Biblia Todo Logo
Bib sou entènèt

- Piblisite -




ନିହିମୀୟା 12:45 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

45 ପୁଣି, ସେମାନେ ଦାଉଦ ଓ ତାଙ୍କର ପୁତ୍ର ଶଲୋମନଙ୍କର ଆଜ୍ଞାନୁସାରେ ଆପଣାମାନଙ୍କ ପରମେଶ୍ୱରଙ୍କ ସେବା କଲେ ଓ ଶୁଚି ହେଲେ, ଆଉ ଗାୟକମାନେ ଓ ଦ୍ୱାରପାଳମାନେ ସେହିପରି କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

45 ପୁଣି, ସେମାନେ ଦାଉଦ ଓ ତାଙ୍କର ପୁତ୍ର ଶଲୋମନଙ୍କର ଆଜ୍ଞାନୁସାରେ ଆପଣାମାନଙ୍କ ପରମେଶ୍ଵରଙ୍କ ରକ୍ଷଣୀୟ ଓ ଶୌଚର ରକ୍ଷଣୀୟ ରକ୍ଷା କଲେ, ଆଉ ଗାୟକମାନେ ଓ ଦ୍ଵାରପାଳମାନେ ସେହିପରି କଲେ।

Gade chapit la Kopi

ଓଡିଆ ବାଇବେଲ

45 ପୁଣି, ସେମାନେ ଦାଉଦ ଓ ତାଙ୍କର ପୁତ୍ର ଶଲୋମନଙ୍କର ଆଜ୍ଞାନୁସାରେ ଆପଣାମାନଙ୍କ ପରମେଶ୍ୱରଙ୍କ ସେବା କଲେ ଓ ଶୁଚି ହେଲେ, ଆଉ ଗାୟକମାନେ ଓ ଦ୍ୱାରପାଳମାନେ ସେହିପରି କଲେ।

Gade chapit la Kopi

ପବିତ୍ର ବାଇବଲ

45 ପୁଣି ସେମାନେ ଦାଉଦ ଓ ତାଙ୍କର ପୁତ୍ର ଶଲୋମନଙ୍କର ଆଜ୍ଞା ଅନୁସାରେ ଆପଣାମାନଙ୍କ ପରମେଶ୍ୱରଙ୍କ ରକ୍ଷଣୀୟ ଓ ଶୌଚର ରକ୍ଷଣୀୟ ରକ୍ଷା କଲେ, ଆଉ ଗାୟକମାନେ ଓ ଦ୍ୱାରପାଳମାନେ ସେହିପରି କଲେ।

Gade chapit la Kopi




ନିହିମୀୟା 12:45
5 Referans Kwoze  

ମାତ୍ର ଯାଜକମାନଙ୍କର ଓ ପରିଚର୍ଯ୍ୟାକାରୀ ଲେବୀୟମାନଙ୍କର ବ୍ୟତୀତ ଆଉ କାହାକୁ ସଦାପ୍ରଭୁଙ୍କ ଗୃହରେ ପ୍ରବେଶ କରିବାକୁ ଦିଅ ନାହିଁ; ସେମାନେ ପବିତ୍ର, ଏଥିପାଇଁ ସେମାନେ ପ୍ରବେଶ କରିବେ; ମାତ୍ର ସମଗ୍ର ଲୋକ ସଦାପ୍ରଭୁଙ୍କ ରକ୍ଷଣୀୟ ରକ୍ଷା କରିବେ।


କାରଣ, ସଦାପ୍ରଭୁଙ୍କ ଗୃହର ସେବାର୍ଥେ ପ୍ରାଙ୍ଗଣରେ ଓ କୋଠରିରେ ଓ ପରମେଶ୍ୱରଙ୍କ ଗୃହର ସେବାକାର୍ଯ୍ୟାର୍ଥକ ସମସ୍ତ ପବିତ୍ର ବସ୍ତୁ ଶୁଚି କରିବାରେ ହାରୋଣ-ସନ୍ତାନମାନଙ୍କ ସେବା କରିବାର ଲେବୀୟମାନଙ୍କର କାର୍ଯ୍ୟ ଥିଲା;


ତହୁଁ ସେମାନେ ଆସି ନଗରର ଦ୍ୱାରୀକୁ ଡାକିଲେ; ଆଉ ସେମାନଙ୍କୁ ଜଣାଇ କହିଲେ, “ଆମ୍ଭେମାନେ ଅରାମୀୟମାନଙ୍କ ଛାଉଣିକୁ ଯାଇଥିଲୁ, ଆଉ ଦେଖ, ସେଠାରେ କୌଣସି ମନୁଷ୍ୟ ନାହିଁ; କି ମନୁଷ୍ୟର ଶବ୍ଦ ନାହିଁ, ମାତ୍ର ଅଶ୍ୱ ଓ ଗର୍ଦ୍ଦଭଗଣ ବନ୍ଧା ହୋଇଅଛନ୍ତି, ଆଉ ତମ୍ବୁସବୁ ଯେପରି ଥିଲା, ସେପରି ଅଛି।”


ଦାଉଦ ରାଜା ଓ ପିତୃବଂଶର ପ୍ରଧାନମାନେ, ସହସ୍ରପତି ଓ ଶତପତିମାନେ ଓ ସେନାପତିମାନେ ଯେସକଳ ବସ୍ତୁ ପବିତ୍ର କରିଥିଲେ, ଏହି ଶଲୋମୀତ୍‍ ଓ ତାହାର ଭ୍ରାତୃଗଣ ସେହି ସବୁ ପବିତ୍ରୀକୃତ ବସ୍ତୁର କୋଷାଧ୍ୟକ୍ଷ ଥିଲେ।


Swiv nou:

Piblisite


Piblisite