Biblia Todo Logo
Bib sou entènèt

- Piblisite -




ନାହୂମ 1:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତାହାଙ୍କ ଆଗରେ ପର୍ବତଗଣ କମ୍ପିତ ହୁଅନ୍ତି ଓ ଉପପର୍ବତସବୁ ତରଳି ଯାʼନ୍ତି; ଆଉ, ତାହାଙ୍କ ସାକ୍ଷାତରେ ପୃଥିବୀ କମ୍ପିତ ହୁଏ, ହଁ ଜଗତ ଓ ତନ୍ନିବାସୀ ସମସ୍ତେ କମ୍ପିତ ହୁଅନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ତାଙ୍କର ଆଗରେ ପର୍ବତଗଣ କମ୍ପିତ ହୁଅନ୍ତି ଓ ଉପପର୍ବତସବୁ ତରଳି ଯାʼନ୍ତି; ଆଉ, ତାହାଙ୍କ ସାକ୍ଷାତରେ ପୃଥିବୀ ଉଠିଯାଏ, ହଁ ଜଗତ ଓ ତନ୍ନିବାସୀ ସମସ୍ତେ ଉଠିଯାʼନ୍ତି।

Gade chapit la Kopi

ଓଡିଆ ବାଇବେଲ

5 ତାହାଙ୍କ ଆଗରେ ପର୍ବତଗଣ କମ୍ପିତ ହୁଅନ୍ତି ଓ ଉପପର୍ବତସବୁ ତରଳି ଯା’ନ୍ତି; ଆଉ, ତାହାଙ୍କ ସାକ୍ଷାତରେ ପୃଥିବୀ କମ୍ପିତ ହୁଏ, ହଁ ଜଗତ ଓ ତନ୍ନିବାସୀ ସମସ୍ତେ କମ୍ପିତ ହୁଅନ୍ତି।

Gade chapit la Kopi

ପବିତ୍ର ବାଇବଲ

5 ସଦାପ୍ରଭୁ ଆସିବେ ଏବଂ ପର୍ବତଗୁଡ଼ିକ ଭୟରେ ଥରିବେ ଏବଂ ପାହାଡ଼ଗୁଡ଼ିକ ତରଳି ଯିବେ। ସଦାପ୍ରଭୁଙ୍କ ଆଗମନରେ ପୃଥିବୀ ମଧ୍ୟ ଭୟରେ ଥରିବ। ବିଶ୍ୱର ସମସ୍ତ ବ୍ୟକ୍ତି ଭୟରେ ଥରିବେ।

Gade chapit la Kopi




ନାହୂମ 1:5
34 Referans Kwoze  

ତହିଁରେ ଅଗ୍ନି ଆଗରେ ଯେପରି ମହମ ତରଳି ଯାଏ ଓ ଗଡ଼ନ୍ତି ସ୍ଥାନରେ ଜଳ ଗଡ଼ିପଡ଼େ, ସେହିପରି ତାହାଙ୍କ ପଦ ତଳେ ପର୍ବତଗଣ ତରଳି ଯିବେ ଓ ତଳଭୂମିସକଳ ବିଦୀର୍ଣ୍ଣ ହେବ।


ମୁଁ ପର୍ବତମାଳାକୁ ଅନାଇଲି, ଆଉ ଦେଖ, ସେସବୁ କମ୍ପିଲେ ଓ ଉପପର୍ବତସବୁ ଏଣେତେଣେ ଦୋହଲିଲେ।


ସେତେବେଳେ ପୃଥିବୀ ଟଳମଳ ଓ କମ୍ପିତ ହେଲା, ଗଗନମଣ୍ଡଳର ମୂଳସକଳ ଉଦ୍‍ବିଗ୍ନ ଓ ଟଳମଳ ହେଲା, କାରଣ ସଦାପ୍ରଭୁ ପ୍ରଜ୍ୱଳିତ ହୋଇ ଉଠିଲେ।


ପର୍ବତଗଣ ତୁମ୍ଭଙ୍କୁ ଦେଖି ଭୀତ ହେଲେ; ପ୍ରଚଣ୍ଡ ଜଳରାଶି ବହିଗଲା; ବାରିଧି ଆପଣା ରବ ଶୁଣାଇଲା ଓ ଆପଣା ହସ୍ତ ଉଚ୍ଚକୁ ଉଠାଇଲା।


ପୃଥିବୀ କମ୍ପିଲା, ପରମେଶ୍ୱରଙ୍କ ସାକ୍ଷାତରେ ଆକାଶମଣ୍ଡଳ ମଧ୍ୟ ବୃଷ୍ଟିପାତ କଲା; ସେହି ସୀନୟ ପରମେଶ୍ୱରଙ୍କର, ଇସ୍ରାଏଲର ପରମେଶ୍ୱରଙ୍କ ସାକ୍ଷାତରେ କମ୍ପିଲା।


ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତମାନ କମ୍ପମାନ ହେଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ସମ୍ମୁଖରେ ସୀନୟ ମଧ୍ୟ (କମ୍ପମାନ ହେଲା)


ହେ ପର୍ବତଗଣ, ତୁମ୍ଭେମାନେ ମେଷ ପରି, ହେ ଉପପର୍ବତଗଣ, ତୁମ୍ଭେମାନେ ମେଷଶାବକ ପରି ଡିଆଁ ମାରୁଅଛ?


ପର୍ବତଗଣ ମେଷ ପରି ଓ ଉପପର୍ବତଗଣ ମେଷଶାବକ ପରି ଡିଆଁ ମାରିଲେ।


ସମୁଦ୍ର ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ଗର୍ଜ୍ଜନ କରନ୍ତୁ;


ଗୋଷ୍ଠୀସବୁ ଗର୍ଜ୍ଜନ କଲେ, ରାଜ୍ୟସବୁ ବିଚଳିତ ହେଲେ; ସେ ଆପଣା ରବ ଉଚ୍ଚାରଣ କଲେ, ପୃଥିବୀ ତରଳି ଗଲା।


ସେତେବେଳେ ସୀନୟ ପର୍ବତ ଧୂମମୟ ଥିଲା, କାରଣ ସଦାପ୍ରଭୁ ଅଗ୍ନି ବାହନରେ ତହିଁ ଉପରେ ଅବରୋହଣ କଲେ; ତହିଁରେ ଭାଟିର ଧୂମ ପରି ତହିଁରୁ ଧୂମ ଉଠିଲା, ପୁଣି, ସମୁଦାୟ ପର୍ବତ ଅତିଶୟ କମ୍ପିଲା।


ତତ୍ପରେ ମୁଁ ଗୋଟିଏ ବୃହତ୍ ଶୁଭ୍ରବର୍ଣ୍ଣ ସିଂହାସନ ଓ ସେଠାରେ ବସିଥିବା ଜଣେ ବ୍ୟକ୍ତିଙ୍କୁ ଦର୍ଶନ କଲି; ତାହାଙ୍କ ସମ୍ମୁଖରୁ ପୃଥିବୀ ଓ ଆକାଶମଣ୍ଡଳ ପଳାୟନ କଲା, ସେମାନଙ୍କ ନିମନ୍ତେ ଆଉ ସ୍ଥାନ ମିଳିଲା ନାହିଁ।


ଆଉ ଦେଖ, ମହା ଭୂମିକମ୍ପ ହେଲା, କାରଣ ପ୍ରଭୁଙ୍କର ଜଣେ ଦୂତ ସ୍ୱର୍ଗରୁ ଓହ୍ଲାଇ ଆସି ସେହି ପଥର ଖଣ୍ଡିକ ଗଡ଼ାଇଦେଇ ତାହା ଉପରେ ବସିଲେ।


ପୁଣି, ଦେଖ, ମନ୍ଦିରର ବିଚ୍ଛେଦବସ୍ତ୍ର ଉପରୁ ତଳ ପର୍ଯ୍ୟନ୍ତ ଚିରି ଦୁଇ ଖଣ୍ଡ ହେଲା, ଆଉ ଭୂମିକମ୍ପ ହେଲା ଓ ଶୈଳସବୁ ବିଦୀର୍ଣ୍ଣ ହେଲା,


ଆକାଶମଣ୍ଡଳ ଚର୍ମପୁସ୍ତକ ଗୁଡ଼ା ହେଲା ପରି ଗୁଡ଼ା ହୋଇ ଦୂରୀଭୂତ ହେଲା, ପୁଣି, ପର୍ବତ ଓ ଦ୍ୱୀପ ସମସ୍ତ ସ୍ଥାନାନ୍ତରିତ ହେଲେ।


ସେତେବେଳେ ପୃଥିବୀ ଟଳଟଳ ଓ କମ୍ପିତ ହେଲା, ପର୍ବତଗଣର ଭିତ୍ତିମୂଳ ମଧ୍ୟ ବିଚଳିତ ହେଲା ଓ ତାହାଙ୍କ କୋପ ସକାଶୁ ଟଳଟଳ ହେଲା।


ଏଥିପାଇଁ ସଦାପ୍ରଭୁଙ୍କର କ୍ରୋଧ ତାହାଙ୍କ ଲୋକମାନଙ୍କ ବିରୁଦ୍ଧରେ ପ୍ରଜ୍ୱଳିତ ହୋଇଅଛି ଓ ସେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କୁ ଆଘାତ କରିଅଛନ୍ତି, ପୁଣି, ଉପପର୍ବତଗଣ କମ୍ପିଲେ ଓ ଲୋକମାନଙ୍କ ଶବ ସଡ଼କ ମଧ୍ୟରେ ଅଳିଆ ପରି ହେଲା। ଏହିସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।


ଦେଖ, ସଦାପ୍ରଭୁ ପୃଥିବୀକୁ ଶୂନ୍ୟ ଓ ଉଜାଡ଼ କରୁଅଛନ୍ତି, ଆଉ ତାହା ଓଲଟାଇ ତହିଁର ନିବାସୀମାନଙ୍କୁ ଛିନ୍ନଭିନ୍ନ କରୁଅଛନ୍ତି।


ପୃଥିବୀ ମତ୍ତ ଲୋକ ପରି ଟଳଟଳ ହେବ ଓ କୁଡ଼ିଆ ଘର ପରି ଏଣେତେଣେ ଦୋହଲିବ; ଆଉ, ତାହାର ଅପରାଧ ତାହା ଉପରେ ଭାରୀ ହେବ, ତହିଁରେ ସେ ପଡ଼ିବ, ଆଉ ଉଠିବ ନାହିଁ।


ସେମାନଙ୍କ ସମ୍ମୁଖରେ ପୃଥିବୀ କମ୍ପିତ ହୁଏ; ଆକାଶମଣ୍ଡଳ ଥରଥର ହୁଏ; ସୂର୍ଯ୍ୟ ଓ ଚନ୍ଦ୍ର ଅନ୍ଧକାରମୟ ହୁଏ ଓ ନକ୍ଷତ୍ରଗଣ ଆପଣା ଆପଣା ତେଜ ରହିତ କରନ୍ତି।


ହେ ବୃହତ ପର୍ବତ, ତୁମ୍ଭେ କିଏ ଯିରୁବ୍ବାବିଲ୍‍ଙ୍କ ସମ୍ମୁଖରେ ତୁମ୍ଭେ ସମଭୂମି ହେବ ଆଉ, ତହିଁ ପ୍ରତି ଅନୁଗ୍ରହ, ଅନୁଗ୍ରହ, ଏହି ଜୟଧ୍ୱନି କରି ସେ ମସ୍ତକ ସ୍ୱରୂପ ପ୍ରସ୍ତର ବାହାର କରି ଆଣିବ?”


କାରଣ ଦେଖ, ସେହି ଦିନ ଆସୁଅଛି, ତାହା ଅଗ୍ନିକୁଣ୍ଡ ପରି ଜଳୁଅଛି; ପୁଣି, ଅହଙ୍କାରୀ ଓ ଦୁଷ୍ଟାଚାରୀ ସମସ୍ତେ ନଡ଼ା ପରି ହେବେ; ଆଉ, ସେମାନଙ୍କର ମୂଳ କି ଡାଳ ଯେପରି ଅବଶିଷ୍ଟ ନ ରହିବ, ଏଥିପାଇଁ ଯେଉଁ ଦିନ ଆସୁଅଛି, ତାହା ସେମାନଙ୍କୁ ଦଗ୍ଧ କରିବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ସେ ପର୍ବତଗଣକୁ ସ୍ଥାନାନ୍ତର କରନ୍ତି, ସେ ଆପଣା କ୍ରୋଧରେ ସେମାନଙ୍କୁ ଓଲଟାଇ ପକାଇବା ବେଳେ ସେମାନେ ତାହା ଜାଣନ୍ତି ନାହିଁ।


ଆକାଶମଣ୍ଡଳର ସ୍ତମ୍ଭସକଳ ତାହାଙ୍କ ଅନୁଯୋଗରେ କମ୍ପିତ ଓ ଚମତ୍କୃତ ହୁଅନ୍ତି।


ତାହାଙ୍କ ନାସାରନ୍ଧ୍ରରୁ ଧୂମ ନିର୍ଗତ ହେଲା ଓ ତାହାଙ୍କ ମୁଖନିର୍ଗତ ଅଗ୍ନି ଗ୍ରାସ କଲା; ତଦ୍ଦ୍ୱାରା ଅଙ୍ଗାର ପ୍ରଜ୍ୱଳିତ ହେଲା।


ସେ ପୃଥିବୀକୁ ଅନାଇଲେ, ତାହା କମ୍ପିତ ହୁଏ, ସେ ପର୍ବତଗଣକୁ ଛୁଇଁଲେ, ସେମାନେ ଧୂମ ଉଦ୍ଗାର କରନ୍ତି।


ମାତ୍ର ସଦାପ୍ରଭୁ ସତ୍ୟ ପରମେଶ୍ୱର ଅଟନ୍ତି; ସେ ଜୀବିତ ପରମେଶ୍ୱର ଓ ଅନନ୍ତକାଳସ୍ଥାୟୀ ରାଜା; ତାହାଙ୍କ କୋପରେ ପୃଥିବୀ କମ୍ପିତ ହୁଏ, ପୁଣି ସର୍ବଦେଶୀୟମାନେ ତାହାଙ୍କର କ୍ରୋଧ ସହି ପାରନ୍ତି ନାହିଁ।


ତହିଁରେ ସମୁଦ୍ରର ମତ୍ସ୍ୟଗଣ, ଆକାଶର ପକ୍ଷୀଗଣ ଓ କ୍ଷେତ୍ରର ପଶୁଗଣ ଓ ଭୂଚର ଉରୋଗାମୀ ଜନ୍ତୁସମସ୍ତ, ଆଉ ପୃଥିବୀସ୍ଥ ମନୁଷ୍ୟ ସକଳ ଆମ୍ଭ ସାକ୍ଷାତରେ କମ୍ପମାନ ହେବେ ଓ ପର୍ବତସବୁ ଉତ୍ପାଟିତ ହେବେ, ଆଉ ଗଡ଼ନ୍ତି ସ୍ଥାନସବୁ ପଡ଼ିଯିବ ଓ ପ୍ରତ୍ୟେକ ପ୍ରାଚୀର ଭୂମିସାତ୍‍ ହେବ।


କାରଣ ଯେ ପୃଥିବୀକୁ ସ୍ପର୍ଶ କରନ୍ତେ, ତାହା ତରଳି ଯାଏ, ଆଉ ତନ୍ନିବାସୀ ସମସ୍ତେ ଶୋକ କରନ୍ତି; ସେ ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ଅଟନ୍ତି; ପୁଣି, ତାହା ସମ୍ପୂର୍ଣ୍ଣ ରୂପେ ନଦୀ ପରି ବଢ଼ି ଉଠିବ ଓ ମିସରର ନୀଳ ନଦୀ ତୁଲ୍ୟ ପୁନର୍ବାର ହ୍ରାସ ହେବ।


Swiv nou:

Piblisite


Piblisite