Biblia Todo Logo
Bib sou entènèt

- Piblisite -




ନିହିମୀୟା 1:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 “ହେ ସଦାପ୍ରଭୋ, ସ୍ୱର୍ଗସ୍ଥ ପରମେଶ୍ୱର, ମୁଁ ବିନୟ କରୁଅଛି, ତୁମ୍ଭେ ମହାନ ଓ ଭୟଙ୍କର ପରମେଶ୍ୱର ଅଟ, ଯେଉଁମାନେ ତୁମ୍ଭକୁ ପ୍ରେମ କରନ୍ତି ଓ ତୁମ୍ଭର ସବୁ ଆଜ୍ଞା ପାଳନ କରନ୍ତି, ସେମାନଙ୍କ ପକ୍ଷରେ ତୁମ୍ଭେ ନିୟମ ଓ ଦୟା ପାଳନ କରିଥାଅ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ହେ ସଦାପ୍ରଭୋ, ସ୍ଵର୍ଗସ୍ଥ ପରମେଶ୍ଵର, ମୁଁ ବିନୟ କରୁଅଛି, ତୁମ୍ଭେ ମହାନ ଓ ଭୟଙ୍କର ପରମେଶ୍ଵର ଅଟ, ଯେଉଁମାନେ ତୁମ୍ଭକୁ ପ୍ରେମ କରନ୍ତି ଓ ତୁମ୍ଭର ସବୁ ଆଜ୍ଞା ପାଳନ କରନ୍ତି, ସେମାନଙ୍କ ପକ୍ଷରେ ତୁମ୍ଭେ ନିୟମ ଓ ଦୟା ପାଳନ କରିଥାଅ;

Gade chapit la Kopi

ଓଡିଆ ବାଇବେଲ

5 “ହେ ସଦାପ୍ରଭୁ, ସ୍ୱର୍ଗସ୍ଥ ପରମେଶ୍ୱର, ମୁଁ ବିନୟ କରୁଅଛି, ତୁମ୍ଭେ ମହାନ୍ ଓ ଭୟଙ୍କର ପରମେଶ୍ୱର ଅଟ, ଯେଉଁମାନେ ତୁମ୍ଭକୁ ପ୍ରେମ କରନ୍ତି ଓ ତୁମ୍ଭର ସବୁ ଆଜ୍ଞା ପାଳନ କରନ୍ତି, ସେମାନଙ୍କ ପକ୍ଷରେ ତୁମ୍ଭେ ନିୟମ ଓ ଦୟା ପାଳନ କରିଥାଅ;

Gade chapit la Kopi

ପବିତ୍ର ବାଇବଲ

5 ତା'ପରେ ମୁଁ ଏହିପରି ପ୍ରାର୍ଥନା କଲି: “ହେ ସଦାପ୍ରଭୁ, ସ୍ୱର୍ଗର ପରମେଶ୍ୱର, ତୁମ୍ଭେ ମହାନ ଓ ଶକ୍ତିଶାଳୀ ପରମେଶ୍ୱର ଅଟ। ଯେଉଁମାନେ ତୁମ୍ଭକୁ ପ୍ରେମ କରନ୍ତି ଓ ତୁମ୍ଭର ଆଜ୍ଞା ସବୁ ପାଳନ କରନ୍ତି, ତୁମ୍ଭେ ତୁମ୍ଭର ଚୁକ୍ତି ରକ୍ଷା କର ଓ ସେମାନଙ୍କ ପ୍ରତି ଅନୁରକ୍ତ ରୁହ।

Gade chapit la Kopi




ନିହିମୀୟା 1:5
18 Referans Kwoze  

ମାତ୍ର ଯେଉଁମାନେ ଆମ୍ଭଙ୍କୁ ପ୍ରେମ କରନ୍ତି ଓ ଆମ୍ଭର ଆଜ୍ଞା ପାଳନ କରନ୍ତି, ଆମ୍ଭେ ସେମାନଙ୍କର ସହସ୍ର ପୁରୁଷ ପର୍ଯ୍ୟନ୍ତ ଦୟାକାରୀ।


ତୁମ୍ଭେ ସେମାନଙ୍କଠାରୁ ଭୟଯୁକ୍ତ ହେବ ନାହିଁ, କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ମଧ୍ୟବର୍ତ୍ତୀ, ସେ ମହାନ ଓ ଭୟଙ୍କର ପରମେଶ୍ୱର ଅଟନ୍ତି।


ତହୁଁ ମୁଁ ଦୃଷ୍ଟିପାତ କଲି ଓ ଉଠି କୁଳୀନମାନଙ୍କୁ ଓ ଅଧ୍ୟକ୍ଷମାନଙ୍କୁ ଓ ଅନ୍ୟାନ୍ୟ ଲୋକଙ୍କୁ କହିଲି; “ତୁମ୍ଭେମାନେ ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ; ପ୍ରଭୁଙ୍କୁ ସ୍ମରଣ କର, ସେ ମହାନ ଓ ଭୟଙ୍କର ଅଟନ୍ତି, ଆଉ ତୁମ୍ଭେମାନେ ଆପଣା ଆପଣା ଭ୍ରାତୃଗଣ, ପୁତ୍ର ଓ କନ୍ୟାଗଣ, ଆପଣା ଆପଣା ଭାର୍ଯ୍ୟାଗଣ ଓ ଗୃହ ନିମନ୍ତେ ଯୁଦ୍ଧ କର।”


ଏହେତୁ ଜାଣ ଯେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର, କେବଳ ସେ ପରମେଶ୍ୱର ଅଟନ୍ତି; ସେ ବିଶ୍ୱସନୀୟ ପରମେଶ୍ୱର ଅଟନ୍ତି; ଯେଉଁମାନେ ତାହାଙ୍କୁ ପ୍ରେମ କରନ୍ତି ଓ ତାହାଙ୍କ ଆଜ୍ଞା ପାଳନ କରନ୍ତି, ସେମାନଙ୍କ ପକ୍ଷରେ ସେ ସହସ୍ର ପିଢ଼ି ପର୍ଯ୍ୟନ୍ତ ନିୟମ ଓ ଦୟା ରକ୍ଷା କରନ୍ତି।


ଏହେତୁ ହେ ଆମ୍ଭମାନଙ୍କ ପରମେଶ୍ୱର, ମହାନ, ପରାକ୍ରାନ୍ତ ଓ ଭୟଙ୍କର ପରମେଶ୍ୱର, ତୁମ୍ଭେ ନିୟମ ଓ ଦୟା ପାଳନ କରିଥାଅ, ଅଶୂରୀୟ ରାଜାଗଣର ସମୟଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭମାନଙ୍କ ଉପରେ, ଆମ୍ଭମାନଙ୍କ ରାଜାଗଣ ଉପରେ, ଆମ୍ଭମାନଙ୍କ ଅଧିପତିଗଣ ଉପରେ ଓ ଆମ୍ଭମାନଙ୍କ ଯାଜକଗଣ ଉପରେ ଓ ଆମ୍ଭମାନଙ୍କ ଭବିଷ୍ୟଦ୍‍ବକ୍ତାଗଣ ଉପରେ ଓ ଆମ୍ଭମାନଙ୍କ ପିତୃଗଣ ଉପରେ ଓ ତୁମ୍ଭର ସମସ୍ତ ଲୋକଙ୍କ ଉପରେ ଯେ ଯେ କ୍ଳେଶ ଘଟିଅଛି, ତାହାସବୁ ତୁମ୍ଭ ଦୃଷ୍ଟିରେ କ୍ଷୁଦ୍ର ଦେଖା ନ ଯାଉ।


“ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ଉପରିସ୍ଥ ସ୍ୱର୍ଗରେ କିଅବା ନୀଚସ୍ଥ ପୃଥିବୀରେ ତୁମ୍ଭ ତୁଲ୍ୟ ପରମେଶ୍ୱର କେହି ନାହିଁ; ତୁମ୍ଭର ଯେଉଁ ଦାସମାନେ ସର୍ବାନ୍ତଃକରଣ ସହିତ ତୁମ୍ଭ ସମ୍ମୁଖରେ ଗମନାଗମନ କରନ୍ତି, ତୁମ୍ଭେ ସେମାନଙ୍କ ପ୍ରତି ନିୟମ ଓ ଦୟା ପାଳନ କରିଥାଅ;


ତୁମ୍ଭ ଲୋକ ଇସ୍ରାଏଲ ତୁଲ୍ୟ ପୃଥିବୀରେ ଆଉ କେଉଁ ଗୋଷ୍ଠୀ ଅଛି? ସେମାନଙ୍କୁ ଆପଣା ଉଦ୍ଦେଶ୍ୟରେ ଏକ ଲୋକ ରୂପେ ମୁକ୍ତ କରିବାକୁ ଓ ମିସରରୁ ମୁକ୍ତ ତୁମ୍ଭର ସେହି ଲୋକମାନଙ୍କ ସମ୍ମୁଖରୁ ନାନା ଗୋଷ୍ଠୀୟମାନଙ୍କୁ ତଡ଼ିଦେଇ ମହତ୍ ଓ ଭୟାନକ କର୍ମ ଦ୍ୱାରା ତୁମ୍ଭର ନାମ କରିବାକୁ ପରମେଶ୍ୱର ଆଗମନ କରିଥିଲେ।


କାରଣ ସର୍ବୋପରିସ୍ଥ ସଦାପ୍ରଭୁ ଭୟଙ୍କର ଅଟନ୍ତି; ସେ ସମୁଦାୟ ପୃଥିବୀ ଉପରେ ମହାନ ରାଜା।


କାରଣ ଦୟା ସଦାକାଳ ଗଢ଼ାଯିବ ବୋଲି ମୁଁ କହିଅଛି; “ତୁମ୍ଭେ ଆପଣା ବିଶ୍ୱସ୍ତତା ସ୍ୱର୍ଗରେ ହିଁ ସ୍ଥାପନ କରିବ।”


“ଆମ୍ଭେ ଆପଣା ମନୋନୀତ ଲୋକ ସଙ୍ଗେ ନିୟମ କରିଅଛୁ, ଆମ୍ଭେ ଆପଣା ଦାସ ଦାଉଦ ସଙ୍ଗେ ଶପଥ କରିଅଛୁ।


ତୁମ୍ଭେମାନେ ଏହି ସକଳ ଶାସନ ଶୁଣି, ମାନି ଓ ପାଳନ କରିବାରୁ ଏପରି ହେବ ଯେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ନିୟମ ଓ ଦୟା ବିଷୟରେ ଶପଥ କରିଅଛନ୍ତି, ସେ ତାହା ତୁମ୍ଭ ପକ୍ଷରେ ରକ୍ଷା କରିବେ।


“ପାରସ୍ୟର ରାଜା କୋରସ୍‍ ଏହା କହନ୍ତି, ସଦାପ୍ରଭୁ ସ୍ୱର୍ଗର ପରମେଶ୍ୱର, ପୃଥିବୀର ସମସ୍ତ ରାଜ୍ୟ ଆମ୍ଭକୁ ପ୍ରଦାନ କରିଅଛନ୍ତି; ଆଉ, ସେ ଯିହୁଦା ଦେଶସ୍ଥ ଯିରୂଶାଲମରେ ତାହାଙ୍କ ପାଇଁ ଏକ ଗୃହ ନିର୍ମାଣ କରିବାକୁ ଆମ୍ଭକୁ ଆଜ୍ଞା କରିଅଛନ୍ତି।


ଏଥିରେ ରାଜା ମୋତେ କହିଲେ, “ତେବେ ତୁମ୍ଭେ କି ବିଷୟରେ ନିବେଦନ କରୁଅଛ?” ତହୁଁ ମୁଁ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲି।


ପୁଣି, ସେସମସ୍ତେ ଯିରୂଶାଲମକୁ ଯାଇ ତହିଁ ବିରୁଦ୍ଧରେ ଯୁଦ୍ଧ କରିବାକୁ ଓ ତହିଁ ମଧ୍ୟରେ ଗଣ୍ଡଗୋଳ କରିବାକୁ ଏକତ୍ର ଚକ୍ରାନ୍ତ କଲେ।


ତୁମ୍ଭେ ସ୍ୱର୍ଗରୁ ବିଚାରାଜ୍ଞା ଶୁଣାଇଲ; ପରମେଶ୍ୱର ପୃଥିବୀର ନମ୍ର ଲୋକମାନଙ୍କୁ ପରିତ୍ରାଣ କରିବା ପାଇଁ


ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ୱର, ତୁମ୍ଭ ତୁଲ୍ୟ ବିକ୍ରମୀ କିଏ? ତୁମ୍ଭ ବିଶ୍ୱସ୍ତତା ତୁମ୍ଭ ଚତୁର୍ଦ୍ଦିଗରେ ବିଦ୍ୟମାନ।


Swiv nou:

Piblisite


Piblisite