Biblia Todo Logo
Bib sou entènèt

- Piblisite -




ନିହିମୀୟା 10:37 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ପୁଣି, ଆମ୍ଭମାନଙ୍କ ଚକଟା ମଇଦାର ପ୍ରାଥମାଂଶ ଓ ଆମ୍ଭମାନଙ୍କ ଉତ୍ତୋଳନୀୟ ଉପହାର ଓ ସର୍ବପ୍ରକାର ବୃକ୍ଷର ଫଳ, ଦ୍ରାକ୍ଷାରସ ଓ ତୈଳ ଯାଜକମାନଙ୍କ ନିକଟକୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହର କୋଠରିକୁ ଆଣିବା ପାଇଁ, ଆଉ ଭୂମିଜାତ ଦ୍ରବ୍ୟର ଦଶମାଂଶ ଲେବୀୟମାନଙ୍କ ନିକଟକୁ ଆଣିବା ପାଇଁ ସ୍ଥିର କଲୁ; କାରଣ ସେହି ଲେବୀୟମାନେ ଆମ୍ଭମାନଙ୍କ ସକଳ କୃଷି-ନଗରରେ ଦଶମାଂଶ ଆଦାୟ କରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

37 ପୁଣି, ଆମ୍ଭମାନଙ୍କ ଚକ୍ଟା ମଇଦାର ଅଗ୍ରୀମାଂଶ ଓ ଆମ୍ଭମାନଙ୍କ ଉତ୍ତୋଳନୀୟ ଉପହାର ଓ ସର୍ବପ୍ରକାର ବୃକ୍ଷର ଫଳ, ଦ୍ରାକ୍ଷାରସ ଓ ତୈଳ ଯାଜକମାନଙ୍କ ନିକଟକୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଗୃହର କୋଠରିକି ଆଣିବା ପାଇଁ, ଆଉ ଭୂମିଜାତ ଦ୍ରବ୍ୟର ଦଶମାଂଶ ଲେବୀୟମାନଙ୍କ ନିକଟକୁ ଆଣିବା ପାଇଁ ସ୍ଥିର କଲୁ; କାରଣ ସେହି ଲେବୀୟମାନେ ଆମ୍ଭମାନଙ୍କ ସକଳ କୃଷି-ନଗରରେ ଦଶମାଂଶ ଆଦାୟ କରନ୍ତି।

Gade chapit la Kopi

ଓଡିଆ ବାଇବେଲ

37 ପୁଣି, ଆମ୍ଭମାନଙ୍କ ଚକ୍‍ଟା ମଇଦାର ପ୍ରାଥମାଂଶ ଓ ଆମ୍ଭମାନଙ୍କ ଉତ୍ତୋଳନୀୟ ଉପହାର ଓ ସର୍ବପ୍ରକାର ବୃକ୍ଷର ଫଳ, ଦ୍ରାକ୍ଷାରସ ଓ ତୈଳ ଯାଜକମାନଙ୍କ ନିକଟକୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହର କୋଠରିକୁ ଆଣିବା ପାଇଁ, ଆଉ ଭୂମିଜାତ ଦ୍ରବ୍ୟର ଦଶମାଂଶ ଲେବୀୟମାନଙ୍କ ନିକଟକୁ ଆଣିବା ପାଇଁ ସ୍ଥିର କଲୁ; କାରଣ ସେହି ଲେବୀୟମାନେ ଆମ୍ଭମାନଙ୍କ ସକଳ କୃଷି-ନଗରରେ ଦଶମାଂଶ ଆଦାୟ କରନ୍ତି।

Gade chapit la Kopi

ପବିତ୍ର ବାଇବଲ

37 “ଏବଂ ଆମ୍ଭେମାନେ ଉକୃଷ୍ଟ ଅଟା ଓ ସର୍ବପ୍ରକାର ବୃକ୍ଷର ଫଳ ଓ ନୂତନ ଦ୍ରାକ୍ଷାରସ ଓ ତୈଳ ଯାଜକମାନଙ୍କ ନିକଟକୁ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ମନ୍ଦିରର କୋଠରୀକୁ ଆଣିବା ପାଇଁ ଆମ୍ଭର ଦ୍ରବ୍ୟର ଏକ ଦଶମାଂଶ ଲେବୀୟମାନଙ୍କ ନିକଟକୁ ଆଣିବା ପାଇଁ ସ୍ଥିର କଲୁ। କାରଣ ସେହି ଲେବୀୟମାନେ ଆମ୍ଭମାନଙ୍କ ସକଳ କୃଷିନଗରରେ ଏକ ଦଶମାଂଶ ଆଦାୟ କରନ୍ତି।

Gade chapit la Kopi




ନିହିମୀୟା 10:37
23 Referans Kwoze  

ତୁମ୍ଭେମାନେ ଆପଣା ଆପଣା ନିବାସରୁ ଦୋଳନୀୟ ନୈବେଦ୍ୟାର୍ଥେ ଏକ ଐଫାର ଦୁଇ ଦଶମାଂଶର ଦୁଇ ରୁଟି ଆଣିବ; ତାହା ସରୁ ମଇଦାରେ ପ୍ରସ୍ତୁତ ହେବ ଓ ତାଡ଼ିରେ ରନ୍ଧନ କରାଯିବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଥମ ଫଳ ହେବ।


ଆଉ ଦେଖ, ଲେବୀ-ସନ୍ତାନଗଣ ଯେଉଁ ସେବାକାର୍ଯ୍ୟ କରନ୍ତି, ସମାଗମ-ତମ୍ବୁ ସମ୍ବନ୍ଧୀୟ ସେମାନଙ୍କ ସେହି ସେବାକାର୍ଯ୍ୟର ପରିଶୋଧରେ ଆମ୍ଭେ ସେମାନଙ୍କ ଅଧିକାରାର୍ଥେ ଇସ୍ରାଏଲ ମଧ୍ୟରେ ସମସ୍ତ ଦଶମାଂଶ ଦେଲୁ।


ତହୁଁ ମୁଁ ଆଜ୍ଞା କରନ୍ତେ, ସେମାନେ କୋଠରିସବୁ ଶୁଚି କଲେ; ତେବେ ମୁଁ ସେଠାକୁ ପୁନର୍ବାର ପରମେଶ୍ୱରଙ୍କ ଗୃହର ପାତ୍ରାଦି ଓ ଭକ୍ଷ୍ୟ ନୈବେଦ୍ୟ ଓ କୁନ୍ଦୁରୁ ଆଣିଲି।


ଇଲୀୟାଶୀବ ଟୋବୀୟ ନିମନ୍ତେ ଏକ ବୃହତ କୋଠରି ପ୍ରସ୍ତୁତ କରିଥିଲା, ମାତ୍ର ପୂର୍ବେ ଲୋକମାନେ ସେହି ସ୍ଥାନରେ ଭକ୍ଷ୍ୟ ନୈବେଦ୍ୟ, କୁନ୍ଦୁରୁ ଓ ପାତ୍ରାଦି ଓ ଆଜ୍ଞା ପ୍ରମାଣେ ଲେବୀୟ ଓ ଗାୟକ ଓ ଦ୍ୱାରପାଳମାନଙ୍କ ନିମନ୍ତେ ଦେୟ ଶସ୍ୟ, ଦ୍ରାକ୍ଷାରସ ଓ ତୈଳର ଦଶମାଂଶ; ଆଉ, ଯାଜକମାନଙ୍କ ନିମନ୍ତେ ଉତ୍ତୋଳନୀୟ ଉପହାର ରଖୁଥିଲେ।


ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦତ୍ତ ଆପଣା ସେହି ଦେଶର ଭୂମିଜାତ ସମସ୍ତ ପ୍ରଥମ ଫଳରୁ କିଛି କିଛି ରଖିବ ଓ ଚାଙ୍ଗୁଡ଼ିରେ ତାହା ନେଇ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପ୍ରତିଷ୍ଠା କରାଇବା ନିମନ୍ତେ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନକୁ ଗମନ କରିବ।


ତୁମ୍ଭେ ଆପଣା ଶସ୍ୟର, ଆପଣା ଦ୍ରାକ୍ଷାରସର, ଓ ଆପଣା ତୈଳର ଓ ଆପଣା ମେଷଲୋମର ଅଗ୍ରିମାଂଶ ତାହାକୁ ଦେବ।


ଆମ୍ଭର ଗୃହରେ ଯେପରି ଖାଦ୍ୟ ରହିବ, ଏଥିପାଇଁ ତୁମ୍ଭେମାନେ ଆମ୍ଭର ଭଣ୍ଡାରକୁ ସମ୍ପୂର୍ଣ୍ଣ ଦଶମାଂଶ ଆଣ, ଆଉ ଆମ୍ଭେ ଆକାଶସ୍ଥ ଦ୍ୱାରସବୁ ମୁକ୍ତ କରି, ରଖିବା ପାଇଁ ସ୍ଥାନ ନିଅଣ୍ଟ ହେବା ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଉପରେ ଆଶୀର୍ବାଦରୂପ ବୃଷ୍ଟି ବର୍ଷାଇବା କି ନାହିଁ, ଏହି ବିଷୟରେ ଏବେ ଆମ୍ଭର ପରୀକ୍ଷା ନିଅ,


ମନୁଷ୍ୟ କି ପରମେଶ୍ୱରଙ୍କ ଦ୍ରବ୍ୟ ଚୋରି କରିବ? ତଥାପି ତୁମ୍ଭେମାନେ ଆମ୍ଭର ଦ୍ରବ୍ୟ ଚୋରି କରୁଅଛ। ମାତ୍ର ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କିପରି ତୁମ୍ଭର ଦ୍ରବ୍ୟ ଦଶମାଂଶରେ ଓ ନୈବେଦ୍ୟରେ ଚୋରି କରିଅଛୁ?”


ପୁଣି, ଯିହୁଦାର ନଗରସମୂହରେ ବାସକାରୀ ଇସ୍ରାଏଲ ଓ ଯିହୁଦାର ସନ୍ତାନମାନେ ମଧ୍ୟ ଗୋମେଷର ଦଶମାଂଶ ଓ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରତିଷ୍ଠିତ ପବିତ୍ର ଦ୍ରବ୍ୟାଦିର ଦଶମାଂଶ ଆଣି ରାଶି ରାଶି କରି ଥୋଇଲେ।


ଆଉ ଯଦି ପ୍ରଥମ ଉତ୍ସର୍ଗୀକୃତ ଅଂଶ ପବିତ୍ର, ତାହାହେଲେ ସମସ୍ତ ପିଠୋଉ ମଧ୍ୟ ପବିତ୍ର; ପୁଣି, ଯଦି ମୂଳ ପବିତ୍ର, ତେବେ ଶାଖାସବୁ ମଧ୍ୟ ପବିତ୍ର।


ତୁମ୍ଭେ ପ୍ରତି ବର୍ଷ ଆପଣା କ୍ଷେତ୍ରରୁ ଉତ୍ପନ୍ନ ବୀଜର ଦଶମାଂଶ ଅବଶ୍ୟ ପୃଥକ କରିବ।


ଆହୁରି, ମୁଁ ଦେଖିଲି ଯେ, ଲେବୀୟମାନଙ୍କ ଅଂଶ ସେମାନଙ୍କୁ ଦିଆଯାଇ ନ ଥିଲା; ତେଣୁ ପ୍ରତ୍ୟେକେ କର୍ମକାରୀ ଲେବୀୟମାନେ ଓ ଗାୟକମାନେ ମନ୍ଦିର ଛାଡ଼ି ଆପଣା ଆପଣା ଭୂମିକୁ ଗଲେ।


ତହୁଁ ସମଗ୍ର ଯିହୁଦା ଶସ୍ୟ ଓ ଦ୍ରାକ୍ଷାରସ ଓ ତୈଳର ଦଶମାଂଶ ଭଣ୍ଡାରକୁ ଆଣିଲେ।


“ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରେ ମନୁଷ୍ୟ ହେଉ କି ପଶୁ ହେଉ, ଯେକେହି ପ୍ରଥମେ ଜାତ ହୁଏ, ସେହି ପ୍ରଥମଜାତ ସମସ୍ତଙ୍କୁ ଆମ୍ଭ ଉଦ୍ଦେଶ୍ୟରେ ପ୍ରତିଷ୍ଠା କର; ତାହା ଆମ୍ଭର ଅଟେ।”


ସେତେବେଳେ ତୁମ୍ଭେ ପ୍ରଥମଜାତ ସମସ୍ତ ଗର୍ଭଫଳ ଓ ତୁମ୍ଭ ପଶୁଠାରୁ ଜାତ ପ୍ରତ୍ୟେକ ପ୍ରଥମ ଗର୍ଭଫଳ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ କରିବ; ପୁଂସନ୍ତାନ ସକଳ ସଦାପ୍ରଭୁଙ୍କର ହେବେ।


ସେମାନେ ମନୁଷ୍ୟ କିମ୍ବା ପଶୁମାନଙ୍କ ମଧ୍ୟରୁ ଯେଉଁ ସମସ୍ତ ପ୍ରଥମଜାତ ଗର୍ଭର ଫଳ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତି, ସେହି ସମସ୍ତ ତୁମ୍ଭର ହେବ; ତଥାପି ତୁମ୍ଭେ ମନୁଷ୍ୟର ପ୍ରଥମଜାତକୁ ଅବଶ୍ୟ ମୁକ୍ତ କରିବ, ପୁଣି, ତୁମ୍ଭେ ଅଶୁଚି ପଶୁର ପ୍ରଥମଜାତକୁ ମୁକ୍ତ କରିବ।


ଆଉ ସେମାନଙ୍କର ମାଂସ ତୁମ୍ଭର ହେବ, ଯେପରି ଦୋଳନୀୟ ନୈବେଦ୍ୟାର୍ଥକ ବକ୍ଷ ଓ ଦକ୍ଷିଣ ଚଟୁଆ, ସେପରି ତାହା ତୁମ୍ଭର ହେବ।


Swiv nou:

Piblisite


Piblisite