Biblia Todo Logo
Bib sou entènèt

- Piblisite -




ନାହୂମ 3:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ହେ ଅଶୂରର ରାଜା, ତୁମ୍ଭର ପଲରକ୍ଷକମାନେ ଘୁମାଉଅଛନ୍ତି; ତୁମ୍ଭର ପ୍ରତାପାନ୍ୱିତ ଲୋକମାନେ ବିଶ୍ରାମ କରୁଅଛନ୍ତି; ତୁମ୍ଭର ଲୋକମାନେ ପର୍ବତଗଣ ଉପରେ ଛିନ୍ନଭିନ୍ନ ହୋଇଅଛନ୍ତି। ଆଉ, ସେମାନଙ୍କୁ ସଂଗ୍ରହ କରିବାକୁ କେହି ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ହେ ଅଶୂରର ରାଜା, ତୁମ୍ଭର ପଲରକ୍ଷକମାନେ ଘୁମାଉଅଛନ୍ତି; ତୁମ୍ଭର ପ୍ରତାପାନ୍ଵିତ ଲୋକମାନେ ବିଶ୍ରାମ କରୁଅଛନ୍ତି; ତୁମ୍ଭର ଲୋକମାନେ ପର୍ବତଗଣ ଉପରେ ଛିନ୍ନଭିନ୍ନ ହୋଇଅଛନ୍ତି। ଆଉ, ସେମାନଙ୍କୁ ସଂଗ୍ରହ କରିବାକୁ କେହି ନାହିଁ।

Gade chapit la Kopi

ଓଡିଆ ବାଇବେଲ

18 ହେ ଅଶୂରର ରାଜା, ତୁମ୍ଭର ପଲରକ୍ଷକମାନେ ଘୁମାଉଅଛନ୍ତି; ତୁମ୍ଭର ପ୍ରତାପାନ୍ୱିତ ଲୋକମାନେ ବିଶ୍ରାମ କରୁଅଛନ୍ତି; ତୁମ୍ଭର ଲୋକମାନେ ପର୍ବତଗଣ ଉପରେ ଛିନ୍ନଭିନ୍ନ ହୋଇଅଛନ୍ତି। ଆଉ, ସେମାନଙ୍କୁ ସଂଗ୍ରହ କରିବାକୁ କେହି ନାହିଁ।

Gade chapit la Kopi

ପବିତ୍ର ବାଇବଲ

18 ହେ ଅଶୂରର ରାଜା, ତୁମ୍ଭର ମେଷପାଳକମାନେ ଶୋଇ ପଡ଼ିଲେ। ସେହି ଶକ୍ତିଶାଳୀ ଲୋକମାନେ ଶୋଇଛନ୍ତି। ବର୍ତ୍ତମାନ ତୁମ୍ଭ ଲୋକମାନେ ପର୍ବତ ଉପରେ ବିଛେଇ ହୋଇ ଯାଇଛନ୍ତି। ସେଠାରେ ସେମାନଙ୍କୁ ଫେରାଇ ଆଣିବାକୁ କେହି ଲୋକ ନାହାନ୍ତି।

Gade chapit la Kopi




ନାହୂମ 3:18
13 Referans Kwoze  

ଏଥିରେ ସେ କହିଲା, “ମୁଁ ସମଗ୍ର ଇସ୍ରାଏଲକୁ ଅରକ୍ଷକ ମେଷପଲ ତୁଲ୍ୟ ପର୍ବତମାନରେ ଛିନ୍ନଭିନ୍ନ ଦେଖିଲି, ଆଉ ସଦାପ୍ରଭୁ କହିଲେ, ‘ଏମାନଙ୍କର କର୍ତ୍ତା ନାହିଁ; ଏମାନେ ପ୍ରତ୍ୟେକେ କୁଶଳରେ ଆପଣା ଆପଣା ଗୃହକୁ ଫେରି ଯାଉନ୍ତୁ।’”


ପୁଣି, ଆମ୍ଭେ ତାହାର ଅଧିପତିଗଣକୁ ଓ ତାହାର ଜ୍ଞାନୀ ଲୋକମାନଙ୍କୁ ଓ ତାହାର ଦେଶାଧ୍ୟକ୍ଷ ଓ ଅଧିପତିଗଣକୁ ଓ ତାହାର ବୀରପୁରୁଷମାନଙ୍କୁ ମତ୍ତ କରାଇବା; ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହୋଇ ଆଉ ଜାଗରିତ ହେବେ ନାହିଁ ଏହା ରାଜା କହନ୍ତି, ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ।


ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ଆମ୍ଭେ ଅଶୂରର ରାଜାକୁ ଯେପରି ଦଣ୍ଡ ଦେଇଅଛୁ, ସେପରି ବାବିଲର ରାଜାକୁ ଓ ତାହାର ଦେଶକୁ ଆମ୍ଭେ ଦଣ୍ଡ ହେବା।


ତହିଁରେ ଏପରି ଘଟିବ ଯେ, ତାଡ଼ିତ ହରିଣର ନ୍ୟାୟ ଓ ଅରକ୍ଷକ ମେଷ ତୁଲ୍ୟ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ଗୋଷ୍ଠୀ ପ୍ରତି ଫେରିବେ ଓ ପ୍ରତ୍ୟେକେ ଆପଣା ଆପଣା ଦେଶ ଆଡ଼କୁ ପଳାୟନ କରିବେ।


ଆଉ ପୃଥିବୀର ରାଜାମାନେ, ପାତ୍ର-ମନ୍ତ୍ରୀମାନେ, ପ୍ରଧାନ ସେନାପତି ଓ ଧନୀମାନେ, ବଳବାନ ଲୋକମାନେ ଏବଂ ପରାଧୀନ ଓ ସ୍ୱାଧୀନ ଲୋକ ସମସ୍ତେ ଗୁହା ଓ ପର୍ବତମାଳାର ଶୈଳମାନଙ୍କ ମଧ୍ୟରେ ଆପଣା ଆପଣାକୁ ଲୁଚାଇଲେ,


ସଦାପ୍ରଭୁ କହନ୍ତି, ସେମାନେ ଉତ୍ତପ୍ତ ହେଲା ଉତ୍ତାରେ ଆମ୍ଭେ ସେମାନଙ୍କର ଭୋଜ ପ୍ରସ୍ତୁତ କରିବା, ପୁଣି ସେମାନେ ଯେପରି ଆହ୍ଲାଦିତ ହେବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ମତ୍ତ କରିବା, ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହୋଇ ଆଉ ଜାଗରିତ ହେବେ ନାହିଁ।


ଆଗୋ ବାବିଲର ଅନୂଢ଼ା କନ୍ୟେ, ତୁମ୍ଭେ ଓହ୍ଲାଇ ଧୂଳିରେ ବସ; ଆଗୋ କଲ୍‍ଦୀୟର କନ୍ୟେ, ସିଂହାସନ ବିନା, ଭୂମିରେ ବସ; କାରଣ ତୁମ୍ଭେ ଆଉ କୋମଳା ଓ ସୁକୁମାରୀ ବୋଲି ଖ୍ୟାତା ନ ହେବ।


ତ୍ରାସ ଓ ଆଶଙ୍କା ସେମାନଙ୍କ ଉପରେ ପଡ଼ୁଅଛି; ହେ ସଦାପ୍ରଭୁ, ଯେପର୍ଯ୍ୟନ୍ତ ତୁମ୍ଭ ଲୋକମାନେ ଚାଲିଯାଇ ନାହାନ୍ତି, ଯେପର୍ଯ୍ୟନ୍ତ ତୁମ୍ଭ କ୍ରୀତ ଲୋକମାନେ ଚାଲିଯାଇ ନାହାନ୍ତି, ସେପର୍ଯ୍ୟନ୍ତ ତୁମ୍ଭ ବାହୁ ବଳ ଦ୍ୱାରା ସେମାନେ ପ୍ରସ୍ତର ନ୍ୟାୟ ସ୍ତବ୍ଧ ହୋଇ ରହିଅଛନ୍ତି।


Swiv nou:

Piblisite


Piblisite