Biblia Todo Logo
Bib sou entènèt

- Piblisite -




ମାର୍କ 4:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ମାତ୍ର ବୁଣାଗଲେ ତାହା ବଢ଼ି ଉଠି ସବୁ ଶାକଠାରୁ ବଡ଼ ହୁଏ, ପୁଣି, ତାହାର ଏପରି ବଡ଼ ବଡ଼ ଡାଳ ହୁଏ ଯେ, ଆକାଶର ଚଢ଼େଇମାନେ ତାହାର ଛାୟାରେ ବାସ କରିପାରନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ମାତ୍ର ବୁଣାଗଲେ ତାହା ବଢ଼ି ଉଠି ସବୁ ଶାଗଠାରୁ ବଡ଼ ହୁଏ, ପୁଣି ତାହାର ଏପରି ବଡ଼ ବଡ଼ ଡାଳ ହୁଏ ଯେ, ଆକାଶର ଚଢ଼େଇମାନେ ତାହାର ଛାୟାରେ ବାସ କରି ପାରନ୍ତି।

Gade chapit la Kopi

ଓଡିଆ ବାଇବେଲ

32 ମାତ୍ର ବୁଣାଗଲେ ତାହା ବଢ଼ି ଉଠି ସବୁ ଶାଗଠାରୁ ବଡ଼ ହୁଏ, ପୁଣି, ତାହାର ଏପରି ବଡ଼ ବଡ଼ ଡାଳ ହୁଏ ଯେ, ଆକାଶର ଚଢ଼େଇମାନେ ତାହାର ଛାୟାରେ ବାସ କରି ପାରନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

32 ମାଟିରେ ପଡ଼ିଲେ ତାହା ବଢ଼ି ଶାଖାପ୍ରଶାଖା ମେଲାଇ ଗୋଟିଏ ବଡ଼ ଗଛରେ ପରିଣତ ହୁଏ ଏବଂ ପକ୍ଷୀମାନେ ତା’ ଛାୟାରେ ଆଶ୍ରୟ ନିଅନ୍ତି।”

Gade chapit la Kopi

ପବିତ୍ର ବାଇବଲ

32 କିନ୍ତୁ ତୁମ୍ଭେ ବୁଣିବା ପରେ ଏହି ବୀଜ ବଢ଼ି ତୁମ୍ଭ ବଗିଗ୍ଭର ଅନ୍ୟ ଗଛମାନଙ୍କ ଭିତରେ ସବୁଠାରୁ ବଡ଼ ହୋଇଯାଏ। ତା'ର ଶାଖା ଗୁଡ଼ିକ ବଡ଼ ହୋଇଯାଏ। ପକ୍ଷୀମାନେ ଆସି ତା’ ଛାଇରେ ବସା ବାନ୍ଧି ରହନ୍ତି।”

Gade chapit la Kopi




ମାର୍କ 4:32
15 Referans Kwoze  

ଯେଉଁ ଜନ ସର୍ବୋପରିସ୍ଥଙ୍କ ଆବୃତ ସ୍ଥାନରେ ବାସ କରେ, ସେ ସର୍ବଶକ୍ତିମାନଙ୍କ ଛାୟା ତଳେ ବସତି କରିବ।


ଆମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ତାହାର ଛାୟା ତଳେ ବଞ୍ଚିବା ବୋଲି ଯାହାର ବିଷୟରେ କହିଲୁ, ଆମ୍ଭମାନଙ୍କ ନାସାର ନିଃଶ୍ୱାସ ସ୍ୱରୂପ, ସଦାପ୍ରଭୁଙ୍କର ସେହି ଅଭିଷିକ୍ତ ଲୋକ ସେମାନଙ୍କ ଗର୍ତ୍ତରେ ଧରାଗଲା।


ପୁଣି, ପ୍ରତ୍ୟେକେ ବତାସରୁ ଆଶ୍ରୟ ସ୍ଥାନ ଓ ଝଡ଼ରୁ ଆଶ୍ରୟ, ଶୁଷ୍କ ସ୍ଥାନରେ ଜଳସ୍ରୋତ, ଶ୍ରାନ୍ତିଜନକ ଭୂମିରେ ବୃହତ ଶୈଳର ଛାୟା ସ୍ୱରୂପ ହେବେ।


ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ; କାରଣ ସମୁଦ୍ର ଯେପରି ଜଳରେ ଆଚ୍ଛନ୍ନ, ପୃଥିବୀ ସେହିପରି ସଦାପ୍ରଭୁ ବିଷୟକ ଜ୍ଞାନରେ ପରିପୂର୍ଣ୍ଣ ହେବ।


ଯେପରି ବନବୃକ୍ଷମାନଙ୍କ ମଧ୍ୟରେ ନାଗରଙ୍ଗ ବୃକ୍ଷ, ସେପରି ଯୁବାମାନଙ୍କ ମଧ୍ୟରେ ମୋହର ପ୍ରିୟତମ। ମୁଁ ପରମ ଆନନ୍ଦରେ ତାଙ୍କ ଛାୟା ତଳେ ବସିଲି ଓ ତାଙ୍କ ଫଳ ମୋʼ ତୁଣ୍ଡକୁ ସ୍ୱାଦ ଲାଗିଲା।


ମାତ୍ର ଧାର୍ମିକମାନଙ୍କ ପଥ ପ୍ରଭାତର ଆଲୁଅ ତୁଲ୍ୟ, ଯାହା ମଧ୍ୟାହ୍ନ ପର୍ଯ୍ୟନ୍ତ ଆହୁରି ଆହୁରି ତେଜସ୍କର ହୁଏ।


ତହିଁ ନିକଟରେ ଖେଚର ପକ୍ଷୀଗଣ ବସା କରନ୍ତି, ସେମାନେ ଡାଳ ମଧ୍ୟରେ ଗାନ କରନ୍ତି।


ଇସ୍ରାଏଲର ଉଚ୍ଚତମ ପର୍ବତରେ ଆମ୍ଭେ ତାହା ରୋପଣ କରିବା, ତହିଁରେ ତାହା ଶାଖାବିଶିଷ୍ଟ ଓ ଫଳବାନ ହୋଇ ଉତ୍ତମ ଏରସ ବୃକ୍ଷ ହେବ; ତହିଁର ତଳେ ସର୍ବଜାତୀୟ ପକ୍ଷୀ ବାସ କରିବେ; ସେମାନେ ତହିଁର ଶାଖାମାନର ଛାୟାରେ ବାସ କରିବେ।


ତାହା ତ ସବୁ ବୀଜଠାରୁ କ୍ଷୁଦ୍ର, ମାତ୍ର ତାହା ବଢ଼ିଲେ ସବୁ ଶାକଠାରୁ ବଡ଼ ହୋଇ ଏପରି ଗଛ ହୁଏ ଯେ, ଆକାଶର ଚଢ଼େଇମାନେ ଆସି ତାହାର ଡାଳରେ ବାସ କରନ୍ତି।”


ତାହା ଗୋଟିଏ ସୋରିଷ ଦାନା ପରି; ଭୂମିରେ ବୁଣାଯିବା ସମୟରେ ତାହା ପୃଥିବୀର ସମସ୍ତ ବୀଜଠାରୁ କ୍ଷୁଦ୍ର,


ସେ ଏହି ପ୍ରକାରେ ଅନେକ ଦୃଷ୍ଟାନ୍ତ ଦ୍ୱାରା ସେମାନଙ୍କ ଶୁଣିବା ଶକ୍ତି ଅନୁସାରେ ସେମାନଙ୍କ ନିକଟରେ ବାକ୍ୟ ପ୍ରଚାର କରୁଥିଲେ,


Swiv nou:

Piblisite


Piblisite