Biblia Todo Logo
Bib sou entènèt

- Piblisite -




ନିହିମୀୟା 1:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତହିଁରେ ହନାନି ନାମରେ ମୋହର ଭ୍ରାତୃଗଣ ମଧ୍ୟରୁ ଏକ ଜଣ ଓ ଯିହୁଦାରୁ କେତେକ ଲୋକ ଆସିଲେ; ତହୁଁ ମୁଁ ସେମାନଙ୍କୁ ବନ୍ଦୀତ୍ୱରୁ ରକ୍ଷାପ୍ରାପ୍ତ ଅବଶିଷ୍ଟ ଯିହୁଦୀୟମାନଙ୍କ ବିଷୟରେ ଓ ଯିରୂଶାଲମ ବିଷୟରେ ପଚାରିଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତହିଁରେ ହନାନି ନାମରେ ମୋହର ଭ୍ରାତୃଗଣ ମଧ୍ୟରୁ ଏକ ଜଣ ଓ ଯିହୁଦାରୁ କେତେକ ଲୋକ ଆସିଲେ; ତହୁଁ ମୁଁ ସେମାନଙ୍କୁ ବନ୍ଦୀତ୍ଵରୁ ରକ୍ଷିତ ଅବଶିଷ୍ଟ ଯିହୁଦୀୟମାନଙ୍କ ବିଷୟରେ ଓ ଯିରୂଶାଲମ ବିଷୟରେ ପଚାରିଲି।

Gade chapit la Kopi

ଓଡିଆ ବାଇବେଲ

2 ତହିଁରେ ହନାନି ନାମରେ ମୋହର ଭ୍ରାତୃଗଣ ମଧ୍ୟରୁ ଏକ ଜଣ ଓ ଯିହୁଦାରୁ କେତେକ ଲୋକ ଆସିଲେ; ତହୁଁ ମୁଁ ସେମାନଙ୍କୁ ବନ୍ଦୀତ୍ୱରୁ ରକ୍ଷାପ୍ରାପ୍ତ ଅବଶିଷ୍ଟ ଯିହୁଦୀୟମାନଙ୍କ ବିଷୟରେ ଓ ଯିରୂଶାଲମ ବିଷୟରେ ପଚାରିଲି।

Gade chapit la Kopi

ପବିତ୍ର ବାଇବଲ

2 ମୁଁ ଯେତେବେଳେ ଶୂଶ‌ନ୍‌ରେ ଥିଲି, ମୋର ଭାଇମାନଙ୍କ ମଧ୍ୟରୁ ଜଣେ ତାଙ୍କର ନାମ ଥିଲା, ହନାନି ଓ ଯିହୁଦାରୁ କେତେ ଜଣ ଲୋକ ଆସିଥିଲେ। ତହୁଁ ମୁଁ ସେମାନଙ୍କୁ ବନ୍ଦୀତ୍ୱରୁ ଫେରି ଆସିଥିବା ଅବଶିଷ୍ଟ ଯିହୁଦୀୟମାନଙ୍କ ବିଷୟରେ ଓ ଯିରୁଶାଲମ ବିଷୟରେ ପଗ୍ଭରିଲି।

Gade chapit la Kopi




ନିହିମୀୟା 1:2
12 Referans Kwoze  

ତହୁଁ ମୁଁ ଆପଣା ଭ୍ରାତା ହନାନିକୁ ଓ ଦୁର୍ଗର ଶାସନକର୍ତ୍ତା ହନାନୀୟକୁ ଯିରୂଶାଲମ ଉପରେ ନିଯୁକ୍ତ କଲି; କାରଣ ହନାନୀୟ ବିଶ୍ୱସ୍ତ ଲୋକ ଥିଲା ଓ ସେ ଅନେକଙ୍କ ଅପେକ୍ଷା ପରମେଶ୍ୱରଙ୍କୁ ଭୟ କରୁଥିଲା।


ପୁଣି, ତୁମ୍ଭମାନଙ୍କର ସେହି ରକ୍ଷାପ୍ରାପ୍ତ ଲୋକମାନେ ଯେଉଁ ଯେଉଁ ଗୋଷ୍ଠୀୟମାନଙ୍କ ମଧ୍ୟକୁ ବନ୍ଦୀ ଅବସ୍ଥାରେ ନୀତ ହେବେ, ସେମାନଙ୍କ ମଧ୍ୟରେ ଥାଇ ଆମ୍ଭକୁ ସ୍ମରଣ କରିବେ, ଅର୍ଥାତ୍‍, ସେମାନଙ୍କର ଯେଉଁ ବ୍ୟଭିଚାରୀ ହୃଦୟ ଆମ୍ଭକୁ ତ୍ୟାଗ କରି ଯାଇଅଛି ଓ ସେମାନଙ୍କର ଯେଉଁ ଚକ୍ଷୁ ବ୍ୟଭିଚାରୀ ହୋଇ ଦେବତାଗଣର ପଶ୍ଚାତ ଗମନ କରେ, ତହିଁ ସକାଶୁ ଆମ୍ଭେ କିପରି ବିଦୀର୍ଣ୍ଣ ହୋଇଅଛୁ, ଏହା ସେମାନେ ସ୍ମରଣ କରିବେ; ଆଉ, ସେମାନେ ଆପଣା ଆପଣାର ସକଳ ଘୃଣାଯୋଗ୍ୟ ଆଚାର ବ୍ୟବହାର ଦ୍ୱାରା ଯେଉଁ ଦୁଷ୍କ୍ରିୟା କରିଅଛନ୍ତି, ତହିଁ ନିମନ୍ତେ ସେମାନେ ଆପଣାମାନଙ୍କ ଦୃଷ୍ଟିରେ ଆପଣାମାନଙ୍କୁ ଘୃଣା କରିବେ।


ମାତ୍ର ସେମାନଙ୍କ ମଧ୍ୟରୁ ଯେଉଁମାନେ ପଳାନ୍ତି, ସେମାନେ ରକ୍ଷା ପାଇବେ ଓ ଉପତ୍ୟକାର ଘୁଘୁ ପରି ପର୍ବତରେ ସମସ୍ତେ ବିଳାପ କରିବେ, ପ୍ରତ୍ୟେକେ ଆପଣା ଆପଣା ଅଧର୍ମ ହେତୁ ବିଳାପ କରିବେ।


ତହିଁରେ ଯିହୁଦାର ଯେଉଁ ଅବଶିଷ୍ଟ ଲୋକେ ଯିହୁଦା ଦେଶକୁ ଫେରିଯାଇ ସେଠାରେ ବାସ କରିବା ପାଇଁ ବାଞ୍ଛା କରି ମିସର ଦେଶରେ ପ୍ରବାସ କରିବାକୁ ଆସିଅଛନ୍ତି, ସେମାନଙ୍କ ମଧ୍ୟରୁ କେହି ଉତ୍ତୀର୍ଣ୍ଣ କି ରକ୍ଷାପ୍ରାପ୍ତ ହେବେ ନାହିଁ: କାରଣ ପଳାତକ ଲୋକମାନଙ୍କ ଛଡ଼ା ଆଉ କେହି ଫେରିଯିବେ ନାହିଁ।”


ଏହା ଦେଖି ଆମ୍ଭେମାନେ କʼଣ ପୁନର୍ବାର ତୁମ୍ଭର ଆଜ୍ଞାଲଙ୍ଘନ କରିବୁ ଓ ଏହି ଘୃଣାଯୋଗ୍ୟ କର୍ମକାରୀ ଅନ୍ୟ ଗୋଷ୍ଠୀୟମାନଙ୍କ ସଙ୍ଗେ କୁଟୁମ୍ବିତା କରିବୁ? କଲେ ତୁମ୍ଭେ କʼଣ ଆମ୍ଭମାନଙ୍କୁ ନିଃଶେଷ କରିବା ପର୍ଯ୍ୟନ୍ତ କ୍ରୁଦ୍ଧ ହେବ ନାହିଁ? ତହିଁରେ କେହି ଅବଶିଷ୍ଟ କି ରକ୍ଷିତ ରହିବେ ନାହିଁ।


ସେହି ସୀଦ୍ଦୀମ ପଦାରେ ମାଟିଆ ତୈଳର ଅନେକ ଖାତ ଥିଲା; ସଦୋମ ଓ ହମୋରାର ରାଜାଗଣ ପଳାଇ ଯାଉ ଯାଉ ତହିଁ ମଧ୍ୟରେ ପଡ଼ିଲେ, ପୁଣି, ଯେଉଁମାନେ ଅବଶିଷ୍ଟ ରହିଲେ, ସେମାନେ ପର୍ବତକୁ ପଳାଇଗଲେ।


ଆହୁରି ସେ ଯିରୂଶାଲମର ସମଗ୍ର ଲୋକଙ୍କୁ ଓ ଅଧିପତି ସମସ୍ତଙ୍କୁ ଓ ମହାବିକ୍ରମଶାଳୀ ଲୋକ ସମସ୍ତଙ୍କୁ, ଏପରି ଦଶ ସହସ୍ର ବନ୍ଦୀଙ୍କୁ, ଆଉ ସମସ୍ତ ଶିଳ୍ପକାର ଓ କର୍ମକାରମାନଙ୍କୁ ନେଇଗଲା। ଦେଶର ନିତାନ୍ତ ଦରିଦ୍ର ଲୋକ ଛଡ଼ା ଆଉ କେହି ଅବଶିଷ୍ଟ ରହିଲେ ନାହିଁ।


ମାତ୍ର ପ୍ରହରୀବର୍ଗର ସେନାପତି ଦେଶର ନିତାନ୍ତ ଦରିଦ୍ରମାନଙ୍କ ମଧ୍ୟରୁ କେତେକଙ୍କୁ ଦ୍ରାକ୍ଷାକ୍ଷେତ୍ରର କର୍ମକାରୀ ଓ କୃଷକ ହେବା ପାଇଁ ଛାଡ଼ିଗଲା।


Swiv nou:

Piblisite


Piblisite