ୍ୟ ଆରମ୍ଭ କରିଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁଙ୍କ ଦିନ ପର୍ଯ୍ୟନ୍ତ ତାହା ସାଧନ କରି ସିଦ୍ଧ କରିବେ, ଏହା ତ ମୁଁ ଦୃଢ଼ରୂପେ ବିଶ୍ୱାସ କରେ;


ଯେତେବେଳେ ପତ୍ର ବାହାରି ଫଳ ଫଳିବାକୁ ଲାଗିଲା, ସେତେବେଳେ ବାଳୁଙ୍ଗା ମଧ୍ୟ ଦେଖାଗଲା।


କାରଣ ଭୂମି ଯେପରି ଆପଣା ଅଙ୍କୁର ବାହାର କରେ ଓ ଉଦ୍ୟାନ ଯେପରି ଆପଣା ମଧ୍ୟରେ ବୁଣାଯିବା ପଦାର୍ଥସବୁ ଅଙ୍କୁରିତ କରେ, ସେହିପରି ପ୍ରଭୁ ସଦାପ୍ରଭୁ ସମଗ୍ର ଦେଶୀୟମାନଙ୍କ ସାକ୍ଷାତରେ ଧର୍ମ ଓ ପ୍ରଶଂସା ଅଙ୍କୁରିତ କରିବେ।


ସେ ପ୍ରତ୍ୟେକ ବିଷୟକୁ ତାହାର ସମୟରେ ଶୋଭିତ କରିଅଛନ୍ତି; ମଧ୍ୟ ସେ ସେମାନଙ୍କ ହୃଦୟରେ ଅନନ୍ତକାଳ ରଖିଅଛନ୍ତି; ତଥାପି ପରମେଶ୍ୱର ପ୍ରଥମଠାରୁ ଶେଷ ପର୍ଯ୍ୟନ୍ତ ଯେଉଁ କାର୍ଯ୍ୟ କରିଅଛନ୍ତି, ମନୁଷ୍ୟ ତହିଁର ତତ୍ତ୍ୱ ପାଇ ପାରେ ନାହିଁ।


ସବୁ ବିଷୟର ଉଚିତ ସମୟ ଅଛି ଓ ଆକାଶ ତଳେ ସବୁ ଉଦ୍ଦେଶ୍ୟର ଉଚିତ ସମୟ ଅଛି;


ମାତ୍ର ଧାର୍ମିକମାନଙ୍କ ପଥ ପ୍ରଭାତର ଆଲୁଅ ତୁଲ୍ୟ, ଯାହା ମଧ୍ୟାହ୍ନ ପର୍ଯ୍ୟନ୍ତ ଆହୁରି ଆହୁରି ତେଜସ୍କର ହୁଏ।


ଯେଉଁ ବୃକ୍ଷ ଜଳସ୍ରୋତ ନିକଟରେ ରୋପିତ, ଯେ ସ୍ୱସମୟରେ ଫଳ ଉତ୍ପନ୍ନ କରେ, ଯାହାର ପତ୍ର ହିଁ ମଳିନ ହୁଏ ନାହିଁ, ଏପରି ବୃକ୍ଷ ସଦୃଶ ସେ ହେବ; ପୁଣି, ସେ ଯାହା କରେ, ତାହା ସଫଳ ହେବ।


ସଦାପ୍ରଭୁ ପରମେଶ୍ୱର ସେହି ଭୂମିରୁ ନାନାଜାତୀୟ ସୁଦୃଶ୍ୟ ଓ ସୁଖାଦ୍ୟ ବୃକ୍ଷ, ପୁଣି, ସେହି ଉଦ୍ୟାନର ମଧ୍ୟସ୍ଥାନରେ ଅମୃତ ବୃକ୍ଷ ଓ ସଦସତ୍‍ ଜ୍ଞାନଦାୟକ ବୃକ୍ଷ ଉତ୍ପନ୍ନ କଲେ।


ପୁଣି, ରାତ୍ରିରେ ନିଦ୍ରା ଯାଏ ଓ ଦିବସରେ ଜାଗ୍ରତ ହୁଏ, ଆଉ ବିହନ କିପରି ଅଙ୍କୁରିତ ହୋଇ ବୃଦ୍ଧି ପାଏ, ତାହା ସେ ଜାଣେ ନାହିଁ।


କିନ୍ତୁ ଶସ୍ୟ ପାଚିଲାକ୍ଷଣି ଫସଲ ସମୟ ଉପସ୍ଥିତ ହେବାରୁ ସେ ଦାଆ ଲଗାଏ।”


Swiv nou:

Piblisite


Piblisite