Biblia Todo Logo
Bib sou entènèt

- Piblisite -




ମାର୍କ 8:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ତେଣୁ ସେ ଅନ୍ଧଟିର ହାତ ଧରି ତାହାକୁ ଗାଁ ବାହାରକୁ ଘେନିଗଲେ, ପୁଣି, ତାହାର ଅାଖିରେ ଛେପ ପକାଇ ଓ ତାହା ଉପରେ ହାତ ଥୋଇ ତାହାକୁ ପଚାରିଲେ, ତୁମ୍ଭେ କି କିଛି ଦେଖୁଅଛ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ତେଣୁ ଯୀଶୁ ଅନ୍ଧଟିର ହାତ ଧରି ତାହାକୁ ଗାଁ ବାହାରକୁ ଘେନିଗଲେ, ପୁଣି ତାହାର ଆଖିରେ ଛେପ ପକାଇ ଓ ତାହା ଉପରେ ହାତ ଥୋଇ ତାହାକୁ ପଚାରିଲେ, ତୁମ୍ଭେ କି କିଛି ଦେଖୁଅଛ?

Gade chapit la Kopi

ଓଡିଆ ବାଇବେଲ

23 ତେଣୁ ସେ ଅନ୍ଧଟିର ହାତ ଧରି ତାହାକୁ ଗାଁ ବାହାରକୁ ଘେନିଗଲେ, ପୁଣି, ତାହାର ଅାଖିରେ ଛେପ ପକାଇ ଓ ତାହା ଉପରେ ହାତ ଥୋଇ ତାହାକୁ ପଚାରିଲେ, ତୁମ୍ଭେ କି କିଛି ଦେଖୁଅଛ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

23 ଯୀଶୁ ଅନ୍ଧର ହାତ ଧରି ତାକୁ ଗ୍ରାମର ବାହାରକୁ ନେଇଗଲେ। ସେଠାରେ ତା’ର ଆଖିରେ ଛେପ ଲଗାଇ ତା’ ଦେହରେ ହାତ ରଖି ତାକୁ ପଚାରିଲେ, “କିଛି ଦେଖି ପାରୁଛ?”

Gade chapit la Kopi

ପବିତ୍ର ବାଇବଲ

23 ଯୀଶୁ ଅନ୍ଧ ଲୋକଟିର ହାତ ଧରି ତାକୁ ଗାଁ ବାହାରକୁ କଢ଼ାଇ ନେଇଗଲେ। ସେ ଅନ୍ଧଟିର ଆଖିରେ ଛେପ ପକାଇଲେ। ତା’ ଉପରେ ହାତ ରଖି ତାକୁ ପଗ୍ଭରିଲେ, “ତୁମ୍ଭେ କିଛି ଦେଖି ପାରୁଛ କି?”

Gade chapit la Kopi




ମାର୍କ 8:23
12 Referans Kwoze  

ଯୀଶୁ ତାହାକୁ ଲୋକସମୂହ ମଧ୍ୟରୁ ଅନ୍ତର କରି ଏକାକୀ ଘେନିଯାଇ ତାହାର ଦୁଇ କାନରେ ଆପଣା ଅଙ୍ଗୁଳି ଦେଲେ ଓ ଛେପ ପକାଇ ତାହାର ଜିହ୍ୱାକୁ ଛୁଇଁଲେ,


ପୁଣି, ବହୁତ ବିନତି କରି କହିଲେ, ମୋହର କନ୍ୟାଟି ମୃତପ୍ରାୟ; ସେ ଯେପରି ରକ୍ଷା ପାଇ ବଞ୍ଚିବ, ଏଥିପାଇଁ ଆପଣ ଆସି ତାହା ଉପରେ ହସ୍ତ ଥୋଇବା ହେଉନ୍ତୁ।


ପୁଣି, ଶାଉଲ ଭୂମିରୁ ଉଠି ଯେତେବେଳେ ଆପଣା ଆଖି ଫିଟାଇଲେ, ସେତେବେଳେ ସେ କିଛି ଦେଖି ପାରିଲେ ନାହିଁ। ଏଣୁ ସେମାନେ ତାହାଙ୍କ ହାତ ଧରି ତାହାଙ୍କୁ ଦମ୍ମେଶକ ସହରକୁ ଘେନିଗଲେ।


ସେ ଯେଉଁ ପୁତ୍ରଗଣକୁ ପ୍ରସବ କରିଅଛି, ସେ ସମସ୍ତଙ୍କ ମଧ୍ୟରେ ତାହାକୁ କଢ଼ାଇ ନେବାକୁ କେହି ନାହିଁ; କିଅବା ସେ ଯେଉଁ ପୁତ୍ରଗଣକୁ ପ୍ରତିପାଳନ କରିଅଛି, ସେ ସମସ୍ତଙ୍କ ମଧ୍ୟରେ ତାହାର ହସ୍ତ ଧରି ନେବା ପାଇଁ କେହି ନାହିଁ।


ଯେ ତୁମ୍ଭକୁ ନିର୍ମାଣ କଲେ ଓ ଗର୍ଭରୁ ତୁମ୍ଭକୁ ଗଢ଼ିଲେ, ଯେ ତୁମ୍ଭର ସାହାଯ୍ୟ କରିବେ, ସେହି ସଦାପ୍ରଭୁ ଏହି କଥା କହନ୍ତି; ହେ ଆମ୍ଭର ଦାସ ଯାକୁବ, ହେ ଆମ୍ଭର ମନୋନୀତ ଯିଶୁରୁଣ, ଭୟ କର ନାହିଁ।


ଏଣୁ ଆମ୍ଭେ ତୁମ୍ଭକୁ ଏହି ପରାମର୍ଶ ଦେଉଅଛୁ, ତୁମ୍ଭେ ଧନୀ ହେବା ନିମନ୍ତେ ଅଗ୍ନିରେ ପରିଷ୍କୃତ ସୁବର୍ଣ୍ଣ, ଆଉ ତୁମ୍ଭ ଉଲଗ୍ନତାର ଲଜ୍ଜା ଯେପରି ପ୍ରକାଶିତ ନ ହୁଏ, ଏଥିପାଇଁ ପରିଧାନ କରିବା ପାଇଁ ଶୁକ୍ଳ ବସ୍ତ୍ର, ପୁଣି, ଦୃଷ୍ଟି ପାଇବା ନିମନ୍ତେ ଚକ୍ଷୁରେ ଲେପନ କରିବା ପାଇଁ ଅଞ୍ଜନ ଆମ୍ଭ ନିକଟରୁ କିଣ।


ଯେଉଁ କାଳରେ ଆମ୍ଭେ ସେମାନଙ୍କର ପିତୃପୁରୁଷମାନଙ୍କୁ ହସ୍ତ ଧରି ମିସର ଦେଶରୁ ବାହାର କରି ଆଣିଥିଲୁ, ସେହି ସମୟରେ ସେମାନଙ୍କ ସହିତ ଆମ୍ଭେ ଯେଉଁ ନିୟମ କରିଥିଲୁ, ଏହା ତଦନୁଯାୟୀ ନୁହେଁ; ଯେଣୁ ସେମାନେ ଆମ୍ଭ ନିୟମରେ ସ୍ଥିର ରହିଲେ ନାହିଁ, ଆଉ ଆମ୍ଭେ ସେମାନଙ୍କ ପ୍ରତି ମନୋଯୋଗ କଲୁ ନାହିଁ, ଏହା ପ୍ରଭୁ କହନ୍ତି।


ମିସର ଦେଶରୁ ସେମାନଙ୍କର ପୂର୍ବପୁରୁଷଗଣକୁ ବାହାର କରି ଆଣିବା ନିମନ୍ତେ ଆମ୍ଭେ ସେମାନଙ୍କର ହସ୍ତ ଧରିବା ଦିନ ସେମାନଙ୍କ ସହିତ ଆମ୍ଭର କୃତ ନିୟମାନୁସାରେ ନୁହେଁ, ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କ ସ୍ୱାମୀ ହେଲେ ହେଁ ସେମାନେ ଆମ୍ଭର ସେହି ନିୟମ ଲଙ୍ଘନ କଲେ।


ସେ ଚାହିଁ କହିଲା, ମୁଁ ମନୁଷ୍ୟମାନଙ୍କୁ ଦେଖୁଅଛି, କାରଣ ମୁଁ ଗଛ ପରି କଅଣ ଚାଲୁଥିବା ଦେଖୁଅଛି।


ପରେ ଯୀଶୁ ତାହାକୁ ତାହାର ଘରକୁ ପଠାଇଦେଇ କହିଲେ, “ଏ ଗାଁ ଭିତରକୁ ସୁଦ୍ଧା ଯାଅ ନାହିଁ।”


ସହସ୍ର-ସେନାପତି ତାହାକୁ ହାତ ଧରି ତାହାକୁ ନିର୍ଜନକୁ ନେଇଯାଇ ପଚାରିଲେ, ମୋତେ ଜଣାଇବା ନିମନ୍ତେ ତୁମ୍ଭର କଅଣ ଅଛି?


Swiv nou:

Piblisite


Piblisite