Biblia Todo Logo
Bib sou entènèt

- Piblisite -




ନିହିମୀୟା 1:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତହୁଁ ମୁଁ ଏହି କଥା ଶୁଣିବାମାତ୍ରେ, ବସି ରୋଦନ କଲି ଓ କେତେକ ଦିନ ପର୍ଯ୍ୟନ୍ତ ବିଳାପ କଲି; ପୁଣି, ମୁଁ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ଛାମୁରେ ଉପବାସ ଓ ପ୍ରାର୍ଥନା କରି କହିଲି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତହୁଁ ମୁଁ ଏହି କଥା ଶୁଣନ୍ତେ, ବସି ରୋଦନ କଲି ଓ କେତେକ ଦିନ ପର୍ଯ୍ୟନ୍ତ ବିଳାପ କଲି; ପୁଣି, ମୁଁ ସ୍ଵର୍ଗସ୍ଥ ପରମେଶ୍ଵରଙ୍କ ଛାମୁରେ ଉପବାସ ଓ ପ୍ରାର୍ଥନା କରି କହିଲି,

Gade chapit la Kopi

ଓଡିଆ ବାଇବେଲ

4 ତହୁଁ ମୁଁ ଏହି କଥା ଶୁଣିବା ମାତ୍ରେ, ବସି ରୋଦନ କଲି ଓ କେତେକ ଦିନ ପର୍ଯ୍ୟନ୍ତ ବିଳାପ କଲି; ପୁଣି, ମୁଁ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ଛାମୁରେ ଉପବାସ ଓ ପ୍ରାର୍ଥନା କରି କହିଲି,

Gade chapit la Kopi

ପବିତ୍ର ବାଇବଲ

4 ଯେତେବେଳେ ମୁଁ ସେମାନଙ୍କଠାରୁ ଏହି ସମ୍ବାଦ ଶୁଣିଲି, ମୁଁ ଦୁଃଖିତ ହେଲି। ମୁଁ ବସି କ୍ରନ୍ଦନ କଲି। ମୁଁ ଉପବାସରେ ସ୍ୱର୍ଗସ୍ଥ ପରମେଶ୍ୱରଙ୍କୁ ବହୁ ଦିନ ଧରି ପ୍ରାର୍ଥନା କଲି।

Gade chapit la Kopi




ନିହିମୀୟା 1:4
22 Referans Kwoze  

ଏଣୁ ମୁଁ ଉପବାସ, ଚଟ ପରିଧାନ ଓ ଭସ୍ମ ଲେପନ କରି ପ୍ରାର୍ଥନା ଓ ବିନତି ଦ୍ୱାରା ପ୍ରଭୁ ପରମେଶ୍ୱରଙ୍କର ଅନ୍ଵେଷଣ କରିବା ପାଇଁ ତାହାଙ୍କ ପ୍ରତି ଦୃଷ୍ଟି କଲି।


ଆମ୍ଭେମାନେ ବାବିଲୀୟ ନଦୀମାନର ନିକଟରେ ସିୟୋନକୁ ସ୍ମରଣ କଲା ବେଳେ ସେଠାରେ ବସିଲୁ ଓ ରୋଦନ କଲୁ।


ଏଜ୍ରା ପରମେଶ୍ୱରଙ୍କ ଗୃହ ସମ୍ମୁଖରେ ପ୍ରାର୍ଥନା ଓ ସ୍ୱୀକାର, କ୍ରନ୍ଦନ ଓ ପ୍ରଣାମ କରିବା ସମୟରେ ଇସ୍ରାଏଲ ମଧ୍ୟରୁ ପୁରୁଷ ଓ ସ୍ତ୍ରୀ ଓ ବାଳକ ବାଳିକାର ଏକ ମହାସମାଜ ତାଙ୍କ ନିକଟରେ ଏକତ୍ରିତ ହୋଇଥିଲେ; କାରଣ ଲୋକମାନେ ଅତିଶୟ କ୍ରନ୍ଦନ କଲେ।


ଏଥିରେ ରାଜା ମୋତେ କହିଲେ, “ତେବେ ତୁମ୍ଭେ କି ବିଷୟରେ ନିବେଦନ କରୁଅଛ?” ତହୁଁ ମୁଁ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲି।


ଯେଉଁମାନେ ଆନନ୍ଦ କରନ୍ତି, ସେମାନଙ୍କ ସହିତ ଆନନ୍ଦ କର; ଯେଉଁମାନେ ରୋଦନ କରନ୍ତି, ସେମାନଙ୍କ ସହିତ ରୋଦନ କର।


ତୁମ୍ଭର ଯେଉଁ ଲୋକମାନେ ମହାସଭା ବିଷୟରେ ଶୋଚନା କରନ୍ତି, ସେମାନଙ୍କୁ ଆମ୍ଭେ ଏକତ୍ର କରିବା; ତାହାର ଭାର ସେମାନଙ୍କ ପ୍ରତି ଲଜ୍ଜାର ବିଷୟ ଥିଲା।


ଏଥିପାଇଁ ଏହି ନିଗୂଢ଼ ବିଷୟରେ ସ୍ୱର୍ଗସ୍ଥ ପରମେଶ୍ୱରଙ୍କର ଅନୁଗ୍ରହ ପ୍ରାର୍ଥନା କରିବା ପାଇଁ ଆପଣା ସଙ୍ଗୀ ହନାନୀୟ, ମୀଶାୟେଲ ଓ ଅସରୀୟକୁ ସେହି ବୃତ୍ତାନ୍ତ ଜଣାଇଲେ।


ତହିଁରେ ମୁଁ ଏହି କଥା ଶୁଣନ୍ତେ, ଆପଣା ବସ୍ତ୍ର ଓ ଚୋଗା ଚିରି ଆପଣା ମସ୍ତକ ଓ ଦାଢ଼ିର କେଶ ଛିଣ୍ଡାଇ ବିସ୍ମିତ ହୋଇ ବସିଲି।


ତହିଁରେ ସେ ସେମାନଙ୍କୁ କହିଲେ, “ମୁଁ ଜଣେ ଏବ୍ରୀୟ; ପୁଣି, ଯେ ସମୁଦ୍ର ଓ ଶୁଷ୍କ ଭୂମିର ସୃଷ୍ଟି କରିଅଛନ୍ତି, ସେହି ସ୍ୱର୍ଗସ୍ଥ ପରମେଶ୍ୱର ସଦାପ୍ରଭୁଙ୍କୁ ମୁଁ ଭୟ କରେ।”


ଏହେତୁ ଦାଉଦ ବାଳକ ନିମନ୍ତେ ପରମେଶ୍ୱରଙ୍କ ନିକଟରେ ନିବେଦନ କଲେ ଓ ଦାଉଦ ଉପବାସ କଲେ ଓ ଭିତରେ ଯାଇ ସାରା ରାତି ଭୂମିରେ ପଡ଼ି ରହିଲେ।


ସ୍ୱର୍ଗର ପରମେଶ୍ୱରଙ୍କ ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।


ସେହି ସମୟରେ ମୁଁ, ଦାନିୟେଲ, ପୂର୍ଣ୍ଣ ତିନି ସପ୍ତାହ ପର୍ଯ୍ୟନ୍ତ ଶୋକ କରୁଥିଲି।


ଏହି କଥା ଶୁଣି ତୁମ୍ଭର ଅନ୍ତଃକରଣ କୋମଳ ହେଲା, ତୁମ୍ଭେ ସଦାପ୍ରଭୁଙ୍କ ଛାମୁରେ ଆପଣାକୁ ନମ୍ର କଲ ଓ ଆପଣା ବସ୍ତ୍ର ଚିରିଲ ଓ ଆମ୍ଭ ଛାମୁରେ ରୋଦନ କଲ, ଏହେତୁ ଆମ୍ଭେ ମଧ୍ୟ ତୁମ୍ଭ କଥା ଶୁଣିଲୁ।


କାରଣ ଶଲୋମନ ପାଞ୍ଚ ହାତ ଦୀର୍ଘ ଓ ପାଞ୍ଚ ହାତ ପ୍ରସ୍ଥ ଓ ତିନି ହାତ ଉଚ୍ଚ ଏକ ପିତ୍ତଳମୟ ମଞ୍ଚ ନିର୍ମାଣ କରି ପ୍ରାଙ୍ଗଣର ମଧ୍ୟସ୍ଥଳରେ ରଖିଥିଲେ; ଆଉ ସେ ତହିଁ ଉପରେ ଠିଆ ହୋଇ ସମସ୍ତ ଇସ୍ରାଏଲର ସମାଜ ସମ୍ମୁଖରେ ଆଣ୍ଠୁପାତି ସ୍ୱର୍ଗ ଆଡ଼େ ଆପଣା ହସ୍ତ ବିସ୍ତାର କରି କହିଲେ,


“ପାରସ୍ୟର ରାଜା କୋରସ୍‍ ଏହା କହନ୍ତି, ସଦାପ୍ରଭୁ ସ୍ୱର୍ଗର ପରମେଶ୍ୱର, ପୃଥିବୀର ସମସ୍ତ ରାଜ୍ୟ ଆମ୍ଭକୁ ପ୍ରଦାନ କରିଅଛନ୍ତି; ଆଉ, ସେ ଯିହୁଦା ଦେଶସ୍ଥ ଯିରୂଶାଲମରେ ତାହାଙ୍କ ପାଇଁ ଏକ ଗୃହ ନିର୍ମାଣ କରିବାକୁ ଆମ୍ଭକୁ ଆଜ୍ଞା କରିଅଛନ୍ତି।


ତହୁଁ ସନ୍ଧ୍ୟାକାଳୀନ ବଳିଦାନ ସମୟରେ ମୁଁ ଆପଣା ଦୁଃଖିତାବସ୍ଥାରୁ ଉଠିଲି, ମୋʼ ଦେହରେ ମୋହର ଚିରା ବସ୍ତ୍ର ଓ ଚୋଗା ଥିଲା; ପୁଣି, ମୁଁ ଆପଣା ଆଣ୍ଠୁପାତି ସଦାପ୍ରଭୁ ମୋʼ ପରମେଶ୍ୱରଙ୍କ ଆଡ଼େ ହସ୍ତ ବିସ୍ତାର କରି କହିଲି,


ତେବେ ମୁଁ ଉତ୍ତର କରି ସେମାନଙ୍କୁ କହିଲି, “ଯେ ସ୍ୱର୍ଗସ୍ଥ ପରମେଶ୍ୱର, ସେ ଆମ୍ଭମାନଙ୍କ କାର୍ଯ୍ୟ ସିଦ୍ଧ କରିବେ; ଆମ୍ଭେମାନେ ତାହାଙ୍କର ଦାସ ଏଥିପାଇଁ ଉଠି ନିର୍ମାଣ କରିବୁ; ମାତ୍ର ଯିରୂଶାଲମରେ ତୁମ୍ଭମାନଙ୍କର କୌଣସି ଅଂଶ କି ଅଧିକାର କି ସ୍ମୃତିଚିହ୍ନ ନାହିଁ।”


ତହିଁରେ ଅନ୍ୟ ଦେଶୀୟମାନେ ସଦାପ୍ରଭୁଙ୍କ ନାମକୁ ଓ ପୃଥିବୀସ୍ଥ ରାଜାଗଣ ତୁମ୍ଭ ମହିମାକୁ ଭୟ କରିବେ।


Swiv nou:

Piblisite


Piblisite