Biblia Todo Logo
Bib sou entènèt

- Piblisite -




ମାର୍କ 5:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ସେହିକ୍ଷଣି ତାହାର ରକ୍ତସ୍ରାବ ବନ୍ଦ ହେଲା, ପୁଣି, ସେ ଯେ ରୋଗରୁ ଆରୋଗ୍ୟ ହୋଇଅଛି, ଏହା ସେ ନିଜ ଶରୀରରେ ଅନୁଭବ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ସେହିକ୍ଷଣି ତାହାର ରକ୍ତସ୍ରାବ ଶୁଷ୍କ ହେଲା, ପୁଣି ସେ ଯେ ରୋଗରୁ ଆରୋଗ୍ୟ ହୋଇଅଛି, ଏହା ସେ ନିଜ ଦେହରେ ଅନୁଭବ କଲା।

Gade chapit la Kopi

ଓଡିଆ ବାଇବେଲ

29 ସେହିକ୍ଷଣି ତାହାର ରକ୍ତସ୍ରାବ ବନ୍ଦ ହେଲା, ପୁଣି, ସେ ଯେ ରୋଗରୁ ଆରୋଗ୍ୟ ହୋଇଅଛି, ଏହା ସେ ନିଜ ଶରୀରରେ ଅନୁଭବ କଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

29 ସେ ଯୀଶୁଙ୍କ ବସ୍ତ୍ରକୁ ଛୁଇଁଦେବା ମାତ୍ରେ ତା’ର ରକ୍ତସ୍ରାବ ବନ୍ଦ ହୋଇଗଲା ଏବଂ ସେ ରୋଗ ମୁକ୍ତ ହୋଇ ଯାଇଛି ବୋଲି ଅନୁଭବ କଲା।

Gade chapit la Kopi

ପବିତ୍ର ବାଇବଲ

29 ସେ ଯୀଶୁଙ୍କ ବସ୍ତ୍ର ଛୁଇଁବା ମାତ୍ରେ ତା'ର ରକ୍ତସ୍ରାବ ବନ୍ଦ ହୋଇଗଲା ଓ ତା'ର ଶରୀରର ରୋଗ ଭଲ ହୋଇଗଲା ବୋଲି ସେ ଅନୁଭବ କଲା।

Gade chapit la Kopi




ମାର୍କ 5:29
14 Referans Kwoze  

ତହିଁରେ ଯୀଶୁ ତାହାକୁ କହିଲେ, “ବତ୍ସେ, ତୋହର ବିଶ୍ୱାସ ତୋତେ ସୁସ୍ଥ କରିଅଛି; ଶାନ୍ତିରେ ଚାଲିଯା ଓ ତୋହର ରୋଗରୁ ଆରୋଗ୍ୟ ହୋଇରହ।”


କାରଣ ସେ ଅନେକ ଲୋକଙ୍କୁ ସୁସ୍ଥ କରିବାରୁ ପୀଡ଼ିତମାନେ ସମସ୍ତେ ତାହାଙ୍କୁ ସ୍ପର୍ଶ କରିବା ନିମନ୍ତେ ତାହାଙ୍କ ଉପରେ ମାଡ଼ିପଡ଼ୁଥିଲେ।


ସେ ତୁମ୍ଭର ଅଧର୍ମସବୁ କ୍ଷମା କରନ୍ତି; ସେ ତୁମ୍ଭର ରୋଗସବୁ ସୁସ୍ଥ କରନ୍ତି;


ହେ ସଦାପ୍ରଭୋ, ମୋହର ପରମେଶ୍ୱର, ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲି, ପୁଣି, ତୁମ୍ଭେ ମୋତେ ସୁସ୍ଥ କରିଅଛ।


ସେ ଭଗ୍ନାନ୍ତଃକରଣମାନଙ୍କୁ ସୁସ୍ଥ କରନ୍ତି ଓ ସେମାନଙ୍କ କ୍ଷତସବୁ ବାନ୍ଧନ୍ତି।


ସେ ଆପଣା ବାକ୍ୟ ପଠାଇ ସେମାନଙ୍କୁ ସୁସ୍ଥ କରନ୍ତି, ପୁଣି, ବିନାଶରୁ ସେମାନଙ୍କୁ ଉଦ୍ଧାର କରନ୍ତି।


“ତୁମ୍ଭେ ଯଦି ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କର, ତାହାଙ୍କ ଦୃଷ୍ଟିରେ ଯାହା ଉଚିତ ତାହା କର, ତାହାଙ୍କ ଆଜ୍ଞାରେ କର୍ଣ୍ଣ ଦିଅ ଓ ତାହାଙ୍କ ବିଧି ସମସ୍ତ ପାଳନ କର, ତେବେ ଆମ୍ଭେ ମିସରୀୟ ଲୋକମାନଙ୍କୁ ଯେସବୁ ରୋଗ ଭୋଗ କରାଇଲୁ, ତାହାସବୁ ତୁମ୍ଭମାନଙ୍କୁ ଭୋଗ କରିବାକୁ ଦେବା ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ଆରୋଗ୍ୟକାରୀ।”


ଯେବେ ଦେଶରେ ଦୁର୍ଭିକ୍ଷ ହୁଏ, ଯେବେ ମହାମାରୀ ହୁଏ, ଯେବେ ଶସ୍ୟର କ୍ଷୟ କି ମ୍ଳାନି, ପଙ୍ଗପାଳ ବା କୀଟ ହୁଏ; ଯେବେ ସେମାନଙ୍କ ଶତ୍ରୁ ସେମାନଙ୍କ ଦେଶସ୍ଥ ନଗରସମୂହରେ ସେମାନଙ୍କୁ ଅବରୋଧ କରେ; କୌଣସି ମାରୀ ହୁଏ; କୌଣସି ରୋଗ ଘଟେ;


ପୁଣି, ଯଦି କେହି ରଜସ୍ୱଳା ସ୍ତ୍ରୀ ସହିତ ଶୟନ କରେ ଓ ତାହାର ଆବରଣୀୟ ଅନାବୃତ କରେ, ତେବେ ସେହି ପୁରୁଷ ତାହାର ରକ୍ତର କ୍ଷରଣ ପ୍ରକାଶ କରିବାରୁ ଓ ସେହି ସ୍ତ୍ରୀ ଆପଣା ରକ୍ତର କ୍ଷରଣ ଅନାବୃତ କରିବାରୁ, ସେ ଦୁହେଁ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବେ।


ସେହି ସମୟରେ ସେ ଅନେକଙ୍କୁ ରୋଗ, କଷ୍ଟ ଓ ମନ୍ଦ-ଆତ୍ମାମାନଙ୍କଠାରୁ ସୁସ୍ଥ କଲେ, ପୁଣି, ଅନେକ ଅନ୍ଧମାନଙ୍କୁ ଦେଖିବାର ଶକ୍ତି ଦେଲେ।


ଆଉ ଦେଖ ବାର ବର୍ଷ ପର୍ଯ୍ୟନ୍ତ ପ୍ରଦର ରୋଗଗ୍ରସ୍ତା ଜଣେ ସ୍ତ୍ରୀଲୋକ ପଛଆଡ଼ୁ ଆସି ତାହାଙ୍କ ଲୁଗାର ଝୁମ୍ପା ଛୁଇଁଲା,


କାରଣ ସେ କହୁଥିଲା, କେବଳ ତାହାଙ୍କ ଲୁଗା ଛୁଇଁଲେ ମୁଁ ସୁସ୍ଥ ହେବି।


ଆଉ, ଯାଜକ ଆସି ଦେଖନ୍ତେ, ଯଦି, ସେହି ଗୃହ ଲେପନ କଲା ଉତ୍ତାରେ ଦାଗ ସେହି ଗୃହରେ ବଢ଼ି ନାହିଁ, ତେବେ ଯାଜକ ସେହି ଗୃହକୁ ଶୁଚି ବୋଲି ପ୍ରକାଶ କରିବ, କାରଣ ଦାଗ ଅଦୃଶ୍ୟ ହୋଇଅଛି।


Swiv nou:

Piblisite


Piblisite