Biblia Todo Logo
Bib sou entènèt

- Piblisite -




ମାର୍କ 9:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଆରେ ଅବିଶ୍ୱାସୀ ବଂଶ, କେତେ କାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ରହିବି? କେତେ କାଳ ତୁମ୍ଭମାନଙ୍କ ବ୍ୟବହାର ସହିବି? ତାହାକୁ ମୋʼ ପାଖକୁ ଆଣ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଆରେ ଅବିଶ୍ଵାସୀ ବଂଶ, କେତେକାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ରହିବି? କେତେ କାଳ ତୁମ୍ଭମାନଙ୍କ ବ୍ୟବହାର ସହିବି? ତାହାକୁ ମୋʼ ପାଖକୁ ଆଣ।

Gade chapit la Kopi

ଓଡିଆ ବାଇବେଲ

19 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଆରେ ଅବିଶ୍ୱାସୀ ବଂଶ, କେତେ କାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ରହିବି ? କେତେ କାଳ ତୁମ୍ଭମାନଙ୍କ ବ୍ୟବହାର ସହିବି ? ତାହାକୁ ମୋ' ପାଖକୁ ଆଣ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

19 ଯୀଶୁ ସେମାନଙ୍କୁ କହିଲେ, “ତୁମେ କେଡ଼େ ଅଳ୍ପ ବିଶ୍ୱାସୀ। ତୁମ ସହିତ ମୁଁ ଆଉ କେତେ ଦିନ ରହିବି? କେତେ ଦିନ ଆଉ ମୁଁ ତୁମକୁ ସହ୍ୟ କରିବି? ପୁଅଟିକୁ ମୋ’ ପାଖକୁ ନେଇ ଆସ।” ସେମାନେ ଯୀଶୁଙ୍କ ନିକଟକୁ ତାକୁ ଆଣିଲେ।

Gade chapit la Kopi

ପବିତ୍ର ବାଇବଲ

19 ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ କାହିଁକି ବିଶ୍ୱାସ କରୁ ନାହଁ? କେତେ କାଳ ମୁଁ ତୁମ୍ଭମାନଙ୍କ ସହିତ ଥିବି? କେତେ କାଳ ମୁଁ ତୁମ୍ଭମାନଙ୍କର ସବୁ ସହୁଥିବି? ସେହି ପିଲାକୁ ମୋ’ ପାଖକୁ ନେଇ ଆସ।”

Gade chapit la Kopi




ମାର୍କ 9:19
17 Referans Kwoze  

ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଏହି ଲୋକମାନେ କେତେ କାଳ ପର୍ଯ୍ୟନ୍ତ ଆମ୍ଭଙ୍କୁ ଅବଜ୍ଞା କରିବେ? ଆଉ ଆମ୍ଭେ ସେମାନଙ୍କ ମଧ୍ୟରେ ଚିହ୍ନ ସ୍ୱରୂପେ ଯେଉଁ ସମସ୍ତ କର୍ମ କରିଅଛୁ, ତାହା କଲେ ହେଁ ସେମାନେ କେତେ କାଳ ପର୍ଯ୍ୟନ୍ତ ଆମ୍ଭଠାରେ ବିଶ୍ୱାସ କରିବେ ନାହିଁ?


ପରେ ସେ ଥୋମାଙ୍କୁ କହିଲେ, “ଏଆଡ଼େ ତୁମ୍ଭର ଅଙ୍ଗୁଳି ବଢ଼ାଇ ମୋହର ହାତ ଦେଖ ଓ ହାତ ବଢ଼ାଇ ମୋହର କକ୍ଷଦେଶରେ ଦିଅ; ଅବିଶ୍ୱାସୀ ନ ହୋଇ ବିଶ୍ୱାସୀ ହୁଅ।”


ଏଥିଉତ୍ତାରେ ଏଗାର ଜଣ ଶିଷ୍ୟମାନେ ଭୋଜନରେ ବସିଥିବା ସମୟରେ ସେ ସେମାନଙ୍କୁ ଦର୍ଶନ ଦେଲେ ଏବଂ ସେମାନଙ୍କର ଅବିଶ୍ୱାସ ଓ ହୃଦୟର କଠିନତା ହେତୁ ସେମାନଙ୍କୁ ଅନୁଯୋଗ କଲେ, କାରଣ ଯେଉଁମାନେ ତାହାଙ୍କୁ ପୁନରୁତ୍ଥିତ ଦେଖିଲେ, ସେମାନଙ୍କ କଥା ସେମାନେ ବିଶ୍ୱାସ କରି ନ ଥିଲେ।


“ଆମ୍ଭ ବିରୁଦ୍ଧରେ ବଚସା କରୁଅଛି, ଏହି ଯେଉଁ ଦୁଷ୍ଟ ମଣ୍ଡଳୀ, ତାହାକୁ ଆମ୍ଭେ କେତେ କାଳ ସହିବା? ଇସ୍ରାଏଲ-ସନ୍ତାନଗଣ ଆମ୍ଭ ପ୍ରତିକୂଳରେ ଯେଉଁ ବଚସା କରୁଅଛନ୍ତି, ତାହା ଆମ୍ଭେ ଶୁଣିଅଛୁ।


ସେଥିରେ ସେ ସେମାନଙ୍କୁ କହିଲେ, “ହେ ନିର୍ବୋଧମାନେ ଓ ଭାବବାଦୀମାନଙ୍କ ଦ୍ୱାରା କଥିତ ସମସ୍ତ ବାକ୍ୟରେ ବିଶ୍ୱାସ କରିବାକୁ ଶିଥିଳଚିତ୍ତମାନେ,


ଯୀଶୁ ଉତ୍ତର ଦେଲେ, “ଆରେ ଅବିଶ୍ୱାସୀ ଓ ବିପଥଗାମୀ ବଂଶ, କେତେ କାଳ ମୁଁ ତୁମ୍ଭମାନଙ୍କ ସଙ୍ଗରେ ରହି ତୁମ୍ଭମାନଙ୍କ ବ୍ୟବହାର ସହିବି? ତୁମ୍ଭର ପୁଅକୁ ଏଠିକି ନେଇଆସ।”


ଯୀଶୁ ଉତ୍ତର ଦେଲେ, “ଆରେ ଅବିଶ୍ୱାସୀ ଓ ବିପଥଗାମୀ ବଂଶ, କେତେ କାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ରହିବି? କେତେ କାଳ ତୁମ୍ଭମାନଙ୍କ ବ୍ୟବହାର ସହିବି? ତାହାକୁ ଏଠିକି ମୋ ପାଖକୁ ଆଣ।”


ଆଉ ସେ କହିଲେ, “ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବା,” “ସେମାନଙ୍କର ଶେଷ ଦଶା କʼଣ ହେବ, ତାହା ଆମ୍ଭେ ଦେଖିବା; କାରଣ ସେମାନେ ନିତାନ୍ତ ବକ୍ରଗାମୀ ବଂଶ, ଏପରି ସନ୍ତାନ, ଯେଉଁମାନଙ୍କଠାରେ କିଛି ବିଶ୍ୱସ୍ତତା ନାହିଁ।


ତେବେ ଏମାନଙ୍କ ମଧ୍ୟରୁ ଯେତେ ଲୋକ ଆମ୍ଭର ପ୍ରତାପ, ପୁଣି, ମିସରରେ ଓ ପ୍ରାନ୍ତରରେ କୃତ ଆମ୍ଭର ଚିହ୍ନସ୍ୱରୂପ କର୍ମ ଦେଖିଲେ ମଧ୍ୟ ଦଶ ଥର ଆମ୍ଭର ପରୀକ୍ଷା କରିଅଛନ୍ତି ଓ ଆମ୍ଭ ରବରେ ଅମନୋଯୋଗୀ ହୋଇଅଛନ୍ତି,


“ଏବେ ମୋହର ପ୍ରାଣ ଉଦ୍‌ବିଗ୍ନ ହୋଇଅଛି, ଆଉ ମୁଁ କଅଣ କହିବି? ପିତଃ, ମୋତେ ଏହି ସମୟଠାରୁ ରକ୍ଷା କର? କିନ୍ତୁ ଏଥିସକାଶେ ତ ମୁଁ ଏହି ସମୟ ମଧ୍ୟକୁ ଆସିଅଛି।


କାରଣ ସେମାନେ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ ନାହିଁ ଓ ତାହାଙ୍କ ପରିତ୍ରାଣରେ ନିର୍ଭର ରଖିଲେ ନାହିଁ।


ଯେକୌଣସି ସ୍ଥାନରେ ସେ ତାହାକୁ ଧରେ, ତାହାକୁ ତଳେ ପକାଇଦିଏ ତାହାର ମୁହଁରୁ ଫେଣ ବାହାରେ ଓ ସେ ଦାନ୍ତ ରଗଡ଼େ, ଆଉ ସେ ଶୁଖିଯାଉଅଛି; ତାହାକୁ ଛଡ଼ାଇବା ନିମନ୍ତେ ମୁଁ ଆପଣଙ୍କ ଶିଷ୍ୟମାନଙ୍କୁ କହିଥିଲି, କିନ୍ତୁ ସେମାନେ ପାରିଲେ ନାହିଁ।


ସେଥିରେ ସେମାନେ ତାହାକୁ ତାହାଙ୍କ ଛାମୁକୁ ଆଣିଲେ। ପୁଣି, ଯୀଶୁଙ୍କୁ ଦେଖିବା ମାତ୍ରେ ସେହି ଭୂତ ତାହାକୁ ଭୟଙ୍କର ଭାବେ ମୋଡ଼ିପକାଇଲା ଓ ସେ ଭୂମିରେ ପଡ଼ି ମୁହଁରୁ ଫେଣ ବାହାର କରି ଗଡ଼ିବାକୁ ଲାଗିଲା।


Swiv nou:

Piblisite


Piblisite