Biblia Todo Logo
Bib sou entènèt

- Piblisite -




ମାର୍କ 6:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ମାତ୍ର ଯେକୌଣସି ସ୍ଥାନରେ ଲୋକମାନେ ତୁମ୍ଭମାନଙ୍କୁ ଗ୍ରହଣ କରିବେ ନାହିଁ, ବା ତୁମ୍ଭମାନଙ୍କ କଥା ଶୁଣିବେ ନାହିଁ, ସେ ସ୍ଥାନରୁ ପ୍ରସ୍ଥାନ ସମୟରେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ପାଦଧୂଳି ଝାଡି଼ଦିଅ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ମାତ୍ର ଯେକୌଣସି ସ୍ଥାନରେ ଲୋକମାନେ ତୁମ୍ଭମାନଙ୍କୁ ଗ୍ରହଣ କରିବେ ନାହିଁ, ବା ତୁମ୍ଭମାନଙ୍କ କଥା ଶୁଣିବେ ନାହିଁ, ସେସ୍ଥାନରୁ ପ୍ରସ୍ଥାନ କରିବା ସମୟରେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ପାଦଧୂଳି ଝାଡ଼ିଦିଅ।

Gade chapit la Kopi

ଓଡିଆ ବାଇବେଲ

11 ମାତ୍ର ଯେକୌଣସି ସ୍ଥାନରେ ଲୋକମାନେ ତୁମ୍ଭମାନଙ୍କୁ ଗ୍ରହଣ କରବେ ନାହିଁ, ବା ତୁମ୍ଭମାନଙ୍କ କଥା ଶୁଣିବେ ନାହିଁ, ସେ ସ୍ଥାନରୁ ପ୍ରସ୍ଥାନ ସମୟରେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ପାଦଧୂଳି ଝାଡି଼ଦିଅ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ଯଦି କୌଣସି ସ୍ଥାନରେ ଲୋକେ ତୁମକୁ ସ୍ୱାଗତ କରନ୍ତି ନାହିଁ ବା ତୁମ କଥା ଶୁଣନ୍ତି ନାହିଁ, ତୁମ ପାଦ ଧୂଳି ଝାଡ଼ିଦେଇ ସେହି ସ୍ଥାନ ଛାଡ଼ି ଚାଲିଯାଅ। ଏହା ସେମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ସ୍ୱରୂପ ହେବ।”

Gade chapit la Kopi

ପବିତ୍ର ବାଇବଲ

11 ଯଦି କୌଣସି ସହରରେ ସେମାନେ ତୁମ୍ଭକୁ ସ୍ୱାଗତ ନ କରନ୍ତି କିମ୍ବା ସେମାନେ ତୁମ୍ଭ କଥା ନ ଶୁଣନ୍ତି, ତେବେ ସେ ସହର ଛାଡ଼ି ଗ୍ଭଲି ଯାଅ। ଛାଡ଼ିଲା ବେଳେ ତୁମ ପାଦରୁ ସେଠାକାର ଧୂଳିଝାଡ଼ି ଦିଅ। ତାହା ସେମାନଙ୍କ ପାଇଁ ଚେତାବନୀ ହେବ।”

Gade chapit la Kopi




ମାର୍କ 6:11
20 Referans Kwoze  

କିନ୍ତୁ ସେମାନେ ପ୍ରତିରୋଧ ଓ ନିନ୍ଦା କରିବାରୁ ସେ ଆପଣା ବସ୍ତ୍ର ଝାଡ଼ି ସେମାନଙ୍କୁ କହିଲେ, ଆପଣମାନଙ୍କ ରକ୍ତ ଆପଣମାନଙ୍କ ମସ୍ତକ ଉପରେ ବର୍ତ୍ତୁ; ମୁଁ ନିର୍ଦ୍ଦୋଷ; ଏଣିକି ମୁଁ ଅଣଯିହୁଦୀମାନଙ୍କ ନିକଟକୁ ଯିବି।


ମଧ୍ୟ ମୁଁ ଆପଣା ଅଣ୍ଟି ଝାଡ଼ି ଦେଇ କହିଲି, “ଯେକେହି ଏହି ପ୍ରତିଜ୍ଞା ପ୍ରତିପାଳନ କରିବ ନାହିଁ, ପରମେଶ୍ୱର ତାହାର ଗୃହ ଓ ପରିଶ୍ରମର ଫଳରୁ ତାହାକୁ ଏହିପରି ଝାଡ଼ି ଦେଉନ୍ତୁ; ସେ ଏହିରୂପେ ଝଡ଼ା ଯାଉ ଓ ଶୂନ୍ୟ ହେଉ।” ତହିଁରେ ସମସ୍ତ ସମାଜ କହିଲେ “ଆମେନ୍‍” ଓ ସଦାପ୍ରଭୁଙ୍କର ପ୍ରଶଂସା କଲେ। ଏଥିଉତ୍ତାରେ ଲୋକମାନେ ଏହି ପ୍ରତିଜ୍ଞାନୁସାରେ କର୍ମ କଲେ।


ସେହିପରି ସଦୋମ ଓ ଗମୋରା ପୁଣି, ସେମାନଙ୍କ ଚତୁର୍ଦ୍ଦିଗସ୍ଥ ନଗରନିବାସୀମାନେ ବ୍ୟଭିଚାର ଓ ଅସ୍ୱାଭାବିକ କାମୁକତାରେ ଆସକ୍ତ ହେବାରୁ ଅନନ୍ତ ଅଗ୍ନିରୂପ ଦଣ୍ଡ ଭୋଗ କରି ଦୃଷ୍ଟାନ୍ତ ସ୍ୱରୂପ ହୋଇଅଛନ୍ତି।


ଏଥିରେ ପ୍ରେମ ଆମ୍ଭମାନଙ୍କ ମଧ୍ୟରେ ସିଦ୍ଧ ହୋଇଅଛି ଯେ, ବିଚାର ଦିନରେ ଆମ୍ଭେମାନେ ସାହସ ପ୍ରାପ୍ତ ହେବୁ, କାରଣ ସେ ଯେପରି ଅଛନ୍ତି, ଆମ୍ଭେମାନେ ମଧ୍ୟ ଏହି ଜଗତରେ ସେହିପରି ଅଛୁ।


ପୁଣି, ଏହି ବର୍ତ୍ତମାନ ଆକାଶମଣ୍ଡଳ ଓ ପୃଥିବୀ ସେହି ବାକ୍ୟ ଦ୍ୱାରା ଅଧାର୍ମିକ ଲୋକମାନଙ୍କର ବିଚାର ଓ ବିନାଶର ଦିନ ପର୍ଯ୍ୟନ୍ତ ସଞ୍ଚିତ ହୋଇ ଅଗ୍ନି ନିମନ୍ତେ ରକ୍ଷିତ ହୋଇଅଛି।


ଏହି ପ୍ରକାରେ ପ୍ରଭୁ ଧର୍ମପରାୟଣମାନଙ୍କୁ ପରୀକ୍ଷାରୁ ରକ୍ଷା କରିବାକୁ ପୁଣି, ଅଧାର୍ମିକମାନଙ୍କୁ, ବିଶେଷତଃ ଯେଉଁମାନେ ଶରୀରର କୁତ୍ସିତ କାମାଭିଳାଷରେ ଚାଳିତ ହୋଇ ପ୍ରଭୁତ୍ୱ ଅବଜ୍ଞା କରନ୍ତି, ସେମାନଙ୍କୁ ବିଚାର ଦିନ ନିମନ୍ତେ ଦଣ୍ଡର ଅଧୀନରେ ରଖିବାକୁ ଜାଣନ୍ତି।


ସେ ସଦୋମ ଓ ଗମୋରା ନଗରସବୁକୁ ଭସ୍ମରେ ପରିଣତ କରି ସମ୍ପୂର୍ଣ୍ଣ ରୂପେ ଧ୍ୱଂସ ପାଇବା ନିମନ୍ତେ ଦଣ୍ଡାଜ୍ଞା ଦେଲେ ଓ ସେମାନଙ୍କୁ ଭବିଷ୍ୟତକାଳର ଅଧାର୍ମିକମାନଙ୍କ ଦୃଷ୍ଟାନ୍ତ ସ୍ୱରୂପ କଲେ,


ଯେଉଁ ଦିନରେ ଈଶ୍ବର, ମୁଁ ପ୍ରଚାର କରୁଥିବା ସୁସମାଚାର ଅନୁସାରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ମନୁଷ୍ୟମାନଙ୍କର ଗୁପ୍ତ ବିଷୟଗୁଡ଼ିକ ବିଚାର କରିବେ, ସେହି ଦିନ ଏହା ପ୍ରକାଶ ପାଇବ।


କିନ୍ତୁ ତୁମ୍ଭେ ଆପଣା କଠିନ ଓ ଅପରିବର୍ତ୍ତିତ ହୃଦୟ ଅନୁସାରେ, ଯେଉଁ ଦିନ ଈଶ୍ବରଙ୍କ ନ୍ୟାୟବିଚାର ପ୍ରକାଶ ପାଇବ, ସେହି କ୍ରୋଧର ଦିନରେ ନିଜ ପାଇଁ କ୍ରୋଧ ସଞ୍ଚୟ କରୁଅଛ;


ଆଉ ଯେତେ ଲୋକ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି ନାହିଁ, ସେହି ନଗରରୁ ବାହାରିବା ସମୟରେ ସେମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ପାଦରୁ ଧୂଳି ଝାଡ଼ିପକାଅ।”


କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି ମନୁଷ୍ୟମାନେ ଯେକୌଣସି ଅସାର କଥା କହନ୍ତି, ବିଚାର ଦିନରେ ସେମାନେ ସେଥିର ଉତ୍ତର ଦେବେ;


ପୁଣି, ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯେକୌଣସି ଗୃହରେ ପ୍ରବେଶ କରିବ, ସେ ସ୍ଥାନରୁ ପ୍ରସ୍ଥାନ ନ କରିବା ପର୍ଯ୍ୟନ୍ତ ସେଠାରେ ରୁହ।


Swiv nou:

Piblisite


Piblisite