Biblia Todo Logo
Bib sou entènèt

- Piblisite -




ନିହିମୀୟା 13:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆହୁରି, ମୁଁ ଦେଖିଲି ଯେ, ଲେବୀୟମାନଙ୍କ ଅଂଶ ସେମାନଙ୍କୁ ଦିଆଯାଇ ନ ଥିଲା; ତେଣୁ ପ୍ରତ୍ୟେକେ କର୍ମକାରୀ ଲେବୀୟମାନେ ଓ ଗାୟକମାନେ ମନ୍ଦିର ଛାଡ଼ି ଆପଣା ଆପଣା ଭୂମିକୁ ଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଆହୁରି, ମୁଁ ଦେଖିଲି ଯେ, ଲେବୀୟମାନଙ୍କ ଅଂଶ ସେମାନଙ୍କୁ ଦିଆଯାଇ ନ ଥିଲା; ତେଣୁ କର୍ମକାରୀ ଲେବୀୟମାନେ ଓ ଗାୟକମାନେ ପ୍ରତ୍ୟେକେ ଆପଣା ଆପଣା ଭୂମିକି ପଳାଇ ଯାଇଥିଲେ।

Gade chapit la Kopi

ଓଡିଆ ବାଇବେଲ

10 ଆହୁରି, ମୁଁ ଦେଖିଲି ଯେ, ଲେବୀୟମାନଙ୍କ ଅଂଶ ସେମାନଙ୍କୁ ଦିଆଯାଇ ନ ଥିଲା; ତେଣୁ ପ୍ରତ୍ୟେକେ କର୍ମକାରୀ ଲେବୀୟମାନେ ଓ ଗାୟକମାନେ ମନ୍ଦିର ଛାଡ଼ି ଆପଣା ଆପଣା ଭୂମିକୁ ଗଲେ।

Gade chapit la Kopi

ପବିତ୍ର ବାଇବଲ

10 ମୁଁ ଜାଣିବାକୁ ପାଇଲି ଯେ, ଲେବୀୟମାନଙ୍କ ଅଂଶ ତାଙ୍କୁ ଦିଆଯାଇ ନ ଥିଲା। ତେଣୁ ଲେବୀୟମାନେ ଓ ଗାୟକମାନେ ଯେଉଁମାନେ ମନ୍ଦିରରେ କାର୍ଯ୍ୟ କରୁଥିଲେ ପ୍ରତ୍ୟେକ ନିଜ ନିଜ ଭୂମିକୁ ଫେରି ଯାଇଥିଲେ।

Gade chapit la Kopi




ନିହିମୀୟା 13:10
11 Referans Kwoze  

ପୁଣି, ଆମ୍ଭମାନଙ୍କ ଚକଟା ମଇଦାର ପ୍ରାଥମାଂଶ ଓ ଆମ୍ଭମାନଙ୍କ ଉତ୍ତୋଳନୀୟ ଉପହାର ଓ ସର୍ବପ୍ରକାର ବୃକ୍ଷର ଫଳ, ଦ୍ରାକ୍ଷାରସ ଓ ତୈଳ ଯାଜକମାନଙ୍କ ନିକଟକୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହର କୋଠରିକୁ ଆଣିବା ପାଇଁ, ଆଉ ଭୂମିଜାତ ଦ୍ରବ୍ୟର ଦଶମାଂଶ ଲେବୀୟମାନଙ୍କ ନିକଟକୁ ଆଣିବା ପାଇଁ ସ୍ଥିର କଲୁ; କାରଣ ସେହି ଲେବୀୟମାନେ ଆମ୍ଭମାନଙ୍କ ସକଳ କୃଷି-ନଗରରେ ଦଶମାଂଶ ଆଦାୟ କରନ୍ତି।


ମନୁଷ୍ୟ କି ପରମେଶ୍ୱରଙ୍କ ଦ୍ରବ୍ୟ ଚୋରି କରିବ? ତଥାପି ତୁମ୍ଭେମାନେ ଆମ୍ଭର ଦ୍ରବ୍ୟ ଚୋରି କରୁଅଛ। ମାତ୍ର ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କିପରି ତୁମ୍ଭର ଦ୍ରବ୍ୟ ଦଶମାଂଶରେ ଓ ନୈବେଦ୍ୟରେ ଚୋରି କରିଅଛୁ?”


ପୁଣି, ଯିରୁବ୍ବାବିଲ୍‍ ଓ ନିହିମୀୟାଙ୍କ ସମୟରେ ସମଗ୍ର ଇସ୍ରାଏଲ ପ୍ରତିଦିନର ପ୍ରୟୋଜନାନୁସାରେ ଗାୟକମାନଙ୍କର ଓ ଦ୍ୱାରପାଳମାନଙ୍କର ଅଂଶ ଦେଲେ; ଆଉ ଲୋକମାନେ ଲେବୀୟମାନଙ୍କ ନିମନ୍ତେ ଦ୍ରବ୍ୟ ପ୍ରତିଷ୍ଠା କଲେ ଓ ଲେବୀୟମାନେ ହାରୋଣ-ସନ୍ତାନଗଣ ନିମନ୍ତେ ଦ୍ରବ୍ୟ ପ୍ରତିଷ୍ଠା କଲେ।


ତୁମ୍ଭେ ଆପଣା ବିଷୟରେ ସାବଧାନ ହୁଅ, ଯେପରି ତୁମ୍ଭେ ଆପଣା ଭୂମିରେ ବଞ୍ଚିଥିବା ଯାଏ ଲେବୀୟ ଲୋକକୁ ତ୍ୟାଗ କରିବ ନାହିଁ।


“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି ଆଜ୍ଞା ଦିଅ; ସେମାନେ ଆପଣା ଆପଣା ଅଧିକୃତ ବାଣ୍ଟରୁ କେତେକ ବସତି-ନଗର ଲେବୀୟମାନଙ୍କୁ ଦିଅନ୍ତୁ, ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ସେହି ନଗରମାନର ତଳିଭୂମି ନିମନ୍ତେ ସେସବୁର ଚତୁର୍ଦ୍ଦିଗସ୍ଥ ଭୂମି ଦେବ।


କାରଣ ପବିତ୍ର ସ୍ଥାନର ପାତ୍ରସବୁ ଓ ପରିଚାରକ ଯାଜକମାନେ, ଆଉ ଦ୍ୱାରପାଳ ଓ ଗାୟକମାନେ ଯେଉଁସବୁ କୋଠରିରେ ଥାʼନ୍ତି, ସେଠାକୁ ଇସ୍ରାଏଲ-ସନ୍ତାନଗଣ ଓ ଲେବୀୟ ସନ୍ତାନଗଣ ଶସ୍ୟର, ଦ୍ରାକ୍ଷାରସର ଓ ତୈଳର ଉତ୍ତୋଳନୀୟ ଉପହାର ଆଣିବେ; ପୁଣି, ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହ ପରିତ୍ୟାଗ କରିବୁ ନାହିଁ।


ଆହୁରି, ଯେପରି ଯାଜକଗଣ ଓ ଲେବୀୟଗଣ ସଦାପ୍ରଭୁଙ୍କ ବ୍ୟବସ୍ଥାରେ ଆସକ୍ତ ରହିବେ, ଏଥିପାଇଁ ସେ ସେମାନଙ୍କୁ ସେମାନଙ୍କର ଅଂଶ ଦେବା ନିମନ୍ତେ ଯିରୂଶାଲମ ନିବାସୀ ଲୋକମାନଙ୍କୁ ଆଜ୍ଞା କଲେ।


ତୁମ୍ଭେ ଆପଣା ହୋମାର୍ଥକ ମେଷାଦି ଆମ୍ଭ ନିକଟକୁ ଆଣି ନାହଁ; କିଅବା ତୁମ୍ଭେ ଆପଣା ବଳିଦାନ ଦ୍ୱାରା ଆମ୍ଭର ସମାଦର କରି ନାହଁ। ଆମ୍ଭେ ନୈବେଦ୍ୟ ନିମନ୍ତେ ତୁମ୍ଭକୁ ଦାସ୍ୟକର୍ମ କରାଇ ନାହୁଁ; କିଅବା କୁନ୍ଦୁରୁ ନିମନ୍ତେ ତୁମ୍ଭକୁ କ୍ଳାନ୍ତ କରାଇ ନାହୁଁ।


Swiv nou:

Piblisite


Piblisite