Biblia Todo Logo
Bib sou entènèt

- Piblisite -




ନିହିମୀୟା 10:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ଆଉ, ଦେଶସ୍ଥ ଲୋକମାନେ ବିଶ୍ରାମବାରରେ କୌଣସି ପଦାର୍ଥ କି ଖାଦ୍ୟଦ୍ରବ୍ୟ ବିକ୍ରି କରିବାକୁ ଆଣିଲେ, ଆମ୍ଭେମାନେ ବିଶ୍ରାମବାରରେ କି ଅନ୍ୟ କୌଣସି ପବିତ୍ର ଦିନରେ ସେମାନଙ୍କଠାରୁ ତାହା କିଣିବୁ ନାହିଁ; ଆଉ, ସପ୍ତମ ବର୍ଷ ସର୍ବପ୍ରକାର ଋଣ ଆଦାୟ କରିବାର ଛାଡ଼ି ଦେବୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ଆଉ, ଦେଶସ୍ଥ ଲୋକମାନେ ବିଶ୍ରାମବାରରେ କୌଣସି ପଦାର୍ଥ କି ଖାଦ୍ୟଦ୍ରବ୍ୟ ବିକିବାକୁ ଆଣିଲେ, ଆମ୍ଭେମାନେ ବିଶ୍ରାମଦିନରେ କି ଅନ୍ୟ କୌଣସି ପବିତ୍ର ଦିନରେ ସେମାନଙ୍କଠାରୁ ତାହା କିଣିବୁ ନାହିଁ; ଆଉ, ସପ୍ତମ ବର୍ଷ ସର୍ବପ୍ରକାର ଋଣ ଆଦାୟ କରିବାର ଛାଡ଼ି ଦେବୁ।

Gade chapit la Kopi

ଓଡିଆ ବାଇବେଲ

31 ଆଉ, ଦେଶସ୍ଥ ଲୋକମାନେ ବିଶ୍ରାମବାରରେ କୌଣସି ପଦାର୍ଥ କି ଖାଦ୍ୟଦ୍ରବ୍ୟ ବିକ୍ରି କରିବାକୁ ଆଣିଲେ, ଆମ୍ଭେମାନେ ବିଶ୍ରାମଦିନରେ କି ଅନ୍ୟ କୌଣସି ପବିତ୍ର ଦିନରେ ସେମାନଙ୍କଠାରୁ ତାହା କିଣିବୁ ନାହିଁ; ଆଉ, ସପ୍ତମ ବର୍ଷ ସର୍ବପ୍ରକାର ଋଣ ଆଦାୟ କରିବାର ଛାଡ଼ି ଦେବୁ।

Gade chapit la Kopi

ପବିତ୍ର ବାଇବଲ

31 “ଆମ୍ଭେ ପ୍ରତିଜ୍ଞା କରୁଅଛୁ, ଆଉ ଦେଶସ୍ଥ ଲୋକମାନେ ବିଶ୍ରାମ ବାରରେ କୌଣସି ପଦାର୍ଥ କି ଖାଦ୍ୟଦ୍ରବ୍ୟ ବିକିବାକୁ ଆଣିଲେ, ଆମ୍ଭେମାନେ ବିଶ୍ରାମ ଦିନରେ, କି ଅନ୍ୟ କୌଣସି ପବିତ୍ର ଦିନରେ ସେମାନଙ୍କଠାରୁ ତାହା କିଣିବୁ ନାହିଁ। ଆଉ ସପ୍ତମ ବର୍ଷ, ସର୍ବପ୍ରକାର ଋଣ ଆଦାୟ କରିବାର ଛାଡ଼ି ଦେବୁ।

Gade chapit la Kopi




ନିହିମୀୟା 10:31
24 Referans Kwoze  

ଛଅ ଦିନ କର୍ମ କରାଯିବ; ମାତ୍ର ସପ୍ତମ ଦିନ ମହା ବିଶ୍ରାମ, ଅର୍ଥାତ୍‍, ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ପ୍ରକାର କର୍ମ କରିବ ନାହିଁ; ତାହା ତୁମ୍ଭମାନଙ୍କର ସମସ୍ତ ନିବାସ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବିଶ୍ରାମ ଦିନ ହେବ।


ମାତ୍ର ସପ୍ତମ ଦିନ ତୁମ୍ଭ ସଦାପ୍ରଭୁ ପରମେଶ୍ୱରଙ୍କର ବିଶ୍ରାମ ଦିନ ଅଟେ; ତହିଁରେ ତୁମ୍ଭେ, କି ତୁମ୍ଭର ପୁତ୍ର, କି ତୁମ୍ଭର କନ୍ୟା, ତୁମ୍ଭର ଦାସ, କି ଦାସୀ, ତୁମ୍ଭର ପଶୁ, କି ତୁମ୍ଭର ନଗରଦ୍ୱାରବର୍ତ୍ତୀ ବିଦେଶୀ, କେହି କୌଣସି କାର୍ଯ୍ୟ କରିବ ନାହିଁ।


ଦୁଷ୍ଟତାରୂପ ବନ୍ଧନ ଫିଟାଇ ଦେବାର, ଯୁଆଳିର ବନ୍ଧନ ମୁକ୍ତ କରିବାର ଓ ଉପଦ୍ରବଗ୍ରସ୍ତ ଲୋକମାନଙ୍କୁ ମୁକ୍ତ କରି ଛାଡ଼ିଦେବାର, ପୁଣି ପ୍ରତ୍ୟେକ ଯୁଆଳି ଭଗ୍ନ କରିବାର,


ଦେଶ ଆପଣାର ନାନା ବିଶ୍ରାମ ଭୋଗ କରିବା ପର୍ଯ୍ୟନ୍ତ ଯିରିମୀୟର ମୁଖ ଦ୍ୱାରା ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ସଫଳ ହେବା ନିମନ୍ତେ ଏହା ଘଟିଲା; କାରଣ ସତୁରି ବର୍ଷ ପୂର୍ଣ୍ଣକରଣାର୍ଥେ ଦେଶ ଉଚ୍ଛିନ୍ନ ଅବସ୍ଥାରେ ଥିବା ପର୍ଯ୍ୟନ୍ତ ବିଶ୍ରାମ ପାଳନ କଲା।


ଆଉ, ତୁମ୍ଭେମାନେ ସେହି ଦିନ (ସଭାର) ଘୋଷଣା କରିବ; ତହିଁରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ; ଏହା ତୁମ୍ଭମାନଙ୍କର ସମୁଦାୟ ନିବାସ ସ୍ଥାନରେ ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି।


ତୁମ୍ଭମାନଙ୍କ ନିମନ୍ତେ ଏହା ଅନନ୍ତକାଳୀନ ବିଧି ହେବ; ସପ୍ତମ ମାସରେ ଓ ସେହି ମାସର ଦଶମ ଦିନରେ ସ୍ୱଦେଶୀୟ ବା ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ ବିଦେଶୀୟ ଲୋକ ହେଉ, ତୁମ୍ଭେମାନେ କୌଣସି ପ୍ରକାର ଖାଦ୍ୟ ଖାଇବ ନାହିଁ ଓ କୌଣସି ପ୍ରକାର କର୍ମ କରିବ ନାହିଁ।


ଆଉ ପ୍ରଥମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ, ପୁଣି, ସପ୍ତମ ଦିନରେ ମଧ୍ୟ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ଆଉ ସେହି ଦୁଇ ଦିନରେ ପ୍ରତ୍ୟେକ ପ୍ରାଣୀର ଖାଦ୍ୟର ଆୟୋଜନ ବିନୁ ଆଉ କୌଣସି କର୍ମ କରାଯିବ ନାହିଁ, କେବଳ ସେହି କର୍ମ ତୁମ୍ଭେମାନେ କରି ପାରିବ।


କାରଣ ଯେ ଦୟା କରେ ନାହିଁ, ସେ ନିର୍ଦ୍ଦୟ ରୂପେ ବିଚାରିତ ହେବ, ଦୟା ବିଚାର ଉପରେ ଜୟଧ୍ୱନି କରେ।


ଅତଏବ, ଭୋଜନପାନ କିଅବା ପର୍ବ, ପ୍ରତିପଦ ଅବା ବିଶ୍ରାମବାର ସମ୍ବନ୍ଧରେ କେହି ତୁମ୍ଭମାନଙ୍କ ବିଚାର ନ କରୁ;


ଆମ୍ଭେମାନେ ଯେପରି ଆପଣା ଆପଣା ଅପରାଧୀମାନଙ୍କୁ କ୍ଷମା କରିଅଛୁ, ସେପରି ଆମ୍ଭମାନଙ୍କର ଅପରାଧସବୁ କ୍ଷମା କର।


କିଅବା ତୁମ୍ଭେ ଆପଣା ପୁତ୍ରମାନଙ୍କ ନିମନ୍ତେ ସେମାନଙ୍କ କନ୍ୟାଗଣକୁ ଗ୍ରହଣ କଲେ, ସେମାନଙ୍କ କନ୍ୟାଗଣ ନିଜ ଦେବଗଣର ଅନୁଗାମିନୀ ହୋଇ ତୁମ୍ଭ ପୁତ୍ରଗଣକୁ ଆପଣାମାନଙ୍କ ଦେବଗଣର ଅନୁଗାମୀ କରି ବ୍ୟଭିଚାର କରାଇବେ।


ସେହି ସମୟରେ ମଧ୍ୟ ଯେଉଁ ଯିହୁଦୀୟମାନେ ଅସ୍ଦୋଦ, ଅମ୍ମୋନ ଓ ମୋୟାବ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଥିଲେ, ସେମାନଙ୍କୁ ମୁଁ ଦେଖିଲି;


ତେବେ ବିଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିବା ଦ୍ୱାରା ଆମ୍ଭମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ଏହିସବୁ ମହାପାପ କରିବାକୁ କି ଆମ୍ଭେମାନେ ତୁମ୍ଭମାନଙ୍କ କଥା ଶୁଣିବୁ?”


Swiv nou:

Piblisite


Piblisite