Biblia Todo Logo
Bib sou entènèt

- Piblisite -




ନାହୂମ 3:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ତୁମ୍ଭ ଆଘାତର ଉପଶମ ନାହିଁ; ତୁମ୍ଭର କ୍ଷତ ବ୍ୟଥାଜନକ; ଯେଉଁମାନେ ତୁମ୍ଭ ବିଷୟକ ସମ୍ବାଦ ଶୁଣନ୍ତି, ସେମାନେ ସମସ୍ତେ ତୁମ୍ଭ ପ୍ରତି ହାତତାଳି ଦିଅନ୍ତି; କାରଣ ତୁମ୍ଭର ଦୁଷ୍ଟତା କାହା ଉପରେ ଅବିରତ ବର୍ତ୍ତି ନାହିଁ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ତୁମ୍ଭ ଆଘାତର ଉପଶମ ନାହିଁ; ତୁମ୍ଭର କ୍ଷତ ବ୍ୟଥାଜନକ; ଯେଉଁମାନେ ତୁମ୍ଭ ବିଷୟକ ସମ୍ଵାଦ ଶୁଣନ୍ତି, ସେସମସ୍ତେ ତୁମ୍ଭ ପ୍ରତି ହାତତାଳି ଦିଅନ୍ତି; କାରଣ ତୁମ୍ଭର ଦୁଷ୍ଟତା କାହା ଉପରେ ଅବିରତ ବର୍ତ୍ତି ନାହିଁ?

Gade chapit la Kopi

ଓଡିଆ ବାଇବେଲ

19 ତୁମ୍ଭ ଆଘାତର ଉପଶମ ନାହିଁ; ତୁମ୍ଭର କ୍ଷତ ବ୍ୟଥାଜନକ; ଯେଉଁମାନେ ତୁମ୍ଭ ବିଷୟକ ସମ୍ବାଦ ଶୁଣନ୍ତି, ସେମାନେ ସମସ୍ତେ ତୁମ୍ଭ ପ୍ରତି ହାତତାଳି ଦିଅନ୍ତି; କାରଣ ତୁମ୍ଭର ଦୁଷ୍ଟତା କାହା ଉପରେ ଅବିରତ ବର୍ତ୍ତି ନାହିଁ ?

Gade chapit la Kopi

ପବିତ୍ର ବାଇବଲ

19 ହେ ନୀନିବୀ, ତୁମ୍ଭେ ଭୟଙ୍କର ଭାବରେ କ୍ଷତ ବିକ୍ଷତ ହୋଇଛ। କିଛି ତୁମ୍ଭର କ୍ଷତକୁ ଆରୋଗ୍ୟ କରି ପାରିବ ନାହିଁ। ଯେକେହି ତୁମ୍ଭ ବିଷୟରେ ସମ୍ବାଦ ଶୁଣେ ସେମାନେ ତାଳି ମାରନ୍ତି। ସେମାନେ ସମସ୍ତେ ଖୁସୀ ହୁଅନ୍ତି କାରଣ ସେମାନେ ସମସ୍ତେ ତୁମ୍ଭମାନଙ୍କର ଭୁଲ୍ ଯୋଗୁଁ ସର୍ବଦା ପୀଡ଼ିତ ହେଉଛନ୍ତି।

Gade chapit la Kopi




ନାହୂମ 3:19
20 Referans Kwoze  

କାରଣ ତାହାର କ୍ଷତ ଅଚିକିତ୍ସ୍ୟ ଯେହେତୁ ତାହା ଯିହୁଦା ପର୍ଯ୍ୟନ୍ତ ଆସିଅଛି; ତାହା ଆମ୍ଭ ଲୋକମାନଙ୍କର ନଗର-ଦ୍ୱାର, ଯିରୂଶାଲମ ପର୍ଯ୍ୟନ୍ତ ପହଞ୍ଚି ଅଛି।


ପଥିକମାନେ ତୁମ୍ଭ ପ୍ରତି ହାତତାଳି ଦିଅନ୍ତି; ସେମାନେ ଶୀସ୍‍ ଶବ୍ଦ କରି ଓ ଯିରୂଶାଲମର କନ୍ୟାଆଡ଼େ ମସ୍ତକ ହଲାଇ କୁହନ୍ତି, ଯେଉଁ ନଗରକୁ ଲୋକେ ସୌନ୍ଦର୍ଯ୍ୟର ସିଦ୍ଧି ଓ ସମୁଦାୟ ପୃଥିବୀର ଆନନ୍ଦ ସ୍ୱରୂପ ବୋଲି କହିଲେ, ତାହା କି ଏହି?


ଲୋକମାନେ ତାହା ପ୍ରତି ହାତତାଳି ମାରିବେ ଓ ଶୀଷ୍‍ ମାରି ତାହାକୁ ସ୍ୱ ସ୍ଥାନରୁ ଦୂର କରିବେ।


ଗୋ ମିସରର ଅନୁଢ଼ା କନ୍ୟେ, ତୁମ୍ଭେ ଗିଲୀୟଦକୁ ଉଠିଯାଇ ଔଷଧ ନିଅ। ତୁମ୍ଭେ ବ୍ୟର୍ଥରେ ଅନେକ ଔଷଧ ବ୍ୟବହାର କରୁଅଛ; ତୁମ୍ଭ ପାଇଁ ଆରୋଗ୍ୟ ନାହିଁ।


ହେ ସଦାପ୍ରଭୋ, ଅଶୂରୀୟ ରାଜାମାନେ ସର୍ବଦେଶୀୟ ଲୋକମାନଙ୍କୁ, ସେମାନଙ୍କର ଦେଶକୁ ଉଚ୍ଛିନ୍ନ କରିଅଛନ୍ତି


ହେ ସ୍ୱର୍ଗ, ହେ ସାଧୁବୃନ୍ଦ, ହେ ପ୍ରେରିତବର୍ଗ, ହେ ସମସ୍ତ ଭାବବାଦୀ, ତୁମ୍ଭେମାନେ ତାହାର ପତନରେ ଆନନ୍ଦ କର, କାରଣ ଈଶ୍ବର ତୁମ୍ଭମାନଙ୍କ ସକାଶେ ତାହାଠାରୁ ପ୍ରତିଶୋଧ ନେଇଅଛନ୍ତି।’”


ଯାହା ସହିତ ପୃଥିବୀର ରାଜାମାନେ ବ୍ୟଭିଚାର କରିଅଛନ୍ତି ଓ ପୃଥିବୀ ନିବାସୀମାନେ ଯାହାର ବ୍ୟଭିଚାରରୂପ ସୁରାରେ ମତ୍ତ ହୋଇଅଛନ୍ତି, ତାହାର ଦଣ୍ଡ ତୁମ୍ଭକୁ ଦେଖାଇବି।


ସମସ୍ତ ସାଧୁଙ୍କ ସହିତ ଯୁଦ୍ଧ କରିବାକୁ ଓ ସେମାନଙ୍କ ଉପରେ ଜୟଲାଭ କରିବାକୁ ପଶୁଟିକୁ କ୍ଷମତା ଦିଆଗଲା, ଆଉ ସମସ୍ତ ଗୋଷ୍ଠୀ, ବଂଶ, ଭାଷାବାଦୀ ଓ ଜାତି ଉପରେ ତାହାକୁ କ୍ଷମତା ଦିଆଗଲା।


କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ଇସ୍ରାଏଲ ଦେଶ ବିରୁଦ୍ଧରେ କରତାଳି ଦେଇଅଛ, ପଦାଘାତ କରିଅଛ, ପୁଣି, ଆପଣା ପ୍ରାଣର ସମ୍ପୂର୍ଣ୍ଣ ଘୃଣା ଭାବରେ ଆନନ୍ଦ କରିଅଛ।


କୋଳାହଳର ରବ, ଦେଖ ତାହା ଉପସ୍ଥିତ ହେଉଅଛି, ଆଉ ଯିହୁଦାର ନଗରସବୁ ଉଚ୍ଛିନ୍ନ ଓ ଶୃଗାଳମାନଙ୍କର ବାସସ୍ଥାନ କରିବା ପାଇଁ ଉତ୍ତର ଦେଶରୁ ମହାଚହଳ ଆସୁଅଛି।


କାରଣ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭର କ୍ଷତ ଅପ୍ରତୀକାର୍ଯ୍ୟ ଓ ତୁମ୍ଭର ଘାʼ ବ୍ୟଥାଜନକ।


ଦେଖ, ଅଶୂରୀୟ ରାଜାମାନେ ନିଃଶେଷ ରୂପେ ବିନାଶ କରିବା ଦ୍ୱାରା ସମୁଦାୟ ଦେଶ ପ୍ରତି ଯାହା କରିଅଛନ୍ତି, ତାହା ତୁମ୍ଭେ ଶୁଣିଅଛ; ଆଉ, ତୁମ୍ଭେ କʼଣ ଉଦ୍ଧାର ପାଇବ?


“ଉଠ, ନୀନିବୀ ମହାନଗରକୁ ଯାଅ ଓ ତହିଁ ବିରୁଦ୍ଧରେ ଘୋଷଣା କର; କାରଣ ସେମାନଙ୍କର ଦୁଷ୍ଟତା ଆମ୍ଭ ସମ୍ମୁଖରେ ଉପସ୍ଥିତ ହୋଇଅଛି।”


Swiv nou:

Piblisite


Piblisite