Biblia Todo Logo
Bib sou entènèt

- Piblisite -




ନାହୂମ 3:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପୁଣି, ଯେଉଁମାନେ ତୁମ୍ଭ ପ୍ରତି ଅନାଇବେ, ସେମାନେ ସମସ୍ତେ ତୁମ୍ଭ ନିକଟରୁ ପଳାଇବେ, ଆଉ କହିବେ, ନୀନିବୀ ଧ୍ୱଂସ ହୋଇଅଛି; ତାହା ବିଷୟରେ କିଏ ବିଳାପ କରିବ? ଆମ୍ଭେ ତୁମ୍ଭ ପାଇଁ ସାନ୍ତ୍ୱନାକାରୀଗଣ କେଉଁଠାରେ ଖୋଜିବା?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ପୁଣି, ଯେଉଁମାନେ ତୁମ୍ଭ ପ୍ରତି ଅନାଇବେ, ସେସମସ୍ତେ ତୁମ୍ଭ ନିକଟରୁ ପଳାଇବେ, ଆଉ କହିବେ, ନୀନିବୀ ଉତ୍ସନ୍ନ ହୋଇଅଛି; ତାହା ବିଷୟରେ କିଏ ବିଳାପ କରିବ? ଆମ୍ଭେ ତୁମ୍ଭ ପାଇଁ ସାନ୍ତ୍ଵନାକାରୀଗଣ କେଉଁଠାରେ ଖୋଜିବା?

Gade chapit la Kopi

ଓଡିଆ ବାଇବେଲ

7 ପୁଣି, ଯେଉଁମାନେ ତୁମ୍ଭ ପ୍ରତି ଅନାଇବେ, ସେମାନେ ସମସ୍ତେ ତୁମ୍ଭ ନିକଟରୁ ପଳାଇବେ, ଆଉ କହିବେ, ନୀନିବୀ ଧ୍ଵଂସ ହୋଇଅଛି; ତାହା ବିଷୟରେ କିଏ ବିଳାପ କରିବ ? ଆମ୍ଭେ ତୁମ୍ଭ ପାଇଁ ସାନ୍ତ୍ୱନାକାରୀଗଣ କେଉଁଠାରେ ଖୋଜିବା ?

Gade chapit la Kopi

ପବିତ୍ର ବାଇବଲ

7 ଯେଉଁମାନେ ତୁମ୍ଭର ଅବସ୍ଥାକୁ ଦେଖିବେ, ସମସ୍ତେ ମର୍ମାହତ ହେବେ ଓ ତୁମ୍ଭଠାରୁ ଦୂରେଇ ଯିବେ। ସେମାନେ କହିବେ, ‘ନୀନିବୀ ଧ୍ୱଂସ ହେଉଛି। କିଏ ତା’ ପାଇଁ କାନ୍ଦିବ?’ ଆମ୍ଭେ ତୁମ୍ଭକୁ ସାନ୍ତ୍ୱନା ଦେବା ପାଇଁ ଜଣଙ୍କୁ କେଉଁଠାରୁ ପାଇବା?”

Gade chapit la Kopi




ନାହୂମ 3:7
12 Referans Kwoze  

କାରଣ ହେ ଯିରୂଶାଲମ, କିଏ ତୁମ୍ଭକୁ ଦୟା କରିବ? ଅବା କିଏ ତୁମ୍ଭ ଲାଗି ବିଳାପ କରିବ? ଅଥବା ତୁମ୍ଭର ମଙ୍ଗଳ ବିଷୟ ପଚାରିବା ପାଇଁ କିଏ ତୁମ୍ଭ ନିକଟକୁ ଆସିବ?


ଏହି ଦୁଇ ବିଷୟ ତୁମ୍ଭ ପ୍ରତି ଘଟିଅଛି; ତୁମ୍ଭ ପାଇଁ କିଏ ବିଳାପ କରିବ? ଶୂନ୍ୟତା ଓ ବିନାଶ, ପୁଣି ଦୁର୍ଭିକ୍ଷ ଓ ଖଡ୍ଗ; ଆମ୍ଭେ କିପରି ତୁମ୍ଭକୁ ସାନ୍ତ୍ୱନା କରିବା?


ସେମାନେ ତାହାର ଯନ୍ତ୍ରଣାରେ ଭୟ ହେତୁ ଦୂରରେ ଠିଆ ହୋଇ କହିବେ, “ହାୟ, ହାୟ, ମହାନଗରୀ, ପରାକ୍ରମୀ ନଗରୀ ବାବିଲ, ତୁ ସନ୍ତାପର ପାତ୍ରୀ। କାରଣ ଏକ ଘଡ଼ି ମଧ୍ୟରେ ତୋହର ଦଣ୍ଡ ଉପସ୍ଥିତ ହେଲା।”


ଆଗୋ ଯିରୂଶାଲମର କନ୍ୟେ, ମୁଁ ତୁମ୍ଭକୁ କିପରି ସାନ୍ତ୍ୱନା ଦେବି? ମୁଁ କାହା ସହିତ ତୁମ୍ଭର ଉପମା ଦେବି? ଆଗୋ ସିୟୋନ କୁମାରୀ, ମୁଁ ତୁମ୍ଭକୁ ସାନ୍ତ୍ୱନା ଦେବା ପାଇଁ କାହାର ସମାନ ତୁମ୍ଭକୁ କରିବି? କାରଣ ତୁମ୍ଭର କ୍ଷତ ସମୁଦ୍ର ପରି ବଡ଼; କିଏ ତୁମ୍ଭକୁ ସୁସ୍ଥ କରିପାରେ?


ଆମ୍ଭେମାନେ ବାବିଲକୁ ସୁସ୍ଥ କରିବାକୁ ଇଚ୍ଛା କରୁ, ମାତ୍ର ସେ ସୁସ୍ଥ ହେଲା ନାହିଁ; ଆସ, ଆମ୍ଭେମାନେ ତାହାକୁ ପରିତ୍ୟାଗ କରି ପ୍ରତ୍ୟେକେ ଆପଣା ଆପଣା ଦେଶକୁ ଯାଉ; କାରଣ ତାହାର ଦଣ୍ଡ ଗଗନସ୍ପର୍ଶୀ ଓ ଆକାଶ ପର୍ଯ୍ୟନ୍ତ ଉଚ୍ଚୀକୃତ ଅଛି।


ପୁଣି, ସେମାନଙ୍କ ରବରେ ସେମାନଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତ ଇସ୍ରାଏଲ ପଳାୟନ କଲେ, ଯେହେତୁ ସେମାନେ କହିଲେ, “କେଜାଣି ପୃଥିବୀ ଆମ୍ଭମାନଙ୍କୁ ଗ୍ରାସ କରିବ।”


ନୀନିବୀ ବିଷୟକ ବାର୍ତ୍ତା। ଇଲକୋଶୀୟ ନାହୂମଙ୍କର ଦର୍ଶନ ପୁସ୍ତକ।


ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ଆମ୍ଭେ ଅଶୂରର ରାଜାକୁ ଯେପରି ଦଣ୍ଡ ଦେଇଅଛୁ, ସେପରି ବାବିଲର ରାଜାକୁ ଓ ତାହାର ଦେଶକୁ ଆମ୍ଭେ ଦଣ୍ଡ ହେବା।


ପୁଣି, ସେ ଉତ୍ତର ଦିଗର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବେ ଓ ଅଶୂର ଦେଶକୁ ବିନଷ୍ଟ କରିବେ। ଆଉ, ସେ ନୀନିବୀ ସହରକୁ ଧ୍ୱଂସସ୍ଥାନ ଓ ପ୍ରାନ୍ତର ପରି ଶୁଷ୍କ କରିବେ।


Swiv nou:

Piblisite


Piblisite