Biblia Todo Logo
Bib sou entènèt

- Piblisite -




ନାହୂମ 2:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 କାରଣ ସଦାପ୍ରଭୁ ଇସ୍ରାଏଲର ଗୌରବ ସଦୃଶ୍ୟ ଯାକୁବର ଗୌରବ ପୁନର୍ବାର ଆଣୁଅଛନ୍ତି; ଯେହେତୁ ଶତ୍ରୁମାନେ ସେମାନଙ୍କୁ ଧ୍ୱଂସ କରିଅଛନ୍ତି; ଓ ସେମାନଙ୍କର ଦ୍ରାକ୍ଷାଲତାସବୁ ନଷ୍ଟ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 କାରଣ ସଦାପ୍ରଭୁ ଇସ୍ରାଏଲର ଗୌରବ ନ୍ୟାୟ ଯାକୁବର ଗୌରବ ପୁନର୍ବାର ଆଣୁଅଛନ୍ତି; ଯେହେତୁ ଶୂନ୍ୟକାରୀମାନେ ସେମାନଙ୍କୁ ଶୂନ୍ୟ କରିଅଛନ୍ତି ଓ ସେମାନଙ୍କର ଦ୍ରାକ୍ଷାଲତାସବୁ ନଷ୍ଟ କରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

2 କାରଣ ସଦାପ୍ରଭୁ ଇସ୍ରାଏଲର ଗୌରବ ସଦୃଶ୍ୟ ଯାକୁବର ଗୌରବ ପୁନର୍ବାର ଆଣୁଅଛନ୍ତି; ଯେହେତୁ ଶତ୍ରୁମାନେ ସେମାନଙ୍କୁ ଧ୍ୱଂସ କରିଅଛନ୍ତି; ଓ ସେମାନଙ୍କର ଦ୍ରାକ୍ଷାଲତାସବୁ ନଷ୍ଟ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

2 ସଦାପ୍ରଭୁ ଯାକୁବର ଶୋଭା ପୂର୍ଣ୍ଣ ପ୍ରତିଷ୍ଠା କରିଛନ୍ତି, ଯାହାକି ଇସ୍ରାଏଲର ଶୋଭା ସଦୃଶ। ଶତ୍ରୁ ସେମାନଙ୍କୁ ଧ୍ୱଂସ କଲେ ଓ ସେମାନଙ୍କର ଦ୍ରାକ୍ଷାଲତା ସବୁ ନଷ୍ଟ କଲେ।

Gade chapit la Kopi




ନାହୂମ 2:2
14 Referans Kwoze  

ତୁମ୍ଭେ ଆପଣାର ଯେଉଁସବୁ କ୍ରିୟାରେ ଆମ୍ଭର ଆଜ୍ଞାଲଙ୍ଘନ କରିଅଛ, ତହିଁ ସକାଶୁ ସେହି ଦିନ ତୁମ୍ଭେ ଲଜ୍ଜିତ ନୋହିବ; କାରଣ ସେସମୟରେ ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଦର୍ପଯୁକ୍ତ ଉଲ୍ଲାସକାରୀମାନଙ୍କୁ ଦୂର କରିବା ଓ ତୁମ୍ଭେ ଆମ୍ଭ ପବିତ୍ର ପର୍ବତରେ ଆଉ ଅହଙ୍କାରୀ ନୋହିବ।


ପୁଣି, ସେମାନେ ଆପଣାମାନଙ୍କର ପ୍ରତିମାଗଣ ଦ୍ୱାରା କିଅବା ଘୃଣାଯୋଗ୍ୟ ବସ୍ତୁ ଦ୍ୱାରା ଅଥବା ଆପଣାମାନଙ୍କର କୌଣସି ଆଜ୍ଞାଲଙ୍ଘନ ଦ୍ୱାରା ଆପଣାମାନଙ୍କୁ ଆଉ ଅଶୁଚି କରିବେ ନାହିଁ; ମାତ୍ର ସେମାନେ ଯେଉଁ ସକଳ ବାସ ସ୍ଥାନରେ ପାପ କରିଅଛନ୍ତି, ସେମାନଙ୍କର ସେହି ସକଳ ବାସସ୍ଥାନରୁ ଆମ୍ଭେ ସେମାନଙ୍କୁ ଉଦ୍ଧାର କରି ଶୁଚି କରିବା; ତହିଁରେ ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା।


ତୁମ୍ଭେ ପରିତ୍ୟକ୍ତା ଓ ଘୃଣିତା ହେବାରୁ କେହି ତୁମ୍ଭର ମଧ୍ୟଦେଇ ଯାତାୟାତ କଲା ନାହିଁ, ତହିଁର ପରିବର୍ତ୍ତେ ଆମ୍ଭେ ତୁମ୍ଭକୁ ଅନନ୍ତକାଳସ୍ଥାୟୀ ଗୌରବ ଓ ଅନେକ ପୁରୁଷ ପରମ୍ପରାର ଆନନ୍ଦ ସ୍ୱରୂପ କରିବା।


ଇସ୍ରାଏଲ ଆପଣା ଦ୍ରାକ୍ଷାଫଳର ବାହୁଲ୍ୟାନୁସାରେ ଆପଣା ଯଜ୍ଞବେଦିର ସଂଖ୍ୟା ବୃଦ୍ଧି କରିଅଛି; ତାହାର ଦେଶର ଉନ୍ନତି ଅନୁସାରେ ଲୋକମାନେ ମନୋହର ସ୍ତମ୍ଭ ନିର୍ମାଣ କରିଅଛନ୍ତି।


ଦ୍ରାକ୍ଷାଫଳ ସଂଗ୍ରହକାରୀମାନେ ତୁମ୍ଭ ନିକଟକୁ ଆସିଲେ, ସେମାନେ କି ସାଉଣ୍ଟିବା ପାଇଁ କିଛି ଫଳ ଛାଡ଼ିବେ ନାହିଁ? ଯଦି ଚୋରମାନେ ରାତ୍ରିରେ ଆସିବେ, ତେବେ ସେମାନେ ଯଥେଷ୍ଟ ପାଇବା ପର୍ଯ୍ୟନ୍ତ କି କ୍ଷତି କରିବେ ନାହିଁ?


କାରଣ ଦେଖ, ଆମ୍ଭେ ଆମ୍ଭ ନାମରେ ଖ୍ୟାତ ନଗର ପ୍ରତି ଅମଙ୍ଗଳ ଘଟାଇବାକୁ ଆରମ୍ଭ କରିଅଛୁ ଓ ତୁମ୍ଭେମାନେ କି ନିତାନ୍ତ ଅଦଣ୍ଡିତ ହେବ? ତୁମ୍ଭେମାନେ ଅଦଣ୍ଡିତ ହେବ ନାହିଁ, କାରଣ ଆମ୍ଭେ ପୃଥିବୀନିବାସୀ ସମସ୍ତଙ୍କ ଉପରେ ଖଡ୍ଗ ଆହ୍ୱାନ କରିବା,’ ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ସେ ଆମ୍ଭମାନଙ୍କ ନିମନ୍ତେ ଆମ୍ଭମାନଙ୍କ ଅଧିକାର ମନୋନୀତ କରିବେ, ତାହା ହିଁ ତାହାଙ୍କ ପ୍ରିୟପାତ୍ର ଯାକୁବର ଗୌରବ ସ୍ୱରୂପ। [ସେଲା]


“ମୋୟାବ ବାଲ୍ୟକାଳରୁ ନିଶ୍ଚିନ୍ତରେ ଅଛି, ସେ ଆପଣା ଖାଦ ଉପରେ ସୁସ୍ଥିର ହୋଇଅଛି ଓ ଏକ ପାତ୍ରରୁ ଅନ୍ୟ ପାତ୍ରକୁ ଢଳା ଯାଇ ନାହିଁ, କିଅବା ବନ୍ଦୀ ହୋଇଯାଇ ନାହିଁ; ଏଥିପାଇଁ ତାହାର ସ୍ୱାଦ ତାହା ମଧ୍ୟରେ ରହିଅଛି ଓ ତାହାର ସୁବାସ ବିକୃତ ହୋଇ ନାହିଁ।


ପୁଣି, ତୁମ୍ଭେ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଇସ୍ରାଏଲର ସନ୍ତାନଗଣ ଯେଉଁ ଯେଉଁ ସ୍ଥାନକୁ ଯାଇଅଛନ୍ତି, ସେହି ସ୍ଥାନସ୍ଥ ଗୋଷ୍ଠୀୟମାନଙ୍କ ମଧ୍ୟରୁ ଆମ୍ଭେ ସେମାନଙ୍କୁ ଗ୍ରହଣ କରିବା ଓ ଚତୁର୍ଦ୍ଦିଗରୁ ସେମାନଙ୍କୁ ସଂଗ୍ରହ କରି ସେମାନଙ୍କର ନିଜ ଦେଶକୁ ଆଣିବା;


ସେ (ନୀନିବୀ) ଖାଲି ଓ ଶୂନ୍ୟ ଓ ଉଜାଡ଼ ହୋଇଅଛି; ଅନ୍ତଃକରଣ ତରଳି ଯାଉଅଛି ଓ ଆଣ୍ଠୁରେ ଆଣ୍ଠୁ ବାଜୁଅଛି, ସମସ୍ତ କଟିରେ ବେଦନା ଅଛି ଓ ସେହି ସମସ୍ତଙ୍କର ମୁଖ ମଳିନ ହୋଇଅଛି।


ଅବରୋଧର ସମୟ ନିମନ୍ତେ ଜଳ କାଢ଼ି ଆଣ, ତୁମ୍ଭର ଦୁର୍ଗସବୁ ଦୃଢ଼ କର; କାଦୁଅକୁ ଯାଇ ମାଟି ଚକଟ, ଇଟା ଭାଟି ଦୃଢ଼ କର।


Swiv nou:

Piblisite


Piblisite