Biblia Todo Logo
Bib sou entènèt

- Piblisite -




ନାହୂମ 2:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଯେଉଁ ଲୋକ କଚାଡ଼ି ଖଣ୍ଡ ଖଣ୍ଡ କରେ, ସେ ତୁମ୍ଭ (ନୀନିବୀ) ସମ୍ମୁଖରେ ଉପସ୍ଥିତ ହୋଇଅଛି; ଦୁର୍ଗ ରକ୍ଷା କର, ପଥ ନିରୀକ୍ଷଣ କର, ଆପଣା କଟି ଦୃଢ଼ କର, ଆପଣାକୁ ଅତିଶୟ ବଳବାନ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଯେଉଁ ଲୋକ କଚାଡ଼ି ଖଣ୍ତ ଖଣ୍ତ କରେ, ସେ ତୁମ୍ଭ (ନୀନିବୀ) ସମ୍ମୁଖରେ ଉପସ୍ଥିତ ହୋଇଅଛି; ଦୁର୍ଗ ରକ୍ଷା କର, ପଥ ନିରୀକ୍ଷଣ କର, ଆପଣା କଟି ଦୃଢ଼ କର, ଆପଣାକୁ ଅତିଶୟ ବଳବାନ କର।

Gade chapit la Kopi

ଓଡିଆ ବାଇବେଲ

1 ଯେଉଁ ଲୋକ କଚାଡ଼ି ଖଣ୍ଡ ଖଣ୍ଡ କରେ, ସେ ତୁମ୍ଭ (ନୀନିବୀ) ସମ୍ମୁଖରେ ଉପସ୍ଥିତ ହୋଇଅଛି; ଦୁର୍ଗ ରକ୍ଷା କର, ପଥ ନିରୀକ୍ଷଣ କର, ଆପଣା କଟି ଦୃଢ଼ କର, ଆପଣାକୁ ଅତିଶୟ ବଳବାନ କର।

Gade chapit la Kopi

ପବିତ୍ର ବାଇବଲ

1 କେହି ଜଣେ ତୁମ୍ଭମାନଙ୍କୁ ଛିନ୍ନଛତ୍ର କରିବାକୁ ଆସୁଛି। ତେଣୁ ତୁମ୍ଭ ସୁଦୃଢ଼ ସ୍ଥାନଗୁଡ଼ିକୁ ଜଗ। ରାସ୍ତାଗୁଡ଼ିକ ଉପରେ ଦୃଷ୍ଟି ରଖ। ଯୁଦ୍ଧ ପାଇଁ ସଜ ହୁଅ ଏବଂ ନିଜର ପାରୁ ପର୍ଯ୍ୟନ୍ତ ନିଜକୁ ସଜାଗ ରଖ।

Gade chapit la Kopi




ନାହୂମ 2:1
14 Referans Kwoze  

ମାତ୍ର ଯେବେ ଆପଣ ଯିବେ, ତେବେ ସାହସରେ କାର୍ଯ୍ୟ କରନ୍ତୁ, ଯୁଦ୍ଧ କରିବାକୁ ବଳବାନ ହେଉନ୍ତୁ; ପରମେଶ୍ୱର ଶତ୍ରୁ ସମ୍ମୁଖରେ ଆପଣଙ୍କୁ ନିପାତ କରିବେ, କାରଣ ସାହାଯ୍ୟ କରିବାକୁ ଓ ନିପାତ କରିବାକୁ ପରମେଶ୍ୱରଙ୍କ ଶକ୍ତି ଅଛି।”


ସମୁଦାୟ ପୃଥିବୀର ହାତୁଡ଼ି କିପରି ଛିନ୍ନ ଓ ଭଗ୍ନ ହୋଇଅଛି! ଗୋଷ୍ଠୀଗଣ ମଧ୍ୟରେ ବାବିଲ କିପରି ଉତ୍ସନ୍ନ ହୋଇଅଛି!


ସଦାପ୍ରଭୁ ସେହି ଦୁଷ୍ଟମାନଙ୍କର ଯଷ୍ଟି ଓ ଶାସନକର୍ତ୍ତାମାନଙ୍କ ରାଜଦଣ୍ଡ ଭାଙ୍ଗି ପକାଇଅଛନ୍ତି।


ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍‍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍‍ ଶବ୍ଦର ବିଷୟ ଓ ଚିରକାଳର ଉତ୍ସନ୍ନ ସ୍ଥାନ କରିବା।


ତୁମ୍ଭେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦରୂପ ବଳି ଉତ୍ସର୍ଗ କର ଓ ସର୍ବୋପରିସ୍ଥଙ୍କ ଉଦ୍ଦେଶ୍ୟରେ ଆପଣା ମାନତ ପୂର୍ଣ୍ଣ କର;


ଆହେ, ପ୍ରାର୍ଥନା ଶ୍ରବଣକାରୀ ଯେ ତୁମ୍ଭେ, ତୁମ୍ଭ ନିକଟକୁ ସକଳ ପ୍ରାଣୀ ଆସିବେ।


ପୁଣି, ସର୍ବଗୋଷ୍ଠୀୟ ଯେଉଁ ଲୋକସମୂହ ଅରୀୟେଲ ବିରୁଦ୍ଧରେ ଯୁଦ୍ଧ କରନ୍ତି, ଅର୍ଥାତ୍‍, ଯେଉଁମାନେ ତାହାର ଓ ତାହାର ଦୃଢ଼ ଦୁର୍ଗ ପ୍ରତିକୂଳରେ ଯୁଦ୍ଧ କରି ତାହାକୁ ସଙ୍କଟାପନ୍ନ କରନ୍ତି, ସେସମସ୍ତେ ସ୍ୱପ୍ନ ତୁଲ୍ୟ, ରାତ୍ରିକାଳୀନ ଦର୍ଶନ ତୁଲ୍ୟ ହେବେ।


ଆଉ, ଯେପରି କ୍ଷୁଧିତ ଲୋକ ସ୍ୱପ୍ନରେ ଭୋଜନ କରୁଅଛି ବୋଲି ଦେଖେ, ମାତ୍ର ଜାଗ୍ରତ ହେଲେ, ତାହାର ପ୍ରାଣ ଶୂନ୍ୟ ଥାଏ; ଅବା ଯେପରି ତୃଷିତ ଲୋକ ଜଳ ପାନ କରୁଅଛି ବୋଲି ସ୍ୱପ୍ନରେ ଦେଖେ, ମାତ୍ର ଜାଗ୍ରତ ହେଲେ ଦେଖ, ସେ ଦୁର୍ବଳ ଥାଏ ଓ ତାହାର ପ୍ରାଣ ତୃଷିତ ଥାଏ, ସିୟୋନ ପର୍ବତର ପ୍ରତିକୂଳରେ ଯୁଦ୍ଧକାରୀ ସର୍ବଗୋଷ୍ଠୀୟ ଲୋକସମୂହ ସେହିପରି ହେବେ।


ଯେଉଁ ଜନ ସୁସମାଚାର ଆଣୁଅଛି, ଯେ ଶାନ୍ତି ପ୍ରଚାର କରୁଅଛି, ଯେ ମଙ୍ଗଳର ସୁସମାଚାର ଆଣୁଅଛି, ଯେ ପରିତ୍ରାଣ ପ୍ରଚାର କରୁଅଛି, ଯେ ସିୟୋନକୁ “ତୁମ୍ଭ ପରମେଶ୍ୱର ରାଜ୍ୟ କରନ୍ତି” ବୋଲି କହୁଅଛି, ତାହାର ଚରଣ ପର୍ବତଗଣର ଉପରେ କିପରି ଶୋଭା ପାଏ!


Swiv nou:

Piblisite


Piblisite