Biblia Todo Logo
Bib sou entènèt

- Piblisite -




ନିହିମୀୟା 12:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଲେବୀୟମାନଙ୍କର ପ୍ରଧାନଗଣ; ହଶବୀୟ, ଶେରେବୀୟ ଓ କଦ୍‍ମୀୟେଲର ପୁତ୍ର ଯେଶୂୟ ଓ ସେମାନଙ୍କ ସମ୍ମୁଖସ୍ଥ ଭ୍ରାତୃଗଣ ପରମେଶ୍ୱରଙ୍କ ଲୋକ ଦାଉଦଙ୍କର ଆଜ୍ଞାନୁସାରେ ଦଳ ଦଳ ହୋଇ ପ୍ରଶଂସା ଓ ଧନ୍ୟବାଦ ଉତ୍ସର୍ଗ କରିବାକୁ ନିଯୁକ୍ତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ଲେବୀୟମାନଙ୍କର ପ୍ରଧାନଗଣ; ହଶବୀୟ, ଶେରେବୀୟ ଓ କଦ୍ମୀୟେଲର ପୁତ୍ର ଯେଶୂୟ ଓ ସେମାନଙ୍କ ସମ୍ମୁଖସ୍ଥ ଭ୍ରାତୃଗଣ ପରମେଶ୍ଵରଙ୍କ ଲୋକ ଦାଉଦଙ୍କର ଆଜ୍ଞାନୁସାରେ ଦଳ ଦଳ ହୋଇ ପ୍ରଶଂସା ଓ ଧନ୍ୟବାଦ ଉତ୍ସର୍ଗ କରିବାକୁ ନିଯୁକ୍ତ ହେଲେ।

Gade chapit la Kopi

ଓଡିଆ ବାଇବେଲ

24 ଲେବୀୟମାନଙ୍କର ପ୍ରଧାନଗଣ; ହଶବୀୟ, ଶେରେବୀୟ ଓ କଦ୍‍ମୀୟେଲର ପୁତ୍ର ଯେଶୂୟ ଓ ସେମାନଙ୍କ ସମ୍ମୁଖସ୍ଥ ଭ୍ରାତୃଗଣ ପରମେଶ୍ୱରଙ୍କ ଲୋକ ଦାଉଦଙ୍କର ଆଜ୍ଞାନୁସାରେ ଦଳ ଦଳ ହୋଇ ପ୍ରଶଂସା ଓ ଧନ୍ୟବାଦ ଉତ୍ସର୍ଗ କରିବାକୁ ନିଯୁକ୍ତ ହେଲେ।

Gade chapit la Kopi

ପବିତ୍ର ବାଇବଲ

24 ଲେବୀୟମାନଙ୍କ ପ୍ରଧାନଗଣ, ହଶବିୟ, ଶେରେବିୟ ଓ କ‌‌‌‌‌ଦ୍‌‌‌‌‌ମୀୟେଲର ପୁତ୍ର ଯେଶୂୟ ଓ ସେମାନଙ୍କ ସମ୍ମୁଖସ୍ଥ ଭାତୃଗଣ ପରମେଶ୍ୱରଙ୍କ ଲୋକ ଦାଉଦଙ୍କର ଆଜ୍ଞା ଅନୁସାରେ ଦଳଦଳ ହୋଇ ପ୍ରଶଂସା ଓ ଧନ୍ୟବାଦ ଉତ୍ସର୍ଗ କରିବାକୁ ନିଯୁକ୍ତ ହେଲେ।

Gade chapit la Kopi




ନିହିମୀୟା 12:24
18 Referans Kwoze  

ଆଉ, ଆସଫର ବଂଶଜାତ ସବ୍‍ଦିର ପୌତ୍ର ମୀକାର ପୁତ୍ର ମତ୍ତନୀୟ ପ୍ରାର୍ଥନାକାଳୀନ ଧନ୍ୟବାଦ ଆରମ୍ଭ କରିବାରେ ପ୍ରଧାନ ଥିଲା ଓ ତାହାର ଭ୍ରାତୃଗଣ ମଧ୍ୟରୁ ବକ୍‍ବୁକୀୟ ଦ୍ୱିତୀୟ ଥିଲା; ପୁଣି, ଯିଦୂଥୂନ୍-ବଂଶଜାତ ଗାଲଲ୍‍ର ପୌତ୍ର ଶମ୍ମୂୟର ପୁତ୍ର ଅବ୍‍ଦ।


ଆଉ, ଲେବୀୟମାନେ, ଯେଶୂୟ ଓ ବାନି, କଦ୍‍ମୀୟେଲ, ଶବନୀୟ, ବୁନ୍ନି, ଶେରେବୀୟ, ବାନି ଓ କନାନି ପାବଚ୍ଛରେ ଠିଆ ହୋଇ ସଦାପ୍ରଭୁ ପରମେଶ୍ୱରଙ୍କୁ ଉଚ୍ଚସ୍ୱରରେ ଡାକିଲେ।


ଆହୁରି, ଯେଶୂୟ ଓ ବାନି ଓ ଶେରେବୀୟ, ଯାମୀନ୍‍, ଅକ୍କୂବ, ଶବ୍ବଥୟ, ହୋଦୀୟ, ମାସେୟ, କଲିଟ, ଅସରୀୟ, ଯୋଷାବଦ୍‍, ହାନନ୍‍, ପଲାୟ ଓ ଲେବୀୟମାନେ ଲୋକମାନଙ୍କୁ ବ୍ୟବସ୍ଥା ବୁଝାଇଦେଲେ; ଆଉ, ଲୋକମାନେ ଆପଣା ଆପଣା ସ୍ଥାନରେ ଠିଆ ହୋଇ ରହିଲେ।


ଲେବୀୟମାନଙ୍କ ସଂଖ୍ୟା; ହୋଦବୀୟର ସନ୍ତାନମାନଙ୍କ ମଧ୍ୟରୁ ଯେଶୂୟ ଓ କଦ୍‍ମୀୟେଲର ସନ୍ତାନ ଚଉସ୍ତରି ଜଣ।


ଆଉ, ସେ ଆପଣା ପିତା ଦାଉଦଙ୍କର ବିଧାନାନୁସାରେ ଯାଜକମାନଙ୍କ ସେବାକର୍ମାର୍ଥେ ସେମାନଙ୍କର ପାଳି ନିରୂପଣ କଲେ ଓ ପ୍ରତି ଦିବସର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ପ୍ରଶଂସା ଓ ଯାଜକମାନଙ୍କ ସମ୍ମୁଖରେ ପରିଚର୍ଯ୍ୟା କରିବା ନିମନ୍ତେ ଲେବୀୟମାନଙ୍କୁ ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ କଲେ; ମଧ୍ୟ ଦ୍ୱାରପାଳମାନଙ୍କୁ ସେମାନଙ୍କ ପାଳି ଅନୁସାରେ ପ୍ରତ୍ୟେକ ଦ୍ୱାରରେ ନିଯୁକ୍ତ କଲେ; କାରଣ ପରମେଶ୍ୱରଙ୍କ ଲୋକ ଦାଉଦ ସେପରି ଆଜ୍ଞା କରିଥିଲେ।


ଏଥିରେ ସେ ସ୍ତ୍ରୀ ଏଲୀୟଙ୍କୁ କହିଲା, “ତୁମ୍ଭେ ଯେ ପରମେଶ୍ୱରଙ୍କ ଲୋକ ଓ ତୁମ୍ଭ ମୁଖରେ ସଦାପ୍ରଭୁଙ୍କ ବାକ୍ୟ ଯେ ସତ୍ୟ, ଏହା ଏବେ ମୁଁ ଜାଣିଲି।”


ସେହି ସମୟରେ ଯିହୁଦା-ସନ୍ତାନଗଣ ଗିଲ୍‍ଗଲ୍‍ରେ ଯିହୋଶୂୟଙ୍କ ନିକଟକୁ ଆସିଲେ; ତହୁଁ କନିସୀୟ ଯିଫୁନ୍ନିର ପୁତ୍ର କାଲେବ ତାଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭ ବିଷୟରେ ଓ ଆମ୍ଭ ବିଷୟରେ ପରମେଶ୍ୱରଙ୍କ ଲୋକ ମୋଶାଙ୍କୁ କାଦେଶ-ବର୍ଣ୍ଣେୟରେ ଯାହା କହିଥିଲେ, ତାହା ତୁମ୍ଭେ ଜାଣ।


ପରମେଶ୍ୱରଙ୍କ ଲୋକ ମୋଶା ଆପଣା ମୃତ୍ୟୁୁ ପୁର୍ବରୁ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଆଶୀର୍ବାଦ କଲେ, ସେହି ଆଶୀର୍ବାଦ ଏହି।


ଯେପରି ଈଶ୍ବରଙ୍କ ଲୋକ ସିଦ୍ଧ ହୋଇ ସମସ୍ତ ଉତ୍ତମ କାର୍ଯ୍ୟ ନିମନ୍ତେ ସୁସଜ୍ଜିତ ହୁଏ।


କିନ୍ତୁ ହେ ଈଶ୍ବରଙ୍କ ଲୋକ, ତୁମ୍ଭେ ଏହି ସମସ୍ତଠାରୁ ପଳାୟନ କରି ଧାର୍ମିକତା, ଈଶ୍ବରପରାୟଣତା, ବିଶ୍ୱାସ, ପ୍ରେମ, ଧୈର୍ଯ୍ୟ, ସହିଷ୍ଣୁତା ଓ ନମ୍ରତାର ଅନୁଗାମୀ ହୁଅ।


ଲେବୀ ବଂଶଜାତ ପିତୃବଂଶ-ପ୍ରଧାନମାନଙ୍କ ନାମ ଇଲୀୟାଶୀବର ପୁତ୍ର ଯୋହାନନ୍‍ର ସମୟ ପର୍ଯ୍ୟନ୍ତ ବଂଶାବଳୀ ପୁସ୍ତକରେ ଲିଖିତ ହେଲା।


ଓ ତାହାର ଭ୍ରାତୃଗଣ ଶମୟୀୟ ଓ ଅସରେଲ୍‍, ମିଲଲୟ, ଗିଲଲୟ, ମାୟୀୟ, ନଥନେଲ ଓ ଯିହୁଦା, ହନାନି, ଏମାନେ ପରମେଶ୍ୱରଙ୍କ ଲୋକ ଦାଉଦଙ୍କର ନିରୂପିତ ନାନା ବାଦ୍ୟଯନ୍ତ୍ର ନେଇ ଗମନ କଲେ; ଏଜ୍ରା ଅଧ୍ୟାପକ ସେମାନଙ୍କ ଆଗେ ଆଗେ ଚାଲିଲେ;


ଏଉତ୍ତାରେ ସେ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ପରିଚର୍ଯ୍ୟା କରିବା ପାଇଁ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ସ୍ମରଣ ଓ ଧନ୍ୟବାଦ ଓ ପ୍ରଶଂସା କରିବା ପାଇଁ କେତେକ ଲେବୀୟ ଲୋକଙ୍କୁ ନିଯୁକ୍ତ କଲେ।


Swiv nou:

Piblisite


Piblisite