Biblia Todo Logo
Bib sou entènèt

- Piblisite -




ନିହିମୀୟା 12:43 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

43 ପୁଣି, ସେହି ଦିନ ଲୋକମାନେ ମହାବଳିଦାନ କରି ଆନନ୍ଦ କଲେ; କାରଣ ପରମେଶ୍ୱର ସେମାନଙ୍କୁ ମହାନନ୍ଦରେ ଆନନ୍ଦିତ କରିଥିଲେ; ଆଉ ସ୍ତ୍ରୀମାନେ, ମଧ୍ୟ ଓ ବାଳକ ବାଳିକାଗଣ ଆନନ୍ଦ କଲେ; ତହିଁରେ ଯିରୂଶାଲମର ଆନନ୍ଦଧ୍ୱନି ଅନେକ ଦୂର ପର୍ଯ୍ୟନ୍ତ ଶୁଣାଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

43 ପୁଣି, ସେହି ଦିନ ଲୋକମାନେ ମହାବଳିଦାନ କରି ଆନନ୍ଦ କଲେ; କାରଣ ପରମେଶ୍ଵର ସେମାନଙ୍କୁ ମହାନନ୍ଦରେ ଆନନ୍ଦିତ କରିଥିଲେ; ଆଉ ସ୍ତ୍ରୀମାନେ, ମଧ୍ୟ ଓ ବାଳକ-ବାଳିକାଗଣ ଆନନ୍ଦ କଲେ; ତହିଁରେ ଯିରୂଶାଲମର ଆନନ୍ଦଧ୍ଵନି ଅନେକ ଦୂର ପର୍ଯ୍ୟନ୍ତ ଶୁଣାଗଲା।

Gade chapit la Kopi

ଓଡିଆ ବାଇବେଲ

43 ପୁଣି, ସେହି ଦିନ ଲୋକମାନେ ମହାବଳିଦାନ କରି ଆନନ୍ଦ କଲେ; କାରଣ ପରମେଶ୍ୱର ସେମାନଙ୍କୁ ମହାନନ୍ଦରେ ଆନନ୍ଦିତ କରିଥିଲେ; ଆଉ ସ୍ତ୍ରୀମାନେ, ମଧ୍ୟ ଓ ବାଳକ ବାଳିକାଗଣ ଆନନ୍ଦ କଲେ; ତହିଁରେ ଯିରୂଶାଲମର ଆନନ୍ଦଧ୍ୱନି ଅନେକ ଦୂର ପର୍ଯ୍ୟନ୍ତ ଶୁଣାଗଲା।

Gade chapit la Kopi

ପବିତ୍ର ବାଇବଲ

43 ପୁଣି ସେହି ଦିନ ଲୋକମାନେ ମହାବଳିଦାନ କରି ଆନନ୍ଦ କଲେ। କାରଣ ପରମେଶ୍ୱର ସେମାନଙ୍କୁ ମହା ଆନନ୍ଦରେ ଆନନ୍ଦିତ କରିଥିଲେ। ଆଉ ସ୍ତ୍ରୀମାନେ ମଧ୍ୟ ଓ ବାଳକ ବାଳିକାଗଣ ଆନନ୍ଦ କଲେ। ତହିଁରେ ଯିରୁଶାଲମର ଆନନ୍ଦ ଧ୍ୱନି ଅନେକ ଦୂର ପର୍ଯ୍ୟନ୍ତ ଶୁଣାଗଲା।

Gade chapit la Kopi




ନିହିମୀୟା 12:43
29 Referans Kwoze  

ତହିଁରେ ଲୋକମାନେ ଆନନ୍ଦ ଧ୍ୱନିର ଓ ଜନତାର କ୍ରନ୍ଦନ ଶବ୍ଦର ପ୍ରଭେଦ କରି ପାରିଲେ ନାହିଁ; ଯେଣୁ ଲୋକମାନେ ଉଚ୍ଚସ୍ୱରରେ ମହାଧ୍ୱନି କଲେ, ଆଉ ତହିଁର ଶବ୍ଦ ଅତି ଦୂରକୁ ଶୁଣାଗଲା।


ଯେହେତୁ ହେ ସଦାପ୍ରଭୋ, ତୁମ୍ଭେ ନିଜ କର୍ମରେ ମୋତେ ଆନନ୍ଦିତ କରିଅଛ; ମୁଁ ତୁମ୍ଭର ହସ୍ତକୃତ କର୍ମରେ ଜୟଧ୍ୱନି କରିବି।


ସେତେବେଳେ କୁମାରୀଗଣ ନୃତ୍ୟରେ, ପୁଣି, ଯୁବା ଓ ବୃଦ୍ଧମାନେ ଏକତ୍ର ଆନନ୍ଦ କରିବେ, କାରଣ ଆମ୍ଭେ ସେମାନଙ୍କ ଶୋକକୁ ଆନନ୍ଦରେ ପରିଣତ କରିବା, ଆମ୍ଭେ ସେମାନଙ୍କୁ ସାନ୍ତ୍ୱନା କରିବା ଓ ସେମାନଙ୍କ ଦୁଃଖରୁ ସେମାନଙ୍କୁ ଆନନ୍ଦିତ କରିବା।


ତୁମ୍ଭମାନଙ୍କ ମଧ୍ୟରେ କଅଣ କେହି ଦୁଃଖଭୋଗ କରୁଅଛି? ସେ ପ୍ରାର୍ଥନା କରୁ। କେହି କଅଣ ଆନନ୍ଦିତ ଅଟେ? ସେ ସ୍ତବଗାନ କରୁ।


ପୁଣି, ତୁମ୍ଭମାନଙ୍କ ହୃଦୟରେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ଭଜନ ଓ ଗୀତ ଗାନ କର;


ସେହିପରି ତୁମ୍ଭେମାନେ ବର୍ତ୍ତମାନ ଦୁଃଖ ପାଉଅଛ, କିନ୍ତୁ ମୁଁ ପୁନର୍ବାର ତୁମ୍ଭମାନଙ୍କୁ ଦର୍ଶନ ଦେବି, ଆଉ ତୁମ୍ଭମାନଙ୍କ ହୃଦୟ ଆନନ୍ଦିତ ହେବ ଓ କେହି ତୁମ୍ଭମାନଙ୍କଠାରୁ ତୁମ୍ଭମାନଙ୍କର ଆନନ୍ଦ ହରଣ କରିବ ନାହିଁ।


କିନ୍ତୁ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ତାହାଙ୍କ କରିଥିବା ଆଶ୍ଚର୍ଯ୍ୟକର୍ମଗୁଡ଼ିକୁ ଓ ମନ୍ଦିର ମଧ୍ୟରେ ହୋଶାନ୍ନା ଦାଉଦଙ୍କ ସନ୍ତାନ ବୋଲି ଉଚ୍ଚସ୍ୱର କରୁଥିବା ପିଲାମାନଙ୍କୁ ଦେଖି ବିରକ୍ତ ହେଲେ,


ଆଉ ତାହାଙ୍କ ଆଗରେ ଓ ପଛରେ ଯାଉଥିବା ଲୋକମାନେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ହୋଶାନ୍ନା ଦାଉଦଙ୍କ ସନ୍ତାନ! ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ! ଊର୍ଦ୍ଧ୍ୱଲୋକରେ ହୋଶାନ୍ନା।


ଆନନ୍ଦଧ୍ୱନି, ହର୍ଷନାଦ, ବରର ରବ ଓ କନ୍ୟାର ରବ, ପୁଣି ‘ସୈନ୍ୟାଧିପତି ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସଦାପ୍ରଭୁ ମଙ୍ଗଳମୟ ଓ ତାହାଙ୍କର କରୁଣା ସଦାକାଳସ୍ଥାୟୀ’ ବୋଲି ଯେଉଁମାନେ କହନ୍ତି, ସେମାନଙ୍କର ରବ ଓ ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦରୂପ ବଳି ଆଣିବା ଲୋକମାନଙ୍କର ରବ ପୁନର୍ବାର ଶୁଣାଯିବ। କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ପୂର୍ବକାଳର ନ୍ୟାୟ ଦେଶର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।


ସିୟୋନର ଶୋକାର୍ତ୍ତ ଲୋକମାନଙ୍କ ପାଇଁ ନିରୂପଣ କରିବାକୁ, ଅର୍ଥାତ୍‍, ଭସ୍ମର ପରିବର୍ତ୍ତେ ଭୂଷଣ, ଦୁଃଖର ପରିବର୍ତ୍ତେ ସୁଖରୂପ ତୈଳ, ଅବସନ୍ନ ଆତ୍ମାର ପରିବର୍ତ୍ତେ ପ୍ରଶଂସାରୂପ ବସ୍ତ୍ର ପ୍ରଦାନ କରିବାକୁ ସେ ମୋତେ ପ୍ରେରଣ କରିଅଛନ୍ତି; ତହିଁରେ ସଦାପ୍ରଭୁ ଯେପରି ଗୌରବାନ୍ୱିତ ହେବେ, ଏଥିପାଇଁ ସେମାନେ ଧର୍ମରୂପ ବୃକ୍ଷ ଓ ତାହାଙ୍କର ଉଦ୍ୟାନ ବୋଲି ବିଖ୍ୟାତ ହେବେ।


ସଦାପ୍ରଭୁ ମୋହର ବଳ ଓ ମୋହର ଢାଲ; ମୋହର ଅନ୍ତଃକରଣ ତାହାଙ୍କଠାରେ ଭରସା ରଖିଅଛି ଓ ମୁଁ ସାହାଯ୍ୟ ପାଇଅଛି; ଏହେତୁ ମୋʼ ଅନ୍ତଃକରଣ ଅତ୍ୟନ୍ତ ଉଲ୍ଲାସ କରୁଅଛି; ଆଉ, ମୁଁ ନିଜ ଗୀତରେ ତାହାଙ୍କର ପ୍ରଶଂସା କରିବି।


ଏଣୁ ଏବେ ମୋʼ ଚତୁର୍ଦ୍ଦିଗସ୍ଥିତ ଶତ୍ରୁଗଣ ଉପରେ ମୋହର ମସ୍ତକ ଉନ୍ନତ ହେବ; ଆଉ, ମୁଁ ତାହାଙ୍କ ତମ୍ବୁରେ ଜୟଧ୍ୱନିର ବଳି ଉତ୍ସର୍ଗ କରିବି; ମୁଁ ଗାନ କରିବି, ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।


ସେ ଶାନ୍ତି ଦେଲେ, କିଏ ଦୋଷ ଦେଇ ପାରେ? ଓ ସେ ଆପଣା ମୁଖ ଆଚ୍ଛାଦନ କଲେ, କିଏ ତାହାଙ୍କୁ ଦେଖି ପାରେ? ଏହା କୌଣସି ଗୋଷ୍ଠୀ ଅବା କୌଣସି ବ୍ୟକ୍ତି ପ୍ରତି କରାଗଲେ, ଏକ ସମାନ ଥାଏ;


ଏଉତ୍ତାରେ ଯିହୁଦା ଓ ଯିରୂଶାଲମର ପ୍ରତ୍ୟେକ ଲୋକ ଓ ସେମାନଙ୍କ ଅଗ୍ରଗାମୀ ଯିହୋଶାଫଟ୍‍ ଆନନ୍ଦରେ ପୁନର୍ବାର ଯିରୂଶାଲମକୁ ଯିବା ପାଇଁ ଫେରିଲେ; କାରଣ ସଦାପ୍ରଭୁ ସେମାନଙ୍କ ଶତ୍ରୁଗଣ ଉପରେ ସେମାନଙ୍କୁ ଆନନ୍ଦିତ କରିଥିଲେ।


ଏଥିରେ ସମଗ୍ର ଯିହୁଦା ଆପଣାମାନଙ୍କ ଶିଶୁ, ଭାର୍ଯ୍ୟା ଓ ସନ୍ତାନସନ୍ତତି ସହିତ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେଲେ।


ଆଉ ସେ ସପ୍ତମ ମାସର ତେଇଶ ଦିନରେ ଲୋକମାନଙ୍କୁ ସେମାନଙ୍କ ତମ୍ବୁକୁ ବିଦାୟ କଲେ; ସଦାପ୍ରଭୁ ଦାଉଦଙ୍କ ପ୍ରତି ଓ ଶଲୋମନଙ୍କ ପ୍ରତି ଓ ଆପଣା ଲୋକ ଇସ୍ରାଏଲ ପ୍ରତି ଯେଉଁ ମଙ୍ଗଳ ଦେଖାଇଥିଲେ, ତହିଁ ସକାଶୁ ସେମାନେ ଆନନ୍ଦିତ ଓ ହୃଷ୍ଟଚିତ୍ତ ହେଲେ।


ପୁଣି, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଛାଉଣିକୁ ଆସନ୍ତେ, ସମଗ୍ର ଇସ୍ରାଏଲ ଏପରି ମହା ଜୟଧ୍ୱନିରେ ଜୟଧ୍ୱନି କଲେ ଯେ, ପୃଥିବୀ କମ୍ପିଲା।


ଆହୁରି ତୁମ୍ଭମାନଙ୍କ ଆନନ୍ଦ ଦିନରେ, ତୁମ୍ଭମାନଙ୍କ ନିରୂପିତ ପର୍ବରେ ଓ ତୁମ୍ଭମାନଙ୍କ ମାସର ଆରମ୍ଭରେ ତୁମ୍ଭେମାନେ ଆପଣାମାନଙ୍କ ହୋମବଳି ଓ ମଙ୍ଗଳାର୍ଥକ ବଳି ଉପରେ ଏହି ତୂରୀ ବଜାଇବ; ତହିଁରେ ତାହା ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ସ୍ମରଣାର୍ଥେ ହେବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”


ଆଉ, ମାସେୟ ଓ ଶମୟୀୟ ଓ ଇଲୀୟାସର ଓ ଉଷି ଓ ଯିହୋହାନନ୍‍ ଓ ମଲ୍‍କୀୟ ଓ ଏଲମ୍‍ ଓ ଏସର୍‍, ପୁଣି ଆମ୍ଭେ ସମସ୍ତେ ଠିଆ ହୋଇ ରହିଲୁ। ସେତେବେଳେ ଗାୟକମାନେ ଓ ସେମାନଙ୍କର ଅଧ୍ୟକ୍ଷ ଯିଷ୍ରହିୟ ଉଚ୍ଚସ୍ୱରରେ ଗାନ କଲେ।


ମୁଁ ତୁମ୍ଭଠାରେ ଆନନ୍ଦ ଓ ଉଲ୍ଲାସ କରିବି; ହେ ସର୍ବୋପରିସ୍ଥ, ମୁଁ ତୁମ୍ଭ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।


ଏଥିଉତ୍ତାରେ ଯିରୂଶାଲମର ପ୍ରାଚୀର-ପ୍ରତିଷ୍ଠା ସମୟରେ ଲୋକମାନେ କରତାଳ, ନେବଲ ଓ ବୀଣା ବଜାଇ ଧନ୍ୟବାଦ ଓ ଗାନ ସହିତ ଆନନ୍ଦରେ ପ୍ରତିଷ୍ଠା-ଉତ୍ସବ ପାଳନ କରିବା ପାଇଁ ଲେବୀୟମାନଙ୍କୁ ଯିରୂଶାଲମକୁ ଆଣିବା ନିମନ୍ତେ ସେମାନଙ୍କ ସକଳ ସ୍ଥାନରେ ସେମାନଙ୍କୁ ଅନ୍ୱେଷଣ କଲେ।


Swiv nou:

Piblisite


Piblisite