Biblia Todo Logo
Bib sou entènèt

- Piblisite -




ନାହୂମ 2:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସେ (ନୀନିବୀ) ଖାଲି ଓ ଶୂନ୍ୟ ଓ ଉଜାଡ଼ ହୋଇଅଛି; ଅନ୍ତଃକରଣ ତରଳି ଯାଉଅଛି ଓ ଆଣ୍ଠୁରେ ଆଣ୍ଠୁ ବାଜୁଅଛି, ସମସ୍ତ କଟିରେ ବେଦନା ଅଛି ଓ ସେହି ସମସ୍ତଙ୍କର ମୁଖ ମଳିନ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ସେ ଖାଲି ଓ ଶୂନ୍ୟ ଓ ଉଜାଡ଼ ହୋଇଅଛି; ଅନ୍ତଃକରଣ ତରଳି ଯାଉଅଛି ଓ ଆଣ୍ଠୁରେ ଆଣ୍ଠୁ ବାଜୁଅଛି, ସମସ୍ତ କଟିରେ ବେଦନା ଅଛି ଓ ସେସମସ୍ତଙ୍କର ମୁଖ ମଳିନ ହୋଇଅଛି।

Gade chapit la Kopi

ଓଡିଆ ବାଇବେଲ

10 ସେ (ନିନିବୀ) ଖାଲି ଓ ଶୂନ୍ୟ ଓ ଉଜାଡ଼ ହୋଇଅଛି; ଅନ୍ତଃକରଣ ତରଳି ଯାଉଅଛି ଓ ଆଣ୍ଠୁରେ ଆଣ୍ଠୁ ବାଜୁଅଛି, ସମସ୍ତ କଟିରେ ବେଦନା ଅଛି ଓ ସେହି ସମସ୍ତଙ୍କର ମୁଖ ମଳିନ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ

10 ବର୍ତ୍ତମାନ ନୀନିବୀ ଶୂନ୍ୟ ହୋଇ ଯାଉଛି। ସମସ୍ତ ଜିନିଷ ଲୁଣ୍ଠିତ ଓ ନଗରୀଟି ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ ହୋଇଛି। ଲୋକମାନେ ସେମାନଙ୍କର ସାହସ ହରାଇଛନ୍ତି। ସେମାନଙ୍କର ହୃଦୟ ଭୟରେ ବିଚଳିତ। ସେମାନଙ୍କର ଆଣ୍ଠୁ ଓ ଶରୀର ଥରୁଛି। ସେମାନଙ୍କର ମୁଖମଣ୍ତଳ ଭୟରେ ମଳିନ ହୋଇଯାଇଛି।

Gade chapit la Kopi




ନାହୂମ 2:10
24 Referans Kwoze  

ମୁଁ ଜଳ ପରି ଢଳା ହେଉଅଛି ଓ ମୋହର ସବୁ ଅସ୍ଥି ସନ୍ଧିରୁ ଖସି ପଡ଼ୁଅଛି। ମୋହର ହୃଦୟ ମହମ ପରି ହୋଇଅଛି; ତାହା ମୋʼ ଅନ୍ତ୍ର ମଧ୍ୟରେ ତରଳି ଯାଏ।


ସେମାନଙ୍କ ସାକ୍ଷାତରେ ଗୋଷ୍ଠୀଗଣ ଯନ୍ତ୍ରଣାଯୁକ୍ତ; ସମସ୍ତଙ୍କର ମୁଖ ମଳିନ।


ତହିଁରେ ରାଜାର ମୁଖ ବିବର୍ଣ୍ଣ ହେଲା ଓ ତାହାର ଭାବନା ତାହାକୁ ଉଦ୍‍ବିଗ୍ନ କଲା; ପୁଣି, ତାହାର କଟିଦେଶରେ ସନ୍ଧିସ୍ଥାନସବୁ ହୁଗୁଳା ହୋଇଗଲା ଓ ତାହାର ଆଣ୍ଠୁରେ ଆଣ୍ଠୁ ବାଜିଲା।


କୌଣସି ପୁରୁଷର ପ୍ରସବବେଦନା ହେଉଅଛି କି ନାହିଁ, ତୁମ୍ଭେମାନେ ପଚାରି ବୁଝ; ପ୍ରସବବେଦନାର ସମୟରେ ଯେପରି ସ୍ତ୍ରୀଲୋକର, ସେପରି ପ୍ରତ୍ୟେକ ପୁରୁଷର ଆପଣା କଟିଦେଶରେ ହସ୍ତ ଦେବାର ଓ ସମସ୍ତଙ୍କର ମୁଖ ମଳିନ ହେବାର ଆମ୍ଭେ କାହିଁକି ଦେଖୁଅଛୁ?


ଦେଖ, ସଦାପ୍ରଭୁ ପୃଥିବୀକୁ ଶୂନ୍ୟ ଓ ଉଜାଡ଼ କରୁଅଛନ୍ତି, ଆଉ ତାହା ଓଲଟାଇ ତହିଁର ନିବାସୀମାନଙ୍କୁ ଛିନ୍ନଭିନ୍ନ କରୁଅଛନ୍ତି।


ଏନିମନ୍ତେ ମୋହର କଟିଦେଶ ଯନ୍ତ୍ରଣାରେ ପରିପୂର୍ଣ୍ଣ ହୋଇଅଛି; ପ୍ରସବକାରିଣୀର ବେଦନା ତୁଲ୍ୟ ବେଦନା ମୋତେ ଆକ୍ରାନ୍ତ କରିଅଛି; ମୁଁ ଏପରି ବ୍ୟଥିତ ଯେ, ମୁଁ ଶୁଣି ପାରୁ ନାହିଁ; ମୁଁ ଏପରି ବିହ୍ୱଳ ଯେ, ମୁଁ ଦେଖି ପାରୁ ନାହିଁ।


ଆମ୍ଭେ ଗୋଷ୍ଠୀଗଣକୁ ଉଚ୍ଛିନ୍ନ କରିଅଛୁ, ସେମାନଙ୍କର ଦୁର୍ଗସକଳ ଧ୍ୱଂସିତ ହୋଇଅଛି; ଆମ୍ଭେ ସେମାନଙ୍କର ପଥସକଳ ଧ୍ୱଂସ କରିଅଛୁ, ତାହା ଦେଇ କେହି ଗମନାଗମନ କରେ ନାହିଁ; ସେମାନଙ୍କର ନଗରସକଳ ଏପରି ବିନଷ୍ଟ ହୋଇଅଛି ଯେ, ତହିଁରେ କୌଣସି ମନୁଷ୍ୟ ଓ ବାସକାରୀ କେହି ନାହିଁ।


ପୁଣି, ଯେଉଁମାନେ ତୁମ୍ଭ ପ୍ରତି ଅନାଇବେ, ସେମାନେ ସମସ୍ତେ ତୁମ୍ଭ ନିକଟରୁ ପଳାଇବେ, ଆଉ କହିବେ, ନୀନିବୀ ଧ୍ୱଂସ ହୋଇଅଛି; ତାହା ବିଷୟରେ କିଏ ବିଳାପ କରିବ? ଆମ୍ଭେ ତୁମ୍ଭ ପାଇଁ ସାନ୍ତ୍ୱନାକାରୀଗଣ କେଉଁଠାରେ ଖୋଜିବା?


ଆଉ କହିବ, ‘ହେ ସଦାପ୍ରଭୁ, ତୁମ୍ଭେ ଏହି ସ୍ଥାନ ବିଷୟରେ କହିଅଛ ଯେ, ତୁମ୍ଭେ ତାହା ଉଚ୍ଛିନ୍ନ କରିବ, ତହିଁ ମଧ୍ୟରେ ମନୁଷ୍ୟ କି ପଶୁ କେହି ବାସ କରିବ ନାହିଁ, ମାତ୍ର ତାହା ଚିରକାଳ ଧ୍ୱଂସସ୍ଥାନ ହେବ।’


ଆହୁରି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଆମ୍ଭେ ସେହି ନଗରକୁ ଝିଙ୍କ ପକ୍ଷୀର ଅଧିକାର ଓ ଜଳାଶୟ କରିବା ଓ ଆମ୍ଭେ ସଂହାରରୂପ ଝାଡୁ ଦ୍ୱାରା ତାହାକୁ ଝାଡ଼ି ପକାଇବା।”


ଆଉ ତାହା ଶୁଣିବାମାତ୍ରେ ଆମ୍ଭମାନଙ୍କ ହୃଦୟ ତରଳି ଗଲା; ପୁଣି ତୁମ୍ଭମାନଙ୍କ ମୁଖ ସକାଶୁ କୌଣସି ପୁରୁଷର ଆତ୍ମା ଆଉ ଉଠିଲା ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଉପରିସ୍ଥ ସ୍ୱର୍ଗରେ ଓ ନୀଚସ୍ଥ ପୃଥିବୀରେ ପରମେଶ୍ୱର ଅଟନ୍ତି।


ପୃଥିବୀ ନିର୍ଜନ ଓ ଶୂନ୍ୟ ଥିଲା, ଆଉ ଗଭୀର ଜଳ ଉପରେ ଅନ୍ଧକାର ଥିଲା; ପୁଣି, ପରମେଶ୍ୱରଙ୍କ ଆତ୍ମା ଜଳ ଉପରେ ବ୍ୟାପ୍ତ ଥିଲେ।


ପୁଣି ଅୟର ଲୋକମାନେ ସେମାନଙ୍କ ମଧ୍ୟରୁ ଊଣାଧିକ ଛତିଶ ଜଣଙ୍କୁ ଆଘାତ କଲେ; ନଗରଦ୍ୱାରରୁ ଶବାରୀମ ପର୍ଯ୍ୟନ୍ତ ସେମାନଙ୍କୁ ତଡ଼ିନେଇ ଗଡ଼ନ୍ତି ବାଟରେ ଆଘାତ କଲେ; ତହିଁରେ ଲୋକମାନଙ୍କ ହୃଦୟ ତରଳି ପାଣି ହୋଇଗଲା।


ମୁଁ ଆପଣା ଲୋକମାନଙ୍କ କନ୍ୟାର ଦୁଃଖ ସକାଶୁ ଦୁଃଖିତ; ମୁଁ ମଳିନ; ବିସ୍ମୟତା ମୋତେ ଆକ୍ରାନ୍ତ କରିଅଛି।


ଦମ୍ମେଶକର ବିଷୟ। “ହମାତ୍‍ ଓ ଅର୍ପଦ ଲଜ୍ଜିତ ହେଉଅଛନ୍ତି, କାରଣ ସେମାନେ ଅମଙ୍ଗଳର ବାର୍ତ୍ତା ଶୁଣିଅଛନ୍ତି, ସେମାନେ ତରଳି ଯାଇଅଛନ୍ତି; ସମୁଦ୍ରରେ ଉଦ୍‍ବେଗ ଦେଖାଯାଉଅଛି, ତାହା ସୁସ୍ଥିର ହୋଇ ନ ପାରେ।


ଆଉ, ‘ତୁମ୍ଭେ କାହିଁକି ଦୀର୍ଘ ନିଃଶ୍ୱାସ ଛାଡ଼ୁଅଛ?’ ଏ କଥା ଯଦି ସେମାନେ ତୁମ୍ଭକୁ ପଚାରିବେ, ତେବେ ତୁମ୍ଭେ କହିବ, ‘ସମ୍ବାଦ ସକାଶେ, କାରଣ ତାହା ଆସୁଅଛି; ତହିଁରେ ପ୍ରତ୍ୟେକ ହୃଦୟ ତରଳି ଯିବ ଓ ସକଳ ହସ୍ତ ଦୁର୍ବଳ ହେବ, ପ୍ରତ୍ୟେକ ମନ କ୍ଳାନ୍ତ ହେବ ଓ ସମସ୍ତ ଆଣ୍ଠୁ ଜଳ ପରି ହେବ; ଦେଖ, ତାହା ଆସୁଅଛି ଓ ତାହା ସିଦ୍ଧ ହେବ,’” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।


ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ସେ ପାତାଳକୁ ଓହ୍ଲାଇ ଯିବା ଦିନ ଆମ୍ଭେ ଶୋକ ନିରୂପଣ କଲୁ, ଆମ୍ଭେ ତାହା ସକାଶୁ ଜଳଧିକୁ ଆଚ୍ଛାଦିତ କଲୁ ଓ ଆମ୍ଭେ ତହିଁର ସ୍ରୋତସମୂହକୁ ନିବୃତ୍ତ କଲୁ, ତହିଁରେ ମହାଜଳରାଶି ରୁଦ୍ଧ ହେଲା; ପୁଣି, ଆମ୍ଭେ ତାହା ନିମନ୍ତେ ଲିବାନୋନକୁ ଶୋକ କରାଇଲୁ ଓ କ୍ଷେତ୍ରସ୍ଥ ବୃକ୍ଷସକଳ ତାହା ଲାଗି ମ୍ଳାନ ହେଲେ।


କାରଣ ସଦାପ୍ରଭୁ ଇସ୍ରାଏଲର ଗୌରବ ସଦୃଶ୍ୟ ଯାକୁବର ଗୌରବ ପୁନର୍ବାର ଆଣୁଅଛନ୍ତି; ଯେହେତୁ ଶତ୍ରୁମାନେ ସେମାନଙ୍କୁ ଧ୍ୱଂସ କରିଅଛନ୍ତି; ଓ ସେମାନଙ୍କର ଦ୍ରାକ୍ଷାଲତାସବୁ ନଷ୍ଟ କରିଅଛନ୍ତି।


Swiv nou:

Piblisite


Piblisite