Biblia Todo Logo
Bib sou entènèt

- Piblisite -




ନାହୂମ 1:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତୁମ୍ଭେମାନେ ସଦାପ୍ରଭୁଙ୍କ ପ୍ରତିକୂଳରେ କି କଳ୍ପନା କରୁଅଛ? ସେ ନିଃଶେଷ ରୂପେ ସଂହାର କରିବେ; ଦ୍ୱିତୀୟ ଥର କ୍ଳେଶ ଉପସ୍ଥିତ ହେବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତୁମ୍ଭେମାନେ ସଦାପ୍ରଭୁଙ୍କ ପ୍ରତିକୂଳରେ କି କଳ୍ପନା କରୁଅଛ? ସେ ନିଃଶେଷ ରୂପେ ସଂହାର କରିବେ; ଦ୍ଵିତୀୟ ଥର କ୍ଳେଶ ଉପସ୍ଥିତ ହେବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

9 ତୁମ୍ଭେମାନେ ସଦାପ୍ରଭୁଙ୍କ ପ୍ରତିକୂଳରେ କି କଳ୍ପନା କରୁଅଛ ? ସେ ନିଃଶେଷ ରୂପେ ସଂହାର କରିବେ; ଦ୍ୱିତୀୟ ଥର କ୍ଳେଶ ଉପସ୍ଥିତ ହେବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

9 ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ କାହିଁକି ଷଡ଼ଯନ୍ତ୍ର କରୁଛ? ସେ ସମ୍ପୂର୍ଣ୍ଣ ରୂପେ ତୁମ୍ଭକୁ ଧ୍ୱଂସ କରିବେ, ତେଣୁ ତୁମ୍ଭେ ପୁନର୍ବାର ଏହା କରିବ ନାହିଁ।

Gade chapit la Kopi




ନାହୂମ 1:9
17 Referans Kwoze  

ସଦାପ୍ରଭୁ ଗୋଷ୍ଠୀୟମାନଙ୍କର ମନ୍ତ୍ରଣା ବ୍ୟର୍ଥ କରନ୍ତି; ସେ ଜନବୃନ୍ଦର ସଂକଳ୍ପସବୁ ବିଫଳ କରନ୍ତି।


କାରଣ ସେମାନେ ତୁମ୍ଭ ବିରୁଦ୍ଧରେ ଅନିଷ୍ଟ ଚିନ୍ତା କଲେ; ସେମାନେ ଏକ କୌଶଳ କଳ୍ପନା କଲେ, ତାହା ସେମାନେ ସିଦ୍ଧ କରିପାରନ୍ତି ନାହିଁ।


ସଦାପ୍ରଭୁଙ୍କ ବିରୁଦ୍ଧରେ କୌଣସି ଜ୍ଞାନ କିମ୍ବା ବୁଦ୍ଧି କିମ୍ବା ମନ୍ତ୍ରଣା ନାହିଁ।


ଆମ୍ଭେମାନେ ତର୍କବିତର୍କସବୁ ଓ ଈଶ୍ବରଙ୍କ ଜ୍ଞାନ ବିରୁଦ୍ଧରେ ଉତ୍ଥିତ ସମସ୍ତ ଉଚ୍ଚ ବିଷୟ ଭୂମିସାତ୍‍ କରୁ, ପୁଣି, ପ୍ରତ୍ୟେକ କଳ୍ପନାକୁ ଖ୍ରୀଷ୍ଟଙ୍କ ବାଧ୍ୟ ହେବା ନିମନ୍ତେ ବନ୍ଦୀ କରୁ,


ସଦାପ୍ରଭୁଙ୍କ ବିରୁଦ୍ଧରେ ଯେ କୁସଂକଳ୍ପ କରେ, ଯେ ଦୁଷ୍କ୍ରିୟା କରିବାକୁ ପରାମର୍ଶ ଦିଏ, ଏପରି ଏକ ଜଣ ତୁମ୍ଭ ମଧ୍ୟରୁ ବାହାର ହୋଇ ଯାଇଅଛି।


ସେତେବେଳେ ଅବୀଶୟ ଦାଉଦଙ୍କୁ କହିଲେ, “ପରମେଶ୍ୱର ଆଜି ଆପଣଙ୍କ ଶତ୍ରୁକୁ ଆପଣଙ୍କ ହସ୍ତରେ ସମର୍ପଣ କରିଅଛନ୍ତି; ଏଣୁ ଏବେ ଏହି ବର୍ଚ୍ଛାରେ ତାହାକୁ ଆଘାତ କରି ଏକାଥରକେ ଭୂମିରେ ବିଦ୍ଧ କରିବାକୁ ମୋତେ ଅନୁମତି ଦେଉନ୍ତୁ, ମୁଁ ତାହାକୁ ଦୁଇ ଥର ଆଘାତ କରିବି ନାହିଁ।”


ଆମ୍ଭେ ଏଲି ବିରୁଦ୍ଧରେ ତାହାର ପରିବାର ବିଷୟରେ ଯାହା ଯାହା କହିଅଛୁ, ସେସମସ୍ତ ପ୍ରଥମାବଧି ଶେଷ ପର୍ଯ୍ୟନ୍ତ ସେହି ଦିନ ସଫଳ କରିବା।


ମାତ୍ର ଯୋୟାବର ବାମ ହସ୍ତରେ ଥିବା ଖଡ୍ଗ ପ୍ରତି ଅମାସା କିଛି ମନୋଯୋଗ କଲା ନାହିଁ; ତହୁଁ ଯୋୟାବ ସେହି ଖଡ୍ଗରେ ତାହାର ଉଦରକୁ ଆଘାତ କରି ତାହାର ଅନ୍ତବୁଜୁଳି କାଢ଼ି ଭୂମିରେ ପକାଇଦେଲା, ସେ ଦ୍ୱିତୀୟ ଥର ଆଘାତ କଲା ନାହିଁ; ତହିଁରେ ହିଁ ସେ ମଲା। ଏଉତ୍ତାରେ ଯୋୟାବ ଓ ତାହାର ଭ୍ରାତା ଅବୀଶୟ ବିଖ୍ରିିର ପୁତ୍ର ଶେବଃର ପଛେ ଗୋଡ଼ାଇଲେ।


ଏହେତୁ ଏବେ ତୁମ୍ଭେମାନେ ନିନ୍ଦକ ହୁଅ ନାହିଁ, ପଛେ ଅବା ତୁମ୍ଭମାନଙ୍କର ବନ୍ଧନ ଦୃଢ଼ ହୁଏ; କାରଣ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଆମ୍ଭେ ସମୁଦାୟ ପୃଥିବୀ ଉପରେ ଉଚ୍ଛିନ୍ନତାର, ନିରୂପିତ ଉଚ୍ଛିନ୍ନତାର କଥା ଶୁଣିଅଛୁ।


ଆଉ, ତୁମ୍ଭେ କହିବ, ‘ଆମ୍ଭେ (ସଦାପ୍ରଭୁ) ବାବିଲ ଉପରେ ଯେଉଁ ଅମଙ୍ଗଳ ଘଟାଇବା, ତହିଁ ସକାଶୁ ସେ ଏରୂପ ମଗ୍ନ ହୋଇ ପୁନର୍ବାର ଉଠିବ ନାହିଁ; ପୁଣି, ଲୋକମାନେ କ୍ଳାନ୍ତ ହେବେ।’” ଯିରିମୀୟଙ୍କ ବାକ୍ୟ ଏତିକି।


ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଅମଙ୍ଗଳ ହିଁ ଅମଙ୍ଗଳ; ଦେଖ, ତାହା ଆସୁଅଛି।


ତହିଁରେ ସମସ୍ତ ପ୍ରାଣୀ ଜାଣିବେ ଯେ, ଆମ୍ଭେ ସଦାପ୍ରଭୁ ଆପଣା ଖଡ୍ଗ କୋଷରୁ ବାହାର କରିଅଛୁ; ତାହା ଆଉ ଫେରିବ ନାହିଁ।


ଆମ୍ଭେ ସେମାନଙ୍କ ବାହୁକୁ ଶିକ୍ଷା ଦେଇ ସବଳ କଲେ ମଧ୍ୟ ସେମାନେ ଆମ୍ଭ ବିରୁଦ୍ଧରେ କୁକଳ୍ପନା କରନ୍ତି।


Swiv nou:

Piblisite


Piblisite